Biblia Todo Logo
Bìoball air-loidhne

- Sanasan -




ମୀଖା 4:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏବେ ତୁମ୍ଭେ କାହିଁକି ଘୋର ଚିତ୍କାର କରୁଅଛ? ତୁମ୍ଭ ମଧ୍ୟରେ କି ରାଜା ନାହିଁ, ତୁମ୍ଭର ମନ୍ତ୍ରୀ ବିନଷ୍ଟ ହୋଇଅଛି ବୋଲି କି ସ୍ତ୍ରୀର ପ୍ରସବବେଦନା ତୂଲ୍ୟ ବେଦନା ତୁମ୍ଭକୁ ଆକ୍ରାନ୍ତ କରିଅଛି?

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ଏବେ ତୁମ୍ଭେ କାହିଁକି ଘୋର ଚିତ୍କାର କରୁଅଛ? ତୁମ୍ଭ ମଧ୍ୟରେ କି ରାଜା ନାହିଁ, ତୁମ୍ଭର ମନ୍ତ୍ରୀ ବିନଷ୍ଟ ହୋଇଅଛି ବୋଲି କି ସ୍ତ୍ରୀର ପ୍ରସବବେଦନା ତୂଲ୍ୟ ବେଦନା ତୁମ୍ଭକୁ ଆକ୍ରା; କରିଅଛି?

Faic an caibideil Dèan lethbhreac

ଓଡିଆ ବାଇବେଲ

9 ଏବେ ତୁମ୍ଭେ କାହିଁକି ଘୋର ଚିତ୍କାର କରୁଅଛ ? ତୁମ୍ଭ ମଧ୍ୟରେ କି ରାଜା ନାହିଁ, ତୁମ୍ଭର ମନ୍ତ୍ରୀ ବିନଷ୍ଟ ହୋଇଅଛି ବୋଲି କି ସ୍ତ୍ରୀର ପ୍ରସବ ବେଦନା ତୂଲ୍ୟ ବେଦନା ତୁମ୍ଭକୁ ଆକ୍ରାନ୍ତ କରିଅଛି ?

Faic an caibideil Dèan lethbhreac

ପବିତ୍ର ବାଇବଲ

9 ବର୍ତ୍ତମାନ ତୁମ୍ଭେ କାହିଁକି ଉଚ୍ଚ ସ୍ୱରରେ ବିଳାପ କରୁଛ? ତୁମ୍ଭର ରାଜା କ’ଣ ଗ୍ଭଲିଯାଇଛନ୍ତି? ତୁମ୍ଭେ କ’ଣ ତୁମ୍ଭର ମନ୍ତ୍ରୀଙ୍କୁ ହରାଇଛ? ପ୍ରସବକାଳୀନ ରମଣୀଙ୍କ ପରି ତୁମ୍ଭେ ବେଦନା ପାଉଛ।

Faic an caibideil Dèan lethbhreac




ମୀଖା 4:9
20 Iomraidhean Croise  

ପୁଣି, ସେମାନେ ଭୟଭୀତ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରାନ୍ତ କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ; ସେମାନେ ପରସ୍ପରର ବିଷୟରେ ଚମତ୍କୃତ ହେବେ; ସେମାନଙ୍କର ମୁଖ ଅଗ୍ନିଶିଖା ତୁଲ୍ୟ ହେବ।


ଏନିମନ୍ତେ ମୋହର କଟିଦେଶ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି; ପ୍ରସବକାରିଣୀର ବେଦନା ତୁଲ୍ୟ ବେଦନା ମୋତେ ଆକ୍ରାନ୍ତ କରିଅଛି; ମୁଁ ଏପରି ବ୍ୟଥିତ ଯେ, ମୁଁ ଶୁଣି ପାରୁ ନାହିଁ; ମୁଁ ଏପରି ବିହ୍ୱଳ ଯେ, ମୁଁ ଦେଖି ପାରୁ ନାହିଁ।


ଗର୍ଭିଣୀ ପ୍ରସବକାଳର ନିକଟବର୍ତ୍ତୀ ହେବା ବେଳେ ଯେପରି ବ୍ୟଥିତା ହୁଏ ଓ ବେଦନାରେ କ୍ରନ୍ଦନ କରେ, ସେହିପରି ହେ ସଦାପ୍ରଭୋ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ହୋଇଅଛୁ।


ହେ ଲିବାନୋନ ନିବାସିନୀ, ଏରସ ବୃକ୍ଷ ବନରେ ବସା କରିଅଛ ଯେ ତୁମ୍ଭେ, ଯେତେବେଳେ ପ୍ରସବବେଦନା ତୁଲ୍ୟ ତୁମ୍ଭର ବେଦନା ଉପସ୍ଥିତ ହେବ, ସେତେବେଳେ ତୁମ୍ଭର ଅବସ୍ଥା ବଡ଼ ଶୋଚନୀୟ ହେବ।”


“ଏହେତୁ ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, ପୁଣି ଯାକୁବ ଫେରିଆସି ଶାନ୍ତିରେ ଓ ନିରାପଦରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।


ମୁଁ କେତେ କାଳ ପତାକା ଦେଖିବି ଓ ତୂରୀର ଶବ୍ଦ ଶୁଣିବି?


