Biblia Todo Logo
Bìoball air-loidhne

- Sanasan -




ମୀଖା 3:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ ନୁହେଁ?

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

1 ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ-ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ ନୁହେଁ?

Faic an caibideil Dèan lethbhreac

ଓଡିଆ ବାଇବେଲ

1 ପୁଣି, ମୁଁ କହିଲି, ହେ ଯାକୁବର ପ୍ରଧାନବର୍ଗ ଓ ହେ ଇସ୍ରାଏଲ-ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଶୁଣ: ନ୍ୟାୟବିଚାର ଜ୍ଞାତ ହେବାର କି ତୁମ୍ଭମାନଙ୍କର ଉଚିତ୍ ନୁହେଁ ?

Faic an caibideil Dèan lethbhreac

ପବିତ୍ର ବାଇବଲ

1 ତା'ପରେ ମୁଁ କହିଲି, “ହେ ଯାକୁବର ପ୍ରାଚୀନଗଣ ଓ ଇସ୍ରାଏଲ ବଂଶର ଶାସକଗଣ, ମୋ’ କଥା ଶୁଣ, ତୁମ୍ଭେମାନେ ନ୍ୟାୟ କ’ଣ ଜାଣିବା ଉଚିତ୍।

Faic an caibideil Dèan lethbhreac




ମୀଖା 3:1
21 Iomraidhean Croise  

ତହିଁରେ ମୁଁ ଯିହୁଦାର ନେତାମାନଙ୍କ ସଙ୍ଗେ ବାଦାନୁବାଦ କରି ସେମାନଙ୍କୁ କହିଲି, “ତୁମ୍ଭେମାନେ ବିଶ୍ରାମବାର ଅପବିତ୍ର କରି ଏ କି କୁକର୍ମ କରୁଅଛ?


ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ? ସେମାନେ ମୋʼ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।


ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର।


ସେମାନେ ବିଧବାମାନଙ୍କୁ ଆପଣାମାନଙ୍କର ଲୁଟିତ ଦ୍ରବ୍ୟ ସ୍ୱରୂପ କରିବା ପାଇଁ, ପିତୃହୀନମାନଙ୍କୁ ଆପଣାମାନଙ୍କର ମୃଗୟା ସ୍ୱରୂପ କରିବା ପାଇଁ, ଦରିଦ୍ରମାନଙ୍କୁ ନ୍ୟାୟବିଚାରରୁ ଫେରାଇ ଦିଅନ୍ତି ଓ ମୋହର ଦୁଃଖୀ ଲୋକମାନଙ୍କର ଅଧିକାର ହରଣ କରନ୍ତି।


ଦେଖ, ଇସ୍ରାଏଲର ଅଧିପତିଗଣ ପ୍ରତ୍ୟେକେ ଆପଣା ଆପଣା ପରାକ୍ରମ ଅନୁସାରେ ରକ୍ତପାତ କରିବା ନିମନ୍ତେ ତୁମ୍ଭ ମଧ୍ୟରେ ରହିଅଛନ୍ତି।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ଓ ସେହି ପାଳକମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଇସ୍ରାଏଲର ଯେଉଁ ପାଳକମାନେ ଆପଣାମାନଙ୍କୁ ପାଳନ କରୁଅଛନ୍ତି, ସେମାନେ ସନ୍ତାପର ପାତ୍ର! ମେଷଗଣକୁ ପାଳନ କରିବାର କି ପାଳକମାନଙ୍କର କର୍ତ୍ତବ୍ୟ ନୁହେଁ?


