Biblia Todo Logo
Bìoball air-loidhne

- Sanasan -




ନିହିମୀୟା 4:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ ସେମାନଙ୍କ ଅଧର୍ମ ଆଚ୍ଛାଦନ କର ନାହିଁ ଓ ତୁମ୍ଭ ସମ୍ମୁଖରୁ ସେମାନଙ୍କ ପାପ ମାର୍ଜିତ ନ ହେଉ; କାରଣ ନିର୍ମାଣକାରୀମାନଙ୍କ ସାକ୍ଷାତରେ ସେମାନେ ତୁମ୍ଭକୁ ବିରକ୍ତ କରିଅଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ଆଉ ସେମାନଙ୍କ ଅଧର୍ମ ଆଚ୍ଛାଦନ କର ନାହିଁ ଓ ତୁମ୍ଭ ସମ୍ମୁଖରୁ ସେମାନଙ୍କ ପାପ ମାର୍ଜ୍ଜିତ ନ ହେଉ; କାରଣ ଗାନ୍ଥକମାନଙ୍କ ସାକ୍ଷାତରେ ସେମାନେ ତୁମ୍ଭକୁ ବିରକ୍ତ କରିଅଛନ୍ତି।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ଆଉ ସେମାନଙ୍କ ଅଧର୍ମ ଆଚ୍ଛାଦନ କର ନାହିଁ ଓ ତୁମ୍ଭ ସମ୍ମୁଖରୁ ସେମାନଙ୍କ ପାପ ମାର୍ଜ୍ଜିତ ନ ହେଉ; କାରଣ ନିର୍ମାଣକାରୀମାନଙ୍କ ସାକ୍ଷାତରେ ସେମାନେ ତୁମ୍ଭକୁ ବିରକ୍ତ କରିଅଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ

5 ସେମାନଙ୍କ ଅଧର୍ମ ଆଚ୍ଛାଦନ କର ନାହିଁ ଓ ତୁମ୍ଭ ଦୃଷ୍ଟିରେ ସେମାନଙ୍କ ପାପ ମାର୍ଜ୍ଜିତ ନ ହେଉ। କାରଣ ନିର୍ମାଣକାରୀମାନଙ୍କୁ ସେମାନେ ଅପମାନିତ କରିଅଛନ୍ତି।”

Faic an caibideil Dèan lethbhreac




ନିହିମୀୟା 4:5
14 Iomraidhean Croise  

ପୁଣି ସେ କ୍ଳାନ୍ତ ଓ ଶିଥିଳ ହସ୍ତ ଥିବା ବେଳେ ମୁଁ ତାଙ୍କୁ ଆକ୍ରମଣ କରି ଭୟ ଦେଖାଇବି; ତହିଁରେ ତାଙ୍କର ସମସ୍ତ ସଙ୍ଗୀ ଲୋକ ପଳାଇବେ; ପୁଣି ମୁଁ କେବଳ ରାଜାଙ୍କୁ ଆଘାତ କରିବି।


ଏହିରୂପେ ଆମ୍ଭେମାନେ ପ୍ରାଚୀର ଗଢ଼ିଲୁ ଓ ତହିଁର ଉଚ୍ଚତାର ଅର୍ଦ୍ଧ ପର୍ଯ୍ୟନ୍ତ ସମୁଦାୟ ପ୍ରାଚୀର ଏକତ୍ର ସଂଯୁକ୍ତ କରାଗଲା; ଯେଣୁ କର୍ମ କରିବାକୁ ଲୋକମାନଙ୍କର ମନ ଥିଲା।


ତାହାର ପିତୃପୁରୁଷଙ୍କ ଅପରାଧ ସଦାପ୍ରଭୁଙ୍କ ସ୍ମରଣରେ ଥାଉ ଓ ତାହାର ମାତାର ପାପ ଲୁପ୍ତ ନ ହେଉ।


ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର।


ମୋʼ ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର ଓ ମୋʼ ଅପରାଧସବୁ ମାର୍ଜନା କର।


ସାମାନ୍ୟ ଲୋକ ଅଧୋମୁଖ ଓ ମହାନ ଲୋକ ନତ ହୁଏ; ଏହେତୁ ସେମାନଙ୍କୁ କ୍ଷମା କର ନାହିଁ।


ଆମ୍ଭେ, ଆମ୍ଭେ ହିଁ ଆପଣା ଲାଗି ତୁମ୍ଭର ଅଧର୍ମସବୁ ମାର୍ଜନା କରୁ ଓ ତୁମ୍ଭର ପାପସବୁ ଆମ୍ଭେ ସ୍ମରଣ କରିବା ନାହିଁ।


ଆମ୍ଭେ ତୁମ୍ଭର ଅଧର୍ମସବୁ ନିବିଡ଼ କୁହୁଡ଼ିର ନ୍ୟାୟ ଓ ତୁମ୍ଭର ପାପସବୁ ମେଘ ପରି ମାର୍ଜନା କରିଅଛୁ; ଆମ୍ଭ ନିକଟକୁ ଫେରି ଆସ; କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ।


ତଥାପି ହେ ସଦାପ୍ରଭୁ, ମୋତେ ବଧ କରିବା ପାଇଁ ସେମାନଙ୍କର ମନ୍ତ୍ରଣାସବୁ ତୁମ୍ଭେ ଜାଣୁଅଛ; ତୁମ୍ଭେ ସେମାନଙ୍କର ଅଧର୍ମ କ୍ଷମା କର ନାହିଁ, କିଅବା ତୁମ୍ଭ ଦୃଷ୍ଟିରୁ ସେମାନଙ୍କ ପାପ ଲିଭାଇ ଦିଅ ନାହିଁ; ମାତ୍ର ସେମାନେ ତୁମ୍ଭ ସମ୍ମୁଖରେ ନିପାତିତ ହେଉନ୍ତୁ; ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କ ପ୍ରତି ବ୍ୟବହାର କର।


ସେମାନଙ୍କର ସକଳ ଦୁଷ୍ଟତା ତୁମ୍ଭ ସମ୍ମୁଖରେ ପ୍ରବେଶ ହେଉ ଓ ତୁମ୍ଭେ ମୋହର ସକଳ ଆଜ୍ଞାଲଙ୍ଘନ ସକାଶୁ ମୋʼ ପ୍ରତି ଯେରୂପ କରିଅଛ, ସେମାନଙ୍କ ପ୍ରତି ସେରୂପେ କର; କାରଣ ମୋହର ଦୀର୍ଘ ନିଶ୍ୱାସ ଅନେକ ଓ ମୋର ହୃଦୟ ମୂର୍ଚ୍ଛିତ ହୋଇଅଛି।


କଂସାରି ଆଲେକ୍‌ଜାଣ୍ଡର ମୋହର ବହୁତ ଅନିଷ୍ଟ କରିଅଛି; ପ୍ରଭୁ ତାହାର କର୍ମ ଅନୁସାରେ ତାହାକୁ ପ୍ରତିଫଳ ଦେବେ;


Lean sinn:

Sanasan


Sanasan