Biblia Todo Logo
Bìoball air-loidhne

- Sanasan -




ଲୂକ ଲିଖିତ ସୁସମାଚାର 11:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ଆଘାତ କର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାଇ ଦିଆଯିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ମୁଁ ମଧ୍ୟ ତୁମ୍ଭମମାନଙ୍କୁ କହୁଅଛି, ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ଵାରରେ ମାର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

9 ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ମାର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାଇଦିଆଯିବ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

9 “ତେଣୁ ମୁଁ ତୁମ୍ଭମାନଙ୍କୁ କହେ: ମାଗ, ତୁମମାନଙ୍କୁ ଦିଆଯିବ! ଖୋଜ, ପାଇବ; ଆଘାତ କର, ତୁମ ପାଇଁ ଦ୍ୱାର ଫିଟାଯିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

9 ତେଣୁ ମୁଁ ତୁମ୍ଭମାନଙ୍କୁ କହୁଛି, ବାରମ୍ବାର ମାଗୁଥାଅ। ତା'ହେଲେ ପରମେଶ୍ୱର ତୁମ୍ଭମାନଙ୍କୁ ଦେବେ। ଖୋଜୁଥାଅ। ତୁମ୍ଭେମାନେ ପାଇବ। ଦୁଆର ଠ‌‌କ୍‌‌ଠକ୍ କରି ଗ୍ଭଲି ଥାଅ। ତୁମ୍ଭ ପାଇଁ ଦୁଆର ଖୋଲିଯିବ।

Faic an caibideil Dèan lethbhreac




ଲୂକ ଲିଖିତ ସୁସମାଚାର 11:9
40 Iomraidhean Croise  

ମୁଁ ସଙ୍କଟ କାଳରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି; ସଦାପ୍ରଭୁ ମୋତେ ଉତ୍ତର ଦେଇ ପ୍ରଶସ୍ତ ସ୍ଥାନରେ ସ୍ଥାପନ କଲେ।


ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି।


ଯେତେବେଳେ ତୁମ୍ଭେ କହିଲ, “ତୁମ୍ଭେମାନେ ମୋହର ମୁଖ ଅନ୍ୱେଷଣ କର,” ମୋʼ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, “ସଦାପ୍ରଭୋ, ମୁଁ ତୁମ୍ଭର ମୁଖ ଅନ୍ୱେଷଣ କରିବି।”


ଯୁବା ସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ।


ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ।


ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।”


ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇଲି; ମାତ୍ର ମୋହର ପ୍ରିୟତମ ସ୍ଥାନାନ୍ତରେ ଚାଲି ଯାଇଥିଲେ। ସେ କଥା କହିବା ବେଳେ ମୋହର ପ୍ରାଣ ଉଡ଼ିଗଲା; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇପାରିଲି ନାହିଁ; ମୁଁ ତାଙ୍କୁ ଡାକିଲି, ମାତ୍ର ସେ ମୋତେ କୌଣସି ଉତ୍ତର ଦେଲେ ନାହିଁ।


ଆମ୍ଭେ ଗୋପନରେ ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ; ‘ତୁମ୍ଭେମାନେ ବୃଥାରେ ଆମ୍ଭର ଅନ୍ୱେଷଣ କର,’ ଏହା ଆମ୍ଭେ ଯାକୁବ ବଂଶକୁ କହି ନାହୁଁ, ଆମ୍ଭେ ସଦାପ୍ରଭୁ ଧର୍ମବାଦୀ, ଆମ୍ଭେ ସଠିକ୍ କଥା ପ୍ରକାଶ କରୁ।


ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା।


ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା।


ଏଣୁ ମୁଁ ଉପବାସ, ଚଟ ପରିଧାନ ଓ ଭସ୍ମ ଲେପନ କରି ପ୍ରାର୍ଥନା ଓ ବିନତି ଦ୍ୱାରା ପ୍ରଭୁ ପରମେଶ୍ୱରଙ୍କର ଅନ୍ଵେଷଣ କରିବା ପାଇଁ ତାହାଙ୍କ ପ୍ରତି ଦୃଷ୍ଟି କଲି।


ପୁଣି, ବିଶ୍ୱାସ କରି ପ୍ରାର୍ଥନାରେ ଯାହା କିଛି ମାଗିବ, ସେହିସବୁ ପାଇବ।”


