Biblia Todo Logo
Bìoball air-loidhne

- Sanasan -




ମୀଖା 3:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମାତ୍ର ଯାକୁବକୁ ତାହାର ଆଜ୍ଞାଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ୱାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ମାତ୍ର ଯାକୁବକୁ ତାହାର ଆଜ୍ଞାଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ଵାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ।

Faic an caibideil Dèan lethbhreac

ଓଡିଆ ବାଇବେଲ

8 ମାତ୍ର ଯାକୁବକୁ ତାହାର ଆଜ୍ଞା-ଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ୱାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ।

Faic an caibideil Dèan lethbhreac

ପବିତ୍ର ବାଇବଲ

8 କିନ୍ତୁ ସଦାପ୍ରଭୁଙ୍କର ଆତ୍ମା ଦ୍ୱାରା ଶକ୍ତିରେ, ନ୍ୟାୟ ବିଗ୍ଭରରେ ଓ ପରାକ୍ରମରେ ମୁଁ ଏପରି ପରିପୂର୍ଣ୍ଣ ହେବି ଯେ, ଯାକୁବର ଅପରାଧ ଓ ଇସ୍ରାଏଲର ପାପ ବିଷୟରେ ମୁଁ ସେମାନଙ୍କୁ ଅବଗତ କରାଇବି।”

Faic an caibideil Dèan lethbhreac




ମୀଖା 3:8
28 Iomraidhean Croise  

କାରଣ ମୁଁ ବାକ୍ୟରେ ପରିପୂର୍ଣ୍ଣ। ମୋହର ଅନ୍ତରସ୍ଥ ଆତ୍ମା ମୋତେ ପ୍ରବର୍ତ୍ତାଏ।


“ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।


ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;


ସଦାପ୍ରଭୁଙ୍କର ଗ୍ରାହ୍ୟ ବର୍ଷ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧର ଦିନ ଘୋଷଣା କରିବାକୁ; ଶୋକାର୍ତ୍ତ ସମସ୍ତଙ୍କୁ ସାନ୍ତ୍ୱନା କରିବାକୁ;


କାରଣ ଦେଖ, ଆମ୍ଭେ ଆଜି ସମଗ୍ର ଦେଶ ବିରୁଦ୍ଧରେ, ଯିହୁଦାର ରାଜାଗଣ ବିରୁଦ୍ଧରେ, ତହିଁର ଅଧିପତିଗଣର ବିରୁଦ୍ଧରେ, ତହିଁର ଯାଜକମାନଙ୍କ ବିରୁଦ୍ଧରେ ଓ ଦେଶସ୍ଥ ଲୋକମାନଙ୍କ ବିରୁଦ୍ଧରେ, ତୁମ୍ଭକୁ ଏକ ଦୃଢ଼ ନଗର, ଲୌହସ୍ତମ୍ଭ ଓ ପିତ୍ତଳର ପ୍ରାଚୀର ସ୍ୱରୂପ କଲୁ।


ଯଦି ପୁଣି, “ମୁଁ ତାହାଙ୍କ ବିଷୟ କହିବି ନାହିଁ, କିଅବା ତାହାଙ୍କ ନାମରେ ଆଉ କଥା କହିବି ନାହିଁ,” ଯଦି ମୁଁ ଏହା କହେ, ତେବେ ମୋର ଅସ୍ଥି ମଧ୍ୟରେ ରୁଦ୍ଧ ଦାହକାରୀ ଅଗ୍ନି ମୋʼ ହୃଦୟରେ ଥିଲା ପରି ହୁଏ, ଆଉ ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇ ନୀରବ ହୋଇ ନ ପାରେ।


ଏହେତୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି; ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇଅଛି; “ସଡ଼କରେ ବାଳକମାନଙ୍କ ଉପରେ ଓ ଯୁବାମାନଙ୍କ ସଭାରେ ତାହା ଏକାବେଳେ ଢାଳି ପକାଅ; କାରଣ ସ୍ୱାମୀ ଓ ଭାର୍ଯ୍ୟା ବୃଦ୍ଧ ଜରାଗ୍ରସ୍ତ ସମସ୍ତେ ଧରାଯିବେ।


ତୁମ୍ଭର ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭ ନିମନ୍ତେ ଅସାରତା ଓ ମୂର୍ଖତାର ଦର୍ଶନ ପାଇଅଛନ୍ତି; ଆଉ, ତୁମ୍ଭର ବନ୍ଦୀତ୍ୱର ମୋଚନ ନିମନ୍ତେ ସେମାନେ ତୁମ୍ଭର ଅଧର୍ମ ପ୍ରକାଶ କରି ନାହାନ୍ତି, ମାତ୍ର ଅସାର ଦର୍ଶନ ଓ ତୁମ୍ଭ ନିର୍ବାସିତ ହେବାର କାରଣ ଦେଖି ପ୍ରଚାର କରିଅଛନ୍ତି।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମକୁ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ଜଣାଅ,


ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ସେମାନଙ୍କର ବିଚାର କରିବ? ତୁମ୍ଭେ କି ସେମାନଙ୍କର ବିଚାର କରିବ? ସେମାନଙ୍କ ପୂର୍ବପୁରୁଷଗଣର ଘୃଣାଯୋଗ୍ୟ କ୍ରିୟାସକଳ ସେମାନଙ୍କୁ ଜ୍ଞାତ କରାଅ,


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ବିଚାର କରିବ? ତୁମ୍ଭେ କି ଏହି ରକ୍ତମୟୀ ନଗରୀର ବିଚାର କରିବ? ତେବେ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ତାହାକୁ ଜ୍ଞାତ କରାଅ।


ସଦାପ୍ରଭୁ ଆହୁରି ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଅହଲାର ଓ ଅହଲୀବାର ବିଚାର କରିବ? ତେବେ ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାସବୁ ସେମାନଙ୍କୁ ଜ୍ଞାତ କରାଅ;


ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲେ; ତହୁଁ ମୁଁ ଦୁଃଖିତ ଓ ପରମେଶ୍ୱରଙ୍କ ଆତ୍ମାରେ ତାପିତ ହୋଇ ଗମନ କଲି, ପୁଣି, ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ପ୍ରବଳ ଥିଲା।


ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶ ଯେପରି ଆପଣା ଆପଣା ଅଧର୍ମ ହେତୁ ଲଜ୍ଜିତ ହେବେ, ଏଥିପାଇଁ ତୁମ୍ଭେ ସେମାନଙ୍କୁ ଏହି ଗୃହ ଦେଖାଅ; ଆଉ, ସେମାନେ ସେହି ଗୃହର ଆଦର୍ଶ ପରିମାଣ କରନ୍ତୁ।


କାରଣ ସେ ସେମାନଙ୍କର ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ।


ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ, ଯେଉଁମାନଙ୍କୁ ସେ ବିନେରିଗୋଷ୍, ଅର୍ଥାତ୍‍ ମେଘନାଦର ପୁତ୍ର ବୋଲି ଉପନାମ ଦେଲେ;


ତୁମ୍ଭମାନଙ୍କ ବିଶ୍ୱାସ ଯେପରି ମନୁଷ୍ୟର ଜ୍ଞାନ ଉପରେ ସ୍ଥାପିତ ନ ହୋଇ ଈଶ୍ବରଙ୍କ ଶକ୍ତି ଉପରେ ସ୍ଥାପିତ ହୁଏ,


Lean sinn:

Sanasan


Sanasan