Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 14:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ମାତ୍ର ଯଦି ଆମ୍ଭେ ଜୀବିତ ହେଉ, ଆଉ ଯଦି ଏହି ସମସ୍ତ ପୃଥିବୀ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ହେବ,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

21 ମାତ୍ର ଯେବେ ଆମ୍ଭେ ଜୀବିତ ହେଉ, ଆଉ ଯେବେ ଏହି ସମସ୍ତ ପୃଥିବୀ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ହେବ,

Faic an caibideil Dèan lethbhreac

ଓଡିଆ ବାଇବେଲ

21 ମାତ୍ର ଯଦି ଆମ୍ଭେ ଜୀବିତ ହେଉ, ଆଉ ଯଦି ଏହି ସମସ୍ତ ପୃଥିବୀ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ହେବ,

Faic an caibideil Dèan lethbhreac

ପବିତ୍ର ବାଇବଲ

21 କିନ୍ତୁ ମୁଁ ପ୍ରତିଜ୍ଞା କରୁଅଛି ଯେ, ଏହି ସମସ୍ତ ପୃଥିବୀ ସଦାପ୍ରଭୁଙ୍କ ମହିମାରେ ପରିପୂର୍ଣ୍ଣ ହେବ।

Faic an caibideil Dèan lethbhreac




ଗଣନା ପୁସ୍ତକ 14:21
16 Iomraidhean Croise  

ସେମାନେ ମୋʼ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି; ମୋʼ ପ୍ରାଣ ଅବନତ ହୋଇଅଛି; ସେମାନେ ମୋʼ ସମ୍ମୁଖରେ ଗର୍ତ୍ତ ଖୋଳିଅଛନ୍ତି; ମାତ୍ର ସେମାନେ ନିଜେ ତହିଁ ମଧ୍ୟରେ ପତିତ ହୋଇଅଛନ୍ତି। [ସେଲା]


ପୁଣି, ତାହାଙ୍କର ଗୌରବାନ୍ୱିତ ନାମ ଅନନ୍ତକାଳ ଧନ୍ୟ ହେଉ ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ। ଆମେନ୍‍, ଆମେନ୍‍।


ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ।


ତୁମ୍ଭେ ଚକ୍ଷୁ ମେଲାଇ ଚତୁର୍ଦ୍ଦିଗ ଦେଖ; ଏସମସ୍ତେ ଏକତ୍ରିତ ହୋଇ ତୁମ୍ଭ ନିକଟକୁ ଆସୁଅଛନ୍ତି। ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଭୂଷଣ ତୁଲ୍ୟ ଏହି ସମସ୍ତଙ୍କୁ ପରିଧାନ କରିବ, ପୁଣି କନ୍ୟାର କଟିଭୂଷଣ ତୁଲ୍ୟ ସେମାନଙ୍କୁ ଧାରଣ କରିବ।”


ଆଉ, ସେମାନେ ପରସ୍ପର ଡାକି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ପବିତ୍ର, ପବିତ୍ର, ପବିତ୍ର; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ।”


“ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯିହୁଦାର ରାଜା ଯିହୋୟାକୀମ୍‍ର ପୁତ୍ର କନୀୟ ଆମ୍ଭ ଦକ୍ଷିଣ ହସ୍ତରେ ମୋହର ତୁଲ୍ୟ ହେଲେ ହେଁ ଆମ୍ଭେ ତୁମ୍ଭକୁ ସେଠାରୁ କାଢ଼ି ପକାଇବା;


ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେମାନେ ଇସ୍ରାଏଲ ମଧ୍ୟରେ ଏହି ପ୍ରବାଦ କହିବାର କାରଣ ଆଉ ପାଇବ ନାହିଁ।


ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ମିସର ଦେଶର ପ୍ରାନ୍ତରରେ ଯେପରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସହିତ ବିଚାର କରିଥିଲୁ, ସେହିପରି ତୁମ୍ଭମାନଙ୍କ ସହିତ ବିଚାର କରିବା।


ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନାହିଁ, ମାତ୍ର ଦୁଷ୍ଟ ଯେପରି ଫେରି ବଞ୍ଚେ, ଏଥିରେ ହିଁ ଆମ୍ଭର ସନ୍ତୋଷ ଅଛି; ତୁମ୍ଭେମାନେ ଫେର, ଆପଣା ଆପଣା କୁପଥରୁ ଫେର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ?


