Biblia Todo Logo
Bìoball air-loidhne

- Sanasan -




ଲେବୀୟ ପୁସ୍ତକ 21:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେମାନେ ଆପଣା ଆପଣା ମସ୍ତକ ମୁଣ୍ଡନ କରିବେ ନାହିଁ ଓ ଆପଣା ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିଅବା ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ସେମାନେ ଆପଣା ଆପଣା ମସ୍ତକ ମୁଣ୍ତନ କରିବେ ନାହିଁ ଓ ଆପଣା ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିଅବା ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ସେମାନେ ଆପଣା ଆପଣା ମସ୍ତକ ମୁଣ୍ଡନ କରିବେ ନାହିଁ ଓ ଆପଣା ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିଅବା ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

5 “ଆଉ ଯାଜକଗଣ ସେମାନଙ୍କର ମସ୍ତକ ମୁଣ୍ଡନ କରିବେ ନାହିଁ। ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିମ୍ବା ନିଜ ନିଜ ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ।

Faic an caibideil Dèan lethbhreac




ଲେବୀୟ ପୁସ୍ତକ 21:5
12 Iomraidhean Croise  

ସେ ରୋଦନ କରିବା ପାଇଁ ବୈଥତ୍‍କୁ ଓ ଦୀବୋନ୍‍କୁ, ଉଚ୍ଚସ୍ଥଳୀକି ଯାଇଅଛି; ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି; ସେହି ସମସ୍ତଙ୍କର ମସ୍ତକ ମୁଣ୍ଡନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି।


ପୁଣି, ସେହି ଦିନ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ରୋଦନ ଓ ବିଳାପ ଓ ମସ୍ତକ ମୁଣ୍ଡନ ଓ କଟିଦେଶରେ ଚଟବନ୍ଧନ କରିବାକୁ ଡାକିଲେ;


ଏହି ଦେଶରେ ମହାନ ଓ କ୍ଷୁଦ୍ର ଉଭୟ ଲୋକ ମରିବେ; ସେମାନଙ୍କୁ କବର ଦିଆଯିବ ନାହିଁ, ଅଥବା ଲୋକେ ସେମାନଙ୍କ ନିମନ୍ତେ ବିଳାପ କରିବେ ନାହିଁ, କିଅବା ସେମାନଙ୍କ ନିମନ୍ତେ ଆପଣା ଆପଣା ଅଙ୍ଗରେ ଅସ୍ତ୍ରାଘାତ ଅଥବା ମସ୍ତକ ମୁଣ୍ଡନ କରିବେ ନାହିଁ;


କାରଣ ପ୍ରତ୍ୟେକ ମସ୍ତକ ଟାଙ୍ଗରା ଓ ପ୍ରତ୍ୟେକ ଦାଢ଼ି କଟା ହୋଇଅଛି; ସମସ୍ତଙ୍କ ହସ୍ତରେ କଟା ଦାଗ ଓ କଟିଦେଶରେ ଚଟବସ୍ତ୍ର ଅଛି।


ସେମାନେ ଆପଣାମାନଙ୍କର ମସ୍ତକ କ୍ଷୌର କରିବେ ନାହିଁ କିଅବା ଆପଣାମାନଙ୍କର କେଶ ଦୀର୍ଘ ହେବାକୁ ଦେବେ ନାହିଁ; ସେମାନେ କେବଳ କେଶ କର୍ତ୍ତନ କରିବେ।


“ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏକ ତୀକ୍ଷ୍ଣ ଖଡ୍ଗ, ବାରିକର କ୍ଷୁର ପରି ନେଇ ଆପଣା ମସ୍ତକ ଓ ଦାଢ଼ି ଉପରେ ଚଳାଇବ; ତହୁଁ ନିକିତି ନେଇ ସେହି କେଶ ତୌଲି ଭାଗ ଭାଗ କରିବ।


ପୁଣି, ମୋଶା ହାରୋଣଙ୍କୁ, ତାଙ୍କର ପୁତ୍ର ଇଲୀୟାସର ଓ ଈଥାମରକୁ କହିଲେ, “ତୁମ୍ଭେମାନେ ଯେପରି ନ ମର ଓ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁ ଯେପରି କ୍ରୋଧ ନ କରନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମସ୍ତକର କେଶ ମୁକୁଳା ନ ହେଉ, କିଅବା ଆପଣା ଆପଣା ବସ୍ତ୍ର ଚିର ନାହିଁ; ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ୱଳିତ କରିଅଛନ୍ତି, ତହିଁ ସକାଶୁ ତୁମ୍ଭମାନଙ୍କର ଭ୍ରାତୃବର୍ଗ ସମୁଦାୟ ଇସ୍ରାଏଲ ବଂଶ ରୋଦନ କରନ୍ତୁ।


ସେ ଆପଣା ଲୋକମାନଙ୍କ ମଧ୍ୟରେ ସ୍ୱାମୀ ହେବାରୁ ଆପଣାକୁ ଅପବିତ୍ର କରିବା ପାଇଁ ଅଶୁଚି ହେବ ନାହିଁ।


ପୁଣି, ଆମ୍ଭେ ତୁମ୍ଭମାନଙ୍କର ସକଳ ଉତ୍ସବକୁ ଶୋକରେ ଓ ତୁମ୍ଭମାନଙ୍କର ଗାୟନ ସବୁକୁ ବିଳାପରେ ପରିଣତ କରିବା; ଆଉ, ଆମ୍ଭେ ସମସ୍ତଙ୍କର କଟିଦେଶ ଚଟବସ୍ତ୍ରରେ ପରିହିତ କରାଇବା ଓ ପ୍ରତ୍ୟେକ ମସ୍ତକ ଟାଙ୍ଗରା କରାଇବା; ପୁଣି, ଆମ୍ଭେ ସେହି ଶୋକକୁ ଅଦ୍ୱିତୀୟ ପୁତ୍ରର ଶୋକ ତୁଲ୍ୟ ଓ ତହିଁର ଶେଷକୁ ଦାରୁଣ ଦୁଃଖ ଦିନର ତୁଲ୍ୟ କରାଇବା।”


ତୁମ୍ଭେ ଆପଣାର ଆହ୍ଲାଦଜନକ ସନ୍ତାନଗଣ ନିମନ୍ତେ ମସ୍ତକ ମୁଣ୍ଡନ କର ଓ କେଶ କାଟି ପକାଅ; ଶାଗୁଣା ପରି ଆପଣାର କେଶ-ଶୂନ୍ୟତା ବୃଦ୍ଧି କର; କାରଣ ସେମାନେ ତୁମ୍ଭ ନିକଟରୁ ନିର୍ବାସିତ ହୋଇ ଯାଇଅଛନ୍ତି।


ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସନ୍ତାନ ଅଟ; ତୁମ୍ଭେମାନେ ମୃତ ଲୋକମାନଙ୍କ ନିମନ୍ତେ ଆପଣା ଆପଣା ଶରୀରରେ କଟାକଟି କରିବ ନାହିଁ, କିଅବା ଆପଣାମାନଙ୍କ ଭ୍ରୂଲତାର ମଧ୍ୟସ୍ଥଳ କ୍ଷୌର କରିବ ନାହିଁ।


Lean sinn:

Sanasan


Sanasan