Biblia Todo Logo
Bìoball air-loidhne

- Sanasan -




ଲେବୀୟ ପୁସ୍ତକ 26:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭମାନଙ୍କୁ ବୃଷ୍ଟିଦାନ କରିବା, ତହିଁରେ ଭୂମି ନିଜ ଶସ୍ୟର ପୂର୍ଣ୍ଣତା ଉତ୍ପନ୍ନ କରିବ ଓ କ୍ଷେତ୍ରର ବୃକ୍ଷସକଳ ଆପଣା ଆପଣା ଫଳ ଉତ୍ପନ୍ନ କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ତେବେ ଆମ୍ଭେ ତୁମ୍ଭମାନଙ୍କୁ ବୃଷ୍ଟି ଉପଯୁକ୍ତ ସମୟରେ ଦାନ କରିବା, ତହିଁରେ ଭୂମି ନିଜ ଶସ୍ୟର ପୂର୍ଣ୍ଣତା ଉତ୍ପନ୍ନ କରିବ ଓ କ୍ଷେତ୍ରର ବୃକ୍ଷସକଳ ଆପଣା ଆପଣା ଫଳ ଉତ୍ପନ୍ନ କରିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭମାନଙ୍କୁ ବୃଷ୍ଟି ଦାନ କରିବା, ତହିଁରେ ଭୂମି ନିଜ ଶସ୍ୟର ପୂର୍ଣ୍ଣତା ଉତ୍ପନ୍ନ କରିବ ଓ କ୍ଷେତ୍ରର ବୃକ୍ଷସକଳ ଆପଣା ଆପଣା ଫଳ ଉତ୍ପନ୍ନ କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

4 ଯଦି ତୁମ୍ଭେ ତାହା କର, ଆମ୍ଭେ ଠିକ୍ ଋତୁରେ ବର୍ଷା କରିବା, ଆଉ ତୁମ୍ଭେମାନେ ସର୍ବଦା ଆମ୍ଭର କରୁଣା ପାଇବ ଏବଂ ତୁମ୍ଭମାନଙ୍କର ଦରକାର ଅନୁସାରେ ତୁମ୍ଭେମାନେ ବୃଷ୍ଟି ପାଇ ପାରିବ। ଭୂମି ଯଥେଷ୍ଟ ଶସ୍ୟ ଉତ୍ପନ୍ନ କରିବ ଓ ବୃକ୍ଷଗୁଡ଼ିକ ପ୍ରଚୁର ଫଳଧାରଣ କରିବେ।

Faic an caibideil Dèan lethbhreac




ଲେବୀୟ ପୁସ୍ତକ 26:4
31 Iomraidhean Croise  

ଏଥିଉତ୍ତାରେ ଗିଲୀୟଦର ପ୍ରବାସୀ ତିଶ୍‍ବୀୟ ଏଲୀୟ ଆହାବଙ୍କୁ କହିଲେ, “ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋʼ ବାକ୍ୟାନୁସାରେ ହେବ।”


ସେ ପୃଥିବୀରେ ବୃଷ୍ଟି ପ୍ରଦାନ କରନ୍ତି ଓ କ୍ଷେତ୍ରକୁ ଜଳ ପଠାନ୍ତି।


ସେ ଆପଣା ସ୍ବର୍ଗରୁ ପର୍ବତଗଣକୁ ଜଳରେ ସେଚନ କରନ୍ତି; ପୃଥିବୀ ତାହାଙ୍କ କର୍ମର ଫଳରେ ତୃପ୍ତ ହୁଏ।


ପୃଥିବୀ ନିଜ ଫଳ ଉତ୍ପନ୍ନ କରିଅଛି; ପରମେଶ୍ୱର, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ।


ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ପୁଣି, ପୃଥିବୀର ସମସ୍ତ ପ୍ରାନ୍ତ ତାହାଙ୍କୁ ଭୟ କରିବେ।


ହେ ପରମେଶ୍ୱର, ତୁମ୍ଭେ ପ୍ରଚୁର ବୃଷ୍ଟି ପଠାଇଲ, ତୁମ୍ଭ ଅଧିକାର କ୍ଳାନ୍ତ ଥିବା ସମୟରେ ତୁମ୍ଭେ ତାହା ସୁସ୍ଥିର କଲ।


ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ; ତହିଁରେ ଆମ୍ଭମାନଙ୍କ ଦେଶ ଫଳ ଉତ୍ପନ୍ନ କରିବ।


