Biblia Todo Logo
Bìoball air-loidhne

- Sanasan -




ଲେବୀୟ ପୁସ୍ତକ 26:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ତଥାପି ଏହିସବୁ କାରଣରୁ, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଦେଶରେ ଥିବା ସମୟରେ ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ନିମନ୍ତେ ଓ ସେମାନଙ୍କ ସହିତ ଆପଣା ନିୟମ ଭାଙ୍ଗିବା ନିମନ୍ତେ ସେମାନଙ୍କୁ ଅଗ୍ରାହ୍ୟ କରିବା ନାହିଁ, କିଅବା ସେମାନଙ୍କୁ ଘୃଣା କରିବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

44 ତଥାପି ଏହିସବୁ କାରଣରୁ, ସେମାନେ ଆପଣା-ମାନଙ୍କ ଶତ୍ରୁଗଣର ଦେଶରେ ଥିବା ସମୟରେ ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ନିମନ୍ତେ ଓ ସେମାନଙ୍କ ସହିତ ଆପଣା ନିୟମ ଭାଙ୍ଗିବା ନିମନ୍ତେ ସେମାନଙ୍କୁ ଅଗ୍ରାହ୍ୟ କରିବା ନାହିଁ, କିଅବା ସେମାନଙ୍କୁ ଘୃଣା କରିବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ଵର ଅଟୁ;

Faic an caibideil Dèan lethbhreac

ଓଡିଆ ବାଇବେଲ

44 ତଥାପି ଏହିସବୁ କାରଣରୁ, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଦେଶରେ ଥିବା ସମୟରେ ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ନିମନ୍ତେ ଓ ସେମାନଙ୍କ ସହିତ ଆପଣା ନିୟମ ଭାଙ୍ଗିବା ନିମନ୍ତେ ସେମାନଙ୍କୁ ଅଗ୍ରାହ୍ୟ କରିବା ନାହିଁ, କିଅବା ସେମାନଙ୍କୁ ଘୃଣା କରିବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ।

Faic an caibideil Dèan lethbhreac

ପବିତ୍ର ବାଇବଲ

44 ସେମାନେ ପ୍ରକୃତରେ ପାପୀ, ମାତ୍ର ଯଦି ସେମାନେ ସାହାଯ୍ୟ ନିମନ୍ତେ ଆମ୍ଭ ନିକଟକୁ ଆସନ୍ତି, ଆମ୍ଭେ ସେମାନଙ୍କ ପ୍ରତି ବିମୁଖ ହେବା ନାହିଁ, ସେମାନେ ଶତ୍ରୁଗଣଙ୍କ ଦେଶରେ ଥିଲେ ମଧ୍ୟ ଆମ୍ଭେ ସେମାନଙ୍କ କଥା ଶୁଣିବା, ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ବିନାଶ କରିବା ନାହିଁ କି ସେମାନଙ୍କ ସହିତ ଆପଣା ନିୟମ ଭଙ୍ଗ ନିମନ୍ତେ ସେମାନଙ୍କୁ ଅଗ୍ରାହ୍ୟ କରିବା ନାହିଁ। କିମ୍ବା ସେମାନଙ୍କୁ ଘୃଣା କରିବା ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ।

Faic an caibideil Dèan lethbhreac




ଲେବୀୟ ପୁସ୍ତକ 26:44
20 Iomraidhean Croise  

ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶ-ପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା।


ମାତ୍ର ସଦାପ୍ରଭୁ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ସହିତ ଆପଣା କୃତ ନିୟମ ସକାଶୁ ସେମାନଙ୍କ ପ୍ରତି ଅନୁଗ୍ରହ କଲେ ଓ ସେମାନଙ୍କ ଉପରେ ଦୟା ବହି ସେମାନଙ୍କ ପ୍ରତି ସୁଦୃଷ୍ଟି କଲେ, ଆଉ ସେମାନଙ୍କୁ ବିନାଶ କରିବାକୁ ଅସମ୍ମତ ହେଲେ ଓ ଏପର୍ଯ୍ୟନ୍ତ ଆପଣା ସମ୍ମୁଖରୁ ସେମାନଙ୍କୁ ଦୂର କଲେ ନାହିଁ।


ଆଉ ସେମାନେ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ମନ କଠିନ କଲେ ଓ ଦାସତ୍ୱାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।


ତଥାପି ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ନିଃଶେଷ କଲ ନାହିଁ, ଅବା ସେମାନଙ୍କୁ ପରିତ୍ୟାଗ କଲ ନାହିଁ; କାରଣ ତୁମ୍ଭେ କୃପାମୟ ଓ ଦୟାଳୁ ପରମେଶ୍ୱର ଅଟ।


ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ, ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି।


ମାତ୍ର ତାହାଠାରୁ ଆମ୍ଭେ ଆପଣା ଦୟା ଏକାନ୍ତ ନେବା ନାହିଁ; କିଅବା ଆମ୍ଭ ବିଶ୍ୱସ୍ତତାର ତ୍ରୁଟି ହେବାକୁ ଦେବା ନାହିଁ।


କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ, କିଅବା ଆପଣା ଅଧିକାର ପରିତ୍ୟାଗ କରିବେ ନାହିଁ।