ଏହି ପ୍ରକାରେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଜୀବିତ ଥିବା ପ୍ରମାଣେ ଉତ୍ସନ୍ନ ସ୍ଥାନ ସକଳରେ ଥିବା ଲୋକମାନେ ନିଶ୍ଚୟ ଖଡ୍ଗ ଦ୍ୱାରା ପତିତ ହେବେ ଓ ଯେଉଁ ଜନ ପଡ଼ିଆରେ ଅଛି, ଆମ୍ଭେ ତାହାକୁ ଭକ୍ଷ୍ୟ ରୂପେ ପଶୁମାନଙ୍କୁ ଦେବା, ଆଉ ଯେଉଁମାନେ ଦୃଢ଼ ଦୁର୍ଗରେ ଓ ଗୁହାରେ ଥାʼନ୍ତି, ସେମାନେ ମହାମାରୀରେ ମରିବେ।


ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁସକଳ ଦ୍ୱାରା ଓ ଆପଣାର ସବୁ ଘୃଣାଯୋଗ୍ୟ କର୍ମ ଦ୍ୱାରା ଆମ୍ଭର ପବିତ୍ର ସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ହିଁ ତୁମ୍ଭକୁ ହ୍ରାସ କରିବା; ଆହୁରି, ଚକ୍ଷୁଲଜ୍ଜା କରିବା ନାହିଁ, ମଧ୍ୟ ଆମ୍ଭେ କିଛି ଦୟା କରିବା ନାହିଁ।


କାରଣ ଜଳରାଶି ଯେପରି ସମୁଦ୍ରକୁ ଆବୃତ କରେ, ସେହିପରି ସଦାପ୍ରଭୁଙ୍କ ମହିମା ବିଷୟକ ଜ୍ଞାନରେ ପୃଥିବୀ ପରିପୂର୍ଣ୍ଣ ହେବ।


ଏଥିପାଇଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ମୋୟାବ ସଦୋମର ତୁଲ୍ୟ ଓ ଅମ୍ମୋନ-ସନ୍ତାନଗଣ ହମୋରାର ତୁଲ୍ୟ, ବିଛୁଆତି ଗଛର ଆଶ୍ରୟ ଓ ଲବଣର ଆକର ଓ ଚିରକାଳ ଧ୍ୱଂସସ୍ଥାନ ହେବ; ଆମ୍ଭ ଲୋକମାନଙ୍କର ଶେଷାଂଶ ସେମାନଙ୍କୁ ଲୁଟିବେ ଓ ଆମ୍ଭ ଗୋଷ୍ଠୀର ଅବଶିଷ୍ଟାଂଶ ସେମାନଙ୍କୁ ଅଧିକାର କରିବେ।”


ସେମାନଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ଯଦି ଜୀବିତ ହେଉ, ତେବେ ତୁମ୍ଭେମାନେ ଆମ୍ଭ କର୍ଣ୍ଣଗୋଚରରେ ଯାହା କହିଅଛ, ତାହା ହିଁ ଆମ୍ଭେ ତୁମ୍ଭମାନଙ୍କ ପ୍ରତି କରିବା।


ତୁମ୍ଭର ରାଜ୍ୟ ଆସୁ। ଯେପରି ସ୍ୱର୍ଗରେ, ସେହିପରି ପୃଥିବୀରେ ତୁମ୍ଭର ଇଚ୍ଛା ସଫଳ ହେଉ।


କାରଣ ଆମ୍ଭେ ଆକାଶ ଆଡ଼େ ହସ୍ତ ଉଠାଇ କହୁ, ‘ଆମ୍ଭେ ଯେବେ ଅନନ୍ତଜୀବୀ ଅଟୁ,


Lean sinn:

Sanasan


Sanasan