Biblia Todo Logo
Bìoball air-loidhne

- Sanasan -




ଲେବୀୟ ପୁସ୍ତକ 10:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ମୋଶା ହାରୋଣଙ୍କୁ, ତାଙ୍କର ପୁତ୍ର ଇଲୀୟାସର ଓ ଈଥାମରକୁ କହିଲେ, “ତୁମ୍ଭେମାନେ ଯେପରି ନ ମର ଓ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁ ଯେପରି କ୍ରୋଧ ନ କରନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମସ୍ତକର କେଶ ମୁକୁଳା ନ ହେଉ, କିଅବା ଆପଣା ଆପଣା ବସ୍ତ୍ର ଚିର ନାହିଁ; ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ୱଳିତ କରିଅଛନ୍ତି, ତହିଁ ସକାଶୁ ତୁମ୍ଭମାନଙ୍କର ଭ୍ରାତୃବର୍ଗ ସମୁଦାୟ ଇସ୍ରାଏଲ ବଂଶ ରୋଦନ କରନ୍ତୁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ପୁଣି, ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ର ଇଲୀୟାସର ଓ ଈଥାମରକୁ କହିଲେ, ତୁମ୍ଭେମାନେ ଯେପରି ନ ମର ଓ ସମସ୍ତ ମଣ୍ତଳୀ ପ୍ରତି ସେ ଯେପରି କ୍ରୋଧ ନ କରନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମସ୍ତକର କେଶ ମୁକୁଳା ନ ହେଉ, କିଅବା ଆପଣା ଆପଣା ବସ୍ତ୍ର ଚିର ନାହିଁ; ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ଵଳିତ କରିଅଛନ୍ତି, ତହିଁ ସକାଶୁ ତୁମ୍ଭମାନଙ୍କର ଭ୍ରାତୃବର୍ଗ ସମୁଦାୟ ଇସ୍ରାଏଲ ବଂଶ ରୋଦନ କରନ୍ତୁ।

Faic an caibideil Dèan lethbhreac

ଓଡିଆ ବାଇବେଲ

6 ପୁଣି, ମୋଶା ହାରୋଣଙ୍କୁ, ତାଙ୍କର ପୁତ୍ର ଇଲୀୟାସର ଓ ଈଥାମରକୁ କହିଲେ, “ତୁମ୍ଭେମାନେ ଯେପରି ନ ମର ଓ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁ ଯେପରି କ୍ରୋଧ ନ କରନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମସ୍ତକର କେଶ ମୁକୁଳା ନ ହେଉ, କିଅବା ଆପଣା ଆପଣା ବସ୍ତ୍ର ଚିର ନାହିଁ; ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ୱଳିତ କରିଅଛନ୍ତି, ତହିଁ ସକାଶୁ ତୁମ୍ଭମାନଙ୍କର ଭ୍ରାତୃବର୍ଗ ସମୁଦାୟ ଇସ୍ରାଏଲ ବଂଶ ରୋଦନ କରନ୍ତୁ।

Faic an caibideil Dèan lethbhreac

ପବିତ୍ର ବାଇବଲ

6 ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ର ଇଲୀୟାସର ଓ ଈଥାମରଙ୍କୁ କହିଲେ, “ତୁମ୍ଭମାନଙ୍କ ବସ୍ତ୍ର ଚିର ନାହିଁ କି କେଶ ମୁକୁଳା କର ନାହିଁ, ତୁମ୍ଭେମାନେ ତୁମ୍ଭମାନଙ୍କର ଦୁଃଖ ପ୍ରକାଶ କର ନାହିଁ। ତୁମ୍ଭେ ମୁଁ ଆଦେଶ ଦେବାଭଳି କାର୍ଯ୍ୟ କର ଓ ତୁମ୍ଭେମାନେ ମୃତ୍ୟୁବରଣ କରିବ ନାହିଁ ଏବଂ ପରମେଶ୍ୱର ସମଗ୍ର ମଣ୍ଡଳୀ ଉପରେ ରାଗିବେ ନାହିଁ। ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ୱଳିତ କରିଅଛନ୍ତି, ସେଥିପାଇଁ ତୁମ୍ଭ ଭାତୃବର୍ଗଙ୍କ ପାଇଁ ସମସ୍ତ ଇସ୍ରାଏଲ ବଂଶ ରୋଦନ କରନ୍ତୁ।

