Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 14:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ସେମାନେ ଏ ଦେଶ ନିବାସୀମାନଙ୍କୁ ତାହା କହିବେ; ସେମାନେ ଶୁଣିଅଛନ୍ତି ଯେ, ତୁମ୍ଭେ ସଦାପ୍ରଭୁ ଏହି ଲୋକମାନଙ୍କ ମଧ୍ୟବର୍ତ୍ତୀ ଅଟ; କାରଣ ତୁମ୍ଭେ ସଦାପ୍ରଭୁ ପ୍ରତ୍ୟକ୍ଷ ଦର୍ଶନ ଦେଉଅଛ ଓ ତୁମ୍ଭ ମେଘ ସେମାନଙ୍କ ଉପରେ ସ୍ଥିତି କରୁଅଛି ଓ ତୁମ୍ଭେ ଦିନ ସମୟରେ ମେଘ ସ୍ତମ୍ଭରେ ଓ ରାତ୍ରି ସମୟରେ ଅଗ୍ନିସ୍ତମ୍ଭରେ ସେମାନଙ୍କ ଆଗେ ଆଗେ ଗମନ କରୁଅଛ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

14 ପୁଣି ସେମାନେ ଏ ଦେଶ ନିବାସୀମାନଙ୍କୁ ତାହା କହିବେ; ସେମାନେ ଶୁଣିଅଛନ୍ତି ଯେ, ତୁମ୍ଭେ ସଦାପ୍ରଭୁ ଏହି ଲୋକମାନଙ୍କ ମଧ୍ୟବର୍ତ୍ତୀ ଅଟ; କାରଣ ତୁମ୍ଭେ ସଦାପ୍ରଭୁ ପ୍ରତ୍ୟକ୍ଷ ଦର୍ଶନ ଦେଉଅଛ ଓ ତୁମ୍ଭ ମେଘ ସେମାନଙ୍କ ଉପରେ ସ୍ଥିତି କରୁଅଛି ଓ ତୁମ୍ଭେ ଦିନ ବେଳେ ମେଘ ସ୍ତମ୍ଭରେ ଓ ରାତ୍ରି ବେଳେ ଅଗ୍ନି ସ୍ତମ୍ଭରେ ସେମାନଙ୍କ ଆଗେ ଆଗେ ଗମନ କରୁଅଛ।

Faic an caibideil Dèan lethbhreac

ଓଡିଆ ବାଇବେଲ

14 ପୁଣି, ସେମାନେ ଏ ଦେଶ ନିବାସୀମାନଙ୍କୁ ତାହା କହିବେ; ସେମାନେ ଶୁଣିଅଛନ୍ତି ଯେ, ତୁମ୍ଭେ ସଦାପ୍ରଭୁ ଏହି ଲୋକମାନଙ୍କ ମଧ୍ୟବର୍ତ୍ତୀ ଅଟ; କାରଣ ତୁମ୍ଭେ ସଦାପ୍ରଭୁ ପ୍ରତ୍ୟକ୍ଷ ଦର୍ଶନ ଦେଉଅଛ ଓ ତୁମ୍ଭ ମେଘ ସେମାନଙ୍କ ଉପରେ ସ୍ଥିତି କରୁଅଛି ଓ ତୁମ୍ଭେ ଦିନ ସମୟରେ ମେଘ ସ୍ତମ୍ଭରେ ଓ ରାତ୍ରି ସମୟରେ ଅଗ୍ନି ସ୍ତମ୍ଭରେ ସେମାନଙ୍କ ଆଗେ ଆଗେ ଗମନ କରୁଅଛ।

Faic an caibideil Dèan lethbhreac

ପବିତ୍ର ବାଇବଲ

14 ପୁଣି ସେମାନେ ଏ ଦେଶ ନିବାସୀମାନଙ୍କୁ ତାହା କହିବେ, ସେମାନେ ଶୁଣିଛନ୍ତି ଯେ, ତୁମ୍ଭେ ସଦାପ୍ରଭୁ ଏହି ଲୋକମାନଙ୍କ ମଧ୍ୟରେ ଅଛନ୍ତି, କାରଣ ତୁମ୍ଭେ ସେମାନଙ୍କୁ ପ୍ରତ୍ୟକ୍ଷ ଦର୍ଶନ ଦେଉଅଛ ଓ ତୁମ୍ଭ ମେଘ ସେମାନଙ୍କ ଉପରେ ଅବସ୍ଥାନ କରୁଅଛି। ତୁମ୍ଭେ ଦିନ ବେଳେ ମେଘସ୍ତମ୍ଭରେ ଓ ରାତ୍ରି ବେଳେ ଅଗ୍ନି ସ୍ତମ୍ଭରେ ସେମାନଙ୍କ ଆଗେ ଆଗେ ଗମନ କରୁଅଛ।

