Biblia Todo Logo
Bìoball air-loidhne

- Sanasan -




ଲେବୀୟ ପୁସ୍ତକ 5:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି ଉକ୍ତ କୌଣସି ଏକ ବିଷୟରେ ସେ ଦୋଷୀ ହେଲେ, ଆପଣାର ସେହି କୃତ ପାପ ସ୍ୱୀକାର କରିବା ତାହାର କର୍ତ୍ତବ୍ୟ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ପୁଣି ଉକ୍ତ କୌଣସି ଏକ ବିଷୟରେ ସେ ଦୋଷୀ ହେଲେ, ଆପଣାର ସେହି କୃତ ପାପ ସ୍ଵୀକାର କରିବା ତାହାର କର୍ତ୍ତବ୍ୟ।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ପୁଣି ଉକ୍ତ କୌଣସି ଏକ ବିଷୟରେ ସେ ଦୋଷୀ ହେଲେ, ଆପଣାର ସେହି କୃତ ପାପ ସ୍ୱୀକାର କରିବା ତାହାର କର୍ତ୍ତବ୍ୟ।

Faic an caibideil Dèan lethbhreac

ପବିତ୍ର ବାଇବଲ

5 ତେଣୁ ଯଦି କେହି ଏହି ବିଷୟଗୁଡ଼ିକ ମଧ୍ୟରୁ କୌଣସି ଗୋଟିକରେ ଦୋଷୀ ହୁଏ, ତେବେ ସେ ନିଜର ସେ ପାପକର୍ମ ସ୍ୱୀକାର କରିବ।

Faic an caibideil Dèan lethbhreac




ଲେବୀୟ ପୁସ୍ତକ 5:5
13 Iomraidhean Croise  

ସେ ମନୁଷ୍ୟମାନଙ୍କ ସାକ୍ଷାତରେ ଗାନ କରି କହେ, ‘ମୁଁ ପାପ କରିଅଛି ଓ ନ୍ୟାୟର ବିପରୀତ କରିଅଛି ଓ ତାହା ମୋହର ଲାଭଜନକ ହୋଇ ନାହିଁ।


ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,” ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। [ସେଲା]


ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।


ସଦାପ୍ରଭୁ କହନ୍ତି, ତୁମ୍ଭେ ଯେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ଅପରାଧ କରିଅଛ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ବିଦେଶୀୟମାନଙ୍କ ନିକଟକୁ ଯାଇ ଭ୍ରମଣ କରିଅଛ ଓ ଆମ୍ଭ ରବରେ ମନୋଯୋଗ କରି ନାହଁ, ଆପଣାର ଏହି ଅଧର୍ମାଚରଣ କେବଳ ସ୍ୱୀକାର କର।


ପୁଣି, ମୁଁ ସଦାପ୍ରଭୁ ମୋର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲି ଓ ପାପ ସ୍ୱୀକାର କରି କହିଲି, “ହେ ପ୍ରଭୁ, ତୁମ୍ଭେ ମହାନ ଓ ଭୟାନକ ପରମେଶ୍ୱର, ଯେଉଁମାନେ ତୁମ୍ଭଙ୍କୁ ପ୍ରେମ କରନ୍ତି ଓ ତୁମ୍ଭର ଆଜ୍ଞା ପାଳନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ରକ୍ଷା କରିଥାଅ।


ପୁଣି, ହାରୋଣ ସେହି ଜୀଅନ୍ତା ଛାଗର ମସ୍ତକରେ ଆପଣା ଦୁଇ ହସ୍ତର ନିର୍ଭର ଦେଇ ତାହା ଉପରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ଅପରାଧ, ସମସ୍ତ ଅଧର୍ମ ଓ ସମସ୍ତ ପାପ ସ୍ୱୀକାର କରିବ; ଆଉ, ତାହାସବୁ ସେହି ଛାଗର ମସ୍ତକରେ ଅର୍ପଣ କରି ପ୍ରସ୍ତୁତ ଥିବା ମନୁଷ୍ୟ ହସ୍ତରେ ତାହାକୁ ପ୍ରାନ୍ତରକୁ ପଠାଇଦେବ।


ଆଉ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ସେମାନେ ଓ ସେମାନଙ୍କ ପିତୃଗଣ ଯେଉଁ ସତ୍ୟ-ଲଙ୍ଘନ ଅପରାଧ କଲେ, ଆପଣାମାନଙ୍କର ସେହି ଅପରାଧ;


ଏହିରୂପେ ଉକ୍ତ କୌଣସି ବିଷୟରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶୁ ତାହା ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ; ଆଉ, ଅବଶିଷ୍ଟ ଦ୍ରବ୍ୟ ଭକ୍ଷ୍ୟ ନୈବେଦ୍ୟ ତୁଲ୍ୟ ଯାଜକର ହେବ।”


ତେବେ ସେ ଆପଣା କୃତ ପାପ ସ୍ୱୀକାର କରିବ ଓ ସମ୍ପୂର୍ଣ୍ଣ ରୂପେ ଆପଣା ଦୋଷ ସକାଶୁ କ୍ଷତିପୂରଣ ଦେବ ଓ ତହିଁର ପଞ୍ଚମାଂଶ ଅଧିକ ମିଶାଇ ଯାହା ବିରୁଦ୍ଧରେ ଦୋଷ କରିଅଛି, ତାହାକୁ ଦେବ।


କାରଣ ଧାର୍ମିକତାପ୍ରାପ୍ତି ନିମନ୍ତେ ମନୁଷ୍ୟ ହୃଦୟରେ ବିଶ୍ୱାସ କରେ ଓ ପରିତ୍ରାଣ ପ୍ରାପ୍ତି ନିମନ୍ତେ ମୁଖରେ ସ୍ୱୀକାର କରେ।


ତେବେ ଯିହୋଶୂୟ ଆଖନ୍‍କୁ କହିଲେ, “ହେ ମୋହର ପୁତ୍ର, ବିନୟ କରୁଅଛି, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ୱୀକାର କର; ଆଚ୍ଛା, ତୁମ୍ଭେ କଅଣ କରିଅଛ, ମୋତେ କୁହ; ମୋʼ ଠାରୁ ତାହା ଲୁଚାଅ ନାହିଁ।”


Lean sinn:

Sanasan


Sanasan