Biblia Todo Logo
Bìoball air-loidhne

- Sanasan -




ମୀଖା 1:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ଯାକୁବର ଆଜ୍ଞାଲଙ୍ଘନ ଓ ଇସ୍ରାଏଲ ବଂଶର ପାପ ସକାଶୁ ଏହିସବୁ ହେଉଅଛି। ଯାକୁବର ଆଜ୍ଞାଲଙ୍ଘନ କଅଣ? ତାହା କି ଶମରୀୟା ନୁହେଁ? ଓ ଯିହୁଦାର ଉଚ୍ଚସ୍ଥଳୀସକଳ କଅଣ ସେହି ସବୁ କି ଯିରୂଶାଲମ ନୁହେଁ?

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 କାରଣ ଯାକୁବର ଆଜ୍ଞାଲଙ୍ଘନ ଓ ଇସ୍ରାଏଲ-ବଂଶର ପାପ ସକାଶୁ ଏସବୁ ହେଉଅଛି। ଯାକୁବର ଆଜ୍ଞାଲଙ୍ଘନ କଅଣ? ତାହା କି ଶମରୀୟା ନୁହେଁ? ଓ ଯିହୁଦାର ଉଚ୍ଚସ୍ଥଳୀସକଳ କଅଣ? ସେସବୁ କି ଯିରୂଶାଲମ ନୁହେଁ?

Faic an caibideil Dèan lethbhreac

ଓଡିଆ ବାଇବେଲ

5 କାରଣ ଯାକୁବର ଆଜ୍ଞା-ଲଙ୍ଘନ ଓ ଇସ୍ରାଏଲ ବଂଶର ପାପ ସକାଶୁ ଏହିସବୁ ହେଉଅଛି। ଯାକୁବର ଆଜ୍ଞା-ଲଙ୍ଘନ କଅଣ ? ତାହା କି ଶମରୀୟା ନୁହେଁ ? ଓ ଯିହୁଦାର ଉଚ୍ଚସ୍ଥଳୀସକଳ କଅଣ ସେହିସବୁ କି ଯିରୂଶାଲମ ନୁହେଁ ?

Faic an caibideil Dèan lethbhreac

ପବିତ୍ର ବାଇବଲ

5 କାରଣ ଯାକୁବ ଓ ଇସ୍ରାଏଲ ବଂଶର ପାପ ଯୋଗୁଁ ଏହା ଘଟିଅଛି। ଶମରିୟା ଯାକୁବର ପାପର କାରଣ ଥିଲା। ଯିହୁଦାର ଉଚ୍ଚସ୍ଥଳୀ ଯିରୁଶାଲମ ଥିଲା।

Faic an caibideil Dèan lethbhreac




ମୀଖା 1:5
30 Iomraidhean Croise  

ତହୁଁ ଶଲୋମନ ଯିରୂଶାଲମ ସମ୍ମୁଖସ୍ଥ ପର୍ବତରେ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ-ସନ୍ତାନଗଣର ମୋଲକ୍‍ ନାମକ ଘୃଣାଯୋଗ୍ୟ ଦେବତା ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ।


କାରଣ ସେ ବେଥେଲ୍‍ସ୍ଥ ଯଜ୍ଞବେଦି ବିରୁଦ୍ଧରେ ଓ ଶମରୀୟାର ନାନା ନଗରସ୍ଥିତ ଉଚ୍ଚସ୍ଥଳୀର ସମସ୍ତ ଗୃହ ବିରୁଦ୍ଧରେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଉଚ୍ଚସ୍ୱରରେ ଯାହା କହିଅଛି, ତାହା ନିଶ୍ଚୟ ସଫଳ ହେବ।”


ପୁଣି, ସେ ଦୁଇ ତାଳନ୍ତ ରୂପାରେ ଶେମରଠାରୁ ଶମିରୋଣ୍‍ ପର୍ବତ କ୍ରୟ କଲେ ଓ ସେହି ପର୍ବତ ଉପରେ ଏକ ନଗର ନିର୍ମାଣ କରି ସେହି ପର୍ବତର ଅଧିକାରୀ ଶେମରର ନାମାନୁସାରେ ଆପଣା ନିର୍ମିତ ନଗରର ନାମ ଶମରୀୟା ରଖିଲେ।