ଏହି ଦୁହିଁଙ୍କ ମଧ୍ୟରୁ କିଏ ପିତାଙ୍କର ଇଚ୍ଛା ସାଧନ କଲା?” ସେମାନେ କହିଲେ, “ପ୍ରଥମ ଜଣକ।” ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କରଗ୍ରାହୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କ ଆଗେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରୁଅଛନ୍ତି।


ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଐଶ୍ୱର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିକ ପରି ବିଭୂଷିତ ନ ଥିଲେ।


ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ, ସେ ସବୁ ପାଇଅଛ ବୋଲି ବିଶ୍ୱାସ କର, ସେଥିରେ ସେହିସବୁ ପାଇବ।


ମୁଁ ତୁମ୍ଭମାନଙ୍କୁ ଯାହା କହୁଅଛି, ତାହା ସମସ୍ତଙ୍କୁ କହୁଅଛି, ‘ଜାଗ୍ରତ ଥାଅ।’”


କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଦ୍ୱାର ଫିଟାଇଦିଆଯିବ।


ପୁଣି, ପିତା ଯେପରି ପୁତ୍ରଙ୍କଠାରେ ମହିମାନ୍ୱିତ ହୁଅନ୍ତି, ଏଥିନିମନ୍ତେ ତୁମ୍ଭେମାନେ ମୋʼ ନାମରେ ଯାହା କିଛି ମାଗିବ, ତାହା ମୁଁ କରିବି।


ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥିନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି। ସେଥିରେ ତୁମ୍ଭେମାନେ ମୋʼ ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;


ଯଦି ତୁମ୍ଭେମାନେ ମୋʼ ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ।


ଯୀଶୁ ତାହାକୁ ଉତ୍ତର ଦେଲେ, “ଈଶ୍ବରଙ୍କ ଦାନ ଓ ମୋତେ ପିଇବାକୁ ଦିଅ ବୋଲି ଯେ ତୁମ୍ଭକୁ କହୁଅଛନ୍ତି, ସେ କିଏ, ଏହା ଯଦି ତୁମ୍ଭେ ଜାଣିଥାଆନ୍ତ, ତାହାହେଲେ ତୁମ୍ଭେ ତାହାଙ୍କୁ ମାଗିଥାଆନ୍ତ, ଆଉ ସେ ତୁମ୍ଭକୁ ଜୀବନ୍ତ ଜଳ ଦେଇଥାଆନ୍ତେ।”


ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,


କାରଣ ସେ କହନ୍ତି, “ଆମ୍ଭେ ଅନୁଗ୍ରହର ସମୟରେ ତୁମ୍ଭର ପ୍ରାର୍ଥନା ଶ୍ରବଣ କଲୁ, ଆଉ ପରିତ୍ରାଣର ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କଲୁ।” ଦେଖ, ଏବେ ମହା-ଅନୁଗ୍ରହର ସମୟ; ଦେଖ, ଏବେ ପରିତ୍ରାଣର ଦିନ।


ଆଉ ବିଶ୍ୱାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ବର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ୱେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ୱାସ କରିବା ଆବଶ୍ୟକ।


ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଦୟା ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ।


କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ବର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।


ବିଶ୍ୱାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି, ପ୍ରଭୁ ତାହାକୁ ଉଠାଇବେ ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ।


ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହିସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ।


କିନ୍ତୁ ତୁମ୍ଭମାନଙ୍କୁ, ଅର୍ଥାତ୍‍ ଥୁୟାଥିରାରେ ଥିବା ଯେଉଁ ଅବଶିଷ୍ଟ ଲୋକେ ଏହି ମତାବଲମ୍ବୀ ନୁହଁ ଓ ଯାହାକୁ ଶୟତାନର ନିଗୂଢ଼ ଶିକ୍ଷା ବୋଲି କହନ୍ତି, ତାହା ଜ୍ଞାତ ନୁହଁ, ତୁମ୍ଭମାନଙ୍କୁ ଆମ୍ଭେ କହୁଅଛୁ, ତୁମ୍ଭମାନଙ୍କ ଉପରେ ଆମ୍ଭେ ଆଉ କୌଣସି ଭାର ଦେବୁ ନାହିଁ।


Lean sinn:

Sanasan


Sanasan