Biblia Todo Logo
Bìoball air-loidhne

- Sanasan -




ମଲାଖୀ 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ତୁମ୍ଭେମାନେ ଦୁଷ୍ଟମାନଙ୍କୁ ପଦ ତଳେ ଦଳି ପକାଇବ; କାରଣ ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ତୁମ୍ଭମାନଙ୍କର ତଳିପାର ଅଧଃସ୍ଥିତ ଭସ୍ମ ହେବେ, ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ତୁମ୍ଭେମାନେ ଦୁଷ୍ଟମାନଙ୍କୁ ପଦ ତଳେ ଦଳି ପକାଇବ; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେଦିନ ସେମାନେ ତୁମ୍ଭମାନଙ୍କର ତଳିପାର ଅଧଃସ୍ଥିତ ଭସ୍ମ ହେବେ।

Faic an caibideil Dèan lethbhreac

ଓଡିଆ ବାଇବେଲ

3 “ପୁଣି, ତୁମ୍ଭେମାନେ ଦୁଷ୍ଟମାନଙ୍କୁ ପଦ ତଳେ ଦଳି ପକାଇବ; କାରଣ ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ତୁମ୍ଭମାନଙ୍କର ତଳିପାର ଅଧଃସ୍ଥିତ ଭସ୍ମ ହେବେ,” ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ତା'ପରେ ତୁମ୍ଭେମାନେ ସେହି ଦୁଷ୍ଟାଗ୍ଭରୀଙ୍କ ଉପରେ ବିଚରଣ କରିବ। ସେମାନେ ତୁମ୍ଭ ପାଦତଳେ ଭସ୍ମ ସଦୃଶ ହେବେ। ଏହିସବୁ ସେହି ଦିନ ଘଟିବ ଯେଉଁ ଦିନ ଆମ୍ଭେ ସୃଷ୍ଟି କରିଛୁ।” ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କହିଥିଲେ।

Faic an caibideil Dèan lethbhreac




ମଲାଖୀ 4:3
22 Iomraidhean Croise  

ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”


ମୁଁ ସେମାନଙ୍କୁ ଏପରି ସଂହାର ଓ ଚୂର୍ଣ୍ଣ କରିଅଛି ଯେ, ସେମାନେ ଆଉ ଉଠି ନ ପାରନ୍ତି; ହଁ, ସେମାନେ ମୋର ପାଦ ତଳେ ପତିତ ହୋଇଅଛନ୍ତି।


ତହୁଁ ମୁଁ ପୃଥିବୀର ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି, ମୁଁ ସଡ଼କର କାଦୁଅ ପରି ସେମାନଙ୍କୁ ଦଳିଲି ଓ ସେମାନଙ୍କୁ ଛିନ୍ନଭିନ୍ନ କଲି।


ପ୍ରତ୍ୟେକ ଗର୍ବୀକୁ ଅନାଇ ତାହାକୁ ନତ କର; ଦୁଷ୍ଟମାନଙ୍କୁ ସେମାନଙ୍କ ଠିଆ ହେବା ସ୍ଥାନରେ ଦଳି ପକାଅ।


ସଦାପ୍ରଭୁ ନମ୍ର ଲୋକଙ୍କୁ ଧରି ରଖନ୍ତି; ସେ ଦୁଷ୍ଟମାନଙ୍କୁ ଭୂମିସାତ୍‍ କରନ୍ତି।


ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ; ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ।


ତୁମ୍ଭେ ସିଂହ ଓ କାଳସର୍ପ ଉପରେ ଚାଲିବ; ତୁମ୍ଭେ ଯୁବା ସିଂହ ଓ ସର୍ପକୁ ପାଦ ତଳେ ଦଳିବ।


କାରଣ ଏହି ପର୍ବତରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହେବ, ଆଉ ଯେପରି କୁଟା ଖତଗଦାର ଜଳରେ ପଦ ତଳେ ଦଳିତ ହୁଏ, ସେହିପରି ମୋୟାବ ସ୍ୱ ସ୍ଥାନରେ ଦଳିତ ହେବ।


ପାଦ, ଦରିଦ୍ରମାନଙ୍କର ପାଦ ଓ ଦୀନହୀନମାନଙ୍କ ପାଦବିକ୍ଷେପ ତାହା ଦଳିତ କରିବ।”


ପ୍ରଭୁ ମୋହର ମଧ୍ୟବର୍ତ୍ତୀ ବୀର ସମସ୍ତଙ୍କୁ ଅକିଞ୍ଚନା କରିଅଛନ୍ତି; ସେ ମୋʼ ଯୁବକଗଣକୁ ଦଳି ପକାଇବା ପାଇଁ ମୋʼ ବିରୁଦ୍ଧରେ ଏକ ମହାସଭା ଆହ୍ୱାନ କରିଅଛନ୍ତି; ଦ୍ରାକ୍ଷାକୁଣ୍ଡରେ ମର୍ଦ୍ଦନ କଲା ପରି ପ୍ରଭୁ ଯିହୁଦାର କୁମାରୀକୁ ମର୍ଦ୍ଦନ କରିଅଛନ୍ତି।