ତାହାଙ୍କ ରାଜତ୍ଵର ଅଷ୍ଟମ ବର୍ଷରେ ସେ ଅଳ୍ପ ବୟସ୍କ ଥାଉ ଥାଉ ଆପଣା ପୂର୍ବପୁରୁଷ ଦାଉଦଙ୍କର ପରମେଶ୍ୱରଙ୍କୁ ଅନ୍ୱେଷଣ କରିବାକୁ ଆରମ୍ଭ କଲେ ଓ ସେ ଦ୍ୱାଦଶ ବର୍ଷରେ ଉଚ୍ଚସ୍ଥଳୀ ଓ ଆଶେରା ମୂର୍ତ୍ତି ଓ ଖୋଦିତ ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମାରୁ ଯିହୁଦା ଓ ଯିରୂଶାଲମକୁ ଶୁଚି କରିବାକୁ ଲାଗିଲେ।


ପୁଣି, ଲୋକମାନେ ତାଙ୍କ ସାକ୍ଷାତରେ ବାଲ୍‍ ଦେବଗଣର ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ, ଆଉ ସେ ତହିଁ ଉପରେ ସ୍ଥାପିତ ସୂର୍ଯ୍ୟ-ପ୍ରତିମାସବୁ କାଟି ପକାଇଲେ ଓ ଆଶେରା ମୂର୍ତ୍ତି, ଖୋଦିତ ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମାସବୁ ଭାଙ୍ଗି ଚୂର୍ଣ୍ଣ କରି ସେସବୁର ଉଦ୍ଦେଶ୍ୟରେ ବଳିଦାନକାରୀ ଲୋକମାନଙ୍କ କବର ଉପରେ ତାହା ବିଞ୍ଚିଲେ।


ଆଉ, ଇଫ୍ରୟିମର ମସ୍ତକ ଶମରୀୟା ଓ ଶମରୀୟାର ମସ୍ତକ ରମଲୀୟର ପୁତ୍ର। ଯଦି ତୁମ୍ଭେମାନେ ବିଶ୍ୱାସ ନ କରିବ, ତେବେ ସ୍ଥିରୀକୃତ ହେବ ନାହିଁ, ଏହା ନିଶ୍ଚୟ।’”


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପଥରେ କଢ଼ାଇ ଘେନିଯିବା ସମୟରେ ତୁମ୍ଭେ ତାହାଙ୍କୁ ପରିତ୍ୟାଗ କରିବାରୁ ଏହା କି ଆପଣା ପ୍ରତି ଆପେ ଘଟାଇ ନାହଁ?


ତୁମ୍ଭ ନିଜର ଦୁଷ୍ଟତା ତୁମ୍ଭକୁ ଶାସ୍ତି ଦେବ ଓ ତୁମ୍ଭର ବିପଥଗମନ ତୁମ୍ଭକୁ ଅନୁଯୋଗ କରିବ; ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପରିତ୍ୟାଗ କରିବାର ଓ ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାର ଯେ ମନ୍ଦ ଓ ତିକ୍ତ ବିଷୟ, ଏହା ଜ୍ଞାତ ହୋଇ ବୁଝ।


ଆହୁରି, ଆମ୍ଭେ ଶମରୀୟାର ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଅଜ୍ଞାନତା ଦେଖିଅଛୁ; ସେମାନେ ବାଲ୍‍ଦେବ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ଆମ୍ଭର ଇସ୍ରାଏଲ ଲୋକମାନଙ୍କୁ ଭ୍ରାନ୍ତ କରାଇଲେ।


ଯିରୂଶାଲମର ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ହିଁ ଆମ୍ଭେ ରୋମାଞ୍ଚଜନକ ବିଷୟ ଦେଖିଅଛୁ; ସେମାନେ ପରଦାର ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୁଷ୍କର୍ମକାରୀମାନଙ୍କର ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କର କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ; ସେମାନେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତହିଁର ନିବାସୀମାନେ ହମୋରାର ସମାନ ଅଟନ୍ତି।”


ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିୟା ଏହିସବୁ ତୁମ୍ଭ ପ୍ରତି ଘଟାଇଅଛି; ଏହା ତୁମ୍ଭ ଦୁଷ୍ଟତାର ଫଳ, ହଁ, ତାହା ତିକ୍ତ, ହଁ, ତାହା ମର୍ମଭେଦକ।”


ତୁମ୍ଭମାନଙ୍କର ଅଧର୍ମ ଏହିସବୁ ଅନ୍ୟଥା କରିଅଛି ଓ ତୁମ୍ଭମାନଙ୍କର ପାପ ତୁମ୍ଭମାନଙ୍କର ମଙ୍ଗଳ ନିବାରଣ କରିଅଛି।