ଧର୍ମ ତାହାଙ୍କର ଆଗେ ଆଗେ ଯିବ ଓ ତାହାଙ୍କ ପଦଚିହ୍ନକୁ ଗମନର ପଥ କରିବ।


ପୁଣି, ଭୂମିରେ ବୁଣିବା ନିମନ୍ତେ ସେ ତୁମ୍ଭ ବୀଜ ପାଇଁ ବୃଷ୍ଟି ଦେବେ; ଭୂମ୍ୟୁତ୍ପନ୍ନ ଭକ୍ଷ୍ୟ ଦେବେ ଓ ତାହା ଉତ୍ତମ ଓ ପ୍ରଚୁର ହେବ; ସେହି ଦିନରେ ତୁମ୍ଭ ପଶୁପଲ ପ୍ରଶସ୍ତ ଚରାସ୍ଥାନରେ ଚରିବେ।


ପୁଣି, ମୁଁ ତାହା ଉଜାଡ଼ କରିବି; ତାହାର ଡାଳ କଟା ହେବ ନାହିଁ କିମ୍ବା ଭୂମି କୋଡ଼ା ହେବ ନାହିଁ; ମାତ୍ର ତାହା କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ; ମଧ୍ୟ ତହିଁ ଉପରେ ଜଳ ବର୍ଷଣ ନ କରିବା ପାଇଁ ମୁଁ ମେଘମାଳକୁ ଆଜ୍ଞା କରିବି।


ଅନ୍ୟଦେଶୀୟମାନଙ୍କର ଅସାର ଦେବତାଗଣ ମଧ୍ୟରେ ଯେ ବୃଷ୍ଟି କରାଇପାରେ, ଏପରି କି କେହି ଅଛି? ଅଥବା ଆକାଶମଣ୍ଡଳ କି ବୃଷ୍ଟିଦାନ କରିପାରେ? ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ହିଁ କି ସେହି ବୃଷ୍ଟିଦାତା ନୁହଁ? ଏନିମନ୍ତେ ଆମ୍ଭେମାନେ ତୁମ୍ଭ ଅପେକ୍ଷାରେ ରହିବା; କାରଣ ତୁମ୍ଭେ ଏହିସବୁର ଉତ୍ପାଦନ କରିଅଛ।


ପୁଣି, ଆମ୍ଭେ ବୃକ୍ଷର ଫଳ ଓ କ୍ଷେତ୍ରର ଶସ୍ୟ ବୃଦ୍ଧି କରିବା, ତହିଁରେ ତୁମ୍ଭେମାନେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଦୁର୍ଭିକ୍ଷ ସକାଶୁ ଆଉ ନିନ୍ଦା ପାଇବ ନାହିଁ।


ହେ କ୍ଷେତ୍ରସ୍ଥ ପଶୁଗଣ, ତୁମ୍ଭେମାନେ ଭୟ କର ନାହିଁ; କାରଣ ପ୍ରାନ୍ତରସ୍ଥ ଚରାଣି ସ୍ଥାନସବୁ ଅଙ୍କୁରିତ ହେଉଅଛି, ବୃକ୍ଷ ଫଳ ଫଳୁଅଛି, ଡିମ୍ବିରିବୃକ୍ଷ ଓ ଦ୍ରାକ୍ଷାଲତା ଆପଣା ଶକ୍ତି ପ୍ରକାଶ କରୁଅଛି।


ପୁଣି, ଭୂମି ନିଜ ଫଳ ଉତ୍ପନ୍ନ କରିବ, ତହିଁରେ ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଭୋଜନ କରିବ ଓ ଦେଶରେ ନିର୍ଭୟରେ ବାସ କରିବ।


ଆମ୍ଭେ ଷଷ୍ଠ ବର୍ଷରେ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦ ଆଜ୍ଞା କରିବା, ତହିଁରେ ତାହା ତିନି ବର୍ଷର ଫଳ ଉତ୍ପନ୍ନ କରିବ।


କାରଣ ଶାନ୍ତିଯୁକ୍ତ ବୀଜ ବୁଣାଯିବ। ଦ୍ରାକ୍ଷାଲତା ଫଳବତୀ ହେବ ଓ ଭୂମି ଆପଣା ଫଳ ଉତ୍ପନ୍ନ କରିବ, ଆଉ ଆକାଶ ଆପଣା ଶିଶିର ଦାନ କରିବ ଓ ଆମ୍ଭେ ଏହି ଅବଶିଷ୍ଟାଂଶ ଲୋକମାନଙ୍କୁ ଏହି ସମସ୍ତର ଅଧିକାରୀ କରାଇବା।


