Biblia Todo Logo
Bìoball air-loidhne

- Sanasan -




ଲୂକ ଲିଖିତ ସୁସମାଚାର 1:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କିନ୍ତୁ ସେମାନଙ୍କର ସନ୍ତାନ ନ ଥିଲା, କାରଣ ଏଲୀଶାବେଥ ବନ୍ଧ୍ୟା ଥିଲେ, ପୁଣି, ଉଭୟଙ୍କ ବୟସ ଅଧିକ ହୋଇଯାଇଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 କିନ୍ତୁ ସେମାନଙ୍କର ସନ୍ତାନ ନ ଥିଲା, କାରଣ ଏଲୀଶାବେଥ ବନ୍ଧ୍ୟା ଥିଲେ, ପୁଣି ଉଭୟଙ୍କ ବୟସ ଅଧିକ ହୋଇଯାଇଥିଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

7 କିନ୍ତୁ ସେମାନଙ୍କର ସନ୍ତାନ ନ ଥିଲେ, କାରଣ ଏଲୀଶାବେଥ ବନ୍ଧ୍ୟା ଥିଲେ, ପୁଣି, ଉଭୟଙ୍କ ବୟସ ଅଧିକ ହୋଇଯାଇଥିଲା ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

7 ଏଲିଶାବେଥ୍ ବନ୍ଧ୍ୟା ଥିବାରୁ ସେମାନେ ନିଃସନ୍ତାନ ଥିଲେ ଏବଂ ସେମାନଙ୍କ ବୟସ ଗଡ଼ି ଯାଇଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

7 କିନ୍ତୁ ସେମାନଙ୍କର କୌଣସି ସନ୍ତାନସନ୍ତତି ନ ଥିଲେ। ଏଲୀଶାବେଥ ବନ୍ଧ୍ୟା ଥିଲେ। ଉଭୟେ ଜିଖରିୟ ଓ ଏଲୀଶାବେଥ ବୁଢ଼ାବୁଢ଼ୀ ହୋଇ ଯାଇଥିଲେ।

Faic an caibideil Dèan lethbhreac




ଲୂକ ଲିଖିତ ସୁସମାଚାର 1:7
16 Iomraidhean Croise  

ସେତେବେଳେ ଅବ୍ରହାମ ମୁହଁ ମାଡ଼ି ପଡ଼ି ହସିଲେ, ପୁଣି, ମନେ ମନେ କହିଲେ, “ପୁରୁଷର ଶହେ ବର୍ଷ ବୟସରେ କି ସନ୍ତାନ ଜାତ ହେବ? ନବେ ବର୍ଷ ବୟସ୍କା ସାରା କି ପ୍ରସବ କରିବ?”


ସେହି ସମୟରେ ଅବ୍ରହାମ ଓ ସାରା ବୃଦ୍ଧ ଓ ଗତବୟସ୍କ ଥିଲେ, ପୁଣି, ସାରାଙ୍କର ସ୍ତ୍ରୀଧର୍ମ ନିବୃତ୍ତ ହୋଇଥିଲା।


ଇସ୍‌ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା।


ଏଥିଉତ୍ତାରେ ଆପଣାଠାରୁ ଯାକୁବର ପୁତ୍ର ଜନ୍ମ ହେଲା ନାହିଁ, ଏହା ଦେଖି ରାହେଲ ଆପଣା ଭଗିନୀ ପ୍ରତି ଈର୍ଷା କରି ଯାକୁବକୁ କହିଲା, “ମୋତେ ସନ୍ତାନ ଦିଅ, ନୋହିଲେ ମୁଁ ମରିବି।”


ଏଥିଉତ୍ତାରେ ଦାଉଦ ରାଜା ବୃଦ୍ଧ ଓ ଗତବୟସ୍କ ହେଲେ; ତହିଁରେ ଲୋକମାନେ ତାଙ୍କୁ ଅନେକ ବସ୍ତ୍ର ଘୋଡ଼ାଇଲେ, ମାତ୍ର ସେ କିଛି ଉଷ୍ଣତା ପାଇଲେ ନାହିଁ।


ପୁଣି ଇଲୀଶାୟ କହିଲେ, “ତେବେ ତାହା ପାଇଁ କʼଣ କରାଯିବ?” ତହିଁରେ ଗିହେଜୀ ଉତ୍ତର କଲା, “ତାହାର ପୁତ୍ର ନାହିଁ ଓ ତାହାର ସ୍ୱାମୀ ବୃଦ୍ଧ।”


ଯିହୂଦିୟା ପ୍ରଦେଶର ରାଜା ହେରୋଦଙ୍କ ସମୟରେ ଅବିୟଙ୍କ ଦଳର ଜିଖରୀୟ ନାମରେ ଜଣେ ଯାଜକ ଥିଲେ; ତାହାଙ୍କ ଭାର୍ଯ୍ୟା ହାରୋଣ ବଂଶର କନ୍ୟା, ତାହାଙ୍କର ନାମ ଏଲୀଶାବେଥ।


ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ବରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ।


ସେ ଆପଣା ଦଳର ପାଳି ଅନୁସାରେ ଈଶ୍ବରଙ୍କ ନିକଟରେ ଯାଜକ କାର୍ଯ୍ୟ କରୁଥିବା ସମୟରେ,


ତାହାଙ୍କ ବୟସ ପ୍ରାୟ ଏକ ଶତ ବର୍ଷ ହେବାରୁ ସେ ଆପଣା ଶରୀରକୁ ମୃତବତ୍‍ ଓ ସାରାଙ୍କ ଗର୍ଭକୁ ମୃତ ବୋଲି ବିବେଚନା କଲେ ସୁଦ୍ଧା ବିଶ୍ୱାସରେ ଦୁର୍ବଳ ହେଲେ ନାହିଁ,


ବିଶ୍ୱାସ ଦ୍ୱାରା ସାରା ନିଜେ ମଧ୍ୟ ପ୍ରତିଜ୍ଞାକାରୀଙ୍କୁ ବିଶ୍ୱସ୍ତ ଜ୍ଞାନ କରି ଗତବୟସ୍କା ହେଲେ ହେଁ ଗର୍ଭଧାରଣ କରିବାକୁ ଶକ୍ତି ପ୍ରାପ୍ତ ହେଲେ;


ପୁଣି, ତାହାର ଦୁଇ ଭାର୍ଯ୍ୟା ଥିଲେ; ଜଣକର ନାମ ହାନ୍ନା, ଅନ୍ୟର ନାମ ପନିନ୍ନା; ପନିନ୍ନାର ସନ୍ତାନସନ୍ତତି ଥିଲେ, ମାତ୍ର ହାନ୍ନାର କୌଣସି ସନ୍ତାନସନ୍ତତି ନ ଥିଲେ।


Lean sinn:

Sanasan


Sanasan