Biblia Todo Logo
Bìoball air-loidhne

- Sanasan -




ଲେବୀୟ ପୁସ୍ତକ 6:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଅବା ଯେକୌଣସି ବିଷୟରେ ମିଥ୍ୟା ଶପଥ କରିଅଛି, ସେହି ସବୁ ଦ୍ରବ୍ୟ ଫେରାଇ ଦେବ; ମଧ୍ୟ ସେ ତାହା ସମ୍ପୂର୍ଣ୍ଣ ରୂପେ ଓ ତହିଁ ସଙ୍ଗେ ତହିଁର ପଞ୍ଚମାଂଶ ଅଧିକ ଫେରାଇ ଦେବ; ସେ ଦୋଷୀ ବୋଲି ନିଶ୍ଚିତ ହେବା ଦିନରେ ସେହି ଦ୍ରବ୍ୟର ମାଲିକକୁ ତାହା ଦେବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ଅବା ଯେକୌଣସି ବିଷୟରେ ମିଥ୍ୟା-ଶପଥ କରିଅଛି, ସେହି ସବୁ ଦ୍ରବ୍ୟ ଫେରାଇ ଦେବ; ମଧ୍ୟ ସେ ତାହା ସମ୍ପୂର୍ଣ୍ଣ ରୂପେ ଓ ତହିଁ ସଙ୍ଗେ ତହିଁର ପଞ୍ଚମାଂଶ ଅଧିକ ଫେରାଇ ଦେବ; ସେ ଦୋଷୀ ବୋଲି ନିଶ୍ଚିତ ହେବା ଦିନରେ ଦ୍ରବ୍ୟ-ସ୍ଵାମୀକି ତାହା ଦେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ଅବା ଯେକୌଣସି ବିଷୟରେ ମିଥ୍ୟା ଶପଥ କରିଅଛି, ସେହି ସବୁ ଦ୍ରବ୍ୟ ଫେରାଇ ଦେବ; ମଧ୍ୟ ସେ ତାହା ସମ୍ପୂର୍ଣ୍ଣ ରୂପେ ଓ ତହିଁ ସଙ୍ଗେ ତହିଁର ପଞ୍ଚମାଂଶ ଅଧିକ ଫେରାଇ ଦେବ; ସେ ଦୋଷୀ ବୋଲି ନିଶ୍ଚିତ ହେବା ଦିନରେ ସେହି ଦ୍ରବ୍ୟର ମାଲିକକୁ ତାହା ଦେବ।

Faic an caibideil Dèan lethbhreac

ପବିତ୍ର ବାଇବଲ

5 ସେ ଯେଉଁଥିପାଇଁ ଗୋଟିଏ ମିଥ୍ୟା ଶପଥ କରିଥିଲା, ତାହାର ଏକ ପଞ୍ଚମାଂଶ ଅର୍ଥଦଣ୍ଡ ସହିତ ସମ୍ପୂର୍ଣ୍ଣ ଫେରାଇ ଦେବା ଉଚିତ୍। ଏସବୁ ସେ କରିବ ଯେଉଁ ଦିନ ସେ ଦୋଷୀ ବୋଲି ସାବ୍ୟସ୍ତ ହେବ ଓ ସେହି ଦିନ ସେ ଗ୍ରହିତାକୁ ଦ୍ରବ୍ୟ ଦେବ।

Faic an caibideil Dèan lethbhreac




ଲେବୀୟ ପୁସ୍ତକ 6:5
16 Iomraidhean Croise  

ସେ ଏହି କର୍ମ କରିବାରୁ ଓ ସେ କିଛି ଦୟା ନ କରିବାରୁ ସେହି ମେଷବତ୍ସାର ଚାରିଗୁଣ ଫେରାଇ ଦେବ।”


ଆହୁରି, ଆମ୍ଭମାନଙ୍କ ଭୂମିର ପ୍ରଥମଜାତ ଶସ୍ୟ ଓ ସର୍ବପ୍ରକାର ବୃକ୍ଷର ପ୍ରଥମଜାତ ଫଳ ବର୍ଷକୁ ବର୍ଷ ସଦାପ୍ରଭୁଙ୍କ ଗୃହକୁ ଆଣିବା ପାଇଁ,


ଯଦି କେହି ଗୋରୁ କି ମେଷ ଚୋରି କରି ବଧ କରେ ଅବା ବିକ୍ରୟ କରେ, ତେବେ ସେ ଏକ ଗୋରୁ ପରିଶୋଧରେ ପାଞ୍ଚ ଗୋରୁ ଓ ଏକ ମେଷ ପରିଶୋଧରେ ଚାରି ମେଷ ଦେବ।


ଗୋରୁ ଅବା ଗର୍ଦ୍ଦଭ କି ମେଷାଦି ଚୋରା ଦ୍ରବ୍ୟ ଯଦି ଚୋର ହସ୍ତରେ ଜୀବିତ ମିଳେ, ତେବେ ସେ ତହିଁର ଦୁଇଗୁଣ ଦେବ।


