Biblia Todo Logo
Bìoball air-loidhne

- Sanasan -




ଲେବୀୟ ପୁସ୍ତକ 7:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ, ସେ ମଙ୍ଗଳାର୍ଥକ ପ୍ରଶଂସା ବଳି ସହିତ ତାଡ଼ିଯୁକ୍ତ ରୁଟିର ପିଠା ଦେଇ ଆପଣା ଉପହାର ଆଣିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

13 ଆଉ, ସେ ମଙ୍ଗଳାର୍ଥକ ପ୍ରଶଂସା ବଳି ସହିତ ତାଡ଼ିଯୁକ୍ତ ରୋଟୀର ପିଠା ଦେଇ ଆପଣା ଉପହାର ଆଣିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

13 ଆଉ, ସେ ମଙ୍ଗଳାର୍ଥକ ପ୍ରଶଂସା ବଳି ସହିତ ତାଡ଼ିଯୁକ୍ତ ରୁଟିର ପିଠା ଦେଇ ଆପଣା ଉପହାର ଆଣିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

13 ମଙ୍ଗଳାର୍ଥକ ବଳିର ଅର୍ଥ ଜଣେ ବ୍ୟକ୍ତି ସଦାପ୍ରଭୁଙ୍କୁ ଧନ୍ୟବାଦ ପ୍ରକାଶ କରିବା ଓ ପ୍ରଶଂସାର ସହିତ ଅର୍ପଣ କରୁଥିବା ବଳି। ଏହି ଉପହାର ସହିତ ସେ ତାଡ଼ିଯୁକ୍ତ ପିଠା ମଧ୍ୟ ଆଣିବା ଉଚିତ୍।

Faic an caibideil Dèan lethbhreac




ଲେବୀୟ ପୁସ୍ତକ 7:13
7 Iomraidhean Croise  

ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।


ତୁମ୍ଭେମାନେ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ, ମାତ୍ର ତୁଷ୍ଟିଜନକ ଆଘ୍ରାଣାର୍ଥେ ତାହା ବେଦି ଉପରକୁ ଆସିବ ନାହିଁ।


ତୁମ୍ଭେମାନେ ଆପଣା ଆପଣା ନିବାସରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୁଟି ଆଣିବ; ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ରନ୍ଧନ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମ ଫଳ ହେବ।


ପୁଣି, ତୁମ୍ଭେମାନେ ସେହି ରୁଟି ସହିତ ପ୍ରଥମବର୍ଷୀୟ ନିଖୁନ୍ତ ସାତ ମେଷବତ୍ସ ଓ ଗୋଟିଏ ଯୁବା ବୃଷ ଓ ଦୁଇ ମେଷ ବଳିଦାନ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ହେବ; ପୁଣି, ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ସହିତ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।


ପୁଣି, ପ୍ରଶଂସାର୍ଥକ ବଳି ନିମନ୍ତେ ତାଡ଼ି ମିଶ୍ରିତ ଦ୍ରବ୍ୟ ଉତ୍ସର୍ଗ କର ଓ ସ୍ଵେଚ୍ଛାଦତ୍ତ ଉପହାର ବିଷୟ ଘୋଷଣା କରି ପ୍ରକାଶ କର; କାରଣ, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଏପରି କରିବାକୁ ଭଲ ପାଅ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।


ସେ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ, “ସ୍ୱର୍ଗରାଜ୍ୟ ଖମୀର ସଦୃଶ; ଜଣେ ସ୍ତ୍ରୀ ତାହା ନେଇ ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା ଆଉ ସେ ଶେଷରେ ସମସ୍ତ ଖମୀରମୟ ହେଲା।”


କାରଣ ଈଶ୍ବରଙ୍କ ସମସ୍ତ ସୃଷ୍ଟ ବସ୍ତୁ ଉତ୍ତମ, ପୁଣି, ଧନ୍ୟବାଦ ସହ ଗ୍ରହଣ କଲେ କୌଣସି ବିଷୟ ଅଗ୍ରହଣୀୟ ନୁହେଁ,


Lean sinn:

Sanasan


Sanasan