Biblia Todo Logo
Bìoball air-loidhne

- Sanasan -




ଲେବୀୟ ପୁସ୍ତକ 17:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ଯାଜକ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ବେଦି ଉପରେ ସେହି ରକ୍ତ ଛିଞ୍ଚିବ, ଆଉ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଦ ଦଗ୍ଧ କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ପୁଣି, ଯାଜକ ସମାଗମ-ତମ୍ଵୁଦ୍ଵାର ନିକଟରେ ସଦାପ୍ରଭୁଙ୍କ ବେଦି ଉପରେ ସେହି ରକ୍ତ ଛିଞ୍ଚିବ, ଆଉ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଦ ଦଗ୍ଧ କରିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

6 ପୁଣି, ଯାଜକ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ବେଦି ଉପରେ ସେହି ରକ୍ତ ଛିଞ୍ଚିବ, ଆଉ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଦ ଦଗ୍ଧ କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

6 ତା'ପରେ ସେ ଯାଜକ ସମାଗମ-ତମ୍ବୁ ଦ୍ୱାର ନିକଟରେ ସଦାପ୍ରଭୁଙ୍କ ଯଜ୍ଞବେଦି ଉପରେ ସେହି ରକ୍ତ ଛିଞ୍ଚିବ, ଆଉ ସଦାପ୍ରଭୁଙ୍କୁ ଉପହାର ସ୍ୱରୂପ ସେହି ମେଦ ଦ‌‌‌‌ଗ୍‌‌‌‌ଧ କରିବ।

Faic an caibideil Dèan lethbhreac




ଲେବୀୟ ପୁସ୍ତକ 17:6
12 Iomraidhean Croise  

ଆଉ ତାହାର ଅନ୍ତ୍ରୋପରିସ୍ଥିତ ମେଦ ଓ ଯକୃତ ଉପରିସ୍ଥ ଅନ୍ତ୍ରାପ୍ଳାବକ ଓ ଦୁଇ ବୃକକ୍ ଓ ତହିଁ ଉପରିସ୍ଥ ମେଦ ଘେନି ବେଦିରେ ଦଗ୍ଧ କରିବ।


ପୁଣି, ତୁମ୍ଭେ ସମ୍ପୂର୍ଣ୍ଣ ମେଷକୁ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କର ହୋମବଳି ଓ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଅଟେ।


ମାତ୍ର ଇସ୍ରାଏଲ ସନ୍ତାନମାନେ ଆମ୍ଭଠାରୁ ବିପଥଗମନ କରିବା ସମୟରେ ସାଦୋକର ସନ୍ତାନ ଯେଉଁ ଲେବୀୟ ଯାଜକଗଣ ଆମ୍ଭ ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କଲେ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ନିମନ୍ତେ ଆମ୍ଭ ନିକଟକୁ ଆସିବେ ଓ ଆମ୍ଭ ଉଦ୍ଦେଶ୍ୟରେ ମେଦ ଓ ରକ୍ତ; ଉତ୍ସର୍ଗ କରିବା ନିମନ୍ତେ ଆମ୍ଭ ସମ୍ମୁଖରେ ଠିଆ ହେବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି;


ଏହେତୁ ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ଯେଉଁ ଯେଉଁ ବଳି କ୍ଷେତ୍ରକୁ ନିଅନ୍ତି, ସେହି ସମସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଉତ୍ସର୍ଗ କରିବେ।


ତହୁଁ ଯାଜକ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପ ଭୋଜନ।


ପୁଣି, ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।


ତହୁଁ ଯାଜକ ବେଦି ଉପରେ ତାହା ଦଗ୍ଧ କରିବ; ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପ ଭୋଜନ; ସମସ୍ତ ମେଦ ସଦାପ୍ରଭୁଙ୍କର।


ପୁଣି, ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ଆପଣା ବଳିର ମସ୍ତକରେ ହସ୍ତ ରଖି ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ବେଦି ଉପରେ ଚତୁର୍ଦ୍ଦିଗରେ ଛିଞ୍ଚିବେ।


ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥ ଅଗ୍ନି, କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।


ପୁଣି ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ। ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।


ପୁଣି, ମଙ୍ଗଳାର୍ଥକ ବଳିରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ; ତହୁଁ ଯାଜକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବେଦି ଉପରେ ତାହା ଦଗ୍ଧ କରିବ; ଏହିରୂପେ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।


ମାତ୍ର ତୁମ୍ଭେ ଗୋରୁର ପ୍ରଥମଜାତକୁ ଅବା ମେଷର ପ୍ରଥମଜାତକୁ ଅବା ଛାଗର ପ୍ରଥମଜାତକୁ ମୁକ୍ତ କରିବ ନାହିଁ, ସେମାନେ ପବିତ୍ର; ତୁମ୍ଭେ ବେଦି ଉପରେ ସେମାନଙ୍କର ରକ୍ତ ସେଚନ କରିବ, ପୁଣି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ସେମାନଙ୍କର ମେଦ ଦଗ୍ଧ କରିବ।


Lean sinn:

Sanasan


Sanasan