Biblia Todo Logo
Bìoball air-loidhne

- Sanasan -




ମାର୍କ 7:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଫାରୂଶୀମାନେ ଓ ସମସ୍ତ ଯିହୁଦୀ ଲୋକ ପ୍ରାଚୀନମାନଙ୍କ ପରମ୍ପରାଗତ ରୀତିନୀତି ପାଳନ କରି ଭଲ ରୂପେ ହାତ ନ ଧୋଇଲେ ଭୋଜନ କରନ୍ତି ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ଫାରୂଶୀମାନେ ଓ ସମସ୍ତ ଯିହୁଦୀ ଲୋକ ପ୍ରାଚୀନ-ମାନଙ୍କ ପରମ୍ପରାଗତ ରୀତିନୀତି ପାଳନ କରି ଭଲ ରୂପେ ହାତ ନ ଧୋଇଲେ ଭୋଜନ କରନ୍ତି ନାହିଁ,

Faic an caibideil Dèan lethbhreac

ଓଡିଆ ବାଇବେଲ

3 ଫାରୂଶୀମାନେ ଓ ସମସ୍ତେ ଯିହୂଦୀ ଲୋକ ପ୍ରାଚୀନମାନଙ୍କ ପରମ୍ପରାଗତ ରୀତିନୀତି ପାଳନ କରି ଭଲରୂପେ ହାତ ନ ଧୋଇଲେ ଭୋଜନ କରନ୍ତି ନାହିଁ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

3 (ଫାରୁଶୀ ଓ ଅନ୍ୟାନ୍ୟ ଇହୁଦୀମାନେ ସେମାନଙ୍କ ପୂର୍ବ ପୁରୁଷଙ୍କ ରୀତିନୀତି ପାଳନ କରନ୍ତି, ବିଧିବଦ୍ଧଭାବେ ହାତ ନ ଧୋଇ ସେମାନେ ଭୋଜନ କରନ୍ତି ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ଫାରୂଶୀ ଓ ସମସ୍ତ ଯିହୂଦୀମାନେ ନିର୍ଦ୍ଧାରିତ ପଦ୍ଧତିରେ ହାତ ନ ଧୋଇ କେବେ ହେଲେ ଖାଉ ନ ଥିଲେ। ସେମାନେ ତାହାଙ୍କର ମହାନ ପୂର୍ବ ପୁରୁଷଙ୍କ ଦ୍ୱାରା ପ୍ରଚଳିତ ପରମ୍ପରା ପାଳନ କରିବା ପାଇଁ ଏହା କରୁଥିଲେ।

Faic an caibideil Dèan lethbhreac




ମାର୍କ 7:3
10 Iomraidhean Croise  

ଏହି ରୂପେ ତୁମ୍ଭେମାନେ ସ୍ୱପ୍ରଚଳିତ ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ବରଙ୍କ ବାକ୍ୟ ବ୍ୟର୍ଥ କରୁଅଛ ଓ ସେହି ପ୍ରକାର ଅନେକ କର୍ମ କରୁଅଛ।”


ଏଣୁ ଫାରୂଶୀମାନେ ଓ ଶାସ୍ତ୍ରୀମାନେ ତାହାଙ୍କୁ ପଚାରିଲେ, ଆପଣଙ୍କର ଶିଷ୍ୟମାନେ ପ୍ରାଚୀନମାନଙ୍କର ପରମ୍ପରାଗତ ରୀତିନୀତି ଅନୁସାରେ କାହିଁକି ଆଚରଣ ନ କରି ଅଶୁଚି ହସ୍ତରେ ଭୋଜନ କରନ୍ତି?


କିନ୍ତୁ ଭୋଜନ କରିବା ପୂର୍ବେ ସେ ଯେ ପ୍ରଥମେ ଧୋଇ ନ ଥିଲେ, ଏହା ଦେଖି ସେହି ଫାରୂଶୀ ଚମତ୍କୃତ ହେଲେ।


ଆଉ, ସେଠାରେ ଯିହୁଦୀମାନଙ୍କ ଶୁଚିକରଣ ରୀତି ଅନୁସାରେ ଦୁଇ ବା ତିନି ମହଣିଆ ଛଅଗୋଟା ପଥର ଜାହାଲା ରଖାଯାଇଥିଲା।


ଆଉ, ମୋହର ପିତୃ-ପୁରୁଷଙ୍କ ପରମ୍ପରାଗତ ରୀତିନୀତି ନିମନ୍ତେ ଅତ୍ୟନ୍ତ ଉଦ୍‌ଯୋଗୀ ହୋଇ ମୋହର ସମବୟସ୍କ ସ୍ୱଜାତି ଲୋକମାନଙ୍କ ମଧ୍ୟରେ ଅନେକଙ୍କଠାରୁ ବଳି ଯିହୁଦୀ ଧର୍ମରେ ଅଗ୍ରସର ହେଉଥିଲି।


ସାବଧାନ, କାଳେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ଅସଙ୍ଗତ ମନୁଷ୍ୟର ପରମ୍ପରାଗତ ଓ ଜଗତର ମୌଳିକ ଶିକ୍ଷାନୁଯାୟୀ ଦର୍ଶନବିଦ୍ୟା ଓ ନିରର୍ଥକ ପ୍ରତାରଣା ଦ୍ୱାରା ତୁମ୍ଭମାନଙ୍କୁ ବନ୍ଦୀ କରିନିଏ;


ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃ-ପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର-ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ


Lean sinn:

Sanasan


Sanasan