Biblia Todo Logo
Bìoball air-loidhne

- Sanasan -




ଲେବୀୟ ପୁସ୍ତକ 7:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କେହି ଯଦି ପ୍ରଶଂସାର୍ଥକ ବଳି ଆଣେ, ତେବେ ସେ ପ୍ରଶଂସାର୍ଥକ ବଳି ସହିତ ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା, ତୈଳଲେପିତ ତାଡ଼ିଶୂନ୍ୟ ଚକୁଳି ଓ ସରୁ ମଇଦାର ତୈଳ ମିଶ୍ରିତ ରନ୍ଧନ ହୋଇଥିବା ପିଠା ଉତ୍ସର୍ଗ କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

12 କେହି ଯେବେ ପ୍ରଶଂସାର୍ଥକ ବଳି ଆଣେ, ତେବେ ସେ ପ୍ରଶଂସାର୍ଥକ ବଳି ସହିତ ତୈଳମିଶ୍ରିତ ତାଡ଼ିଶୂନ୍ୟ ପିଠା ଓ ତୈଳଯୁକ୍ତ ତାଡ଼ିଶୂନ୍ୟ ଚକୁଳି ଓ ସରୁ ମଇଦାର ତୈଳମିଶ୍ରିତ ପକ୍ଵପିଠା ଉତ୍ସର୍ଗ କରିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

12 କେହି ଯଦି ପ୍ରଶଂସାର୍ଥକ ବଳି ଆଣେ, ତେବେ ସେ ପ୍ରଶଂସାର୍ଥକ ବଳି ସହିତ ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା, ତୈଳଲେପିତ ତାଡ଼ିଶୂନ୍ୟ ଚକୁଳି ଓ ସରୁ ମଇଦାର ତୈଳ ମିଶ୍ରିତ ରନ୍ଧନ ହୋଇଥିବା ପିଠା ଉତ୍ସର୍ଗ କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

12 କେହି ଯେବେ ସଦାପ୍ରଭୁଙ୍କୁ ପ୍ରଶଂସା କରିବାକୁ ମଙ୍ଗଳାର୍ଥକ ବଳି ଆଣେ, ତେବେ ସେ ତେଲରେ ଛଣା ହୋଇଥିବା ମଙ୍ଗଳାର୍ଥକ ବଳି ସହିତ ତାଡ଼ିଶୂନ୍ୟ ରୋଟୀ, ତୈଳଯୁକ୍ତ ତାଡ଼ିଶୂନ୍ୟ ଚକୁଳି ଓ ସରୁ ମଇଦାର ତୈଳମିଶ୍ରିତ ପକ୍ୱପିଠା ଉତ୍ସର୍ଗ କରିବ।

Faic an caibideil Dèan lethbhreac




ଲେବୀୟ ପୁସ୍ତକ 7:12
25 Iomraidhean Croise  

ସେତେବେଳେ ହିଜକୀୟ ଉତ୍ତର କରି କହିଲେ, “ଏବେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କରିଅଛ, ନିକଟକୁ ଆସ ଓ ସଦାପ୍ରଭୁଙ୍କ ଗୃହକୁ ବଳି ଓ ପ୍ରଶଂସାର୍ଥକ ଉପହାର ଆଣ।” ତହିଁରେ ସମାଜ ବଳି ଓ ପ୍ରଶଂସାର୍ଥକ ଉପହାର ଆଣିଲେ ଓ ଯେତେ ଲୋକର ମନରେ ପ୍ରବୃତ୍ତି ଜନ୍ମିଲା, ସେମାନେ ହୋମବଳି ଆଣିଲେ।


ପୁଣି, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ନିର୍ମାଣ କରି ତହିଁ ପରେ ମଙ୍ଗଳାର୍ଥକ ଓ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସେବା କରିବା ପାଇଁ ଯିହୁଦାକୁ ଆଜ୍ଞା କଲେ।