ତୁମ୍ଭେ ଆପଣା ନାମ ସକାଶୁ ଆମ୍ଭମାନଙ୍କୁ ଘୃଣା କର ନାହିଁ; ଆପଣା ଗୌରବ ସିଂହାସନର ଅପମାନ କର ନାହିଁ; ସ୍ମରଣ କର, ଆମ୍ଭମାନଙ୍କ ସହିତ ତୁମ୍ଭର କୃତ ନିୟମ ଭଗ୍ନ କର ନାହିଁ।


“ଯଥା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ଯେଉଁ ନିର୍ବାସିତ ଯିହୁଦୀୟମାନଙ୍କୁ ଏହି ସ୍ଥାନରୁ କଲ୍‍ଦୀୟମାନଙ୍କର ଦେଶକୁ ପଠାଇଅଛୁ, ସେମାନଙ୍କର ମଙ୍ଗଳ ନିମନ୍ତେ ଆମ୍ଭେ ସେମାନଙ୍କୁ ଏହି ଉତ୍ତମ ଡିମ୍ବିରି ଫଳ ତୁଲ୍ୟ ଜ୍ଞାନ କରିବା।


କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।


ଇଫ୍ରୟିମ କି ଆମ୍ଭର ପ୍ରିୟ ପୁତ୍ର? ସେ କି ଆନନ୍ଦଦାୟୀ ବାଳକ? କାରଣ ଆମ୍ଭେ ଯେତେ ଥର ତାହା ବିରୁଦ୍ଧରେ କଥା କହୁ, ସେତେଥର ଆଗ୍ରହରେ ଆମ୍ଭେ ତାହାକୁ ସ୍ମରଣ କରୁ; ଏଥିପାଇଁ ତାହା ନିମନ୍ତେ ଆମ୍ଭର ଅନ୍ତର ବ୍ୟାକୁଳ ହୁଏ; ଆମ୍ଭେ ଅବଶ୍ୟ ତାହାକୁ ଦୟା କରିବା, ଏହା ସଦାପ୍ରଭୁ କହନ୍ତି।


ତାହାହେଲେ ଆମ୍ଭେ ଯାକୁବର ଓ ଆମ୍ଭ ଦାସ ଦାଉଦର ବଂଶକୁ ଅଗ୍ରାହ୍ୟ କରି ଅବ୍ରହାମର, ଇସ୍‌ହାକର ଓ ଯାକୁବର ବଂଶ ଉପରେ ଶାସନକର୍ତ୍ତା କରିବା ପାଇଁ ତାହାର ବଂଶରୁ ଲୋକ ଗ୍ରହଣ କରିବା ନାହିଁ। ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା ଓ ସେମାନଙ୍କ ପ୍ରତି ଦୟା କରିବା।”


ତଥାପି ତୁମ୍ଭ ଯୌବନାବସ୍ଥାରେ ତୁମ୍ଭ ସହିତ ଆମ୍ଭ କୃତ ନିୟମ ଆମ୍ଭେ ସ୍ମରଣ କରିବା ଓ ତୁମ୍ଭ ପକ୍ଷରେ ଆମ୍ଭେ ଅନନ୍ତକାଳସ୍ଥାୟୀ ଏକ ନିୟମ ସ୍ଥାପନ କରିବା।


ଆଉ ଆମ୍ଭେ ଆପଣା ଆବାସ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାପନ କରିବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ ନାହିଁ।


ଈଶ୍ବର ଆପଣାର ଯେଉଁ ଲୋକମାନଙ୍କୁ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ପରିତ୍ୟାଗ କରି ନାହାନ୍ତି; ଏଲୀୟଙ୍କ ବିବରଣରେ ଶାସ୍ତ୍ର କଅଣ କହେ, ତାହା କି ତୁମ୍ଭେମାନେ ଜାଣ ନାହିଁ? ସେ କିପରି ଇସ୍ରାଏଲ ବିରୁଦ୍ଧରେ ଈଶ୍ବରଙ୍କଠାରେ ନିବେଦନ କରନ୍ତି,


ଆଉ, ଏହି ପ୍ରକାରେ ସମସ୍ତ ଇସ୍ରାଏଲ ପରିତ୍ରାଣ ପାଇବେ, ଯେପରି ଲେଖାଅଛି, “ସିୟୋନରୁ ଉଦ୍ଧାରକର୍ତ୍ତା ଆଗମନ କରିବେ, ସେ ଯାକୁବଠାରୁ ଅଧର୍ମ ଦୂର କରିବେ।


ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ଗିଲ୍‍ଗଲ୍‍ରୁ ବୋଖୀମକୁ ଆସିଲେ, ଆଉ ସେ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଯେଉଁ ଦେଶ ଦେବା ପାଇଁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲୁ, ସେଠାକୁ ତୁମ୍ଭମାନଙ୍କୁ ଆଣିଅଛୁ; ପୁଣି ଆମ୍ଭେ କହିଲୁ, ‘ଆମ୍ଭେ ତୁମ୍ଭମାନଙ୍କ ସହିତ ଆପଣା ନିୟମ ଅନନ୍ତକାଳ ପର୍ଯ୍ୟନ୍ତ ଲଙ୍ଘନ କରିବା ନାହିଁ।


Lean sinn:

Sanasan


Sanasan