Biblia Todo Logo
Bìoball air-loidhne

- Sanasan -




ନିହିମୀୟା 2:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତହୁଁ ରାତ୍ରିରେ ମୁଁ ଓ ମୋʼ ସଙ୍ଗେ କେତେକ ଲୋକ ଉଠିଲୁ; ପୁଣି, ମୋର ପରମେଶ୍ୱର ଯିରୂଶାଲମ ନିମନ୍ତେ ଯାହା କରିବାକୁ ମୋର ମନରେ ପ୍ରବୃତ୍ତି ଦେଇଥିଲେ, ତାହା ମୁଁ କାହାକୁ ଜଣାଇଲି ନାହିଁ; ଆଉ ମୁଁ ଯେଉଁ ପଶୁ ଉପରେ ଚଢ଼ିଥିଲି, ତାହା ଛଡ଼ା ଅନ୍ୟ ପଶୁ ମୋʼ ସଙ୍ଗରେ ନ ଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

12 ତହୁଁ ରାତ୍ରିରେ ମୁଁ ଓ ମୋʼ ସଙ୍ଗେ କେତେକ ଲୋକ ଉଠିଲୁ; ପୁଣି, ମୋର ପରମେଶ୍ଵର ଯିରୂଶାଲମ ନିମନ୍ତେ ଯାହା କରିବାକୁ ମୋର ମନରେ ପ୍ରବୃତ୍ତି ଦେଇଥିଲେ, ତାହା ମୁଁ କାହାକୁ ଜଣାଇଲି ନାହିଁ; ଆଉ ମୁଁ ଯେଉଁ ପଶୁ ଉପରେ ଚଢ଼ିଥିଲି, ତାହା ଛଡ଼ା ଅନ୍ୟ ପଶୁ ମୋʼ ସଙ୍ଗରେ ନ ଥିଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

12 ତହୁଁ ରାତ୍ରିରେ ମୁଁ ଓ ମୋ’ ସଙ୍ଗେ କେତେକ ଲୋକ ଉଠିଲୁ; ପୁଣି, ମୋର ପରମେଶ୍ୱର ଯିରୂଶାଲମ ନିମନ୍ତେ ଯାହା କରିବାକୁ ମୋର ମନରେ ପ୍ରବୃତ୍ତି ଦେଇଥିଲେ, ତାହା ମୁଁ କାହାକୁ ଜଣାଇଲି ନାହିଁ; ଆଉ ମୁଁ ଯେଉଁ ପଶୁ ଉପରେ ଚଢ଼ିଥିଲି, ତାହା ଛଡ଼ା ଅନ୍ୟ ପଶୁ ମୋ’ ସଙ୍ଗରେ ନ ଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

12 ଏହା ପରେ ରାତ୍ରି ସମୟରେ କିଛି ଲୋକଙ୍କ ସହିତ ବୁଲିବାକୁ ଗଲି। ପରମେଶ୍ୱର ଯିରୁଶାଲମ ପାଇଁ ଯାହା କରିବାକୁ ମୋତେ ପ୍ରେରଣା ଦେଇଥିଲେ, ତାହା ମୁଁ କାହାରିଠାରେ ପ୍ରକାଶ କଲି ନାହିଁ। ମୁଁ ଯେଉଁ ଘୋଡ଼ାରେ ଚଢ଼ିଥିଲି ସେହି ଘୋଡ଼ାକୁ ଛାଡ଼ି ଦେଲେ ମୋ’ ନିକଟରେ ଆଉ ଘୋଡ଼ା ନ ଥିଲା।

Faic an caibideil Dèan lethbhreac




ନିହିମୀୟା 2:12
20 Iomraidhean Croise  

ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହ ଶୋଭାନ୍ୱିତ କରିବାକୁ ରାଜାର ଅନ୍ତଃକରଣକୁ ଏରୂପ ଉଦ୍ଦୀପିତ କରିଅଛନ୍ତି,


ଏହିରୂପେ ମୁଁ ଯିରୂଶାଲମରେ ଉପସ୍ଥିତ ହୋଇ ସେଠାରେ ତିନି ଦିନ ରହିଲି।


ପୁଣି, ମୁଁ ରାତ୍ରିରେ ବାହାରି ଉପତ୍ୟକା-ଦ୍ୱାର ଦେଇ ନାଗକୂପ ଓ ଖତ-ଦ୍ୱାର ପର୍ଯ୍ୟନ୍ତ ଗଲି ଓ ଯିରୂଶାଲମର ଭଗ୍ନ ପ୍ରାଚୀର ଓ ତହିଁର ଅଗ୍ନିରେ ଦଗ୍ଧ ହୋଇଥିବା ଦ୍ୱାରସବୁ ଦେଖିଲି।