ଯେପରି ତୁମ୍ଭେମାନେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ସନ୍ତାନ ହେବ; ସେ ତ ଦୁଷ୍ଟ ଓ ସନ୍ଥ ଉଭୟଙ୍କ ଉପରେ ଆପଣା ସୂର୍ଯ୍ୟ ଉଦୟ କରାନ୍ତି, ପୁଣି, ଧାର୍ମିକ ଓ ଅଧାର୍ମିକମାନଙ୍କ ଉପରେ ବୃଷ୍ଟି ବର୍ଷାନ୍ତି।


ତଥାପି ସେ ଆପଣାକୁ ସାକ୍ଷ୍ୟ ବିହୀନ କରି ରଖି ନାହାନ୍ତି, କାରଣ ସେ ମଙ୍ଗଳ କରିଅଛନ୍ତି, ଆଉ ଆକାଶରୁ ବୃଷ୍ଟି ଓ ଫଳଦାୟକ ଋତୁ ଗୁଡ଼ିକ ଦେଇ ଭକ୍ଷ ଓ ଆନନ୍ଦରେ ଆପଣମାନଙ୍କ ହୃଦୟ ପରିତୃପ୍ତ କରିଅଛନ୍ତି।


ଆଉ ତୁମ୍ଭେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କୁ ସେବା କରିବାକୁ ଆଜି ଆମ୍ଭେ ଯେଉଁ ଆଜ୍ଞା ଦେଉଅଛୁ, ତାହା ଯଦି ଯତ୍ନପୂର୍ବକ ଶୁଣିବ;


ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭ ଦେଶରେ ବୃଷ୍ଟି, ଅର୍ଥାତ୍‍, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଦାନ କରିବା, ତହିଁରେ ତୁମ୍ଭେ ଆପଣା ଶସ୍ୟ, ଆପଣା ଦ୍ରାକ୍ଷାରସ ଓ ଆପଣା ତୈଳ ସଂଗ୍ରହ କରି ପାରିବ।


ସଦାପ୍ରଭୁ ଯଥା ସମୟରେ ତୁମ୍ଭ ଭୂମିରେ ବୃଷ୍ଟି ଦେବାକୁ ଓ ତୁମ୍ଭ ହସ୍ତର ସମସ୍ତ କର୍ମରେ ଆଶୀର୍ବାଦ କରିବାକୁ ଆପଣା ଆକାଶ ରୂପ ଉତ୍ତମ ଭଣ୍ଡାର ତୁମ୍ଭ ପ୍ରତି ମୁକ୍ତ କରିବେ; ତହିଁରେ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ ନେବ ନାହିଁ।


ଅତଏବ, ହେ ଭାଇମାନେ, ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ। ଦେଖ, କୃଷକ କ୍ଷେତ୍ରର ବହୁମୂଲ୍ୟ ଫଳ ପାଇବା ନିମନ୍ତେ ଧୈର୍ଯ୍ୟ ଧରି ଆଦ୍ୟ ଓ ଶେଷ ବୃଷ୍ଟି ନ ହେବା ପର୍ଯ୍ୟନ୍ତ ଅପେକ୍ଷାରେ ରହେ।


ସେମାନେ ଭାବବାଣୀ କହିବା ସମୟ ମଧ୍ୟରେ ଯେପରି ବୃଷ୍ଟି ନ ହୁଏ, ଏଥିନିମନ୍ତେ ଆକାଶ ବନ୍ଦ କରିବାକୁ ସେମାନଙ୍କର କ୍ଷମତା ଅଛି, ପୁଣି, ଯେତେ ଥର ଇଚ୍ଛା, ସେତେ ଥର ଜଳକୁ ରକ୍ତରେ ପରିଣତ କରିବାକୁ ଓ ପୃଥିବୀକୁ ସମସ୍ତ ପ୍ରକାର ମହାମାରୀ ଦ୍ୱାରା ଆଘାତ କରିବାକୁ ମଧ୍ୟ ସେମାନଙ୍କର କ୍ଷମତା ଅଛି।


Lean sinn:

Sanasan


Sanasan