Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 14:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ଇସ୍ରାଏଲ-ସନ୍ତାନଗଣ ସମସ୍ତେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କଲେ ଓ ସମସ୍ତ ମଣ୍ଡଳୀ ସେମାନଙ୍କ ଆଗରେ କହିଲେ, “ଆହା, ଆମ୍ଭେମାନେ ମିସର ଦେଶରେ ନଚେତ୍ ଏହି ପ୍ରାନ୍ତରରେ ମରିଥାʼନ୍ତୁ! ଆହା, ଆମ୍ଭେମାନେ ଯଦି ଏହି ପ୍ରାନ୍ତରରେ ମରିଥାʼନ୍ତୁ!

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ଇସ୍ରାଏଲ-ସନ୍ତାନଗଣ ସମସ୍ତେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କଲେ ଓ ସମସ୍ତ ମଣ୍ତଳୀ ସେମାନଙ୍କ ଆଗରେ କହିଲେ, ଆହା, ଆମ୍ଭେମାନେ ଯେବେ ମିସର ଦେଶରେ ମରିଥାʼନ୍ତୁଣ! ଆହା, ଆମ୍ଭେମାନେ ଯେବେ ଏହି ପ୍ରାନ୍ତରରେ ମରିଥାʼନ୍ତୁ !

Faic an caibideil Dèan lethbhreac

ଓଡିଆ ବାଇବେଲ

2 ପୁଣି, ଇସ୍ରାଏଲ ସନ୍ତାନଗଣ ସମସ୍ତେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କଲେ ଓ ସମସ୍ତ ମଣ୍ଡଳୀ ସେମାନଙ୍କ ଆଗରେ କହିଲେ, “ଆହା, ଆମ୍ଭେମାନେ ମିସର ଦେଶରେ ନଚେତ୍ ଏହି ପ୍ରାନ୍ତରରେ ମରିଥା’ନ୍ତୁ ! ଆହା, ଆମ୍ଭେମାନେ ଯଦି ଏହି ପ୍ରାନ୍ତରରେ ମରିଥା’ନ୍ତୁ !

Faic an caibideil Dèan lethbhreac

ପବିତ୍ର ବାଇବଲ

2 ପୁଣି ଇସ୍ରାଏଲ ଲୋକମାନେ ସମସ୍ତେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଅଭିଯୋଗ କଲେ, ଆଉ ସମସ୍ତ ମଣ୍ତଳୀ ସେମାନଙ୍କ ଆଗରେ ଅଭିଯୋଗ କଲେ, “ଯଦି ଆମ୍ଭେମାନେ ସେହି ମିଶର ଦେଶରେ କିମ୍ବା ମରୁଭୂମିରେ ମରିଯାଇଥା’ନ୍ତୁ, ତେବେ ଭଲ ହୋଇଥା’ନ୍ତା।

Faic an caibideil Dèan lethbhreac




ଗଣନା ପୁସ୍ତକ 14:2
31 Iomraidhean Croise  

ମାତ୍ର ସେ ଆପେ ପ୍ରାନ୍ତର ଭିତରକୁ ଦିନକର ପଥ ଯାଇ ଏକ ରେତମବୃକ୍ଷ ମୂଳରେ ଉପସ୍ଥିତ ହୋଇ ବସିଲେ ଓ ଆପଣା ମୃତ୍ୟୁୁ-ପ୍ରାର୍ଥନା କରି କହିଲେ, “ଯଥେଷ୍ଟ ହେଲାଣି; ଏବେ ହେ ସଦାପ୍ରଭୋ, ମୋର ପ୍ରାଣ ନିଅ; କାରଣ ମୁଁ ଆପଣା ପୂର୍ବପୁରୁଷମାନଙ୍କଠାରୁ ଭଲ ନୁହେଁ।”


ମୁଁ କାହିଁକି ଗର୍ଭରୁ ମଲି ନାହିଁ? ଉଦରରୁ ପଡ଼ିବା ମାତ୍ର କାହିଁକି ମୁଁ ପ୍ରାଣତ୍ୟାଗ କଲି ନାହିଁ?


