Biblia Todo Logo
Bìoball air-loidhne

- Sanasan -




ଲୂକ ଲିଖିତ ସୁସମାଚାର 11:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆମ୍ଭମାନଙ୍କର ପାପସବୁ କ୍ଷମା କର, କାରଣ ଆମ୍ଭେମାନେ ମଧ୍ୟ ଆପଣା ଆପଣାର ପ୍ରତ୍ୟେକ ଅପରାଧୀକୁ କ୍ଷମା କରୁ। ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ।’”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ଆମ୍ଭମାନଙ୍କର ପାପସବୁ କ୍ଷମା କର, କାରଣ ଆମ୍ଭେମାନେ ମଧ୍ୟ ଆପଣା ଆପଣାର ପ୍ରତ୍ୟେକ ଅପରାଧୀକି କ୍ଷମା କରୁ। ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ଆମ୍ଭମାନଙ୍କର ପାପସବୁ କ୍ଷମା କର, କାରଣ ଆମ୍ଭେମାନେ ମଧ୍ୟ ଆପଣା ଆପଣାର ପ୍ରତ୍ୟେକ ଅପରାଧିକୁ କ୍ଷମା କରୁ । ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

4 ଆମ ପାପ ସବୁ କ୍ଷମା କର, କାରଣ ଆମ ବିରୁଦ୍ଧରେ ଦୋଷ କରିଥିବା ପ୍ରତ୍ୟେକଙ୍କୁ ଆମେ କ୍ଷମା କରୁ। ଆମକୁ କଠିନ ପରୀକ୍ଷାର ସମ୍ମୁଖୀନ ହେବାକୁ ଦିଅ ନାହିଁ’।”

Faic an caibideil Dèan lethbhreac

ପବିତ୍ର ବାଇବଲ

4 ଆମ୍ଭମାନଙ୍କର ପାପଗୁଡ଼ିକ କ୍ଷମା କରିଦିଅ, କାରଣ ଯେଉଁମାନେ ଆମ୍ଭମାନଙ୍କ ପ୍ରତି ଅନ୍ୟାୟ କରିଛନ୍ତି, ଆମ୍ଭେମାନେ ପ୍ରତ୍ୟେକଙ୍କୁ ମଧ୍ୟ କ୍ଷମା ଦେଉଛୁ। ଆମ୍ଭମାନଙ୍କୁ କଠିନ ପରୀକ୍ଷା ମଧ୍ୟରେ ପକାଅ ନାହିଁ।’”

Faic an caibideil Dèan lethbhreac




ଲୂକ ଲିଖିତ ସୁସମାଚାର 11:4
31 Iomraidhean Croise  

ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋʼ ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‌ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି, ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକସମୂହ ହେଉନ୍ତୁ।”


ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର ଓ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛ, ସେଠାକୁ ପୁନର୍ବାର ସେମାନଙ୍କୁ ଆଣ।


ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ସେମାନଙ୍କ ଗନ୍ତବ୍ୟ ସତ୍‍ପଥ ବିଷୟରେ ଶିକ୍ଷା ଦେଇ ଆପଣା ଦାସମାନଙ୍କର ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର; ପୁଣି, ତୁମ୍ଭ ଲୋକମାନଙ୍କର ଅଧିକାରାର୍ଥେ ଦତ୍ତ ତୁମ୍ଭ ଦେଶ ଉପରେ ବୃଷ୍ଟି କର।


