Biblia Todo Logo
Bìoball air-loidhne

- Sanasan -




ମୀଖା 3:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମଧ୍ୟ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ମାଂସ ଖାଉଅଛ ଓ ସେମାନଙ୍କର ଚର୍ମ ଛଡ଼ାଇ ସେମାନଙ୍କର ଅସ୍ଥିସବୁ ଭାଙ୍ଗୁଅଛ; ହଁ, ଯେପରି ହାଣ୍ଡି ଓ ହଣ୍ଡା ପାଇଁ ମାଂସ ଖଣ୍ଡ ଖଣ୍ଡ କରନ୍ତି, ସେହିପରି ସେମାନଙ୍କୁ ଖଣ୍ଡ ଖଣ୍ଡ କରି ପକାଉଅଛ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ମଧ୍ୟ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ମାଂସ ଖାଉଅଛ ଓ ସେମାନଙ୍କର ଚର୍ମ ଛଡ଼ାଇ ସେମାନଙ୍କର ଅସ୍ଥିସବୁ ଭାଙ୍ଗୁଅଛ; ହଁ, ଯେପରି ହାଣ୍ତି ଓ ହଣ୍ତା ପାଇଁ ମାଂସ ଖଣ୍ତ ଖଣ୍ତ କରନ୍ତି, ସେପରି ସେମାନଙ୍କୁ ଖଣ୍ତ ଖଣ୍ତ କରି ପକାଉଅଛ।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ମଧ୍ୟ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ମାଂସ ଖାଉଅଛ ଓ ସେମାନଙ୍କର ଚର୍ମ ଛଡ଼ାଇ ସେମାନଙ୍କର ଅସ୍ଥିସବୁ ଭାଙ୍ଗୁଅଛ; ହଁ, ଯେପରି ହାଣ୍ଡି ଓ ହଣ୍ଡା ପାଇଁ ମାଂସ ଖଣ୍ଡ ଖଣ୍ଡ କରନ୍ତି, ସେହିପରି ସେମାନଙ୍କୁ ଖଣ୍ଡ ଖଣ୍ଡ କରି ପକାଉଅଛ।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ତୁମ୍ଭେମାନେ ମୋ’ ସନ୍ତାନମାନଙ୍କୁ ଧ୍ୱଂସ କରିଛ। ତୁମ୍ଭେ ସେମାନଙ୍କର ଚର୍ମ କାଢ଼ି ନେଇଛ ଓ ସେମାନଙ୍କର ଅସ୍ଥିକୁ ଭାଙ୍ଗି ଦେଇଛ। ପାତ୍ରରେ ରନ୍ଧନ ପାଇଁ ମାଂସକୁ ଖଣ୍ତ କଲାପରି ସେମାନଙ୍କ ଅସ୍ଥି ଓ ମାଂସକୁ ତୁମ୍ଭେ ଖଣ୍ତ ଖଣ୍ତ କରିଛ।

Faic an caibideil Dèan lethbhreac




ମୀଖା 3:3
11 Iomraidhean Croise  

ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ? ସେମାନେ ମୋʼ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।


ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେ ମୋହର ସେହି ବିପକ୍ଷ ଓ ଶତ୍ରୁମାନେ ଝୁଣ୍ଟି ପତିତ ହେଲେ।


ପୃଥିବୀରୁ ଦୁଃଖୀମାନଙ୍କୁ ଓ ମନୁଷ୍ୟଗଣ ମଧ୍ୟରୁ ଦରିଦ୍ରମାନଙ୍କୁ ଗ୍ରାସ କରିବା ପାଇଁ ଯେଉଁମାନଙ୍କର ଦନ୍ତ ଖଡ୍ଗ ପରି ଓ କଳଦନ୍ତ ଛୁରୀ ପରି, ଏପରି ଏକ ବଂଶ ଅଛି।


ସଦାପ୍ରଭୁ ଆପଣା ଲୋକମାନଙ୍କର ପ୍ରାଚୀନବର୍ଗର ଓ ଅଧିପତିଗଣର ସହିତ ବିଚାରରେ ଉପସ୍ଥିତ ହେବେ; “ତୁମ୍ଭେମାନେ ହିଁ ଦ୍ରାକ୍ଷାକ୍ଷେତ୍ର ଗ୍ରାସ କରିଅଛ; ଦରିଦ୍ରମାନଙ୍କଠାରୁ ଲୁଟିତ ଦ୍ରବ୍ୟ ତୁମ୍ଭମାନଙ୍କ ଗୃହରେ ଅଛି;”


“ତୁମ୍ଭେମାନେ ଯେ ଆମ୍ଭ ଲୋକମାନଙ୍କୁ ଦଳି ପକାଉଅଛ ଓ ଦରିଦ୍ରମାନଙ୍କ ମୁଖ ଘଷି ପକାଉଅଛ, ଏଥିରେ ତୁମ୍ଭମାନଙ୍କ ଅଭିପ୍ରାୟ କʼଣ?” ପ୍ରଭୁ, ବାହିନୀଗଣର ସଦାପ୍ରଭୁ ଏହି କଥା କହନ୍ତି।


ସେମାନେ କହନ୍ତି, ‘ଗୃହ ନିର୍ମାଣ କରିବାର ସମୟ ସନ୍ନିକଟ ହୋଇ ନାହିଁ; ଏହି ନଗର ହଣ୍ଡା ଓ ଆମ୍ଭେମାନେ ମାଂସ।’


ମାଂସଖଣ୍ଡସବୁ, ଉତ୍ତମ ଉତ୍ତମ ଖଣ୍ଡସବୁ, ଊରୁ ଓ ସ୍କନ୍ଧ, ତହିଁ ଭିତରେ ଏକତ୍ର କର; ଭଲ ଭଲ ଅସ୍ଥିରେ ତାହା ପୂର୍ଣ୍ଣ କର।


ହେ ଦୀନହୀନମାନଙ୍କୁ ଗ୍ରାସ କରିବାକୁ ଉଦ୍ୟତ ଓ ଦରିଦ୍ରମାନଙ୍କୁ ଲୋପ କରାଇବା ଲୋକମାନେ, ତୁମ୍ଭେମାନେ ଏହା ଶୁଣ।


ମାତ୍ର ଅଳ୍ପ କାଳ ହେଲା, ଆମ୍ଭର ଲୋକମାନେ ଶତ୍ରୁ ତୁଲ୍ୟ ହୋଇ ଉଠିଅଛନ୍ତି; ଯୁଦ୍ଧରୁ ବିମୁଖ ଲୋକମାନଙ୍କ ତୁଲ୍ୟ ନିଶ୍ଚିନ୍ତ ପଥିକମାନଙ୍କ ଗାତ୍ରୀୟ ବସ୍ତ୍ରରୁ ତୁମ୍ଭେମାନେ ଉତ୍ତରୀୟ ବସ୍ତ୍ର ଛଡ଼ାଇ ନେଉଅଛ।


ତାହାର ମଧ୍ୟସ୍ଥିତ ଅଧିପତିଗଣ ଗର୍ଜ୍ଜନକାରୀ ସିଂହ ସଦୃଶ୍ୟ; ତାହାର ବିଚାରକର୍ତ୍ତାଗଣ ସନ୍ଧ୍ୟାକାଳୀନ କେନ୍ଦୁଆ ତୁଲ୍ୟ; ସେମାନେ ସକାଳ ବେଳାକୁ କିଛି ରଖନ୍ତି ନାହିଁ।


Lean sinn:

Sanasan


Sanasan