Biblia Todo Logo
Bìoball air-loidhne

- Sanasan -




ଲେବୀୟ ପୁସ୍ତକ 6:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାର ଦୋଷାର୍ଥକ ବଳି ଉତ୍ସର୍ଗ କରିବ; ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ନିମନ୍ତେ ଯାଜକ ନିକଟକୁ ଆଣିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ପୁଣି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାର ଦୋଷାର୍ଥକ ବଳି ଉତ୍ସର୍ଗ କରିବ; ତୁମ୍ଭର ନିରୂପିତ ମୂଲ୍ୟାନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ନିମନ୍ତେ ଯାଜକ ନିକଟକୁ ଆଣିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

6 ପୁଣି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାର ଦୋଷାର୍ଥକ ବଳି ଉତ୍ସର୍ଗ କରିବ; ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ନିମନ୍ତେ ଯାଜକ ନିକଟକୁ ଆଣିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

6 ପୁଣି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତା'ର ଦୋଷାର୍ଥକ ନୈବେଦ୍ୟ ଉତ୍ସର୍ଗ କରିବ। ପୁଣି ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁଣ ମେଷ ଦୋଷାର୍ଥକ ନୈବେଦ୍ୟ ରୂପେ ଯାଜକ ନିକଟକୁ ଆଣିବ।

Faic an caibideil Dèan lethbhreac




ଲେବୀୟ ପୁସ୍ତକ 6:6
8 Iomraidhean Croise  

ଏମାନେ ଆପଣା ଆପଣା ଭାର୍ଯ୍ୟାକୁ ଦୂର କରିଦେବେ ବୋଲି ହସ୍ତ ଦେଲେ; ଆଉ, ଦୋଷୀ ହେବାରୁ ସେମାନେ ଆପଣା ଆପଣା ଦୋଷ ସକାଶେ ପଲରୁ ଏକ ଏକ ମେଷ ଉତ୍ସର୍ଗ କଲେ।


ଆହୁରି, ଆମ୍ଭମାନଙ୍କ ଭୂମିର ପ୍ରଥମଜାତ ଶସ୍ୟ ଓ ସର୍ବପ୍ରକାର ବୃକ୍ଷର ପ୍ରଥମଜାତ ଫଳ ବର୍ଷକୁ ବର୍ଷ ସଦାପ୍ରଭୁଙ୍କ ଗୃହକୁ ଆଣିବା ପାଇଁ,


ଆଉ, ଯେଉଁ କୋଠରିର ମୁଖ ଉତ୍ତର ଆଡ଼େ ଅଛି, ତାହା ଯଜ୍ଞବେଦିର ରକ୍ଷଣୀୟ ରକ୍ଷାକାରୀ ଯାଜକମାନଙ୍କ ପାଇଁ ଅଛି; ଏମାନେ ସାଦୋକର ସନ୍ତାନ, ଲେବୀର ସନ୍ତାନଗଣ ମଧ୍ୟରୁ ଏମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ତାହାଙ୍କ ନିକଟକୁ ଆସନ୍ତି।”


ପୁଣି ଯାଜକ ସେହି ଦୁଇ ମେଷବତ୍ସ ମଧ୍ୟରୁ ଗୋଟିଏ ଓ ସେହି ଏକ ଲୋଗ୍‍ ତୈଳ ନେଇ ଦୋଷାର୍ଥକ ବଳି ରୂପେ ଉତ୍ସର୍ଗ କରିବ, ଆଉ ଦୋଳନୀୟ ନୈବେଦ୍ୟ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ।


“କେହି ଯଦି ସତ୍ୟ-ଲଙ୍ଘନ କରି ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ବିଷୟରେ ଭୁଲବଶତଃ ପାପ କରେ, ତେବେ ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭର ନିରୂପିତ ପରିମାଣର ରୂପା ଦେଇ ପଲରୁ ଏକ ନିଖୁନ୍ତ ମେଷ ଆଣି ଦୋଷାର୍ଥକ ବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


ସେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ରୂପେ ଯାଜକ ନିକଟକୁ ଆଣିବ; ପୁଣି ଯେଉଁ ବିଷୟରେ ସେ ଭୁଲବଶତଃ ପାପ କଲା ଓ ତାହା ଜାଣିଲା ନାହିଁ, ଯାଜକ ତହିଁ ସକାଶୁ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।


ଆଉ, ଯଦି ସେ ମେଷବତ୍ସା ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଦୋଷାର୍ଥକ ବଳି ରୂପେ ଦୁଇ କପୋତ ବା ଦୁଇ ପାରାଛୁଆ ଆଣି ତହିଁରୁ ଗୋଟିଏକୁ ପାପ ନିମନ୍ତେ ଓ ଅନ୍ୟଟିକୁ ହୋମ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


Lean sinn:

Sanasan


Sanasan