Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 14:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଲୋକମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଙ୍କୁ ଅବଜ୍ଞା କରିବେ? ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଚିହ୍ନ ସ୍ୱରୂପେ ଯେଉଁ ସମସ୍ତ କର୍ମ କରିଅଛୁ, ତାହା କଲେ ହେଁ ସେମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଠାରେ ବିଶ୍ୱାସ କରିବେ ନାହିଁ?

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

11 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ଏହି ଲୋକମାନେ କେତେ କାଳ ଆମ୍ଭଙ୍କୁ ଅବଜ୍ଞା କରିବେ? ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଚିହ୍ନ ସ୍ଵରୂପେ ଯେସମସ୍ତ କର୍ମ କରିଅଛୁ, ତାହା କଲେ ହେଁ ସେମାନେ କେତେ କାଳ ଆମ୍ଭଠାରେ ବିଶ୍ଵାସ କରିବେ ନାହିଁ?

Faic an caibideil Dèan lethbhreac

ଓଡିଆ ବାଇବେଲ

11 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଲୋକମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଙ୍କୁ ଅବଜ୍ଞା କରିବେ ? ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଚିହ୍ନ ସ୍ୱରୂପେ ଯେଉଁ ସମସ୍ତ କର୍ମ କରିଅଛୁ, ତାହା କଲେ ହେଁ ସେମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଠାରେ ବିଶ୍ୱାସ କରିବେ ନାହିଁ ?

Faic an caibideil Dèan lethbhreac

ପବିତ୍ର ବାଇବଲ

11 ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଲୋକମାନେ କେତେକାଳ ମୋତେ ପ୍ରତ୍ୟାଖ୍ୟାନ କରିବେ? ଆଉ ସେମାନଙ୍କ ମଧ୍ୟରେ କରିଥିବା ଆଶ୍ଚର୍ଯ୍ୟ କାର୍ଯ୍ୟ ସତ୍ତ୍ୱେ, କେତେ ଦିନ ସେମାନେ ମୋତେ ଅବିଶ୍ୱାସ କରିବେ?

Faic an caibideil Dèan lethbhreac




ଗଣନା ପୁସ୍ତକ 14:11
29 Iomraidhean Croise  

ଆହୁରି, ସେମାନେ ମନୋରମ ଦେଶକୁ ତୁଚ୍ଛ କଲେ, ସେମାନେ ତାହାଙ୍କ ବାକ୍ୟରେ ବିଶ୍ୱାସ କଲେ ନାହିଁ।


କାରଣ ସେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ ଓ ତାହାଙ୍କ ପରିତ୍ରାଣରେ ନିର୍ଭର ରଖିଲେ ନାହିଁ।


ଏସବୁ ହେଲେ ହେଁ ସେମାନେ ପୁନର୍ବାର ପାପ କଲେ ଓ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାରେ ବିଶ୍ୱାସ କଲେ ନାହିଁ।


ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ;


ସେତେବେଳେ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ କହିଲେ, “ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ‘ତୁମ୍ଭେ ଆମ୍ଭ ସାକ୍ଷାତରେ ନମ୍ର ହେବାକୁ କେତେ କାଳ ନାସ୍ତି କରିବ? ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।


ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେମାନେ ଆମ୍ଭର ଆଜ୍ଞା ଓ ବ୍ୟବସ୍ଥା ପାଳନ କରିବାକୁ କେତେ କାଳ ଅସମ୍ମତ ଥିବ?


ତାହାଙ୍କ ବିଷୟରେ ସାବଧାନ ହୁଅ ଓ ତାହାଙ୍କ ରବରେ ଅବଧାନ କର; ତାହାଙ୍କର ଅସନ୍ତୋଷ ଜନ୍ମାଅ ନାହିଁ; କାରଣ ସେ ତୁମ୍ଭମାନଙ୍କ ଅଧର୍ମ କ୍ଷମା କରିବେ ନାହିଁ; ଯେହେତୁ ତାହାଙ୍କଠାରେ ଆମ୍ଭର ନାମ ଅଛି।


ସଦାପ୍ରଭୁ ମୋଶାଙ୍କୁ ଆହୁରି କହିଲେ, “ଆମ୍ଭେ ଏହି ଲୋକମାନଙ୍କୁ ଦେଖିଅଛୁ; ଦେଖ, ସେମାନେ ଅତିଶୟ ଶକ୍ତଗ୍ରୀବ ଲୋକ।


“ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ?


ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍‍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।


ହେ ଯିରୂଶାଲମ, ଉଦ୍ଧାର ପାଇବା ନିମନ୍ତେ ଦୁଷ୍ଟତାରୁ ଆପଣା ହୃଦୟ ଧୁଅ। ତୁମ୍ଭର ମନ୍ଦ କଳ୍ପନାସବୁ କେତେ କାଳ ତୁମ୍ଭ ମଧ୍ୟରେ ବାସ କରିବ?