ଆଉ, କେହି ଯଦି ଆପଣା ପ୍ରତିବାସୀ ନିକଟରେ ମୁଦ୍ରା ଅବା ଆଉ କୌଣସି ଦ୍ରବ୍ୟ ରଖିବା ପାଇଁ ସମର୍ପଣ କରେ, ତାହା ଯଦି କେହି ସେହି ମନୁଷ୍ୟର ଗୃହରୁ ଚୋରି କରେ ଓ ସେହି ଚୋର ଧରା ପଡ଼େ, ତେବେ ସେ ତହିଁର ଦୁଇଗୁଣ ଦେବ।


ପୁଣି, ସର୍ବପ୍ରକାର ଅଧର୍ମ ବିଷୟରେ, ଅର୍ଥାତ୍‍, ଗୋରୁ, ଗର୍ଦ୍ଦଭ, ମେଷ କିଅବା ବସ୍ତ୍ରାଦି, ଯେକୌଣସି ହଜିଲା ଦ୍ରବ୍ୟ ବିଷୟରେ ଯଦି କେହି କହେ, “ଏହା ସେହି ଦ୍ରବ୍ୟ,” ତେବେ ଉଭୟ ପକ୍ଷର କଥା ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ; ତହିଁରେ ପରମେଶ୍ୱର ଯାହାକୁ ଦୋଷୀ କରିବେ, ସେ ଆପଣା ପ୍ରତିବାସୀକୁ ଦୁଇଗୁଣ ଦେବ।


ହାରୋଣ ତହିଁ ଉପରେ ସୁଗନ୍ଧି ଧୂପ ଜ୍ୱଳାଇବ, ସେ ପ୍ରତି ପ୍ରଭାତରେ ପ୍ରଦୀପ ପରିଷ୍କାର କରିବା ସମୟରେ ସେହି ଧୂପ ଜ୍ୱଳାଇବ।


ଦୁଷ୍ଟତାରୂପ ବନ୍ଧନ ଫିଟାଇ ଦେବାର, ଯୁଆଳିର ବନ୍ଧନ ମୁକ୍ତ କରିବାର ଓ ଉପଦ୍ରବଗ୍ରସ୍ତ ଲୋକମାନଙ୍କୁ ମୁକ୍ତ କରି ଛାଡ଼ିଦେବାର, ପୁଣି ପ୍ରତ୍ୟେକ ଯୁଆଳି ଭଗ୍ନ କରିବାର,


ସେତେବେଳେ ତୁମ୍ଭେ ଡାକିବ ଓ ସଦାପ୍ରଭୁ ଉତ୍ତର ଦେବେ; ତୁମ୍ଭେ ଆର୍ତ୍ତସ୍ୱର କରିବ, ଆଉ ସେ କହିବେ, ‘ଆମ୍ଭେ ଉପସ୍ଥିତ ଅଛୁ।’ ଯଦି ତୁମ୍ଭେ ଆପଣା ମଧ୍ୟରୁ ଯୁଆଳି, ଅଙ୍ଗୁଳି ତର୍ଜ୍ଜନ ଓ ଅଧର୍ମ ବାକ୍ୟ ଦୂର କର;


ସେହି ଦୁଷ୍ଟ ଲୋକ ଯଦି ବନ୍ଧକି ଦ୍ରବ୍ୟ ଫେରାଇ ଦିଏ, ସେ ଯାହା ଅପହରଣ କରିଥିଲା, ତାହା ପରିଶୋଧ କରେ, କୌଣସି ଅଧର୍ମ ନ କରି ଜୀବନଦାୟକ ବିଧିରୂପ ପଥରେ ଚାଲେ; ତେବେ ସେ ଅବଶ୍ୟ ବଞ୍ଚିବ, ସେ ମରିବ ନାହିଁ।


ପୁଣି ପବିତ୍ର ବସ୍ତୁ ବିଷୟରେ ସେ ଯେଉଁ ତ୍ରୁଟି କରିଅଛି, ତହିଁର ପରିଶୋଧ କରିବ, ତାହା ବ୍ୟତୀତ ପଞ୍ଚମାଂଶର ଏକାଂଶ ମଧ୍ୟ ଯାଜକକୁ ଦେବ, ତହୁଁ ଯାଜକ ଦୋଷାର୍ଥକ ମେଷବଳି ଦ୍ୱାରା ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।


କିନ୍ତୁ ଜଖୀୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋହର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି।


ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି? ଅବା ମୁଁ କାହାର ଗଧ ନେଇଅଛି? ଅବା ମୁଁ କାହାର ଅନ୍ୟାୟ କରିଅଛି? ମୁଁ କାହା ପ୍ରତି ଉପଦ୍ରବ କରିଅଛି? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।”


Lean sinn:

Sanasan


Sanasan