Biblia Todo Logo
Bìoball air-loidhne

- Sanasan -




ଲେବୀୟ ପୁସ୍ତକ 20:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍‍ ଦେବତା ଉଦ୍ଦେଶ୍ୟରେ ଆପଣା ସନ୍ତାନକୁ ଦେଇଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍-ଦେବତା ଉଦ୍ଦେଶ୍ୟରେ ଆପଣା ବଂଶଜାତକୁ ଦେଇଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍‍ ଦେବତା ଉଦ୍ଦେଶ୍ୟରେ ଆପଣା ସନ୍ତାନକୁ ଦେଇଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ମୁଁ ମଧ୍ୟ ତା’ ବିରୁଦ୍ଧରେ ଛିଡ଼ା ହେବି। ତା'ର ଦେଶର ଲୋକମାନଙ୍କଠାରୁ ପୃଥକ ରଖିବି। କାରଣ ସେ ମୋର ପବିତ୍ର ସ୍ଥାନକୁ ଅପବିତ୍ର କରିଛି ଓ ମୋର ପବିତ୍ର ନାମକୁ ଅପବିତ୍ର କରିବାକୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ନିଜର ସନ୍ତାନମାନଙ୍କୁ ଦେଇଅଛି।

Faic an caibideil Dèan lethbhreac




ଲେବୀୟ ପୁସ୍ତକ 20:3
16 Iomraidhean Croise  

ଯେକେହି ତହିଁ ତୁଲ୍ୟ କିଛି ପ୍ରସ୍ତୁତ କରିବ, ଅବା ଯେକେହି ଅପରିଚିତ ଲୋକର ଶରୀରରେ ତହିଁରୁ କିଛି ଲଗାଇବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।’”


ହେ ଇସ୍ରାଏଲ ବଂଶ, ପ୍ରଭୁ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ ଏହି କଥା କହନ୍ତି; ତୁମ୍ଭେମାନେ ଯଦି ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ତୁମ୍ଭେମାନେ ପ୍ରତ୍ୟେକେ ଯାଇ ଏବେ ଓ ଏଥିଉତ୍ତାରେ ମଧ୍ୟ ଆପଣା ଆପଣା ପ୍ରତିମାଗଣର ସେବା କର; ମାତ୍ର ତୁମ୍ଭେମାନେ ଆପଣାମାନଙ୍କର ଉପହାର ଓ ପ୍ରତିମାଗଣ ଦ୍ୱାରା ଆମ୍ଭର ପବିତ୍ର ନାମ ଆଉ ଅପବିତ୍ର କରିବ ନାହିଁ।


ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁସକଳ ଦ୍ୱାରା ଓ ଆପଣାର ସବୁ ଘୃଣାଯୋଗ୍ୟ କର୍ମ ଦ୍ୱାରା ଆମ୍ଭର ପବିତ୍ର ସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ହିଁ ତୁମ୍ଭକୁ ହ୍ରାସ କରିବା; ଆହୁରି, ଚକ୍ଷୁଲଜ୍ଜା କରିବା ନାହିଁ, ମଧ୍ୟ ଆମ୍ଭେ କିଛି ଦୟା କରିବା ନାହିଁ।


ଏହିରୂପେ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କର ମଧ୍ୟବର୍ତ୍ତୀ ଆମ୍ଭର ଆବାସ ଅଶୁଚି କଲେ, ଯେପରି ସେମାନେ ଆପଣାମାନଙ୍କ ଅଶୁଚିତାରେ ନ ମରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ସେମାନଙ୍କ ଅଶୁଚିତାରୁ ପୃଥକ କରିବ।”


ଆଉ, ଇସ୍ରାଏଲ ବଂଶଜାତ କୌଣସି ଲୋକ, ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜନକାରୀ ବ୍ୟକ୍ତି ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା;


ତୁମ୍ଭେ ଆପଣା ବଂଶଜାତ କାହାକୁ ହିଁ, ମୋଲକ୍‍ ଦେବତାର ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟଦେଇ ଗମନ କରାଇବାକୁ ଦେବ ନାହିଁ, କିଅବା ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।


ଆଉ, ତୁମ୍ଭେମାନେ ଆମ୍ଭ ନାମ ନେଇ ମିଥ୍ୟା ଶପଥ କରିବ ନାହିଁ, ତାହା କଲେ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ; ଆମ୍ଭେ ସଦାପ୍ରଭୁ।


