Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 11:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ ମନ୍ଦ କଥା କହି ବଚସାକାରୀ ଲୋକମାନଙ୍କ ତୁଲ୍ୟ ହେଲେ; ପୁଣି, ସଦାପ୍ରଭୁ ତାହା ଶୁଣନ୍ତେ, ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସେମାନଙ୍କ ମଧ୍ୟରେ ପ୍ରଜ୍ୱଳିତ ହୋଇ ଛାଉଣିର ପ୍ରାନ୍ତଭାଗ ଗ୍ରାସ କଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଲୋକମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ ମନ୍ଦ କଥା କହି ବଚସାକାରୀ ଲୋକମାନଙ୍କ ତୁଲ୍ୟ ହେଲେ; ପୁଣି ସଦାପ୍ରଭୁ ତାହା ଶୁଣନ୍ତେ, ତାହାଙ୍କର କ୍ରୋଧ ପ୍ରଜ୍ଵଳିତ ହେଲା; ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସେମାନଙ୍କ ମଧ୍ୟରେ ପ୍ରଜ୍ଵଳିତ ହୋଇ ଛାଉଣିର ପ୍ରା; ଭାଗ ଗ୍ରାସ କଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

1 ଏଥିଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ କର୍ଣ୍ଣ-ଗୋଚରରେ ମନ୍ଦ କଥା କହି ବଚସାକାରୀ ଲୋକମାନଙ୍କ ତୁଲ୍ୟ ହେଲେ; ପୁଣି, ସଦାପ୍ରଭୁ ତାହା ଶୁଣନ୍ତେ, ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସେମାନଙ୍କ ମଧ୍ୟରେ ପ୍ରଜ୍ୱଳିତ ହୋଇ ଛାଉଣିର ପ୍ରାନ୍ତ ଭାଗ ଗ୍ରାସ କଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

1 ତା'ପରେ ଲୋକମାନେ ସଦାପ୍ରଭୁଙ୍କଠାରେ ଅଭିଯୋଗ କରିବାକୁ ଆରମ୍ଭ କଲେ। ସଦାପ୍ରଭୁ ତାହା ଶୁଣିବାରୁ ତାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା। ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସେମାନଙ୍କ ମଧ୍ୟରେ ପ୍ରଜ୍ୱଳିତ ହୋଇ ଛାଉଣିର ପ୍ରାନ୍ତଭାଗ ଗ୍ରାସ କଲା।

Faic an caibideil Dèan lethbhreac




ଗଣନା ପୁସ୍ତକ 11:1
40 Iomraidhean Croise  

ତାହାର ଏରୂପ କର୍ମ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଥିଲା; ଏଣୁ ସେ ତାକୁ ମଧ୍ୟ ନାଶ କଲେ।


ପୁଣି ଶୋକ କରିବା ସମୟ ଗତ ହୁଅନ୍ତେ, ଦାଉଦ ଲୋକ ପଠାଇ ତାହାକୁ ଆପଣା ଗୃହକୁ ନେଲେ, ତହୁଁ ସେ ତାଙ୍କର ଭାର୍ଯ୍ୟା ହେଲା ଓ ତାଙ୍କର ଏକ ପୁତ୍ର ପ୍ରସବ କଲା। ମାତ୍ର ଦାଉଦ ଏହି ଯେଉଁ କର୍ମ କଲେ, ତାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଥିଲା।


ଏଥିରେ ଏଲୀୟ ସେମାନଙ୍କୁ ଉତ୍ତର କରି କହିଲେ, “ଯେବେ ମୁଁ ପରମେଶ୍ୱରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ।” ତହୁଁ ପରମେଶ୍ୱରଙ୍କ ଅଗ୍ନି ଆକାଶରୁ ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା।


ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “ଆକାଶରୁ ପରମେଶ୍ୱରଙ୍କ ଅଗ୍ନି ପଡ଼ି ମେଷପଲ ଓ ଦାସମାନଙ୍କୁ ଦଗ୍ଧ କରି ଗ୍ରାସ କରିଅଛି; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”