ତୁମ୍ଭେ ଆପଣାର ଅଧର୍ମର ବାହୁଲ୍ୟରେ, ନିଜ ବାଣିଜ୍ୟ ବିଷୟକ ଅନ୍ୟାୟ ଦ୍ୱାରା ଆପଣାର ପବିତ୍ର ସ୍ଥାନସକଳ ଅପବିତ୍ର କରିଅଛ; ଏଥିପାଇଁ ଆମ୍ଭେ ତୁମ୍ଭ ମଧ୍ୟରୁ ଅଗ୍ନି ବାହାର କରି ଆଣିଅଛୁ, ତାହା ତୁମ୍ଭକୁ ଗ୍ରାସ କରିଅଛି, ପୁଣି, ଆମ୍ଭେ ତୁମ୍ଭକୁ ଦର୍ଶନକାରୀ ସକଳର ସାକ୍ଷାତରେ ଭୂମିରେ ଭସ୍ମ କରିଅଛୁ।


ମାତ୍ର ସର୍ବୋପରିସ୍ଥଙ୍କର ପବିତ୍ରଗଣ ରାଜ୍ୟ ପ୍ରାପ୍ତ ହେବେ ଓ ଚିରକାଳ, ଅର୍ଥାତ୍‍, ଅନନ୍ତକାଳ ପର୍ଯ୍ୟନ୍ତ ରାଜ୍ୟ ଭୋଗ କରିବେ।’


ଆଉ, ଶାସନ କାଳ ଓ କର୍ତ୍ତୃତ୍ୱ ଓ ଆକାଶମଣ୍ଡଳର ଅଧଃସ୍ଥିତ ରାଜ୍ୟସମୂହର ମହିମା, ସର୍ବୋପରିସ୍ଥଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ; ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ଯାବତୀୟ ଶାସନକର୍ତ୍ତା ତାହାଙ୍କର ସେବା କରିବେ ଓ ତାହାଙ୍କର ଆଜ୍ଞାବହ ହେବେ।’


ପୁଣି, ବନ ପଶୁଗଣ ମଧ୍ୟରେ ଯେପରି ସିଂହ, ମେଷପଲ ମଧ୍ୟରେ ଯେପରି ଯୁବା ସିଂହ ଯାଇ ଦଳି ପକାଏ ଓ ବିଦୀର୍ଣ୍ଣ କରେ, ଆଉ ଉଦ୍ଧାରକାରୀ କେହି ନ ଥାଏ, ସେପରି ଗୋଷ୍ଠୀଗଣ ମଧ୍ୟରେ, ଅନେକ ଗୋଷ୍ଠୀ ମଧ୍ୟରେ ଯାକୁବର ଅବଶିଷ୍ଟାଂଶ ହେବେ।


ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ।


ପୁଣି, ସେମାନେ ବୀରଗଣ ତୁଲ୍ୟ ହୋଇ ଯୁଦ୍ଧରେ ଆପଣାମାନଙ୍କର ଶତ୍ରୁଗଣକୁ ବାଟର କାଦୁଅରେ ଦଳି ପକାଇବେ ଓ ସେମାନେ ଯୁଦ୍ଧ କରିବେ, କାରଣ ସଦାପ୍ରଭୁ ସେମାନଙ୍କର ସହବର୍ତ୍ତୀ ଅଟନ୍ତି ଓ ଅଶ୍ୱାରୋହୀମାନେ ଲଜ୍ଜିତ ହେବେ।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ଆମ୍ଭର ଲୋକ, ଅର୍ଥାତ୍‍, ଆମ୍ଭର ସଞ୍ଚିତ ଧନ ହେବେ; ପୁଣି, କୌଣସି ମନୁଷ୍ୟ ଯେପରି ଆପଣାର ସେବାକାରୀ ନିଜ ପୁତ୍ର ପ୍ରତି ଦୟା କରେ, ସେହିପରି ଆମ୍ଭେ ସେମାନଙ୍କ ପ୍ରତି ଦୟା କରିବା।


ଆଉ ଶାନ୍ତିଦାତା ଈଶ୍ବର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।


ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, “ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।”


ନଗରର ବାହାରେ ସେହି ଦ୍ରାକ୍ଷାକୁଣ୍ଡ ଦଳିତ ହେଲା, ଆଉ ସେଥିରୁ ରକ୍ତ ବାହାର ହୋଇ ଅଶ୍ୱମାନଙ୍କ ଲଗାମ ପର୍ଯ୍ୟନ୍ତ ଉଠି ଏକ ଶହ କୋଶ ପର୍ଯ୍ୟନ୍ତ ବ୍ୟାପ୍ତ ହେଲା।


Lean sinn:

Sanasan


Sanasan