Biblia Todo Logo
Bìoball air-loidhne

- Sanasan -




ନିହିମୀୟା 4:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ, ସେମାନଙ୍କ ନିକଟବାସୀ ଯିହୁଦୀୟମାନେ ସବୁ ସ୍ଥାନରୁ ଆସି ଆମ୍ଭମାନଙ୍କୁ ଦଶ ଥର କହିଲେ, “ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ନିକଟକୁ ଫେରି ଆସିବାକୁ ହେବ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

12 ଆଉ, ସେମାନଙ୍କ ନିକଟବାସୀ ଯିହୁଦୀୟମାନେ ସବୁ ସ୍ଥାନରୁ ଆସି ଆମ୍ଭମାନଙ୍କୁ ଦଶ ଥର କହିଲେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ କତିକି ଫେରି ଆସିବାକୁ ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

12 ଆଉ, ସେମାନଙ୍କ ନିକଟବାସୀ ଯିହୁଦୀୟମାନେ ସବୁ ସ୍ଥାନରୁ ଆସି ଆମ୍ଭମାନଙ୍କୁ ଦଶ ଥର କହିଲେ, “ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ନିକଟକୁ ଫେରି ଆସିବାକୁ ହେବ।”

Faic an caibideil Dèan lethbhreac

ପବିତ୍ର ବାଇବଲ

12 ଆଉ ସେମାନଙ୍କ ନିକଟରେ ବାସ କରୁଥିବା ଯିହୁଦୀମାନେ ଆସି ଆମ୍ଭମାନଙ୍କୁ ଦଶଥର କହିଲେ, “ଗ୍ଭରିଆଡ଼େ ସେମାନେ ଆମ୍ଭର ବିରୋଧୀ ହେବେ।”

Faic an caibideil Dèan lethbhreac




ନିହିମୀୟା 4:12
7 Iomraidhean Croise  

ମୁଁ କୋଡ଼ିଏ ବର୍ଷ କାଳ ତୁମ୍ଭ ଘରେ ରହିଲି; ତୁମ୍ଭର ଦୁଇ ଝିଅ ନିମନ୍ତେ ଚଉଦ ବର୍ଷ ଓ ପଶୁମାନଙ୍କ ନିମନ୍ତେ ଛଅ ବର୍ଷ ଦାସ୍ୟକର୍ମ କଲି; ଏଥିମଧ୍ୟରେ ତୁମ୍ଭେ ଦଶ ଥର ମୋହର ବେତନ ପରିବର୍ତ୍ତନ କରିଅଛ।


ତଥାପି ତୁମ୍ଭମାନଙ୍କ ପିତା ମୋତେ ପ୍ରବଞ୍ଚନା କରି ଦଶ ଥର ମୋହର ବେତନ ପରିବର୍ତ୍ତନ କରିଅଛନ୍ତି; ମାତ୍ର ପରମେଶ୍ୱର ତାଙ୍କୁ ମୋହର କ୍ଷତି କରିବାକୁ ଦେଇ ନାହାନ୍ତି।


ପୁଣି, ଆମ୍ଭମାନଙ୍କ ବିପକ୍ଷମାନେ କହିଲେ, “ଆମ୍ଭେମାନେ ସେମାନଙ୍କ ମଧ୍ୟରେ ଉପସ୍ଥିତ ହୋଇ ସେମାନଙ୍କୁ ବଧ ଓ ସେମାନଙ୍କ କାର୍ଯ୍ୟ ବନ୍ଦ କରିବା ପର୍ଯ୍ୟନ୍ତ ସେମାନେ ଜାଣିବେ ନାହିଁ ଅବା ଦେଖିବେ ନାହିଁ।”


ଏହେତୁ ମୁଁ ପ୍ରାଚୀର ପଛଆଡ଼େ ନୀଚସ୍ଥ ମେଲା ସ୍ଥାନରେ ଲୋକମାନଙ୍କୁ ସେମାନଙ୍କ ପରିବାର ଅନୁସାରେ ସେମାନଙ୍କ ଖଡ୍ଗ ଓ ବର୍ଚ୍ଛା ଓ ଧନୁ ସହିତ ନିଯୁକ୍ତ କଲି।


ତୁମ୍ଭେମାନେ ଦଶ ଥର ମୋତେ ତିରସ୍କାର କରି ସାରିଲଣି, ମୋʼ ପ୍ରତି ନିଷ୍ଠୁର ବ୍ୟବହାର କରିବାରେ ତୁମ୍ଭେମାନେ ଲଜ୍ଜିତ ହେଉ ନାହଁ।


ଆଉ, ଜ୍ଞାନ ଓ ବୁଦ୍ଧି ସମ୍ବନ୍ଧୀୟ ଯେଉଁ କୌଣସି କଥା ରାଜା ସେମାନଙ୍କୁ ପଚାରିଲେ, ସେହି ସକଳ ବିଷୟରେ ସେ ଆପଣାର ସମଗ୍ର ରାଜ୍ୟସ୍ଥ ଯାବତୀୟ ମନ୍ତ୍ରବେତ୍ତା ଓ ଗଣକ ଅପେକ୍ଷା ସେମାନଙ୍କର ବିଜ୍ଞତା ଦଶଗୁଣ ଅଧିକ ଦେଖିଲା।


ତେବେ ଏମାନଙ୍କ ମଧ୍ୟରୁ ଯେତେ ଲୋକ ଆମ୍ଭର ପ୍ରତାପ, ପୁଣି, ମିସରରେ ଓ ପ୍ରାନ୍ତରରେ କୃତ ଆମ୍ଭର ଚିହ୍ନସ୍ୱରୂପ କର୍ମ ଦେଖିଲେ ମଧ୍ୟ ଦଶ ଥର ଆମ୍ଭର ପରୀକ୍ଷା କରିଅଛନ୍ତି ଓ ଆମ୍ଭ ରବରେ ଅମନୋଯୋଗୀ ହୋଇଅଛନ୍ତି,


Lean sinn:

Sanasan


Sanasan