Faic an caibideil Dèan lethbhreac




ଲେବୀୟ ପୁସ୍ତକ 10:6
23 Iomraidhean Croise  

ଏଥିଉତ୍ତାରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପୁନର୍ବାର ପ୍ରଜ୍ୱଳିତ ହେଲା, ଆଉ ସେ ଦାଉଦଙ୍କୁ ପ୍ରବର୍ତ୍ତାଇ କହିଲେ, “ଯାଅ, ଇସ୍ରାଏଲ ଓ ଯିହୁଦାକୁ ଗଣନା କର।”


ବୁକ୍କି ଅବୀଶୂୟର ସନ୍ତାନ, ଅବୀଶୂୟ ପୀନହସ୍‍ର ସନ୍ତାନ, ପୀନହସ୍‍ ଇଲୀୟାସରର ସନ୍ତାନ, ଇଲିୟାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର।


କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କୁହ, ତୁମ୍ଭେମାନେ ଶକ୍ତଗ୍ରୀବ ଲୋକ; ଯଦି ଆମ୍ଭେ ଏକ ନିମିଷ ତୁମ୍ଭ ମଧ୍ୟକୁ ଯିବା, ତେବେ ତୁମ୍ଭଙ୍କୁ ସଂହାର କରିବା; ତୁମ୍ଭେ ଏବେ ଆପଣା ଶରୀରରୁ ଆଭରଣ ଦୂର କର, ତହିଁରେ ତୁମ୍ଭ ପ୍ରତି କି କର୍ତ୍ତବ୍ୟ ତାହା ଜାଣିବା।”


ପୁଣି, ହାରୋଣ ଅମ୍ମୀନାଦବର କନ୍ୟା ନହଶୋନର ଭଗିନୀ ଇଲୀଶେବାକୁ ବିବାହ କଲେ; ତହିଁରେ ସେ ତାଙ୍କର ଔରସରେ ନାଦବ୍‍, ଅବୀହୂ, ଇଲୀୟାସର ଓ ଈଥାମରକୁ ପ୍ରସବ କଲା।


ହେ ଯିରୂଶାଲମ, ଆପଣା ମସ୍ତକର କେଶ କାଟି ପକାଇଦିଅ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ବିଳାପ କର; କାରଣ ସଦାପ୍ରଭୁ ଆପଣାର କ୍ରୋଧପାତ୍ର ଏହି ବଂଶକୁ ଅଗ୍ରାହ୍ୟ ଓ ପରିତ୍ୟାଗ କରିଅଛନ୍ତି।’


ଆଉ, ଯେଉଁ କୁଷ୍ଠୀର ଘାʼ ହୋଇଅଛି, ତାହାର ବସ୍ତ୍ର ଚିରାଯିବ ଓ ତାହାର ମସ୍ତକର କେଶ ମୁକୁଳା ରହିବ ଓ ସେ ଆପଣାର ଉପର ଓଷ୍ଠ ବସ୍ତ୍ରରେ ଢାଙ୍କିବ, ପୁଣି ‘ଅଶୁଚି ଅଶୁଚି’ ବୋଲି ଡାକ ପକାଇବ।


ତୁମ୍ଭେ ଆପଣାର ଆହ୍ଲାଦଜନକ ସନ୍ତାନଗଣ ନିମନ୍ତେ ମସ୍ତକ ମୁଣ୍ଡନ କର ଓ କେଶ କାଟି ପକାଅ; ଶାଗୁଣା ପରି ଆପଣାର କେଶ-ଶୂନ୍ୟତା ବୃଦ୍ଧି କର; କାରଣ ସେମାନେ ତୁମ୍ଭ ନିକଟରୁ ନିର୍ବାସିତ ହୋଇ ଯାଇଅଛନ୍ତି।


ମାତ୍ର ଇସ୍ରାଏଲ-ସନ୍ତାନଗଣର ମଣ୍ଡଳୀ ପ୍ରତି ଯେପରି କ୍ରୋଧ ନ ଘଟେ, ଏଥିପାଇଁ ଲେବୀୟମାନେ ସାକ୍ଷ୍ୟ-ଆବାସର ଚାରିଆଡ଼େ ଛାଉଣି ସ୍ଥାପନ କରିବେ; ପୁଣି, ଲେବୀୟମାନେ ସାକ୍ଷ୍ୟ-ଆବାସ ରକ୍ଷା କରିବେ।”


ତହୁଁ ଦେଶ ଅନୁସନ୍ଧାନକାରୀ ଲୋକମାନଙ୍କ ମଧ୍ୟରୁ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଆପଣା ଆପଣା ବସ୍ତ୍ର ଚିରିଲେ;


ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ୱର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ଡଳୀ ଉପରେ କୋପାନ୍ୱିତ ହେବ?”