ପୁଣି, ସେମାନଙ୍କ ଦଳ ମଧ୍ୟରେ ଅଗ୍ନି ପ୍ରଜ୍ୱଳିତ ହେଲା; ଅଗ୍ନିଶିଖା ଦୁଷ୍ଟମାନଙ୍କୁ ଦଗ୍ଧ କଲା।


ଏହେତୁ ସଦାପ୍ରଭୁ ଶୁଣି କୋପାନ୍ୱିତ ହେଲେ ଓ ଯାକୁବ ବିରୁଦ୍ଧରେ ଅଗ୍ନି ପ୍ରଜ୍ୱଳିତ ହେଲା ଓ ଇସ୍ରାଏଲ ବିରୁଦ୍ଧରେ ମଧ୍ୟ କ୍ରୋଧ ଉଠିଲା;


ଅଗ୍ନି ସେମାନଙ୍କ ଯୁବାଗଣକୁ ଗ୍ରାସ କଲା ଓ ସେମାନଙ୍କ କନ୍ୟାଗଣର ବିବାହ-ଗୀତ ହେଲା ନାହିଁ।


ପୁଣି, ପ୍ରାତଃକାଳରେ ସଦାପ୍ରଭୁଙ୍କର ମହିମା ଦେଖିବ; ଯେହେତୁ ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭମାନଙ୍କ ବଚସା ସେ ଶୁଣନ୍ତି; ଆମ୍ଭେମାନେ କିଏ ଯେ, ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ବଚସା କର?”


ଆଉ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁକୁ ଆସ, ସେ ତୁମ୍ଭମାନଙ୍କର ବଚସା ଶୁଣିଅଛନ୍ତି।’”


ପୁଣି, ଇସ୍ରାଏଲର ଜ୍ୟୋତିଃ ଅଗ୍ନି ସ୍ୱରୂପ ହେବ ଓ ତାହାର ଧର୍ମସ୍ୱରୂପ ଅଗ୍ନିଶିଖା ସଦୃଶ ହେବେ, ଆଉ ତାହା ଜ୍ୱଳି ଗୋଟିଏ ଦିନରେ ତାହାର କାନକୋଳି ଓ କଣ୍ଟକ ବୃକ୍ଷସବୁ ଗ୍ରାସ କରିବ।


କାରଣ ତୋଫତ୍‍ (ଅଗ୍ନିକୁଣ୍ଡ) ପୂର୍ବକାଳରୁ ନିର୍ମିତ ହୋଇଅଛି ଓ ତାହା ରାଜାର ନିମନ୍ତେ ପ୍ରସ୍ତୁତ ହୋଇଅଛି; ସେ ତାହାକୁ ଗଭୀର ଓ ପ୍ରଶସ୍ତ କରିଅଛନ୍ତି, ତହିଁର ସ୍ତୂପ ଅଗ୍ନି ଓ ପ୍ରଚୁର କାଷ୍ଠମୟ; ପୁଣି, ସଦାପ୍ରଭୁଙ୍କ ଫୁତ୍କାର ଗନ୍ଧକ ସ୍ରୋତନ୍ୟାୟ ତାହା ପ୍ରଜ୍ୱଳିତ କରେ।


ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍‍ ଆକ୍ରମଣ କରିଅଛି। ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନନ୍ତକାଳସ୍ଥାୟୀ ଜ୍ୱଳନରେ ବାସ କରିପାରେ?


ଜୀବିତ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ, ଆପଣା ପାପର ଦଣ୍ଡ ସକାଶୁ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ?


ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ମିସର ଦେଶର ପ୍ରାନ୍ତରରେ ଯେପରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସହିତ ବିଚାର କରିଥିଲୁ, ସେହିପରି ତୁମ୍ଭମାନଙ୍କ ସହିତ ବିଚାର କରିବା।


ତହିଁରେ ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କୁ ଗ୍ରାସ କଲା ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ।


ତାହାଙ୍କ ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯାʼନ୍ତି; ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ କମ୍ପିତ ହୁଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ କମ୍ପିତ ହୁଅନ୍ତି।


ତାହାଙ୍କ ଆଗେ ଆଗେ ମହାମାରୀ ଗମନ କଲା, ଆଉ ତାହାଙ୍କ ପଦଚିହ୍ନରୁ ଅଗ୍ନିବାଣ ନିର୍ଗତ ହେଲା।


ଏଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ-ସ୍ଥାନ ଅନ୍ୱେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା।


