Biblia Todo Logo
Bìoball air-loidhne

- Sanasan -




ଲେବୀୟ ପୁସ୍ତକ 5:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି ପବିତ୍ର ବସ୍ତୁ ବିଷୟରେ ସେ ଯେଉଁ ତ୍ରୁଟି କରିଅଛି, ତହିଁର ପରିଶୋଧ କରିବ, ତାହା ବ୍ୟତୀତ ପଞ୍ଚମାଂଶର ଏକାଂଶ ମଧ୍ୟ ଯାଜକକୁ ଦେବ, ତହୁଁ ଯାଜକ ଦୋଷାର୍ଥକ ମେଷବଳି ଦ୍ୱାରା ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ପୁଣି ପବିତ୍ର ବସ୍ତୁ ବିଷୟରେ ସେ ଯେ ତ୍ରୁଟି କରିଅଛି, ତହିଁର ପରିଶୋଧ କରିବ, ତାହା ଛଡ଼ା ପଞ୍ଚମାଂଶର ଏକାଂଶ ମଧ୍ୟ ଯାଜକକୁ ଦେବ, ତହୁଁ ଯାଜକ ଦୋଷାର୍ଥକ ମେଷବଳି ଦ୍ଵାରା ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

16 ପୁଣି ପବିତ୍ର ବସ୍ତୁ ବିଷୟରେ ସେ ଯେଉଁ ତ୍ରୁଟି କରିଅଛି, ତହିଁର ପରିଶୋଧ କରିବ, ତାହା ବ୍ୟତୀତ ପଞ୍ଚମାଂଶର ଏକାଂଶ ମଧ୍ୟ ଯାଜକକୁ ଦେବ, ତହୁଁ ଯାଜକ ଦୋଷାର୍ଥକ ମେଷ ବଳି ଦ୍ୱାରା ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ

16 ପୁଣି ପବିତ୍ର ବସ୍ତୁ ବିଷୟରେ ସେ ଯେଉଁ ପାପ କରିଅଛି ତାହା ପରିଶୋଧ କରିବ। ଏହା ବ୍ୟତୀତ ଏକ ପଞ୍ଚମାଂଶ ଯାଜକକୁ ଦେବ, ତହୁଁ ଯାଜକ ଦୋଷାର୍ଥକ ନୈବେଦ୍ୟ ଦ୍ୱାରା ତା’ ପାଇଁ ପ୍ରାୟଶ୍ଚିତ କରିବ, ତହିଁରେ ସେ କ୍ଷମା ପ୍ରାପ୍ତ ହେବ।

Faic an caibideil Dèan lethbhreac




ଲେବୀୟ ପୁସ୍ତକ 5:16
22 Iomraidhean Croise  

ଅକାରଣରେ ମୋତେ ଘୃଣା କରିବା ଲୋକେ ମୋʼ ମସ୍ତକର କେଶଠାରୁ ଅନେକ; ଯେଉଁମାନେ ଅନ୍ୟାୟରେ ମୋହର ଶତ୍ରୁ ହୋଇ ମୋତେ ଉଚ୍ଛିନ୍ନ କରିବାକୁ ଇଚ୍ଛା କରନ୍ତି, ସେମାନେ ବଳବାନ; ତେଣୁ ମୁଁ ଯାହା ଅପହରଣ କଲି ନାହିଁ, ତାହା ଫେରାଇ ଦେଲି।


ଯଦି କେହି ଗୋରୁ କି ମେଷ ଚୋରି କରି ବଧ କରେ ଅବା ବିକ୍ରୟ କରେ, ତେବେ ସେ ଏକ ଗୋରୁ ପରିଶୋଧରେ ପାଞ୍ଚ ଗୋରୁ ଓ ଏକ ମେଷ ପରିଶୋଧରେ ଚାରି ମେଷ ଦେବ।


ଆଉ, ଯଦି କେହି ଅଜ୍ଞାତସାରରେ ପବିତ୍ର ଦ୍ରବ୍ୟ ଭୋଜନ କରେ, ତେବେ ସେ ତହିଁର ପଞ୍ଚମାଂଶ ଅଧିକା କରି ଯାଜକକୁ ପବିତ୍ର ଦ୍ରବ୍ୟ ଦେବ।


ମାତ୍ର, ଯଦି ସେ କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ।


ଆଉ, ଯଦି ଗୃହ ପ୍ରତିଷ୍ଠାକାରୀ ଆପଣା ଗୃହ ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ।


ପୁଣି ଯଦି ତାହା ଅଶୁଚି ପଶୁ ହୁଏ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟ ଅନୁସାରେ ତାହା ମୁକ୍ତ କରିବ, ପୁଣି ସେହି ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ; ମୁକ୍ତ କରା ନ ଗଲେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ବିକ୍ରୀତ ହେବ।


ଆଉ, ଯଦି କେହି ଆପଣା ଦଶମାଂଶରୁ କିଛି ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତହିଁର ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ।


ପୁଣି, ସେ ସେହି ପାପାର୍ଥକ ବଳିର ଗୋବତ୍ସକୁ ଯେରୂପ କଲା, ଏହାକୁ ହିଁ ସେରୂପ କରିବ; ଏହିରୂପେ ଯାଜକ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେମାନେ କ୍ଷମାପ୍ରାପ୍ତ ହେବେ।


