Biblia Todo Logo
Bìoball air-loidhne

- Sanasan -




ଲୂକ ଲିଖିତ ସୁସମାଚାର 3:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଣୁ ମନ-ପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର; ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ସୁଦ୍ଧା ଏପରି କୁହ ନାହିଁ; କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରିପାରନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ଏଣୁ ମନ ପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର; ପୁଣି, ଅବ୍ରହାମ ଆମ୍ଭମାନଙ୍କର ପିତା, ମନେ ମନେ ସୁଦ୍ଧା ଏପରି କୁହ ନାହିଁ; କାରଣ ମୁଁ ତ ତୁମ୍ଭମାନଙ୍କୁ କହୁଅଛି, ଈଶ୍ଵର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି।

Faic an caibideil Dèan lethbhreac

ଓଡିଆ ବାଇବେଲ

8 ଏଣୁ ମନପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର; ପୁଣି, ଅବ୍ରାହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ସୁଦ୍ଧା ଏପରି କୁହ ନାହିଁ; କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରାହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

8 ଯେଉଁସବୁ କାର୍ଯ୍ୟ ଦ୍ୱାରା ତୁମ୍ଭେମାନେ ପାପରୁ ମନ ଫେରାଇଛ ବୋଲି ପ୍ରମାଣିତ ହେବ, ସେହିସବୁ କାର୍ଯ୍ୟ କର। ଅବ୍ରାହାମ୍ ତୁମର ପୂର୍ବପୁରୁଷ ବୋଲି ଗର୍ବ କରି ପରସ୍ପର ମଧ୍ୟରେ କଥା ବାର୍ତ୍ତା କର ନାହିଁ। ମୁଁ କହୁଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରାହାମ୍‌ଙ୍କ ନିମନ୍ତେ ବଂଶଧର ଉତ୍ପନ୍ନ କରିପାରନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ

8 ତୁମ୍ଭେମାନେ ପ୍ରକୃତରେ ନିଜ ହୃଦୟ ଓ ଜୀବନ ପରିବର୍ତ୍ତନ କରିଛ ବୋଲି ତୁମ୍ଭମାନଙ୍କୁ ନିଜ କାର୍ଯ୍ୟ ଦ୍ୱାରା ପ୍ରମାଣିତ କରିବାକୁ ହେବ। ଗର୍ବ କରି କୁହ ନାହିଁ ଯେ ‘ଅବ୍ରହାମ ଆମ୍ଭମାନଙ୍କର ପିତା।’ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ପରମେଶ୍ୱର ଅବ୍ରହାମଙ୍କ ପାଇଁ ଏହି ପଥରଗୁଡ଼ିକରୁ ମଧ୍ୟ ସନ୍ତାନ ସୃଷ୍ଟି କରିପାରନ୍ତି।

Faic an caibideil Dèan lethbhreac




ଲୂକ ଲିଖିତ ସୁସମାଚାର 3:8
29 Iomraidhean Croise  

ତୁମ୍ଭେମାନେ ସେମାନଙ୍କର ଶସ୍ୟକ୍ଷେତ୍ର, ସେମାନଙ୍କର ଦ୍ରାକ୍ଷାକ୍ଷେତ୍ର, ସେମାନଙ୍କର ଜୀତକ୍ଷେତ୍ର ଓ ସେମାନଙ୍କର ଗୃହ, ମଧ୍ୟ ସେମାନଙ୍କଠାରୁ ମୁଦ୍ରା ଓ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଶତକଡ଼ା ଯେଉଁ ସୁଧ ତୁମ୍ଭେମାନେ ନେଇଅଛ, ତାହା ଆଜି ସେମାନଙ୍କୁ ଫେରାଇ ଦିଅ।”


“ହେ ମନୁଷ୍ୟ-ସନ୍ତାନ, ଯେଉଁମାନେ ଇସ୍ରାଏଲ ଦେଶର, ସେହି ସକଳ ଉତ୍ସନ୍ନ ସ୍ଥାନରେ ବାସ କରନ୍ତି, ସେମାନେ କହୁଅଛନ୍ତି, ଅବ୍ରହାମ ଏକମାତ୍ର ଥିଲେ, ଆଉ ସେ ଦେଶ ଅଧିକାର କଲେ; ମାତ୍ର ଆମ୍ଭେମାନେ ଅନେକ ଲୋକ; ଆମ୍ଭମାନଙ୍କୁ ଏହି ଦେଶ ଅଧିକାରାର୍ଥେ ଦତ୍ତ ହୋଇଅଛି।


ଏଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କଠାରୁ କାଢ଼ି ନିଆଯିବ, ପୁଣି, ଯେଉଁ ଜାତି ସେଥିର ଫଳ ଫଳିବ, ତାହାକୁ ଦିଆଯିବ।


ଏଣୁ ମନ-ପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର,


ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରିପାରନ୍ତି।


ଘରର ମୁଖ୍ୟ ଲୋକ ଉଠି ଦ୍ୱାର ବନ୍ଦ କଲା ପରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ‘ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାନ୍ତୁ,’ ଏହା କହି ଦ୍ୱାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ‘ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ।’