ଆହୁରି, ସେମାନେ ମନୋରମ ଦେଶକୁ ତୁଚ୍ଛ କଲେ, ସେମାନେ ତାହାଙ୍କ ବାକ୍ୟରେ ବିଶ୍ୱାସ କଲେ ନାହିଁ।


ମାତ୍ର ଆପଣା ଆପଣା ତମ୍ବୁରେ ବଚସା କଲେ, ଆଉ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ।


ପୁଣି, ସେମାନଙ୍କ ପକ୍ଷରେ ସେ ଆପଣା ନିୟମ ସ୍ମରଣ କଲେ ଓ ନିଜର ଦୟାର ବାହୁଲ୍ୟ ଅନୁସାରେ ସେମାନଙ୍କ ପ୍ରତି କୃପା କଲେ।


ପୁଣି, ମୋଶାଙ୍କୁ କହିଲେ, “ମିସରରେ କବର ନ ଥିଲା ବୋଲି କି ପ୍ରାନ୍ତରରେ ତୁମ୍ଭେ ଆମ୍ଭମାନଙ୍କୁ ମାରିବାକୁ ଆଣିଲ? ଆମ୍ଭମାନଙ୍କ ସଙ୍ଗରେ ଏରୂପ ବ୍ୟବହାର କରି ଆମ୍ଭମାନଙ୍କୁ ମିସରରୁ କାହିଁକି ବାହାର କରି ଆଣିଲ?


ସେତେବେଳେ ଲୋକମାନେ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “ଆମ୍ଭେମାନେ କଅଣ ପିଇବା?”


ସେତେବେଳେ ଲୋକମାନେ ସେହି ସ୍ଥାନରେ ଜଳାଭାବ ହେତୁ ତୃଷାକୂଳ ହୋଇ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “କାହିଁକି ତୁମ୍ଭେ ଆମ୍ଭମାନଙ୍କୁ, ଆମ୍ଭମାନଙ୍କ ସନ୍ତାନମାନଙ୍କୁ ଓ ପଶୁଗଣକୁ ପିପାସାରେ ମାରିବା ନିମନ୍ତେ ମିସରଠାରୁ ଆଣିଅଛ?”


ଏହେତୁ ହେ ସଦାପ୍ରଭୁ, ବିନତି କରେ, ଏବେ ମୋʼ ପ୍ରାଣ ମୋʼ ଠାରୁ ନିଅ; କାରଣ ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ।”


ପୁଣି, ସୂର୍ଯ୍ୟୋଦୟ ସମୟରେ ପରମେଶ୍ୱର ପୂର୍ବୀୟ ଝଞ୍ଜା ବାୟୁ ନିରୂପଣ କଲେ; ଆଉ, ଯୂନସଙ୍କ ମସ୍ତକରେ ଏପରି ଖରା ଲାଗିଲା ଯେ, ସେ କ୍ଳାନ୍ତ ହୋଇ ଆପଣାର ମୃତ୍ୟୁୁ-ପ୍ରାର୍ଥନା କରି କହିଲେ, “ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ।”


ଏଥିଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ ମନ୍ଦ କଥା କହି ବଚସାକାରୀ ଲୋକମାନଙ୍କ ତୁଲ୍ୟ ହେଲେ; ପୁଣି, ସଦାପ୍ରଭୁ ତାହା ଶୁଣନ୍ତେ, ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସେମାନଙ୍କ ମଧ୍ୟରେ ପ୍ରଜ୍ୱଳିତ ହୋଇ ଛାଉଣିର ପ୍ରାନ୍ତଭାଗ ଗ୍ରାସ କଲା।


ଆଉ ଯଦି ତୁମ୍ଭେ ମୋʼ ପ୍ରତି ଏପରି ବ୍ୟବହାର କର, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଥିଲେ, ସେହିକ୍ଷଣି ମୋତେ ମାରି ପକାଅ; ପୁଣି, ମୋତେ ଆପଣା ଦୁର୍ଗତି ଦେଖିବାକୁ ଦିଅ ନାହିଁ।”


ଆମ୍ଭେମାନେ ମିସର ଦେଶରେ ବିନାମୂଲ୍ୟରେ ଯେଉଁ ମାଛ ଖାଉଥିଲୁ, ତାହା ମନରେ ପଡ଼େ; ସେ କାକୁଡ଼ି, ସେ ଖରଭୁଜ, ସେ ପରୁ, ସେ ପିଆଜ ଓ ରସୁଣ (ମନରେ ପଡ଼େ);