ପୁଣି ମଙ୍ଗଳାର୍ଥକ ବଳିଦାନର ମେଦ ତୁଲ୍ୟ ତାହାର ସକଳ ମେଦ ନେଇ ବେଦି ଉପରେ ଦଗ୍ଧ କରିବ; ଏହିରୂପେ ଯାଜକ ତାହାର ପାପମୋଚନାର୍ଥକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।


ତହିଁ ଉତ୍ତାରେ ସେ ବିଧି ଅନୁସାରେ ଅନ୍ୟଟିକୁ ହୋମାର୍ଥକ ବଳି ଉତ୍ସର୍ଗ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମାପ୍ରାପ୍ତ ହେବ।


ଏହିରୂପେ ଉକ୍ତ କୌଣସି ବିଷୟରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶୁ ତାହା ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ; ଆଉ, ଅବଶିଷ୍ଟ ଦ୍ରବ୍ୟ ଭକ୍ଷ୍ୟ ନୈବେଦ୍ୟ ତୁଲ୍ୟ ଯାଜକର ହେବ।”


ତହୁଁ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ପାପାର୍ଥକ ବଳିଦାନ ରୂପେ ପଲରୁ ମେଷବତ୍ସା କି ଛାଗବତ୍ସା ନେଇ ସଦାପ୍ରଭୁଙ୍କ ସମ୍ମୁଖକୁ ଦୋଷାର୍ଥକ ବଳି ଆଣିବ; ପୁଣି ଯାଜକ ତାହାର ପାପ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।


ଯେଉଁ ସ୍ଥାନରେ ଲୋକମାନେ ହୋମବଳି ବଧ କରନ୍ତି, ସେହି ସ୍ଥାନରେ ସେମାନେ ଦୋଷାର୍ଥକ ବଳି ବଧ କରିବେ; ପୁଣି, ଯାଜକ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବ।


ତେବେ ସେ ଆପଣା କୃତ ପାପ ସ୍ୱୀକାର କରିବ ଓ ସମ୍ପୂର୍ଣ୍ଣ ରୂପେ ଆପଣା ଦୋଷ ସକାଶୁ କ୍ଷତିପୂରଣ ଦେବ ଓ ତହିଁର ପଞ୍ଚମାଂଶ ଅଧିକ ମିଶାଇ ଯାହା ବିରୁଦ୍ଧରେ ଦୋଷ କରିଅଛି, ତାହାକୁ ଦେବ।


ମାତ୍ର ଯାହାକୁ ଦୋଷ ନିମନ୍ତେ କ୍ଷତିପୂରଣ ଦିଆଯାଇ ପାରେ, ଏପରି ମୁକ୍ତିକର୍ତ୍ତା ଜ୍ଞାତି ଯଦି ସେହି ଲୋକର ନ ଥାଏ, ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଦୋଷାର୍ଥକ କ୍ଷତିପୂରଣ ଦିଆଯାଏ, ତାହା ଯାଜକର ହେବ; ତାହା ବ୍ୟତୀତ ଯଦ୍ଦ୍ୱାରା ତାହା ପାଇଁ ପ୍ରାୟଶ୍ଚିତ୍ତ କରାଯିବ, ସେହି ପ୍ରାୟଶ୍ଚିତ୍ତାର୍ଥକ ମେଷବଳି ହିଁ ଦେବାକୁ ହେବ।


କିନ୍ତୁ ଜଖୀୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋହର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି।


କିନ୍ତୁ ପ୍ରଥମେ ଦମ୍ମେଶକର ଓ ଯିରୂଶାଲମ ସହରର ଲୋକମାନଙ୍କ ନିକଟରେ, ପରେ ଯିହୂଦିୟା ପ୍ରଦେଶର ସମସ୍ତ ଅଞ୍ଚଳରେ, ପୁଣି, ଅଣଯିହୁଦୀମାନଙ୍କ ନିକଟରେ ମଧ୍ୟ ପ୍ରଚାର କରିବାକୁ ଲାଗିଲି, ଯେପରି ସେମାନେ ମନ-ପରିବର୍ତ୍ତନ କରି ଈଶ୍ବରଙ୍କ ପ୍ରତି ଫେରିଆସନ୍ତି ଓ ମନ-ପରିବର୍ତ୍ତନର ଉପଯୁକ୍ତ କାର୍ଯ୍ୟ କରନ୍ତି।


ତହିଁରେ ସେମାନେ କହିଲେ, “ଯେବେ ତୁମ୍ଭେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ପଠାଇଦେବ, ତେବେ ତାହା ରିକ୍ତ ପଠାଅ ନାହିଁ; ମାତ୍ର କୌଣସିମତେ ହେଲେ ଗୋଟିଏ ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଅ; ତେବେ ତୁମ୍ଭେମାନେ ସୁସ୍ଥ ହେବ ଓ ତୁମ୍ଭମାନଙ୍କଠାରୁ ତାହାଙ୍କ ହସ୍ତ କାହିଁକି ଘୁଞ୍ଚା ଯାଉ ନାହିଁ, ଏହା ତୁମ୍ଭମାନଙ୍କୁ ଜଣାଯିବ।”


Lean sinn:

Sanasan


Sanasan