କାରଣ ପ୍ରସବକାରିଣୀ ସ୍ତ୍ରୀର ରବ ପରି, ପ୍ରଥମ ସନ୍ତାନ ପ୍ରସବକାରିଣୀ ସ୍ତ୍ରୀର ବେଦନା ପରି ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ, ସେ ଦୀର୍ଘ ନିଶ୍ୱାସ ଛାଡ଼ି ଓ ଆପଣା ହାତ ପ୍ରସାରି କହୁଅଛି, “ହାୟ ହାୟ! ହତ୍ୟାକାରୀମାନଙ୍କ ଆଗରେ ମୋʼ ପ୍ରାଣ ମୂର୍ଚ୍ଛିତ ହେଲା।”


କରୀୟୋଥ୍‍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍‍ ଆକ୍ରାନ୍ତ ହେଲା, ଆଉ ସେହି ଦିନରେ ମୋୟାବର ବୀରମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣ ତୁଲ୍ୟ ହେବ।


ବାବିଲର ରାଜା ସେମାନଙ୍କ ବିଷୟରେ ଜନରବ ଶୁଣିଅଛି ଓ ତାହାର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ତାହାକୁ ଆକ୍ରାନ୍ତ କରିଅଛି।


ଦେଖ, ଅତି ଦୂର ଦେଶରୁ ମୋʼ ଲୋକଙ୍କ କନ୍ୟାର ଆର୍ତ୍ତନାଦ; “ସଦାପ୍ରଭୁ କʼଣ ସିୟୋନରେ ନାହାନ୍ତି? ତହିଁର ରାଜା କʼଣ ତହିଁ ମଧ୍ୟରେ ନାହାନ୍ତି?” “ସେମାନେ ଆପଣାମାନଙ୍କର ଖୋଦିତ ପ୍ରତିମା ଓ ବିଦେଶୀୟ ଅସାର ବସ୍ତୁ ସମୂହ ଦ୍ୱାରା କାହିଁକି ଆମ୍ଭଙ୍କୁ ବିରକ୍ତ କରିଅଛନ୍ତି?”


ଆମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ତାହାର ଛାୟା ତଳେ ବଞ୍ଚିବା ବୋଲି ଯାହାର ବିଷୟରେ କହିଲୁ, ଆମ୍ଭମାନଙ୍କ ନାସାର ନିଃଶ୍ୱାସ ସ୍ୱରୂପ, ସଦାପ୍ରଭୁଙ୍କର ସେହି ଅଭିଷିକ୍ତ ଲୋକ ସେମାନଙ୍କ ଗର୍ତ୍ତରେ ଧରାଗଲା।


ଅବଶ୍ୟ ଏବେ ସେମାନେ କହିବେ, “ଆମ୍ଭମାନଙ୍କର ରାଜା ନାହିଁ; କାରଣ ଆମ୍ଭେମାନେ ତ ସଦାପ୍ରଭୁଙ୍କୁ ଭୟ କରୁ ନାହୁଁ, ଏଣୁ ରାଜା ଆମ୍ଭମାନଙ୍କ ପାଇଁ କଅଣ କରି ପାରିବ?”


ପ୍ରସବକାରିଣୀ ସ୍ତ୍ରୀର ବେଦନା ତାହାକୁ ଆକ୍ରାନ୍ତ କରିବ; ସେ ଅଜ୍ଞାନ ଶିଶୁ; କାରଣ ଶିଶୁମାନଙ୍କର ପ୍ରସବ-ଦ୍ୱାରରେ ତାହାର ବିଳମ୍ବ କରି ରହିବାର ଉଚିତ ନୁହେଁ।


କାରଣ ଇସ୍ରାଏଲ-ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜାହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ;


ଏନିମନ୍ତେ ଯେଉଁ ସ୍ତ୍ରୀ ପ୍ରସବ ବେଦନାଗ୍ରସ୍ତା ହେଉଅଛି, ସେ ଯେପର୍ଯ୍ୟନ୍ତ ପ୍ରସବ ନ କରେ, ସେହି ସମୟ ପର୍ଯ୍ୟନ୍ତ ସେ ସେମାନଙ୍କୁ ତ୍ୟାଗ କରିବେ; ତହିଁ ଉତ୍ତାରେ ତାହାଙ୍କର ଅବଶିଷ୍ଟ ଭ୍ରାତୃଗଣ ଇସ୍ରାଏଲର ସନ୍ତାନଗଣର ନିକଟକୁ ଫେରି ଆସିବେ।


ପ୍ରସବ ସମୟ ଉପସ୍ଥିତ ହେଲେ ସ୍ତ୍ରୀଲୋକ ଦୁଃଖ ପାଏ; କିନ୍ତୁ ସେ ସନ୍ତାନ ପ୍ରସବ କଲା ଉତ୍ତାରେ ଜଗତରେ ଜଣେ ମାନବ ଜନ୍ମଗ୍ରହଣ କଲା, ଏହି ଆନନ୍ଦ ଯୋଗୁଁ ଆଉ କଷ୍ଟ ସ୍ମରଣ କରେ ନାହିଁ।


ସେ ଗର୍ଭବତୀ ହୋଇ ପ୍ରସବ ବେଦନାରେ ଆର୍ତ୍ତସ୍ୱର କରି ପ୍ରସବ କରିବା ନିମନ୍ତେ କଷ୍ଟ ପାଉଥିଲେ।


Lean sinn:

Sanasan


Sanasan