ଏଥିରେ ସମସ୍ତ ମଣ୍ଡଳୀ ଉଚ୍ଚସ୍ୱରରେ କୋଳାହଳ କଲେ ଓ ଲୋକମାନେ ସେହି ରାତ୍ରି ରୋଦନ କଲେ।


ତେବେ ଏମାନଙ୍କ ମଧ୍ୟରୁ ଯେତେ ଲୋକ ଆମ୍ଭର ପ୍ରତାପ, ପୁଣି, ମିସରରେ ଓ ପ୍ରାନ୍ତରରେ କୃତ ଆମ୍ଭର ଚିହ୍ନସ୍ୱରୂପ କର୍ମ ଦେଖିଲେ ମଧ୍ୟ ଦଶ ଥର ଆମ୍ଭର ପରୀକ୍ଷା କରିଅଛନ୍ତି ଓ ଆମ୍ଭ ରବରେ ଅମନୋଯୋଗୀ ହୋଇଅଛନ୍ତି,


ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ।


ତଥାପି ଆରଦିନ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କରି କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ବଧ କଲ।”


ଏଥିରେ ମୋଶା ଇସ୍ରାଏଲ-ସନ୍ତାନଗଣକୁ କହନ୍ତେ, ସେମାନଙ୍କର ଅଧ୍ୟକ୍ଷ ସମସ୍ତେ ଆପଣା ଆପଣା ପିତୃଗୃହ ଅନୁସାରେ ପ୍ରତ୍ୟେକ ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି, ଏହିରୂପେ ବାର ଯଷ୍ଟି ତାଙ୍କୁ ଦେଲେ; ପୁଣି, ହାରୋଣଙ୍କର ଯଷ୍ଟି ସେମାନଙ୍କ ଯଷ୍ଟିସକଳର ମଧ୍ୟରେ ଥିଲା।


ଆଉ ସେହି ସ୍ଥାନରେ ମଣ୍ଡଳୀ ନିମନ୍ତେ ଜଳ ନ ଥିଲା; ତହିଁରେ ଲୋକମାନେ ମୋଶାଙ୍କ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେଲେ।


ପୁଣି, ଲୋକମାନେ ମୋଶାଙ୍କ ସହିତ ବିବାଦ କରି କହିଲେ, “ହାୟ, ଆମ୍ଭମାନଙ୍କ ଭାଇମାନେ ଯେତେବେଳେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ, ସେହି ସମୟରେ ଯଦି ଆମ୍ଭେମାନେ ମରିଥାʼନ୍ତୁ।


ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ସମାଜକୁ ବାହାର କରି ଏହି ପ୍ରାନ୍ତରକୁ ଆଣିଲ, ଯେପରିକି ଆମ୍ଭେମାନେ ଓ ଆମ୍ଭମାନଙ୍କର ପଶୁମାନେ ଏହିଠାରେ ମରିବୁ?


ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ?” ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ।


ଯେପରି ସେମାନଙ୍କ ମଧ୍ୟରେ କେତେକ ଲୋକ ବଚସା କରି ସଂହାରକ ଦ୍ୱାରା ବିନଷ୍ଟ ହେଲେ, ସେପରି ତୁମ୍ଭେମାନେ ବଚସା କର ନାହିଁ।


ପୁଣି ତୁମ୍ଭେମାନେ ଆପଣା ଆପଣା ତମ୍ବୁରେ ବଚସା କରି କହିଲ, “ସଦାପ୍ରଭୁ ଆମ୍ଭମାନଙ୍କୁ ଘୃଣା କରିବା ସକାଶୁ ଇମୋରୀୟମାନଙ୍କ ହସ୍ତରେ ସମର୍ପଣ କରି ବିନାଶ କରିବା ନିମନ୍ତେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛନ୍ତି।


ତହିଁ ଉତ୍ତାରେ ସଦାପ୍ରଭୁ ଯେଉଁ ସମୟରେ କାଦେଶ-ବର୍ଣ୍ଣେୟଠାରୁ ତୁମ୍ଭମାନଙ୍କୁ ପଠାଇ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତୁମ୍ଭେମାନେ ଉଠିଯାଇ ତାହା ଅଧିକାର କର; ସେସମୟରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାର ବିଦ୍ରୋହାଚାରୀ ହେଲ ଓ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, କିଅବା ତାହାଙ୍କ ରବ ଶୁଣିଲ ନାହିଁ।”


ତେବେ କେଉଁମାନେ ଶୁଣି ବିରକ୍ତି ଜନ୍ମାଇଲେ? ମୋଶାଙ୍କ ଦ୍ୱାରା ମିସର ଦେଶରୁ ଯେଉଁମାନେ ବାହାରି ଆସିଥିଲେ, ସେ ସମସ୍ତେ କଅଣ ନୁହଁନ୍ତି?


ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ୱାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି।


Lean sinn:

Sanasan


Sanasan