ପୁଣି, ତୁମ୍ଭେ ଲୋକମାନଙ୍କୁ କୁହ, ‘ତୁମ୍ଭେମାନେ କାଲି ପାଇଁ ଆପଣା ଆପଣାକୁ ପବିତ୍ର କର, ଆଉ ତୁମ୍ଭେମାନେ ମାଂସ ଖାଇବ; କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ କ୍ରନ୍ଦନ କରି କହିଅଛ, କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ? ବରଞ୍ଚ ମିସର ଦେଶରେ ଆମ୍ଭମାନଙ୍କର ମଙ୍ଗଳ ଥିଲା; ଏନିମନ୍ତେ ସଦାପ୍ରଭୁ ତୁମ୍ଭମାନଙ୍କୁ ମାଂସ ଦେବେ, ତୁମ୍ଭେମାନେ ତାହା ଖାଇବ।


ସେମାନେ କହିଲେ, “ସଦାପ୍ରଭୁ କି କେବଳ ମୋଶାଙ୍କ ସହିତ କଥା କହିଅଛନ୍ତି? ସେ କି ଆମ୍ଭମାନଙ୍କ ସହିତ ମଧ୍ୟ କଥା କହି ନାହାନ୍ତି?” ମାତ୍ର ଏ କଥା ସଦାପ୍ରଭୁ ଶୁଣିଲେ।


ପୁଣି, ଇସ୍ରାଏଲ-ସନ୍ତାନଗଣ ସମସ୍ତେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କଲେ ଓ ସମସ୍ତ ମଣ୍ଡଳୀ ସେମାନଙ୍କ ଆଗରେ କହିଲେ, “ଆହା, ଆମ୍ଭେମାନେ ମିସର ଦେଶରେ ନଚେତ୍ ଏହି ପ୍ରାନ୍ତରରେ ମରିଥାʼନ୍ତୁ! ଆହା, ଆମ୍ଭେମାନେ ଯଦି ଏହି ପ୍ରାନ୍ତରରେ ମରିଥାʼନ୍ତୁ!


ତେବେ ଏମାନଙ୍କ ମଧ୍ୟରୁ ଯେତେ ଲୋକ ଆମ୍ଭର ପ୍ରତାପ, ପୁଣି, ମିସରରେ ଓ ପ୍ରାନ୍ତରରେ କୃତ ଆମ୍ଭର ଚିହ୍ନସ୍ୱରୂପ କର୍ମ ଦେଖିଲେ ମଧ୍ୟ ଦଶ ଥର ଆମ୍ଭର ପରୀକ୍ଷା କରିଅଛନ୍ତି ଓ ଆମ୍ଭ ରବରେ ଅମନୋଯୋଗୀ ହୋଇଅଛନ୍ତି,


“ଆମ୍ଭ ବିରୁଦ୍ଧରେ ବଚସା କରୁଅଛି, ଏହି ଯେଉଁ ଦୁଷ୍ଟ ମଣ୍ଡଳୀ, ତାହାକୁ ଆମ୍ଭେ କେତେ କାଳ ସହିବା? ଇସ୍ରାଏଲ-ସନ୍ତାନଗଣ ଆମ୍ଭ ପ୍ରତିକୂଳରେ ଯେଉଁ ବଚସା କରୁଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ।


ସେମାନଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ଯଦି ଜୀବିତ ହେଉ, ତେବେ ତୁମ୍ଭେମାନେ ଆମ୍ଭ କର୍ଣ୍ଣଗୋଚରରେ ଯାହା କହିଅଛ, ତାହା ହିଁ ଆମ୍ଭେ ତୁମ୍ଭମାନଙ୍କ ପ୍ରତି କରିବା।


ଏଥିପାଇଁ ସିନା ତୁମ୍ଭେ ଓ ତୁମ୍ଭର ଦଳସ୍ଥ ସମସ୍ତେ ସଦାପ୍ରଭୁଙ୍କ ବିରୁଦ୍ଧରେ ଏକମେଳି ହୋଇଅଛ; ଯେହେତୁ ହାରୋଣ କିଏ ଯେ, ତୁମ୍ଭେମାନେ ତାଙ୍କର ବିରୁଦ୍ଧରେ ବଚସା କରୁଅଛ?”


