Biblia Todo Logo
Bìoball air-loidhne

- Sanasan -




ଲୂକ ଲିଖିତ ସୁସମାଚାର 10:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ସେ ସେମାନଙ୍କୁ କହିଲେ, “ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ; ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ନିକଟରେ ନିବେଦନ କର।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ପୁଣି, ସେ ସେମାନଙ୍କୁ କହିଲେ, ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ; ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର କର୍ତ୍ତାଙ୍କ ନିକଟରେ ନିବେଦନ କର।

Faic an caibideil Dèan lethbhreac

ଓଡିଆ ବାଇବେଲ

2 ପୁଣି, ସେ ସେମାନଙ୍କୁ କହିଲେ, ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ; ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ନିକଟରେ ନିବେଦନ କର ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

2 ସେ ସେମାନଙ୍କୁ କହିଲେ, “ଫସଲ ପ୍ରଚୁର, କିନ୍ତୁ ଅମଳ କରିବାକୁ ମୂଲିଆଙ୍କ ସଂଖ୍ୟା ଅଳ୍ପ। କ୍ଷେତର ମାଲିକଙ୍କ ନିକଟରେ ପ୍ରାର୍ଥନା କର, ଯେପରି ସେ ତାଙ୍କର ଫସଲ ସଂଗ୍ରହ କରିବାକୁ ଅଧିକ ଲୋକ ପଠାଇବେ।

Faic an caibideil Dèan lethbhreac

ପବିତ୍ର ବାଇବଲ

2 ଯୀଶୁ ସେମାନଙ୍କୁ କହିଲେ, “ଅମଳ ହେବାକୁ ପ୍ରଚୁର ଫସଲ ପଡ଼ି ରହିଛି। କିନ୍ତୁ ମୂଲିଆ ଖୁବ୍ କମ୍। ତେଣୁ ଫସଲର ମାଲିକଙ୍କୁ ପ୍ରାର୍ଥନା କର ଯେ, ସେ ଯେପରି ତାହାଙ୍କର ଫସଲ କାଟିବା ପାଇଁ କାମ କରିବାକୁ ଅଧିକ ମୂଲିଆ ପଠାଇବେ।

Faic an caibideil Dèan lethbhreac




ଲୂକ ଲିଖିତ ସୁସମାଚାର 10:2
48 Iomraidhean Croise  

ତହୁଁ ଏଲୀୟ ଲୋକମାନଙ୍କୁ କହିଲେ, “ମୁଁ, କେବଳ ମୁଁ ସଦାପ୍ରଭୁଙ୍କର ଏକ ଭବିଷ୍ୟଦ୍‍ବକ୍ତା ଅବଶିଷ୍ଟ ଅଛି; ମାତ୍ର ବାଲ୍‍ର ଭବିଷ୍ୟଦ୍‍ବକ୍ତା ଚାରି ଶହ ପଚାଶ ଜଣ ଅଛନ୍ତି।


ପ୍ରଭୁ ବାକ୍ୟ ପ୍ରଦାନ କରନ୍ତି; ଶୁଭବାର୍ତ୍ତା ପ୍ରଚାରିକା ସ୍ତ୍ରୀଗଣ ମହାବାହିନୀ ଅଟନ୍ତି।


ଆଉ, ଆମ୍ଭେ ଆପଣା ମନ ଅନୁଯାୟୀ ପାଳକଗଣ ତୁମ୍ଭମାନଙ୍କୁ ଦେବା, ସେମାନେ ଜ୍ଞାନ ଓ ବୁଦ୍ଧିରେ ତୁମ୍ଭମାନଙ୍କୁ ଚରାଇବେ।


ଯେଉଁ ଅକର୍ମଣ୍ୟ ପାଳକ ପଲ ତ୍ୟାଗ କରେ, ସେ ସନ୍ତାପର ପାତ୍ର! ତାହାର ବାହୁରେ ଓ ଡାହାଣ ଚକ୍ଷୁରେ ଖଡ୍ଗ ପଡ଼ିବ; ତାହାର ବାହୁ ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହେବ ଓ ତାହାର ଡାହାଣ ଚକ୍ଷୁ ସମ୍ପୂର୍ଣ୍ଣ ଅନ୍ଧ ହେବ।”


ସେମାନଙ୍କୁ ଯେଉଁମାନେ କ୍ରୟ କରି ବଧ କରନ୍ତି ମାତ୍ର ଦଣ୍ଡ ପାଆନ୍ତି ନାହିଁ; ଆଉ, ଯେଉଁମାନେ ସେମାନଙ୍କୁ ବିକ୍ରୟ କରନ୍ତି, ସେମାନେ କହନ୍ତି, ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ମୁଁ ଧନୀ ହୋଇଅଛି ଓ ସେମାନଙ୍କର ନିଜ ପାଳକମାନେ ସେମାନଙ୍କୁ ଦୟା କରି ନାହାନ୍ତି।