ସେହି ସମୟରେ ତୁମ୍ଭେମାନେ କହିବାକୁ ଲାଗିବ, ଆମ୍ଭେମାନେ ଆପଣଙ୍କ ସାକ୍ଷାତରେ ଭୋଜନପାନ କଲୁ, ପୁଣି, ଆପଣ ଆମ୍ଭମାନଙ୍କ ଦାଣ୍ଡମାନଙ୍କରେ ଶିକ୍ଷା ଦେଲେ;


ଆଉ ଯେ ତୁମ୍ଭକୁ ଓ ତାହାଙ୍କୁ ନିମନ୍ତ୍ରଣ କଲେ, ସେ ଆସି ତୁମ୍ଭକୁ କହିବେ, ‘ଏହାଙ୍କୁ ସ୍ଥାନ ଦିଅ;’ ଆଉ, ସେତେବେଳେ ତୁମ୍ଭେ ଲଜ୍ଜାରେ ନିମ୍ନତମ ସ୍ଥାନ ଗ୍ରହଣ କରିବାକୁ ଯିବ।


ସେ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ।”


ସେଥିରେ ଯୀଶୁ ତାହାଙ୍କ ବିଷୟରେ କହିଲେ, “ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଜଖୀୟ ମଧ୍ୟ ଅବ୍ରହାମଙ୍କ ଜଣେ ସନ୍ତାନ;


ସେଥିରେ ଶାସ୍ତ୍ରୀ ଓ ଫାରୂଶୀମାନେ ତର୍କବିତର୍କ କରି ଏହା କହିବାକୁ ଲାଗିଲେ, ଏ ଯେ ଈଶ୍ବର ନିନ୍ଦା କରୁଅଛି, ଏ କିଏ? କେବଳ ଈଶ୍ବରଙ୍କ ବିନା ଆଉ କିଏ ପାପ କ୍ଷମା କରିପାରେ?


ସେମାନେ ତାହାଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଅବ୍ରହାମଙ୍କର ବଂଶ, ଆଉ କେବେ ହେଁ କାହାରି ଦାସ ହୋଇ ନାହୁଁ, ତେବେ ତୁମ୍ଭେମାନେ ମୁକ୍ତ ହେବ ବୋଲି ତୁମ୍ଭେ କିପରି କହୁଅଛ?


ସେମାନେ ତାହାଙ୍କୁ ଉତ୍ତର ଦେଲେ, ଅବ୍ରହାମ ଆମ୍ଭମାନଙ୍କ ପିତା। ଯୀଶୁ ସେମାନଙ୍କୁ କହିଲେ, “ଯଦି ତୁମ୍ଭେମାନେ ଅବ୍ରହାମଙ୍କ ସନ୍ତାନ, ତେବେ ଅବ୍ରହାମଙ୍କ କର୍ମ କର;


କିନ୍ତୁ ପ୍ରଥମେ ଦମ୍ମେଶକର ଓ ଯିରୂଶାଲମ ସହରର ଲୋକମାନଙ୍କ ନିକଟରେ, ପରେ ଯିହୂଦିୟା ପ୍ରଦେଶର ସମସ୍ତ ଅଞ୍ଚଳରେ, ପୁଣି, ଅଣଯିହୁଦୀମାନଙ୍କ ନିକଟରେ ମଧ୍ୟ ପ୍ରଚାର କରିବାକୁ ଲାଗିଲି, ଯେପରି ସେମାନେ ମନ-ପରିବର୍ତ୍ତନ କରି ଈଶ୍ବରଙ୍କ ପ୍ରତି ଫେରିଆସନ୍ତି ଓ ମନ-ପରିବର୍ତ୍ତନର ଉପଯୁକ୍ତ କାର୍ଯ୍ୟ କରନ୍ତି।


ଏଣୁ ଏହି ପ୍ରତିଜ୍ଞା ବିଶ୍ୱାସ ହେତୁ ପ୍ରାପ୍ତ ହୁଏ, ଯେପରି ତାହା ଅନୁଗ୍ରହ ଅନୁସାରେ ହୁଏ, ଆଉ ତଦ୍ୱାରା ସମସ୍ତ ବଂଶ ପକ୍ଷରେ, କେବଳ ବ୍ୟବସ୍ଥାବଲମ୍ବୀ ବଂଶ ପକ୍ଷରେ ନୁହେଁ, ମାତ୍ର ଅବ୍ରହାମଙ୍କ ବିଶ୍ୱାସାବଲମ୍ବୀ ବଂଶ ପକ୍ଷରେ ସୁଦ୍ଧା ସେହି ପ୍ରତିଜ୍ଞା ଅଟଳ ରହେ;


କିଅବା ଅବ୍ରହାମଙ୍କ ବଂଶ ବୋଲି ଯେ ସମସ୍ତେ ସନ୍ତାନ, ତାହା ନୁହେଁ; କିନ୍ତୁ “ଇସ୍‌ହାକଙ୍କଠାରେ ତୁମ୍ଭର ବଂଶ ଖ୍ୟାତ ହେବ।”


ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ।


Lean sinn:

Sanasan


Sanasan