Faic an caibideil Dèan lethbhreac




ଗଣନା ପୁସ୍ତକ 14:14
23 Iomraidhean Croise  

ସେତେବେଳେ ସେହି ସ୍ଥାନର ନାମ ପନୂୟେଲ ରଖିଲା; ଯେହେତୁ ଯାକୁବ କହିଲା, “ମୁଁ ପରମେଶ୍ୱରଙ୍କୁ ମୁଖାମୁଖି ଦେଖିଲେ ହେଁ ମୋହର ପ୍ରାଣ ବଞ୍ଚିଲା।”


ଆହୁରି, ତୁମ୍ଭେ ଦିବସରେ ମେଘସ୍ତମ୍ଭ ଦ୍ୱାରା ଓ ରାତ୍ରିରେ ସେମାନଙ୍କ ଗନ୍ତବ୍ୟ ପଥରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭ ଦ୍ୱାରା ସେମାନଙ୍କୁ ଗମନ କରାଇଲ।


ସେତେବେଳେ ତୁମ୍ଭେ ଆପଣା ବହୁବିଧ ଦୟାରେ ସେମାନଙ୍କୁ ପ୍ରାନ୍ତରରେ ପରିତ୍ୟାଗ କଲ ନାହିଁ; ପଥ କଢ଼ାଇବା ନିମନ୍ତେ ଦିବସରେ ମେଘସ୍ତମ୍ଭ, କିଅବା ସେମାନଙ୍କୁ ଆଲୁଅ ଓ ଗନ୍ତବ୍ୟ ପଥ ଦେଖାଇବା ନିମନ୍ତେ ରାତ୍ରିରେ ଅଗ୍ନିସ୍ତମ୍ଭ ସେମାନଙ୍କ ଆଗରୁ ପ୍ରସ୍ଥାନ କଲା ନାହିଁ।


ସେ ଚନ୍ଦ୍ରାତପ ନିମନ୍ତେ ମେଘ ବିସ୍ତାର କଲେ ଓ ରାତ୍ରିରେ ଆଲୁଅ ଦେବା ପାଇଁ ଅଗ୍ନି ଦେଲେ।


ଦିବସରେ ସେ ମେଘ ଦ୍ୱାରା ଓ ରାତ୍ରିରେ ଅଗ୍ନିତେଜ ଦ୍ୱାରା ସେମାନଙ୍କୁ ପଥ କଢ଼ାଇ ନେଲେ।


ଲୋକମାନେ ଏହା ଶୁଣିଅଛନ୍ତି, ସେମାନେ କମ୍ପୁଅଛନ୍ତି; ବେଦନା ପଲେଷ୍ଟୀୟ ନିବାସୀମାନଙ୍କୁ ଆକ୍ରାନ୍ତ କରିଅଛି।


ମନୁଷ୍ୟ ଯେପରି ମିତ୍ର ସହିତ ଆଳାପ କରେ, ସେପରି ସଦାପ୍ରଭୁ ମୁଖାମୁଖି ହୋଇ ମୋଶାଙ୍କ ସହିତ ଆଳାପ କଲେ; ଏଉତ୍ତାରେ ମୋଶା ଛାଉଣିକୁ ବାହୁଡ଼ି ଆସିଲେ, ମାତ୍ର ନୂନର ପୁତ୍ର ଯିହୋଶୂୟ ନାମକ ତାଙ୍କର ଯୁବା ପରିଚାରକ ତମ୍ବୁ ମଧ୍ୟରୁ ପ୍ରସ୍ଥାନ କଲେ ନାହିଁ।


କାରଣ ମୁଁ ଓ ତୁମ୍ଭର ଏହି ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ଏହା ଏବେ କିପରି ଜଣାଯିବ? ଯେପରି ମୁଁ ଓ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକଠାରୁ ବିଶେଷ ଲୋକ ହେବା, ଆମ୍ଭମାନଙ୍କ ସହିତ ତୁମ୍ଭର ଗମନ ଦ୍ୱାରା କି ଏହା ଜଣାଯାଏ ନାହିଁ?


କାରଣ, ସମସ୍ତ ଇସ୍ରାଏଲ ବଂଶର ଦୃଷ୍ଟିଗୋଚରରେ ସେମାନଙ୍କ ସମସ୍ତ ଯାତ୍ରାରେ ଦିନ ବେଳେ ସଦାପ୍ରଭୁଙ୍କର ମେଘ ଓ ରାତ୍ରିରେ ଅଗ୍ନି ଆବାସ ଉପରେ ଅବସ୍ଥିତି କଲା।


ପୁଣି, ସେମାନେ ଛାଉଣିରୁ ଯାତ୍ରା କରିବା ସମୟରେ ସଦାପ୍ରଭୁଙ୍କ ମେଘ ଦିବସରେ ସେମାନଙ୍କ ଉପରେ ରହିଲା।


ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ଓ ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ମୋଶାଙ୍କ ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ?”


କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ।


ଯୀଶୁ ତାହାଙ୍କୁ କହିଲେ, “ଫିଲିପ୍ପ, ଏତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଅଛି, ଆଉ ତୁମ୍ଭେ କଅଣ ମୋତେ ଜାଣିଲ ନାହିଁ? ଯେ ମୋତେ ଦର୍ଶନ କରିଅଛି, ସେ ପିତାଙ୍କୁ ଦର୍ଶନ କରିଅଛି; ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ ବୋଲି ତୁମ୍ଭେ କିପରି କହୁଅଛ?


କାରଣ ଏବେ ଆମ୍ଭେମାନେ ନିଗୂଢ଼ ବାକ୍ୟରୂପ ଦର୍ପଣର ସାହାଯ୍ୟରେ ଦେଖୁଅଛୁ, କିନ୍ତୁ ସେତେବେଳେ ମୁଖାମୁଖି ହୋଇ ଦେଖିବା ଯେତେବେଳେ ଯୀଶୁ ପୁନର୍ବାର ଆସିବେ; ଏତେବେଳେ ମୁଁ ଆଂଶିକ ଭାବେ ଜାଣୁଅଛି, କିନ୍ତୁ ସେତେବେଳେ, ମୁଁ ଯେପରି ପରିଚିତ, ସେହିପରି ମଧ୍ୟ ପରିଚୟ ପାଇବି।


ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆମ୍ଭେମାନେ ହୋରେବଠାରୁ ଯାତ୍ରା କଲୁ, ପୁଣି ଇମୋରୀୟମାନଙ୍କ ପର୍ବତମୟ ଦେଶକୁ ଯିବା ପଥରେ ତୁମ୍ଭେମାନେ ଯେଉଁ ବିସ୍ତୀର୍ଣ୍ଣ ଓ ଭୟଙ୍କର ପ୍ରାନ୍ତର ଦେଖିଲ, ତହିଁର ମଧ୍ୟଦେଇ ଯାଇ କାଦେଶ-ବର୍ଣ୍ଣେୟରେ ପହଞ୍ଚିଲୁ।


ମାତ୍ର ସଦାପ୍ରଭୁ ଯାହା ସଙ୍ଗେ ମୁଖାମୁଖି ଆଳାପ କରିଥିଲେ


ପୁଣି, ତୁମ୍ଭେମାନେ କହିଲ, ‘ଦେଖ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ନିକଟରେ ଆପଣା ପ୍ରତାପ ଓ ମହିମା ପ୍ରକାଶ କରିଅଛନ୍ତି, ଆଉ ଆମ୍ଭେମାନେ ଅଗ୍ନି ମଧ୍ୟରୁ ତାହାଙ୍କ ରବ ଶୁଣିଅଛୁ; ଆମ୍ଭେମାନେ ଆଜି ଦେଖିଅଛୁ ଯେ, ପରମେଶ୍ୱର ମନୁଷ୍ୟ ସହିତ କଥା କହିଲେ ସୁଦ୍ଧା ସେ ବଞ୍ଚିପାରେ।


ସଦାପ୍ରଭୁ ପର୍ବତରେ ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ସହିତ ମୁଖାମୁଖୀ କଥା କହିଲେ।


ଏଥିଉତ୍ତାରେ ଆମ୍ଭେମାନେ ପାର ହେବା ପର୍ଯ୍ୟନ୍ତ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯର୍ଦ୍ଦନ ନଦୀର ଜଳ କିପରି ଶୁଷ୍କ କଲେ, ଏହା ଯେତେବେଳେ ଯର୍ଦ୍ଦନର ପଶ୍ଚିମପାରିସ୍ଥିତ ଇମୋରୀୟ ରାଜାଗଣ ଓ ସମୁଦ୍ର ନିକଟସ୍ଥ କିଣାନୀୟ ରାଜାଗଣ ଶୁଣିଲେ, ସେତେବେଳେ ସେମାନଙ୍କ ହୃଦୟ ତରଳି ଗଲା ଓ ଇସ୍ରାଏଲ ସନ୍ତାନମାନଙ୍କ ମୁଖ ସକାଶୁ ସେମାନଙ୍କଠାରେ ଆତ୍ମା ଆଉ ରହିଲା ନାହିଁ।


ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କଅଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ। ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା।


Lean sinn:

Sanasan


Sanasan