ହେ ପୃଥିବୀ, ଶୁଣ; ଦେଖ, ଆମ୍ଭେ ଏହି ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ସେମାନଙ୍କ କଳ୍ପନାସମୂହର ଫଳ ବର୍ତ୍ତାଇବା, କାରଣ ସେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହାନ୍ତି ଓ ଆମ୍ଭର ବ୍ୟବସ୍ଥା ସେମାନେ ଅଗ୍ରାହ୍ୟ କରିଅଛନ୍ତି।


ଆମ୍ଭମାନଙ୍କ ମସ୍ତକରୁ ମୁକୁଟ ଖସି ପଡ଼ିଅଛି; ଧିକ୍‍ ଆମ୍ଭମାନଙ୍କୁ! କାରଣ ଆମ୍ଭେମାନେ ପାପ କରିଅଛୁ।


ପୁଣି, ଶମରୀୟା ତୁମ୍ଭର ବଡ଼ ଭଗିନୀ, ସେ ଆପଣା କନ୍ୟାଗଣ ସହିତ ତୁମ୍ଭର ଉତ୍ତର ଦିଗରେ ବାସ କରେ; ଆଉ, ସଦୋମ ତୁମ୍ଭର ସାନ ଭଗିନୀ, ସେ ଓ ତାହାର କନ୍ୟାଗଣ ତୁମ୍ଭର ଦକ୍ଷିଣ ଦିଗରେ ବାସ କରନ୍ତି।


ଆମ୍ଭେ ଯେତେବେଳେ ଇସ୍ରାଏଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ସେତେବେଳେ ଇଫ୍ରୟିମର ଅଧର୍ମ ଓ ଶମରୀୟାର ଦୁଷ୍ଟତା ପ୍ରକାଶିତ ହୁଅଇ; କାରଣ ସେମାନେ ଅସତ୍ୟତାର ବ୍ୟବହାର କରନ୍ତି ଓ ଚୋର ଭିତରେ ପ୍ରବେଶ କରେ, ଆଉ ଡକାୟତ ଦଳ ବାହାରେ ଲୁଟ କରନ୍ତି।


ନାନା ପ୍ରଧାନ ଗୋଷ୍ଠୀ ମଧ୍ୟରେ ପ୍ରସିଦ୍ଧ, ଯେଉଁମାନଙ୍କ ନିକଟକୁ ଇସ୍ରାଏଲ ବଂଶ ଆସନ୍ତି, ଏପରି ଯେ ସିୟୋନସ୍ଥ ସୁଖରେ ଥିବା ଲୋକମାନେ ଓ ଶମରୀୟା ପର୍ବତସ୍ଥ ନିରାପଦରେ ଥିବା ଲୋକମାନେ, ସେମାନେ ସନ୍ତାପର ପାତ୍ର!


ପୁଣି, ଇସ୍‌ହାକର ଉଚ୍ଚସ୍ଥଳୀସକଳ ଧ୍ୱଂସିତ ହେବ ଓ ଇସ୍ରାଏଲର ଧର୍ମଧାମସକଳ ବିନଷ୍ଟ ହେବ; ଆଉ ଆମ୍ଭେ ଖଡ୍ଗ ଘେନି ଯାରବୀୟାମର ବଂଶ ବିରୁଦ୍ଧରେ ଉଠିବା।”


ଯେଉଁମାନେ ଶମରୀୟାର ପାପ ନେଇ ଶପଥ କରନ୍ତି, ଆଉ କହନ୍ତି, ‘ହେ ଦାନ୍, ତୁମ୍ଭ ଦେବତା ଜୀବିତ ଥିବା ପ୍ରମାଣେ’ ଓ ବେର୍‍ଶେବାର ଦେବତା ଜୀବିତ ଥିବା ପ୍ରମାଣେ, ସେମାନେ ହିଁ ପତିତ ହେବେ, ଆଉ କେବେ ଉଠିବେ ନାହିଁ।”


ହେ ଲାଖୀଶ୍‍ ନିବାସିନୀ, ତୁମ୍ଭେ ରଥରେ ଦ୍ରୁତଗାମୀ ଅଶ୍ୱ ଯୋଚ; ସେ ସିୟୋନ-କନ୍ୟା ପ୍ରତି ଆଦ୍ୟ ପାପ ସ୍ୱରୂପ ଥିଲା; କାରଣ ଇସ୍ରାଏଲର ଆଜ୍ଞା-ଲଙ୍ଘନସକଳ ତୁମ୍ଭ ମଧ୍ୟରେ ଦେଖାଗଲା।


Lean sinn:

Sanasan


Sanasan