ତହିଁରେ ଆମ୍ଭେ ସେହି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବା ଓ ତୁମ୍ଭଠାରେ ଯେଉଁ ଆତ୍ମା ଅଛି, ତହିଁରୁ ନେଇ ସେମାନଙ୍କୁ ଦେବା; ତହିଁରେ ତୁମ୍ଭେ ଯେପରି ଏକାକୀ ଲୋକମାନଙ୍କର ଭାର ନ ବହିବ, ଏଥିପାଇଁ ସେମାନେ ତୁମ୍ଭ ସହିତ ଲୋକମାନଙ୍କର ଭାର ବହିବେ।


ତେବେ ମୋଶା କହିଲେ, “ତୁମ୍ଭେ ମୋʼ ସକାଶୁ କʼଣ ଈର୍ଷା କରୁଅଛ? ପରମେଶ୍ୱର କରନ୍ତୁ, ସଦାପ୍ରଭୁଙ୍କର ସମସ୍ତ ଲୋକ ଭବିଷ୍ୟଦ୍‍ବକ୍ତା ହୁଅନ୍ତୁ ଓ ସଦାପ୍ରଭୁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ!”


“କାରଣ ସ୍ୱର୍ଗରାଜ୍ୟ ଏପରି ଜଣେ ଗୃହକର୍ତ୍ତାଙ୍କ ସଦୃଶ, ଯେ ସକାଳ ହେବାମାତ୍ର ଆପଣା ଦ୍ରାକ୍ଷାକ୍ଷେତ୍ରରେ ମୂଲିଆ ଲଗାଇବାକୁ ବାହାରିଗଲେ।


ତାହା ଏହିପରି, ଯେପରି ଜଣେ ବ୍ୟକ୍ତି ଆପଣା ଗୃହ ତ୍ୟାଗ କରି ବିଦେଶରେ ପ୍ରବାସ କରୁଅଛନ୍ତି, ଆଉ ସେ ଆପଣା ଦାସମାନଙ୍କୁ ଅଧିକାର ଦେଇ ପ୍ରତ୍ୟେକର କାର୍ଯ୍ୟ ନିରୂପଣ କରିଅଛନ୍ତି ଓ ଦ୍ୱାରପାଳକକୁ ମଧ୍ୟ ଜାଗି ରହିବାକୁ ଆଜ୍ଞା ଦେଇଅଛନ୍ତି।


ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର।


କିନ୍ତୁ ସେମାନେ ପ୍ରସ୍ଥାନ କରି ସର୍ବତ୍ର ପ୍ରଚାର କଲେ, ଆଉ ପ୍ରଭୁ ସେମାନଙ୍କର ସହକର୍ମୀ ହୋଇ ଅନୁବର୍ତ୍ତୀ ଚିହ୍ନଗୁଡ଼ିକ ଦ୍ୱାରା ସେହି ବାକ୍ୟ ପ୍ରମାଣସିଦ୍ଧ କଲେ।]


ଇତିମଧ୍ୟରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ ପୁଣି, ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ।


ଇତିମଧ୍ୟରେ ସ୍ତିଫାନଙ୍କ ସକାଶେ ଘଟିଥିବା କ୍ଲେଶ ହେତୁ ଯେଉଁମାନେ ଛିନ୍ନଭିନ୍ନ ହୋଇ ଯାଇଥିଲେ, ସେମାନେ ଫୈନୀକିଆ ଅଞ୍ଚଳ, ସାଇପ୍ରସ୍ ଦ୍ୱୀପ ଓ ଆନ୍ତିୟଖିଆ ସହର ପର୍ଯ୍ୟନ୍ତ ଭ୍ରମଣ କରି କେବଳ ଯିହୁଦୀମାନଙ୍କ ବିନା ଆଉ କାହାରି ନିକଟରେ ବାକ୍ୟ ପ୍ରଚାର କରୁ ନ ଥିଲେ।


ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର।


ଏହି ପ୍ରକାରେ ସେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ପ୍ରେରିତ ହୋଇ ସେଲୂକିଆକୁ ଗଲେ; ସେଠାରୁ ସେମାନେ ଜାହାଜରେ ଚଢ଼ି ସାଇପ୍ରସ୍ ଦ୍ବୀପକୁ ଗଲେ।


ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ବର ଆପଣା ନିଜ ରକ୍ତରେ କ୍ରୟ କରିଅଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲ ମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।


ସେଥିରେ ସେ ମୋତେ କହିଲେ, “ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୁଦୀମାନଙ୍କ ନିକଟକୁ ପଠାଇବୁ।”


ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ, ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ।


ପୁଣି, ଈଶ୍ବର ମଣ୍ଡଳୀରେ ପ୍ରଥମରେ ପ୍ରେରିତ, ଦ୍ୱିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଆଶ୍ଚର୍ଯ୍ୟର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି।


କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ବରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋʼ ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋʼ ସହିତ ଥିବା ଈଶ୍ବରଙ୍କ ଅନୁଗ୍ରହ ତାହା କରିଅଛି।