ଆଉ, ଯେଉଁ ସମୟରେ ସେହି ଲୋକ ଆପଣା ସନ୍ତାନକୁ ମୋଲକ୍‍ ଦେବତା ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ସେହି ସମୟରେ ଯଦି ଦେଶୀୟ ଲୋକମାନେ କୌଣସି ରୂପେ ତାହା ପ୍ରତି ଚକ୍ଷୁ ବନ୍ଦ କରନ୍ତି ଓ ତାହାକୁ ବଧ ନ କରନ୍ତି,


ସେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବେ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ନାମ ଅପବିତ୍ର କରିବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର, ଅର୍ଥାତ୍‍, ଆପଣାମାନଙ୍କ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରନ୍ତି; ଏହେତୁ ସେମାନେ ପବିତ୍ର ହେବେ।


ମାତ୍ର ଯେଉଁ ପ୍ରାଣୀ ଆପଣା ଶରୀରରେ ଅଶୁଚିତା ଥାଉ ଥାଉ ସଦାପ୍ରଭୁଙ୍କ ସମ୍ବନ୍ଧୀୟ ମଙ୍ଗଳାର୍ଥକ ବଳିର ମାଂସ ଭୋଜନ କରେ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।


ଯେବେ କେହି କୌଣସି ବସ୍ତୁ, ଅର୍ଥାତ୍‍, ମନୁଷ୍ୟର ଅଶୁଚିତା, କି ଅଶୁଚି ପଶୁ, କିଅବା କୌଣସି ଘୃଣାଯୋଗ୍ୟ ଅଶୁଚି ବସ୍ତୁ ସ୍ପର୍ଶ କରି ସଦାପ୍ରଭୁଙ୍କ ସମ୍ବନ୍ଧୀୟ ମଙ୍ଗଳାର୍ଥକ ବଳିର ମାଂସ ଭୋଜନ କରେ, ତେବେ ସେହି ଭୋଜନକାରୀ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।”


ଯଦି କେହି କୌଣସି ମୃତ ମନୁଷ୍ୟର ଶବ ଛୁଇଁ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସଦାପ୍ରଭୁଙ୍କ ଆବାସ ଅଶୁଚି କରେ; ସେହି ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ; ତାହା ଉପରେ ଅଶୌଚାର୍ଥକ ଜଳ ଛିଞ୍ଚା ଯାଇ ନ ଥିବାରୁ ସେ ଅଶୁଚି ହେବ; ତାହାର ଅଶୁଚିତା ତାହାଠାରେ ଥାଏ।


ମାତ୍ର ଯେଉଁ ଲୋକ ଅଶୁଚି ହୋଇ ଆପଣାକୁ ପରିଷ୍କାର ନ କରିବ, ସେହି ପ୍ରାଣୀ ସମାଜ ମଧ୍ୟରୁ ଉଚ୍ଛିନ୍ନ ହେବ, କାରଣ ସେ ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ଅଶୁଚି କଲା; ତାହା ଉପରେ ଅଶୌଚାର୍ଥକ ଜଳ ସେଚିତ ହେଲା ନାହିଁ; ସେ ଅଶୁଚି।


ପ୍ରତିମା ସହିତ ଈଶ୍ବରଙ୍କ ମନ୍ଦିରର କି ସମ୍ବନ୍ଧ? କାରଣ ଆମ୍ଭେମାନେ ଜୀବିତ ଈଶ୍ବରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ବର କହିଅଛନ୍ତି, “ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ବର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ।”


କାରଣ ଧାର୍ମିକମାନଙ୍କ ପ୍ରତି ପ୍ରଭୁଙ୍କ ଦୃଷ୍ଟି ଅଛି, ସେମାନଙ୍କ ବିନତି ପ୍ରତି ତାହାଙ୍କ କର୍ଣ୍ଣ ଉନ୍ମୁକ୍ତ ଅଟେ, କିନ୍ତୁ ପ୍ରଭୁଙ୍କର ମୁଖ ଦୁଷ୍କର୍ମକାରୀମାନଙ୍କ ପ୍ରତିକୂଳ।”


Lean sinn:

Sanasan


Sanasan