ପୁଣି, ସେହି ଦିନ ଲୋକମାନେ ମହାବଳିଦାନ କରି ଆନନ୍ଦ କଲେ; କାରଣ ପରମେଶ୍ୱର ସେମାନଙ୍କୁ ମହାନନ୍ଦରେ ଆନନ୍ଦିତ କରିଥିଲେ; ଆଉ ସ୍ତ୍ରୀମାନେ, ମଧ୍ୟ ଓ ବାଳକ ବାଳିକାଗଣ ଆନନ୍ଦ କଲେ; ତହିଁରେ ଯିରୂଶାଲମର ଆନନ୍ଦଧ୍ୱନି ଅନେକ ଦୂର ପର୍ଯ୍ୟନ୍ତ ଶୁଣାଗଲା।


ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ।


ମୁଁ ତୁମ୍ଭ ନିକଟରେ ଧନ୍ୟବାଦାର୍ଥକ ବଳି ଉତ୍ସର୍ଗ କରିବି, ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି।


ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ; ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ ପରମେଶ୍ୱରଙ୍କ ପରିତ୍ରାଣ ଦେଖାଇବା।”


ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।


ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ; ତାହାଙ୍କୁ କୁହ, “ଅଧର୍ମସକଳ କ୍ଷମା କର ଓ ଯାହା ଉତ୍ତମ, ତାହା ଗ୍ରହଣ କର; ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା।


ଆଉ ଯଦି ତୁମ୍ଭେ ଭକ୍ଷ୍ୟ ନୈବେଦ୍ୟ ରୂପେ ତନ୍ଦୁରରେ ରନ୍ଧନ ହୋଇଥିବା ଦ୍ରବ୍ୟ ଦିଅ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ଅବା ତୈଳାକ୍ତ ସରୁ ଚକୁଳି ହେବ।


ଆଉ ଯଦି ପଲମରେ ଭଜା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ହେବ।


ତୁମ୍ଭେମାନେ ଯେଉଁ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କରିବ, ସେହି ସମୟରେ ତୁମ୍ଭେମାନେ ଗ୍ରାହ୍ୟ ହେବା ନିମନ୍ତେ ତାହା କରିବ।


ପୁଣି, ହାରୋଣ ଓ ତାହାର ପୁତ୍ରଗଣ ତହିଁର ଅବଶିଷ୍ଟାଂଶ ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାଡ଼ି ବିନା ତାହା ଭୋଜନ କରାଯିବ; ସେମାନେ ସମାଗମ-ତମ୍ବୁର ପ୍ରାଙ୍ଗଣରେ ତାହା ଭୋଜନ କରିବେ।


ପୁଣି, ମଙ୍ଗଳାର୍ଥକ ପ୍ରଶଂସା ବଳିର ମାଂସ ତାହାର ଉତ୍ସର୍ଗ ଦିନରେ ଭୋଜନ କରାଯିବ; ସେ ପ୍ରାତଃକାଳ ପର୍ଯ୍ୟନ୍ତ ତହିଁରୁ କିଛି ରଖିବ ନାହିଁ।


ପୁଣି, ପ୍ରଶଂସାର୍ଥକ ବଳି ନିମନ୍ତେ ତାଡ଼ି ମିଶ୍ରିତ ଦ୍ରବ୍ୟ ଉତ୍ସର୍ଗ କର ଓ ସ୍ଵେଚ୍ଛାଦତ୍ତ ଉପହାର ବିଷୟ ଘୋଷଣା କରି ପ୍ରକାଶ କର; କାରଣ, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଏପରି କରିବାକୁ ଭଲ ପାଅ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।


ଓ ଏକ ଡାଲା ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ସରୁ ମଇଦାର ପିଠା, ତାଡ଼ିଶୂନ୍ୟ ତୈଳାକ୍ତ ସରୁ ଚକୁଳି, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ।


ତେବେ ଆଉ ନଅ ଜଣ କାହାନ୍ତି? ଈଶ୍ବରଙ୍କୁ ଗୌରବ ଦେବା ନିମନ୍ତେ ଏହି ଅଣଯିହୁଦୀ ଲୋକଟି ଛଡ଼ା କଅଣ ଆଉ କେହି ଫେରିଆସି ନାହିଁ?”


କାରଣ ସେମାନେ ଈଶ୍ବରଙ୍କୁ ଜାଣି ତାହାଙ୍କୁ ଈଶ୍ବର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;


ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ,


ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍‍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ।


ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।


Lean sinn:

Sanasan


Sanasan