ଆହୁରି ମଧ୍ୟ ଈଶ୍ବରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ।


ଯେଣୁ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟ ଚେଷ୍ଟା ନ କରି ସ୍ୱାର୍ଥ ଚେଷ୍ଟା କରନ୍ତି।


କିନ୍ତୁ ମୁଁ ମୋହର ଭ୍ରାତା, ସହକର୍ମୀ, ସହସେନା ଓ ମୋହର ଅଭାବ ପୂରଣ ନିମନ୍ତେ ତୁମ୍ଭମାନଙ୍କର ପ୍ରେରିତ ଓ ସେବକ ଏପାଫ୍ରାଦିତଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇବା ପାଇଁ ଆବଶ୍ୟକ ମନେ କଲି;


କାରଣ ମୋʼ ପ୍ରତି ତୁମ୍ଭମାନଙ୍କ ସେବାରେ ଯାହା କିଛି ଅଭାବ, ତାହା ପୂରଣ କରିବାକୁ ସେ ଖ୍ରୀଷ୍ଟଙ୍କ କାର୍ଯ୍ୟରେ ଆପଣା ଜୀବନ ବିପଦଗ୍ରସ୍ତ କରି ମୃତପ୍ରାୟ ହୋଇଥିଲେ।


ଏହି ଉଦ୍ଦେଶ୍ୟରେ ମଧ୍ୟ ତାହାଙ୍କର ଯେଉଁ କାର୍ଯ୍ୟସାଧକ ଶକ୍ତି ମୋʼ ଠାରେ ସବଳେ କାର୍ଯ୍ୟ ସାଧନ କରୁଅଛି, ତଦନୁସାରେ ମୁଁ ପ୍ରାଣପଣରେ ପରିଶ୍ରମ କରୁଅଛି।


ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଈଶ୍ବରଙ୍କ ସମସ୍ତ ଇଚ୍ଛା ସମ୍ବନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ।


ହେ ଭାଇମାନେ, ଆମ୍ଭମାନଙ୍କ ପରିଶ୍ରମ ଓ କଠିନ କାର୍ଯ୍ୟ ତୁମ୍ଭମାନଙ୍କ ସ୍ମରଣରେ ଅଛି; ଯେପରି ଆମ୍ଭେମାନେ ତୁମ୍ଭମାନଙ୍କ କାହାରି ଭାର ସ୍ୱରୂପ ନ ହେଉ, ଏଥିନିମନ୍ତେ ଦିବାରାତ୍ର କଠୋର ପରିଶ୍ରମ କରି ଈଶ୍ବରଙ୍କ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ।


ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ୱରୂପେ ନିଯୁକ୍ତ ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର,


ଶେଷରେ, ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, ଯେପରି ପ୍ରଭୁଙ୍କ ବାକ୍ୟ ତୁମ୍ଭମାନଙ୍କ ମଧ୍ୟରେ ଯେଉଁରୂପେ ବ୍ୟାପିଅଛି, ସେହିରୂପେ ସର୍ବତ୍ର ଶୀଘ୍ର ବ୍ୟାପିଯାଇ ଗୌରବପ୍ରାପ୍ତ ହେବ,


ଏହି ଉଦ୍ଦେଶ୍ୟରେ ତ ଆମ୍ଭେମାନେ ପରିଶ୍ରମ ଓ ପ୍ରାଣପଣ କରୁଅଛୁ, କାରଣ ଯେଉଁ ଜୀବିତ ଈଶ୍ବର ସମସ୍ତ ମନୁଷ୍ୟଙ୍କର, ବିଶେଷତଃ ବିଶ୍ଵାସୀମାନଙ୍କର ତ୍ରାଣକର୍ତ୍ତା, ତାହାଙ୍କଠାରେ ଆମ୍ଭମାନଙ୍କର ଭରସା ଅଛି।


କିନ୍ତୁ ତୁମ୍ଭେ ସମସ୍ତ ବିଷୟରେ ସଚେତନ ହୁଅ, କ୍ଲେଶ ସହ୍ୟ କର, ସୁସମାଚାର ପ୍ରଚାର କର, କାର୍ଯ୍ୟ ସାଧନ କର, ତୁମ୍ଭ ସେବାର କାର୍ଯ୍ୟ ସଫଳ କର।


ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ନିମନ୍ତେ ବନ୍ଦୀ, ଏବଂ ଭ୍ରାତା ତୀମଥି, ଆମ୍ଭମାନଙ୍କ ପ୍ରିୟପାତ୍ର ଓ ସହକର୍ମୀ ଫିଲୀମୋନଙ୍କୁ,


କିନ୍ତୁ ଖ୍ରୀଷ୍ଟ ଈଶ୍ବରଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ।


“ଏଫିସ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରନ୍ତି ଓ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ଗମନାଗମନ କରନ୍ତି, ସେ ଏହା କହନ୍ତି,


Lean sinn:

Sanasan


Sanasan