Biblia Todo Logo
Bìoball air-loidhne

- Sanasan -




ଲୂକ ଲିଖିତ ସୁସମାଚାର 13:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ-ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

5 କଦାପି ନୁହେଁ! ମୁଁ କହୁଛି, ପାପରୁ ମନ ନ ଫେରାଇଲେ ତୁମେ ମଧ୍ୟ ସେମାନଙ୍କ ପରି ମରିବ।”

Faic an caibideil Dèan lethbhreac

ପବିତ୍ର ବାଇବଲ

5 ନା, ସେମାନେ ତା’ ନ ଥିଲେ। ମୁଁ କିନ୍ତୁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭେମାନେ ଯଦି ତୁମ୍ଭମାନଙ୍କର ହୃଦୟ ଓ ଜୀବନଯାପନ ପ୍ରଣାଳୀରେ ପରିବର୍ତ୍ତନ ନ ଆଣିବ, ତେବେ ତୁମ୍ଭେମାନେ ସବୁ ବିନଷ୍ଟ ହେବ।”

Faic an caibideil Dèan lethbhreac




ଲୂକ ଲିଖିତ ସୁସମାଚାର 13:5
5 Iomraidhean Croise  

ଏଥିପାଇଁ ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକକୁ ତାହାର ଆଚାର ବ୍ୟବହାରାନୁସାରେ ବିଚାର କରିବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। ତୁମ୍ଭେମାନେ ଫେର, ଆପଣାମାନଙ୍କର ସମସ୍ତ ଅପରାଧରୁ ବିମୁଖ ହୁଅ; ତହିଁରେ ଅଧର୍ମ ତୁମ୍ଭମାନଙ୍କର ବିନାଶଜନକ ନୋହିବ।


ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ-ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହି ପ୍ରକାରେ ବିନଷ୍ଟ ହେବ।


କିମ୍ବା ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀ-ଗୃହ ପଡ଼ି ସେମାନଙ୍କର ପ୍ରାଣନାଶ କଲା, ସେମାନେ ସମସ୍ତ ଯିରୂଶାଲମବାସୀଙ୍କ ଅପେକ୍ଷା ଅଧିକ ଅପରାଧୀ ବୋଲି କି ତୁମ୍ଭେମାନେ ମନେ କରୁଅଛ?


ଆଉ, ସେ ଏହି ଦୃଷ୍ଟାନ୍ତ କହିଲେ, “ଜଣକର ଦ୍ରାକ୍ଷାକ୍ଷେତ୍ରରେ ଗୋଟିଏ ଡିମ୍ବିରିବୃକ୍ଷ ଲଗାଯାଇଥିଲା। ସେ ଆସି ସେଥିରେ ଫଳ ଖୋଜିଲେ, କିନ୍ତୁ ପାଇଲେ ନାହିଁ।


Lean sinn:

Sanasan


Sanasan