ଗଣନା ପୁସ୍ତକ 10:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, Faic an caibideilପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, Faic an caibideilଓଡିଆ ବାଇବେଲ1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, Faic an caibideilପବିତ୍ର ବାଇବଲ1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, Faic an caibideil |
ଆଉ, ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ଦ୍ୱାର-ପ୍ରବେଶ ସ୍ଥାନରେ ଆପଣା ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଅଛନ୍ତି ଓ ତୂରୀ ଅଛି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି; ମଧ୍ୟ ଗାୟକମାନେ ବାଦ୍ୟଯନ୍ତ୍ର ବଜାଇ ପ୍ରଶଂସା ଗାନ କରୁଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି ରାଜଦ୍ରୋହ, ରାଜଦ୍ରୋହ ବୋଲି ଡାକ ପକାଇଲେ।
ଆଉ ଯାଜକମାନେ ଆପଣା ଆପଣା ପଦ ଅନୁସାରେ ଠିଆ ହେଲେ; ଦାଉଦ ଲେବୀୟମାନଙ୍କ ପରିଚର୍ଯ୍ୟାକ୍ରମେ ପ୍ରଶଂସା ଗାନ କରିବା ସମୟରେ, ସଦାପ୍ରଭୁଙ୍କ କରୁଣା ସଦାକାଳସ୍ଥାୟୀ ବୋଲି ତାହାଙ୍କର ଧନ୍ୟବାଦ କରିବା ପାଇଁ ଦାଉଦ ରାଜା ଯେଉଁସବୁ ବାଦ୍ୟଯନ୍ତ୍ର ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କର ସେହି ସବୁ ବାଦ୍ୟଯନ୍ତ୍ର ଘେନି ଲେବୀୟମାନେ ମଧ୍ୟ ଠିଆ ହେଲେ; ପୁଣି ଯାଜକମାନେ ସେମାନଙ୍କ ସମ୍ମୁଖରେ ତୂରୀ ବଜାଇଲେ; ଆଉ ସମଗ୍ର ଇସ୍ରାଏଲ ଠିଆ ହେଲେ।