ପୁଣି, ଇସ୍ରାଏଲ-ସନ୍ତାନଗଣ ପ୍ରତି ଯେପରି ଆଉ କ୍ରୋଧ ଉପସ୍ଥିତ ନ ହୁଏ, ଏଥିପାଇଁ ତୁମ୍ଭେମାନେ ପବିତ୍ର ସ୍ଥାନର ରକ୍ଷଣୀୟ ଓ ବେଦିର ରକ୍ଷଣୀୟ ରକ୍ଷା କରିବ।


ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ର ଇଲୀୟାସରକୁ ହୋର ପର୍ବତ ଉପରକୁ ନେଇଯାଅ।


ତହୁଁ ଯାଜକ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ ଓ ସେହି ସ୍ତ୍ରୀର ମସ୍ତକର କେଶ ମୁକୁଳା କରି ସେହି ସ୍ମରଣାର୍ଥକ ଭକ୍ଷ୍ୟ ନୈବେଦ୍ୟ, ଅର୍ଥାତ୍‍ ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ତାହାର ହସ୍ତରେ ଦେବ; ପୁଣି, ଯାଜକ ଆପଣା ହସ୍ତରେ ଅଭିଶାପଜନକ ତିକ୍ତ ଜଳ ରଖିବ।


ସେ ଆପଣା ପିତା ଓ ଆପଣା ମାତା ବିଷୟରେ କହିଲା, “ଆମ୍ଭେ ସେମାନଙ୍କୁ ଦେଖି ନାହୁଁ; ଅବା ସେ ଆପଣା ଭାଇମାନଙ୍କୁ ସ୍ୱୀକାର କଲା ନାହିଁ, କିଅବା ସେ ତାହାର ନିଜ ସନ୍ତାନମାନଙ୍କୁ ଚିହ୍ନିଲା ନାହିଁ। ସେମାନେ ତୁମ୍ଭର ବାକ୍ୟ ମାନିଅଛନ୍ତି ଓ ତୁମ୍ଭର ନିୟମ ରକ୍ଷା କରନ୍ତି।”


ଯେ ଆଜି ତୁମ୍ଭେମାନେ ସଦାପ୍ରଭୁଙ୍କର ଅନୁସରଣରୁ ବିମୁଖ ହେଉଅଛ? ତୁମ୍ଭେମାନେ ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେଲେ, ସେ କାଲି ଇସ୍ରାଏଲର ସମଗ୍ର ମଣ୍ଡଳୀ ଉପରେ କ୍ରୋଧ କରିବେ।


ସେରହର ପୁତ୍ର ଆଖନ୍‍ ବର୍ଜିତ ବସ୍ତୁ ବିଷୟରେ ସତ୍ୟ-ଲଙ୍ଘନ କରନ୍ତେ, ଇସ୍ରାଏଲର ସମଗ୍ର ମଣ୍ଡଳୀ ଉପରେ କି କ୍ରୋଧ ପଡ଼ିଲା ନାହିଁ? ଆଉ ସେ ବ୍ୟକ୍ତି ଆପଣା ଅପରାଧରେ ଏକାକୀ ବିନଷ୍ଟ ହେଲା ନାହିଁ?’”


ମାତ୍ର ଇସ୍ରାଏଲ-ସନ୍ତାନଗଣ ବର୍ଜିତ ବସ୍ତୁ ବିଷୟରେ ସତ୍ୟ-ଲଙ୍ଘନ କଲେ; କାରଣ ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସବ୍‍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍‍ ବର୍ଜିତ ବସ୍ତୁରୁ କିଛି ହରଣ କଲା; ତହିଁରେ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା।


ଇସ୍ରାଏଲ ପାପ କରିଅଛନ୍ତି; ମଧ୍ୟ ଆମ୍ଭେ ସେମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ସେମାନେ ଲଙ୍ଘନ କରିଅଛନ୍ତି; ମଧ୍ୟ ସେମାନେ ବର୍ଜିତ ବସ୍ତୁରୁ କିଛି ନେଇଅଛନ୍ତି, ମଧ୍ୟ ଚୋରି କରିଅଛନ୍ତି, ମଧ୍ୟ ପ୍ରବଞ୍ଚନା କରିଅଛନ୍ତି, ଆଉ ମଧ୍ୟ ଆପଣାମାନଙ୍କ ସାମଗ୍ରୀ ମଧ୍ୟରେ ତାହା ରଖିଅଛନ୍ତି।


Lean sinn:

Sanasan


Sanasan