ମାତ୍ର ଇସ୍ରାଏଲ ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟନ୍ତ ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।


ହେ ଶମରୀୟା, ସେ ତୁମ୍ଭର ଗୋବତ୍ସ ପ୍ରତିମାକୁ ଅଗ୍ରାହ୍ୟ କରିଅଛନ୍ତି। ସେମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହୋଇଅଛି! ସେମାନେ କେତେ କାଳ ଉତ୍ତାରେ ନିର୍ଦ୍ଦୋଷତା ପ୍ରାପ୍ତ ହେବେ?


କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଙ୍କୁ କ୍ରୋଧ କରାଇବା ବେଳେ ଆମ୍ଭେ ଯେପରି ତୁମ୍ଭମାନଙ୍କର ଅମଙ୍ଗଳ କରିବାକୁ ସଂକଳ୍ପ କଲୁ ଓ ଦୁଃଖିତ ନ ହେଲୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ସେମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ନିଶ୍ଚୟ ଏମାନଙ୍କ ମଧ୍ୟରୁ କେହି ସେହି ଦେଶ ଦେଖି ପାରିବେ ନାହିଁ; କିଅବା ଯେଉଁମାନେ ଆମ୍ଭଙ୍କୁ ଅବଜ୍ଞା କରିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ତାହା ଦେଖିବ ନାହିଁ;


“ଆମ୍ଭ ବିରୁଦ୍ଧରେ ବଚସା କରୁଅଛି, ଏହି ଯେଉଁ ଦୁଷ୍ଟ ମଣ୍ଡଳୀ, ତାହାକୁ ଆମ୍ଭେ କେତେ କାଳ ସହିବା? ଇସ୍ରାଏଲ-ସନ୍ତାନଗଣ ଆମ୍ଭ ପ୍ରତିକୂଳରେ ଯେଉଁ ବଚସା କରୁଅଛନ୍ତି, ତାହା ଆମ୍ଭେ ଶୁଣିଅଛୁ।


ଏନିମନ୍ତେ ସେହି ଦିନ ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସେ ଶପଥ କରି ଏହି କଥା କହିଲେ,


ଯୀଶୁ ଉତ୍ତର ଦେଲେ, “ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ଏଠିକି ମୋ ପାଖକୁ ଆଣ।”


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ମୋʼ ପାଖକୁ ଆଣ।


କିନ୍ତୁ ଯଦି ମୁଁ କରେ, ତାହାହେଲେ ଯଦ୍ୟପି ତୁମ୍ଭେମାନେ ମୋତେ ବିଶ୍ୱାସ ନ କର, ତଥାପି ପିତା ଯେ ମୋʼ ଠାରେ ଅଛନ୍ତି ଓ ମୁଁ ପିତାଙ୍କଠାରେ ଅଛି, ଏହା ଯେପରି ତୁମ୍ଭେମାନେ ଜାଣ ଓ ବୁଝ, ଏଥିନିମନ୍ତେ କର୍ମସବୁ ବିଶ୍ୱାସ କର।”


କିନ୍ତୁ ଯଦ୍ୟପି ସେ ସେମାନଙ୍କ ସାକ୍ଷାତରେ ଏତେ ଆଶ୍ଚର୍ଯ୍ୟକର୍ମ କରିଥିଲେ, ତଥାପି ସେମାନେ ତାହାଙ୍କଠାରେ ବିଶ୍ୱାସ କରୁ ନ ଥିଲେ,


ଯେଉଁ କର୍ମସବୁ ଆଉ କେହି କରି ନାହିଁ, ମୁଁ ଯଦି ସେହିସବୁ ସେମାନଙ୍କ ମଧ୍ୟରେ କରି ନ ଥାଆନ୍ତି, ତାହାହେଲେ ସେମାନଙ୍କର ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନେ ଦେଖିଅଛନ୍ତି, ଆଉ ମୋତେ ଓ ମୋହର ପିତା ଉଭୟଙ୍କୁ ଘୃଣା କରିଅଛନ୍ତି।


ତଥାପି ଏହି ବିଷୟ ସକାଶେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲ ନାହିଁ!


ତେବେ କେଉଁମାନେ ଶୁଣି ବିରକ୍ତି ଜନ୍ମାଇଲେ? ମୋଶାଙ୍କ ଦ୍ୱାରା ମିସର ଦେଶରୁ ଯେଉଁମାନେ ବାହାରି ଆସିଥିଲେ, ସେ ସମସ୍ତେ କଅଣ ନୁହଁନ୍ତି?


ଯେଉଁମାନେ ଅବାଧ୍ୟ ହୋଇଥିଲେ, ସେମାନଙ୍କ ବିନା ଆଉ କେଉଁମାନଙ୍କ ବିରୁଦ୍ଧରେ ସେ ଶପଥ କରିଥିଲେ ଯେ, ସେମାନେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବେ ନାହିଁ?


ପ୍ରାନ୍ତରରେ ପରୀକ୍ଷା ଦିନରେ ଓ ବିରକ୍ତି ଜନ୍ମାଇବା ସ୍ଥାନରେ ଯେପରି ଘଟିଥିଲା, ସେପରି ଆପଣା ଆପଣା ହୃଦୟ କଠିନ ନ କର,”


Lean sinn:

Sanasan


Sanasan