ସଦାପ୍ରଭୁ ସମସ୍ତ ଅମଙ୍ଗଳରୁ ତୁମ୍ଭକୁ ରକ୍ଷା କରିବେ; ସେ ତୁମ୍ଭର ପ୍ରାଣକୁ ରକ୍ଷା କରିବେ।


ହେ ସଦାପ୍ରଭୋ, ଆପଣା ନାମ ସକାଶୁ ମୋହର ଅପରାଧ କ୍ଷମା କର, କାରଣ ତାହା ବଡ଼।


ମୋହର କ୍ଳେଶ ଓ ଦୁଃଖ ପ୍ରତି ଦୃଷ୍ଟିପାତ କର; ପୁଣି, ମୋହର ପାପସବୁ କ୍ଷମା କର।


ହେ ପ୍ରଭୁ, ଶୁଣ; ହେ ପ୍ରଭୁ, କ୍ଷମା କର; ହେ ପ୍ରଭୁ, ମନୋଯୋଗ କରି କର୍ମ କର; ବିଳମ୍ବ ନ କର; ହେ ମୋʼ ର ପରମେଶ୍ୱର, ନିଜ ସକାଶେ କର୍ମ କର, କାରଣ ତୁମ୍ଭର ନଗର ଓ ତୁମ୍ଭର ଲୋକମାନେ ତୁମ୍ଭ ନାମରେ ଖ୍ୟାତ ଅଟନ୍ତି।”


ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ; ତାହାଙ୍କୁ କୁହ, “ଅଧର୍ମସକଳ କ୍ଷମା କର ଓ ଯାହା ଉତ୍ତମ, ତାହା ଗ୍ରହଣ କର; ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା।


ତୁମ୍ଭେ ପ୍ରତ୍ୟେକ ଜଣ ଯଦି ଅନ୍ତର ସହ ଆପଣା ଆପଣା ଭାଇକୁ କ୍ଷମା ନ କର, ତାହାହେଲେ ମୋହର ସ୍ୱର୍ଗସ୍ଥ ପିତା ହିଁ ତୁମ୍ଭମାନଙ୍କ ପ୍ରତି ସେହି ପ୍ରକାର କରିବେ।”


ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ।”


ଆଉ, ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର କାହାରି ଏପରି ବନ୍ଧୁ ଅଛି କି, ଯାହା ନିକଟକୁ ଅଧରାତିରେ ସେ ଯାଇ କହିବ, ‘ହେ ବନ୍ଧୁ, ମୋତେ ତିନୋଟି ରୁଟି ଉଧାର ଦିଅ,


କିମ୍ବା ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀ-ଗୃହ ପଡ଼ି ସେମାନଙ୍କର ପ୍ରାଣନାଶ କଲା, ସେମାନେ ସମସ୍ତ ଯିରୂଶାଲମବାସୀଙ୍କ ଅପେକ୍ଷା ଅଧିକ ଅପରାଧୀ ବୋଲି କି ତୁମ୍ଭେମାନେ ମନେ କରୁଅଛ?


ପୁଣି, ସେ ସେମାନଙ୍କୁ କହିଲେ, “କାହିଁକି ଶୋଉଅଛ? ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଉଠି ପ୍ରାର୍ଥନା କର।”


ପୁଣି, ଯେଉଁମାନେ ପଥର ଉପରେ ଅଛନ୍ତି, ସେମାନେ ବାକ୍ୟ ଶୁଣି ଆନନ୍ଦରେ ଗ୍ରହଣ କରନ୍ତି; କିନ୍ତୁ ସେମାନଙ୍କର ଚେର ନ ଥିବାରୁ ସେମାନେ ଅଳ୍ପ ସମୟ ବିଶ୍ୱାସ କରନ୍ତି ଓ ପରୀକ୍ଷା ସମୟରେ ଧର୍ମତ୍ୟାଗୀ ହୁଅନ୍ତି।


ତୁମ୍ଭେ ସେମାନଙ୍କୁ ଜଗତରୁ ଘେନିଯାଅ ବୋଲି ମୁଁ ପ୍ରାର୍ଥନା କରୁ ନାହିଁ, କିନ୍ତୁ ସେମାନଙ୍କୁ ମନ୍ଦରୁ ରକ୍ଷା କର ବୋଲି ପ୍ରାର୍ଥନା କରୁଅଛି।


ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ବର ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରିପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ।


ପରସ୍ପର ପ୍ରତି ସହନଶୀଳ ହୁଅ ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁ ଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର।


କିନ୍ତୁ ପ୍ରଭୁ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସ୍ଥିର କରି ମନ୍ଦରୁ ରକ୍ଷା କରିବେ।


ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ୱର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍‍।


କାରଣ ଯେ ଦୟା କରେ ନାହିଁ, ସେ ନିର୍ଦ୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ।


ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶ ଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।


ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ।


Lean sinn:

Sanasan


Sanasan