Biblia Todo Logo
Bìoball air-loidhne

- Sanasan -




ଲେବୀୟ ପୁସ୍ତକ 22:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ, ଭିନ୍ନ ବଂଶୀୟ କୌଣସି ଲୋକ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ; ଯାଜକର ଗୃହରେ ପ୍ରବାସୀ ଅବା ବେତନଜୀବୀ ଦାସ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 ଆଉ, ଅନ୍ୟ ବଂଶୀୟ କୌଣସି ଲୋକ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ; ଯାଜକର ଗୃହରେ ପ୍ରବାସକାରୀ ଅବା ବର୍ତ୍ତନଜୀବୀ ଦାସ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

10 ଆଉ, ଭିନ୍ନ ବଂଶୀୟ କୌଣସି ଲୋକ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ; ଯାଜକର ଗୃହରେ ପ୍ରବାସୀ ଅବା ବେତନଜୀବୀ ଦାସ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

10 କେବଳ ଯାଜକ ପରିବାରର ଲୋକ ପବିତ୍ର ଖାଦ୍ୟ ଭୋଜନ କରିବେ। ଅନ୍ୟବଂଶୀୟ କୌଣସି ଲୋକ ଅବା ଯାଜକ ଗୃହରେ ପ୍ରବାସକାରୀ ଅବା ବର୍ତ୍ତନକାରୀ ଦାସ ପବିତ୍ର ଖାଦ୍ୟ ଭୋଜନ କରିବେ ନାହିଁ।

Faic an caibideil Dèan lethbhreac




ଲେବୀୟ ପୁସ୍ତକ 22:10
11 Iomraidhean Croise  

ସେ କିପରି ଈଶ୍ବରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ଭୋଜନ କରିବା ବିଧିସଙ୍ଗତ ଥିଲା, କିନ୍ତୁ ତାଙ୍କର ଓ ତାହାଙ୍କ ସଙ୍ଗୀମାନଙ୍କର ଭୋଜନ କରିବା ବିଧିସଙ୍ଗତ ନ ଥିଲା, ତାହା ସେମାନେ ଭୋଜନ କରିଥିଲେ।


ତହିଁରେ ଯାଜକ ତାଙ୍କୁ ପବିତ୍ର ରୁଟି ଦେଲା; କାରଣ ସେ ସ୍ଥାନରେ ଆଉ ରୁଟି ନ ଥିଲା, କେବଳ ଦର୍ଶନୀୟ ରୁଟି ଥିଲା, ତାହା ଉଠାଇ ନେବା ଦିନ ତପ୍ତ ରୁଟି ରଖିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରୁ ତାହା ସ୍ଥାନାନ୍ତରିତ କରାଯାଇଥିଲା।


ପୁଣି, ସେମାନଙ୍କୁ ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବା ନିମନ୍ତେ ଯାହା ଦ୍ୱାରା ପ୍ରାୟଶ୍ଚିତ୍ତ ହେଲା, ତାହା ସେମାନେ ଭୋଜନ କରିବେ; ମାତ୍ର କୌଣସି ଅନ୍ୟ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ, କାରଣ ତାହାସବୁ ପବିତ୍ର ବସ୍ତୁ।


କୌଣସି ପ୍ରବାସୀ ବା ବେତନଜୀବୀ ଦାସ ତାହା ଖାଇ ପାରିବ ନାହିଁ।


ମାତ୍ର ଯାଜକର କନ୍ୟା ଯଦି ବିଧବା କି ତ୍ୟକ୍ତା ହୋଇ ନିଃସନ୍ତାନ ହୋଇଥାଏ ଓ ପୁନର୍ବାର ଆସି ବାଲ୍ୟାବସ୍ଥା ତୁଲ୍ୟ ପିତୃଗୃହରେ ବାସ କରେ, ତେବେ ସେ ଆପଣା ପିତାର ଅନ୍ନ ଭୋଜନ କରିବ; ମାତ୍ର ଭିନ୍ନ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ।


ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ, ତହିଁରେ ସେମାନେ ଆପଣାମାନଙ୍କ ଯାଜକତ୍ୱ ପଦ ରକ୍ଷା କରିବେ ଓ ଅନ୍ୟ ବଂଶୀୟ ଯେକେହି ନିକଟବର୍ତ୍ତୀ ହେବ, ତାହାର ପ୍ରାଣଦଣ୍ଡ ହେବ।”


ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ନିସ୍ତାର ପର୍ବର ଏହି ବିଧି; କୌଣସି ବିଦେଶୀୟ ଲୋକ ତାହା ଭୋଜନ କରିବ ନାହିଁ।


ସେ ଆପଣା ପରମେଶ୍ୱରଙ୍କର ମହାପବିତ୍ର ବା ପବିତ୍ର ‘ଭକ୍ଷ୍ୟ’ ଭୋଜନ କରିବ।


ସେହି ଦିନ ଶାଉଲଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ସଦାପ୍ରଭୁଙ୍କ ସମ୍ମୁଖରେ ଅଟକା ଯାଇଥିଲା; ତାହାର ନାମ ଇଦୋମୀୟ ଦୋୟେଗ୍‍, ସେ ଶାଉଲଙ୍କର ପଶୁପାଳକମାନଙ୍କ ମଧ୍ୟରେ ପ୍ରଧାନ ଥିଲା।


ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍‍ ଓ ତୁମ୍ମୀମ୍‍ଧାରୀ କୌଣସି ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ସେମାନେ ପବିତ୍ର ବସ୍ତୁ ଭୋଜନ କରିବେ ନାହିଁ।


ପୁଣି, ତୁମ୍ଭେମାନେ ଆମ୍ଭର ପବିତ୍ର ବସ୍ତୁସକଳର ରକ୍ଷଣୀୟ ରକ୍ଷା କରି ନାହଁ, ମାତ୍ର ତୁମ୍ଭେମାନେ ଆମ୍ଭର ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବା ପାଇଁ ଆପଣାମାନଙ୍କ ନିମନ୍ତେ ରକ୍ଷକ ନିଯୁକ୍ତ କରିଅଛ।


Lean sinn:

Sanasan


Sanasan