ଏଉତ୍ତାରେ ସଦାପ୍ରଭୁଙ୍କଠାରୁ ଅଗ୍ନି ନିର୍ଗତ ହୋଇ ଧୂପ ଉତ୍ସର୍ଗକାରୀ ସେହି ଦୁଇ ଶହ ପଚାଶ ଲୋକଙ୍କୁ ଗ୍ରାସ କଲା।


ଏହା କଲା ଉତ୍ତାରେ, ଆମ୍ଭେ ଯେଉଁ ବ୍ୟକ୍ତିକୁ ମନୋନୀତ କରିବା, ତାହାର ଯଷ୍ଟି ପୁଷ୍ପିତ ହେବ; ତହିଁରେ ଇସ୍ରାଏଲ-ସନ୍ତାନଗଣ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ବଚସା କରନ୍ତି, ସେହି ବଚସା ଆମ୍ଭେ ଆପଣା ନିକଟରୁ ନିବୃତ୍ତ କରାଇବା।”


ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ?” ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ।


ଯେପରି ସେମାନଙ୍କ ମଧ୍ୟରେ କେତେକ ଲୋକ ବଚସା କରି ସଂହାରକ ଦ୍ୱାରା ବିନଷ୍ଟ ହେଲେ, ସେପରି ତୁମ୍ଭେମାନେ ବଚସା କର ନାହିଁ।


ତୁମ୍ଭେ ଶ୍ରାନ୍ତ ଓ କ୍ଳାନ୍ତ ହେବା ସମୟରେ ସେ ପଥରେ ତୁମ୍ଭକୁ ଭେଟି ତୁମ୍ଭ ପଶ୍ଚାତ୍‍ବର୍ତ୍ତୀ ଦୁର୍ବଳ ଲୋକମାନଙ୍କୁ ତୁମ୍ଭ ପଛରେ କିପରି ଆକ୍ରମଣ କଲା ଓ ସେ ପରମେଶ୍ୱରଙ୍କୁ ଭୟ କଲା ନାହିଁ; ଏହା ସ୍ମରଣ କର।


କାରଣ ଆମ୍ଭ କ୍ରୋଧରେ ଅଗ୍ନି ପ୍ରଜ୍ୱଳିତ ହେଲା, ତାହା ନୀଚତମ ପାତାଳ ପର୍ଯ୍ୟନ୍ତ ଜ୍ୱଳୁଅଛି ଓ ପୃଥିବୀକୁ ତଦୁତ୍ପନ୍ନ ବସ୍ତୁ ସହିତ ଗ୍ରାସ କରେ, ଆଉ ପର୍ବତମାନର ମୂଳଦୁଆ ଜ୍ୱଳାଏ।


ପୁଣି ତୁମ୍ଭେମାନେ ତବୀୟେରାରେ, ମଃସାରେ ଓ କିବ୍ରୋତ୍‍-ହତ୍ତାବାରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ।


କାରଣ ଆମ୍ଭମାନଙ୍କର ଈଶ୍ବର ଗ୍ରାସକାରୀ ଅଗ୍ନି ସ୍ୱରୂପ।


ଦେଖ, ତୁମ୍ଭମାନଙ୍କ କ୍ଷେତ୍ରର ଶସ୍ୟଛେଦନକାରୀମାନଙ୍କୁ ପ୍ରବଞ୍ଚନା କରି ତୁମ୍ଭେମାନେ ଯେଉଁ ମୂଲ ଦେଇ ନାହଁ, ତାହା ଚିତ୍କାର କରୁଅଛି, ପୁଣି, ଶସ୍ୟଛେଦନକାରୀମାନଙ୍କର ଆର୍ତ୍ତନାଦ ବାହିନୀମାନଙ୍କ ପ୍ରଭୁଙ୍କ କର୍ଣ୍ଣରେ ପ୍ରବେଶ କରିଅଛି।


ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ୱାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି।


Lean sinn:

Sanasan


Sanasan