Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 11:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ତେବେ ମୋଶା କହିଲେ, “ତୁମ୍ଭେ ମୋʼ ସକାଶୁ କʼଣ ଈର୍ଷା କରୁଅଛ? ପରମେଶ୍ୱର କରନ୍ତୁ, ସଦାପ୍ରଭୁଙ୍କର ସମସ୍ତ ଲୋକ ଭବିଷ୍ୟଦ୍‍ବକ୍ତା ହୁଅନ୍ତୁ ଓ ସଦାପ୍ରଭୁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ!”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

29 ତେବେ ମୋଶା କହିଲେ, ତୁମ୍ଭେ ମୋʼ ସକାଶୁ କʼଣ ଈର୍ଷା କରୁଅଛ? ପରମେଶ୍ଵର କରନ୍ତୁ, ସଦାପ୍ରଭୁଙ୍କର ସମସ୍ତ ଲୋକ ଭବିଷ୍ୟଦ୍- ବକ୍ତା ହୁଅନ୍ତୁ ଓ ସଦାପ୍ରଭୁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ।

Faic an caibideil Dèan lethbhreac

ଓଡିଆ ବାଇବେଲ

29 ତେବେ ମୋଶା କହିଲେ, “ତୁମ୍ଭେ ମୋ’ ସକାଶୁ କ’ଣ ଈର୍ଷା କରୁଅଛ ? ପରମେଶ୍ୱର କରନ୍ତୁ, ସଦାପ୍ରଭୁଙ୍କର ସମସ୍ତ ଲୋକ ଭବିଷ୍ୟଦ୍‍ବକ୍ତା ହୁଅନ୍ତୁ ଓ ସଦାପ୍ରଭୁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ !”

Faic an caibideil Dèan lethbhreac

ପବିତ୍ର ବାଇବଲ

29 ମୋଶା ଉତ୍ତର ଦେଲେ, “ତୁମ୍ଭେ ମୋ’ ସକାଶୁ କ’ଣ ଈର୍ଷା କରୁଅଛୁ? ସଦାପ୍ରଭୁ ସମସ୍ତ ଲୋକଙ୍କୁ ଭବିଷ୍ୟ‌ଦ୍‌ବାଣୀ କରିବା ପାଇଁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ।”

Faic an caibideil Dèan lethbhreac




ଗଣନା ପୁସ୍ତକ 11:29
17 Iomraidhean Croise  

ତହିଁରେ ଆମ୍ଭେ ଯେ ଇସ୍ରାଏଲର ମଧ୍ୟବର୍ତ୍ତୀ ଅଛୁ ଓ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଅନ୍ୟ କେହି ନାହିଁ, ଏହା ତୁମ୍ଭେମାନେ ଜାଣିବ; ପୁଣି, ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ।


କାରଣ ଦେଖ, ସେହି ଦିନରେ ଓ ସେହି ସମୟରେ, ଯେତେବେଳେ ଆମ୍ଭେ ଯିହୁଦା ଓ ଯିରୂଶାଲମର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା,


ଏଉତ୍ତାରେ ମୋଶା ଓ ଇସ୍ରାଏଲର ପ୍ରାଚୀନଗଣ ଛାଉଣିକୁ ଗମନ କଲେ।


ପୁଣି, ସେ ସେମାନଙ୍କୁ କହିଲେ, “ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ; ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ନିକଟରେ ନିବେଦନ କର।


ପାଉଲ କହିଲେ, ଅଳ୍ପରେ ହେଉ କି ବହୁତରେ ହେଉ, କେବଳ ଆପଣ ନୁହଁନ୍ତି, ମାତ୍ର ଯେତେ ଲୋକ ଆଜି ମୋହର କଥା ଶୁଣୁଅଛନ୍ତି, ଯେପରି ସେମାନେ ସମସ୍ତେ ସୁଦ୍ଧା ଏହି ବନ୍ଧନ ବିନା ମୋହରି ପରି ହୁଅନ୍ତି, ଏହା ମୁଁ ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଅଛି।


ପ୍ରେମ ଦୀର୍ଘସହିଷ୍ଣୁ ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ,


ତୁମ୍ଭେମାନେ ସମସ୍ତେ ଯେ ପରଭାଷାରେ କଥା କୁହ, ଏହା ମୋହର ଇଚ୍ଛା, କିନ୍ତୁ ତୁମ୍ଭେମାନେ ଯେ ଭାବବାଣୀ କୁହ, ଏହା ମୋହର ଅଧିକ ଇଚ୍ଛା; ଯେ ପରଭାଷାରେ କଥା କହେ, ସେ ଯଦି ମଣ୍ଡଳୀର ନିଷ୍ଠା ପ୍ରାପ୍ତି ନିମନ୍ତେ ଭାଷାର ଅର୍ଥ ନ କରେ, ତେବେ ତାହା ଅପେକ୍ଷା ଯେ ଭାବବାଣୀ କହେ, ସେ ଶ୍ରେଷ୍ଠ।


ଅତଏବ, କେହି ମନୁଷ୍ୟଠାରେ ଗର୍ବ ନ କରୁ;


ଯେଣୁ, ଏପର୍ଯ୍ୟନ୍ତ ତୁମ୍ଭେମାନେ ଶାରୀରିକ ଅଟ। କାରଣ ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଓ ବିବାଦ ରହିଅଛି, ତୁମ୍ଭେମାନେ କି ଶାରୀରିକ ନୁହଁ ଓ ମନୁଷ୍ୟର ସ୍ୱଭାବ ଅନୁସାରେ କି ଆଚରଣ କରୁ ନାହଁ?


ସ୍ୱାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର;


ନା ତୁମ୍ଭେମାନେ କଅଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକାନ୍ତ କାମନା କରନ୍ତି?


ହେ ଭାଇମାନେ, ତୁମ୍ଭେମାନେ ଯେପରି ଦଣ୍ଡପ୍ରାପ୍ତ ନ ହୁଅ, ଏଥିନିମନ୍ତେ ପରସ୍ପର ବିରୁଦ୍ଧରେ ବଚସା ନ କର, ଦେଖ, ବିଚାରକର୍ତ୍ତା ଦ୍ୱାର ନିକଟରେ ଦଣ୍ଡାୟମାନ ହୋଇଅଛନ୍ତି।


ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ୱାଦନ କରିଅଛ,


ସେତେବେଳେ ସଦାପ୍ରଭୁଙ୍କ ଆତ୍ମା ତୁମ୍ଭକୁ ଆକ୍ରାନ୍ତ କରିବେ, ତହିଁରେ ତୁମ୍ଭେ ସେମାନଙ୍କ ସହିତ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବ ଓ ପରିବର୍ତ୍ତିତ ହୋଇ ଅନ୍ୟ ପ୍ରକାର ଲୋକ ହୋଇଯିବ।


Lean sinn:

Sanasan


Sanasan