Biblia Todo Logo
Bìoball air-loidhne

- Sanasan -




ମୀଖା 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ସେ ଅନେକ ଗୋଷ୍ଠୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଦୂରସ୍ଥିତ ବଳବାନ ଗୋଷ୍ଠୀୟମାନଙ୍କ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ସେ ଅନେକ ଗୋଷ୍ଠୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଦୂରସ୍ଥିତ ବଳବାନ ଗୋଷ୍ଠୀୟମାନଙ୍କ ସମ୍ଵନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଆପଣା ଖଡ଼୍‍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦା, ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ଼୍‍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ପୁଣି, ସେ ଅନେକ ଗୋଷ୍ଠୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଦୂରସ୍ଥିତ ବଳବାନ ଗୋଷ୍ଠୀୟମାନଙ୍କ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ତା'ପରେ ଅନେକ ଗୋଷ୍ଠୀର ଲୋକମାନଙ୍କ ପାଇଁ ପରମେଶ୍ୱର ବିଗ୍ଭରକ ହେବେ ଓ ଦୂରଦେଶୀୟ ଅନେକ ଲୋକମାନଙ୍କୁ ତାଙ୍କର ଶେଷ ନିଷ୍ପତ୍ତି ଜଣାଇବେ। ସେହି ଲୋକମାନେ ଯୁଦ୍ଧ ପାଇଁ ସେମାନଙ୍କର ଅସ୍ତ୍ର ତ୍ୟାଗ କରିବେ। ସେମାନେ ସେମାନଙ୍କର ‌‌ଖ‌ଡ଼୍‌ଗରେ ଲଙ୍ଗଳ ତିଆରି କରିବେ ଏବଂ ବର୍ଛାକୁ ଭାଙ୍ଗି ଶସ୍ୟ କାଟିବାକୁ ଦାଆ ନିର୍ମାଣ କରିବେ। ଲୋକମାନେ ଅନ୍ୟ ସହିତ ଯୁଦ୍ଧ କରିବା ବନ୍ଦ କରିବେ। ଆଉ ଯୁଦ୍ଧ ପାଇଁ ତାଲିମ ମଧ୍ୟ କେବେ ନେବେ ନାହିଁ।

Faic an caibideil Dèan lethbhreac




ମୀଖା 4:3
40 Iomraidhean Croise  

“କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।”


ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି; ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ଡ ଖଣ୍ଡ କରନ୍ତି; ସେ ରଥସବୁ ଅଗ୍ନିରେ ପୋଡ଼ି ପକାନ୍ତି।


ଧର୍ମ ଦ୍ୱାରା ପର୍ବତଗଣ ଓ ଉପପର୍ବତଗଣ ଲୋକମାନଙ୍କର ଶାନ୍ତି ଉତ୍ପନ୍ନ କରିବେ।


ତାହାଙ୍କ ସମୟରେ ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେବେ; ପୁଣି, ଚନ୍ଦ୍ର ଲୁପ୍ତ ନୋହିବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ହେବ।


ହେ ପରମେଶ୍ୱର, ଉଠ, ପୃଥିବୀର ବିଚାର କର; କାରଣ ତୁମ୍ଭେ ସବୁ ଗୋଷ୍ଠୀମାନଙ୍କୁ ଅଧିକାର କରିବ।


ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି; ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ।


ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ।


ପୁଣି, ସେ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଅନେକ ଗୋଷ୍ଠୀ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ।


ଏଥିପାଇଁ ବଳବାନ ଲୋକମାନେ ତୁମ୍ଭର ଗୌରବ କରିବେ ଓ ଭୟଙ୍କର ଗୋଷ୍ଠୀୟମାନଙ୍କ ନଗର ତୁମ୍ଭଙ୍କୁ ଭୟ କରିବ।


ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହୋଇଅଛି ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଚାର କରିବ; ଦ୍ୱୀପଗଣ ଆମ୍ଭର ଅପେକ୍ଷାରେ ରହିବେ ଓ ଆମ୍ଭର ବାହୁରେ ପ୍ରତ୍ୟାଶା ରଖିବେ।


କାରଣ ଯେଉଁ ଦେଶ ଓ ରାଜ୍ୟ ତୁମ୍ଭର ସେବା ନ କରିବ, ତାହା ବିନଷ୍ଟ ହେବ, ହଁ, ସେହି ଦେଶସକଳ ନିଃଶେଷ ରୂପେ ଧ୍ୱଂସିତ ହେବ।


କେନ୍ଦୁଆ ବାଘ ଓ ମେଣ୍ଢାଛୁଆ ଏକତ୍ର ଚରିବେ ଓ ସିଂହ ଗୋରୁ ପରି ନଡ଼ା ଖାଇବ; ପୁଣି, ଧୂଳି ସର୍ପର ଖାଦ୍ୟ ହେବ। ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ, ସଦାପ୍ରଭୁ ଏହା କହନ୍ତି।”


ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସାଧନ କରିବ।


ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାପି ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ାଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।


ଆଉ, ସେହି ଦିନ ଆମ୍ଭେ ସେମାନଙ୍କ ନିମନ୍ତେ କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀ ଓ ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ସହିତ ନିୟମ କରିବା ଓ ଆମ୍ଭେ ଦେଶରୁ ଧନୁ, ଖଡ୍ଗ ଓ ଯୁଦ୍ଧ ଉଚ୍ଛିନ୍ନ କରିବା, ଆଉ ସେମାନଙ୍କୁ ନିରାପଦରେ ଶୟନ କରାଇବା।


ଆମ୍ଭେ ତୁମ୍ଭକୁ ବିଶ୍ୱସ୍ତତାରେ ଆମ୍ଭ ପାଇଁ ବାଗ୍‍ଦାନ କରିବା; ତହିଁରେ ତୁମ୍ଭେ ସଦାପ୍ରଭୁଙ୍କୁ ଜ୍ଞାତ ହେବ।


ସେତେବେଳେ ଆମ୍ଭେ ଯାବତୀୟ ଗୋଷ୍ଠୀଙ୍କୁ ସଂଗ୍ରହ କରି ସେମାନଙ୍କୁ ଯିହୋଶାଫଟ୍‍ (ସଦାପ୍ରଭୁଙ୍କ ବିଚାର) ଉପତ୍ୟକାକୁ ଓହ୍ଲାଇ ଆଣିବା; ଆଉ, ସେମାନଙ୍କ ସଙ୍ଗେ ଆମ୍ଭ ଲୋକମାନଙ୍କର ଓ ଆମ୍ଭ ଅଧିକାର ଇସ୍ରାଏଲ ସପକ୍ଷରେ ବାଦାନୁବାଦ କରିବା, କାରଣ ସେମାନେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରି ଆମ୍ଭର ଦେଶ ବିଭାଗ କରିଅଛନ୍ତି।


ଆଉ, ଯେଉଁ ଗୋଷ୍ଠୀମାନେ କଥାରେ ମନୋଯୋଗ କଲେ ନାହିଁ, ସେମାନଙ୍କଠାରୁ ଆମ୍ଭେ କୋପରେ ଓ ପ୍ରଚଣ୍ଡତାରେ ପରିଶୋଧ ନେବା।


ସେତେବେଳେ ସଦାପ୍ରଭୁ ବାହାର ହେବେ ଓ ସଂଗ୍ରାମ ଦିନରେ ଯେପରି ଯୁଦ୍ଧ କଲେ, ସେହିପରି ସେହି ସବୁ ଗୋଷ୍ଠୀ ବିରୁଦ୍ଧରେ ଯୁଦ୍ଧ କରିବେ।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ନାନା ଗୋଷ୍ଠୀ ଓ ଅନେକ ନଗରର ନିବାସୀମାନେ ଆସିବେ।


ପୁଣି, ଆମ୍ଭେ ଇଫ୍ରୟିମରୁ ରଥ ଓ ଯିରୂଶାଲମରୁ ଅଶ୍ୱ ଉଚ୍ଛିନ୍ନ କରିବା ଓ ଯୁଦ୍ଧ-ଧନୁ ଉଚ୍ଛିନ୍ନ ହେବ; ଆଉ, ସେ ଗୋଷ୍ଠୀଗଣକୁ ଶାନ୍ତିର କଥା କହିବେ ଓ ତାହାଙ୍କର ରାଜ୍ୟ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ହେବ।


କାରଣ ଯେଉଁ ଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ୱାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏହି ବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି।


ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି।


ଯେଉଁମାନେ ସଦାପ୍ରଭୁଙ୍କ ସହିତ ବିବାଦ କରନ୍ତି, ସେମାନେ ଭଗ୍ନ ହେବେ; ସେ ସ୍ୱର୍ଗରେ ଥାଇ ସେମାନଙ୍କ ବିରୁଦ୍ଧରେ ଗର୍ଜ୍ଜନ କରିବେ; ସଦାପ୍ରଭୁ ପୃଥିବୀର ପ୍ରାନ୍ତଭାଗ ପର୍ଯ୍ୟନ୍ତ ଶାସନ କରିବେ ଓ ସେ ଆପଣା ରାଜାକୁ ବଳ ଦେବେ, ପୁଣି, ଆପଣା ଅଭିଷେକୀଙ୍କ ଶୃଙ୍ଗ ଉନ୍ନତ କରିବେ।”


Lean sinn:

Sanasan


Sanasan