ଯିରୂଶାଲମର ଶାନ୍ତି ପାଇଁ ପ୍ରାର୍ଥନା କର; ଯେଉଁମାନେ ତୁମ୍ଭକୁ ସ୍ନେହ କରନ୍ତି, ସେମାନେ ଅଶେଷ ଉନ୍ନତି କରିବେ।


ତୁମ୍ଭେ ଆପଣା ଅନୁଗ୍ରହରେ ସିୟୋନର ମଙ୍ଗଳ କର; ତୁମ୍ଭେ ଯିରୂଶାଲମର ପ୍ରାଚୀରସବୁ ନିର୍ମାଣ କର।


ଚତୁର ଲୋକ ଜ୍ଞାନ ଆଚ୍ଛାଦନ କରେ; ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ।


ଚିରିବାର ସମୟ ଓ ସିଲେଇ କରିବାର ସମୟ; ନୀରବ ରହିବାର ସମୟ ଓ କଥା କହିବାର ସମୟ;


ମାତ୍ର ସଦାପ୍ରଭୁ କହନ୍ତି, ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;


ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନ ହେବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ହେବେ ନାହିଁ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା।


ଏଥିପାଇଁ ଯେଉଁ ଜନ ବୁଦ୍ଧିମାନ, ସେ ଏପରି ସମୟରେ ନୀରବ ହୋଇ ରହିବ; କାରଣ ସମୟ ମନ୍ଦ ଅଟେ।


ତୁମ୍ଭେମାନେ ମିତ୍ରଠାରେ ବିଶ୍ୱାସ କର ନାହିଁ ଓ ପଥର ପ୍ରଦର୍ଶକଠାରେ ବିଶ୍ୱାସ କର ନାହିଁ; ତୁମ୍ଭ ବକ୍ଷସ୍ଥଳରେ ଶୟନକାରିଣୀଠାରୁ ଆପଣା ମୁଖର ଦ୍ୱାର ରକ୍ଷା କର।


“ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ।


ଏଥିରେ ସେ ଉଠି ରାତ୍ରିରେ ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଇଗଲେ,


କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ, ସେ ତୁମ୍ଭମାନଙ୍କ ନିମନ୍ତେ ତୀତସଙ୍କ ହୃଦୟରେ ସମାନ ଉଦ୍‍ଯୋଗ ଜନ୍ମାଇଅଛନ୍ତି;


ତହୁଁ ଯିହୋଶୂୟ ଅକସ୍ମାତ୍‍ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; କାରଣ ସେ ଗିଲ୍‍ଗଲ୍‍ଠାରୁ ରାତ୍ରିଯାକ ଚାଲିଥିଲେ।


କାରଣ ଈଶ୍ବରଙ୍କ ସମସ୍ତ ବାକ୍ୟ ଯେପର୍ଯ୍ୟନ୍ତ ସଫଳ ନ ହୁଏ, ସେପର୍ଯ୍ୟନ୍ତ ସେମାନେ ଯେପରି ତାହାର ଅଭିପ୍ରାୟ ସିଦ୍ଧ କରନ୍ତି ଓ ଏକମନା ହୋଇ ଆପଣାମାନଙ୍କ ରାଜ୍ୟ ପଶୁକୁ ଦାନ କରନ୍ତି, ଏଥିନିମନ୍ତେ ଈଶ୍ବର ସେମାନଙ୍କ ମନରେ ସୂଚାଇ ଦେଲେ।


ତହିଁରେ ଗିଦିୟୋନ୍‍ ଆପଣା ଦାସମାନଙ୍କ ମଧ୍ୟରୁ ଦଶଜଣଙ୍କୁ ସଙ୍ଗରେ ନେଲେ ଓ ସଦାପ୍ରଭୁ ଯେପରି କହିଥିଲେ, ସେପରି କଲେ, ମାତ୍ର ଆପଣା ପିତୃପରିବାର ଓ ନଗରସ୍ଥ ଲୋକମାନଙ୍କୁ ଭୟ କରିବାରୁ ସେ ଦିନ ବେଳେ ତାହା କରି ନ ପାରି ରାତ୍ରି ବେଳେ ତାହା କଲେ।


ଏହେତୁ ତୁମ୍ଭେ ଓ ତୁମ୍ଭ ସଙ୍ଗୀ ଲୋକମାନେ ରାତ୍ରିରେ ଉଠି କ୍ଷେତ୍ରରେ ଛକି ବସ।


Lean sinn:

Sanasan


Sanasan