ତୁମ୍ଭେମାନେ ମେଦ ଖାଉଅଛ ଓ ତୁମ୍ଭେମାନେ ମେଷର ଲୋମ ପରିଧାନ କରୁଅଛ, ତୁମ୍ଭେମାନେ ହୃଷ୍ଟପୁଷ୍ଟ ଜନ୍ତୁ ମାରୁଅଛ, ମାତ୍ର ତୁମ୍ଭେମାନେ ମେଷଗଣକୁ ପାଳନ କରୁ ନାହଁ।


ତହିଁରେ ସେ ମୋତେ କହିଲେ, “ଇସ୍ରାଏଲ ଓ ଯିହୁଦା ବଂଶର ଅଧର୍ମ ଅତ୍ୟନ୍ତ ବଡ଼ ଓ ଦେଶ ରକ୍ତରେ ପରିପୂର୍ଣ୍ଣ, ଆଉ ନଗର ଅନ୍ୟାୟ ବିଚାରରେ ପରିପୂର୍ଣ୍ଣ ହୋଇଅଛି; କାରଣ ସେମାନେ କହନ୍ତି, ‘ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି ଓ ସଦାପ୍ରଭୁ ଦେଖନ୍ତି ନାହିଁ।’


ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ବନ୍ଧୀୟ; ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ୱରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ୱରୂପ ହୋଇଅଛ।


“ହେ ଶମରୀୟାର ପର୍ବତବାସିନୀ ବାଶନର ଗାଭୀସବୁ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ତୁମ୍ଭେମାନେ ଦରିଦ୍ରଗଣ ପ୍ରତି ଉପଦ୍ରବ କରୁଅଛ, ଦୀନହୀନମାନଙ୍କୁ ଦଳି ପକାଉଅଛ, ତୁମ୍ଭେମାନେ ଆପଣା ଆପଣା କର୍ତ୍ତାକୁ କହୁଅଛ, ‘ଆଣ, ଆମ୍ଭେମାନେ ପାନ କରିବା।’


ନାନା ପ୍ରଧାନ ଗୋଷ୍ଠୀ ମଧ୍ୟରେ ପ୍ରସିଦ୍ଧ, ଯେଉଁମାନଙ୍କ ନିକଟକୁ ଇସ୍ରାଏଲ ବଂଶ ଆସନ୍ତି, ଏପରି ଯେ ସିୟୋନସ୍ଥ ସୁଖରେ ଥିବା ଲୋକମାନେ ଓ ଶମରୀୟା ପର୍ବତସ୍ଥ ନିରାପଦରେ ଥିବା ଲୋକମାନେ, ସେମାନେ ସନ୍ତାପର ପାତ୍ର!


ଭଗ୍ନକାରୀ ସେମାନଙ୍କର ଅଗ୍ରଗାମୀ ହୋଇଅଛନ୍ତି; ସେମାନେ ବେଢ଼ା ଭାଙ୍ଗି ଦ୍ୱାର ପର୍ଯ୍ୟନ୍ତ ଯାଇଅଛନ୍ତି ଓ ସେହି ଦ୍ୱାର ଦେଇ ବାହାରି ଯାଇଅଛନ୍ତି; ପୁଣି, ସେମାନଙ୍କର ରାଜା ସେମାନଙ୍କର ଆଗେ ଆଗେ ଯାଇଅଛନ୍ତି ଓ ସଦାପ୍ରଭୁ ସେମାନଙ୍କର ଅଗ୍ରଗାମୀ ଅଛନ୍ତି।


ମୁଁ ତୁମ୍ଭମାନଙ୍କୁ ଲଜ୍ଜା କରାଇବା ପାଇଁ ଏହା କହୁଅଛି। ଭାଇ ଭାଇ ମଧ୍ୟରେ ମୀମାଂସା କରିବାକୁ ସମର୍ଥ, ଏପରି କଅଣ ଜଣେ ବୋଲି ଜ୍ଞାନୀ ଲୋକ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ନାହିଁ?


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ ବଂଶାନୁସାରେ ତୁମ୍ଭକୁ ଯେଉଁ ସମସ୍ତ ନଗର ଦେବେ, ତହିଁର ଦ୍ୱାର ମଧ୍ୟରେ ତୁମ୍ଭେ ଆପଣା ପାଇଁ ବିଚାରକର୍ତ୍ତା ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କରିବ; ପୁଣି ସେମାନେ ନ୍ୟାୟ-ବିଚାରରେ ଲୋକମାନଙ୍କର ବିଚାର କରିବେ।


Lean sinn:

Sanasan


Sanasan