Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 14:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ପୁଣି, ସେମାନେ ଅତି ପ୍ରାତଃକାଳରେ ଉଠି ପର୍ବତ ଶୃଙ୍ଗ ଉପରକୁ ଯିବାକୁ ବାହାରି କହିଲେ, “ଦେଖ, ଆମ୍ଭେମାନେ ପାପ କରିଅଛୁ, ତଥାପି ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ ପ୍ରତିଜ୍ଞା କରିଅଛନ୍ତି, ସେହି ସ୍ଥାନକୁ ଯିବା ନିମନ୍ତେ; ଆମ୍ଭେମାନେ ଏଠାରେ ଅଛୁ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

40 ପୁଣି ସେମାନେ ଅତି ପ୍ରାତଃକାଳରେ ଉଠି ପର୍ବତଶୃଙ୍ଗ ଉପରକୁ ଯିବାକୁ ବାହାରି କହିଲେ, ଦେଖ, ଆମ୍ଭେମାନେ ଏଠାରେ ଅଛୁ, ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ ପ୍ରତିଜ୍ଞା କରିଅଛନ୍ତି, ସେହି ସ୍ଥାନକୁ ଯିବା; କାରଣ ଆମ୍ଭେମାନେ ପାପ କରିଅଛୁ।

Faic an caibideil Dèan lethbhreac

ଓଡିଆ ବାଇବେଲ

40 ପୁଣି, ସେମାନେ ଅତି ପ୍ରାତଃକାଳରେ ଉଠି ପର୍ବତଶୃଙ୍ଗ ଉପରକୁ ଯିବାକୁ ବାହାରି କହିଲେ, “ଦେଖ, ଆମ୍ଭେମାନେ ପାପ କରିଅଛୁ , ତଥାପି ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ ପ୍ରତିଜ୍ଞା କରିଅଛନ୍ତି, ସେହି ସ୍ଥାନକୁ ଯିବା ନିମନ୍ତେ; ଆମ୍ଭେମାନେ ଏଠାରେ ଅଛୁ।”

Faic an caibideil Dèan lethbhreac

ପବିତ୍ର ବାଇବଲ

40 ତହୁଁ ସେମାନେ ଅତି ପ୍ରାତଃକାଳରୁ ଉଠି ପର୍ବତ ଶୃଙ୍ଗ ଉପରକୁ ଯିବାକୁ ବାହାରି ସେମାନେ କହିଲେ, “ଦେଖ ଆମ୍ଭେମାନେ ଏଠାରେ ଅଛୁ, ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ ପ୍ରତିଜ୍ଞା କରିଥିଲେ, ସେହି ସ୍ଥାନକୁ ଯିବା, କାରଣ ଆମ୍ଭେମାନେ ପାପ କରିଅଛୁ।”

Faic an caibideil Dèan lethbhreac




ଗଣନା ପୁସ୍ତକ 14:40
8 Iomraidhean Croise  

ସୂର୍ଯ୍ୟ ତଳେ ଯେତେ କାର୍ଯ୍ୟ କରାଯାଏ, ତହିଁ ମଧ୍ୟରେ ଦୁଃଖର ବିଷୟ ଏହି ଯେ, ସମସ୍ତଙ୍କ ପ୍ରତି ସମାନ ଘଟଣା ହୁଏ; ଆହୁରି ମଧ୍ୟ ମନୁଷ୍ୟ-ସନ୍ତାନଗଣର ହୃଦୟ ଦୁଷ୍ଟତାରେ ପରିପୂର୍ଣ୍ଣ ଓ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନଙ୍କ ହୃଦୟରେ ପାଗଳାମି ଥାଏ, ପୁଣି ତହିଁ ଉତ୍ତାରେ ସେମାନେ ମୃତମାନଙ୍କ ନିକଟକୁ ଯାଆନ୍ତି।


ମାତ୍ର ଯେଉଁ ପ୍ରାଣୀ ଊର୍ଦ୍ଧ୍ୱ ହସ୍ତରେ କୌଣସି (ପାପ) କର୍ମ କରେ, ସେ ଗୃହଜାତ ହେଉ ବା ବିଦେଶୀ ହେଉ, ସଦାପ୍ରଭୁଙ୍କର ନିନ୍ଦା କରେ; ଏଣୁ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।


ତହିଁରେ ବିଲୀୟମ୍‍ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ମୁଁ ପାପ କରିଅଛି; କାରଣ ତୁମ୍ଭେ ଯେ ମୋʼ ବିପକ୍ଷରେ ପଥରେ ଠିଆ ହୋଇଅଛ; ତାହା ମୁଁ ଜାଣିଲି ନାହିଁ; ଏଣୁ ଏବେ, ଯଦି ତାହା ତୁମ୍ଭ ଦୃଷ୍ଟିରେ ମନ୍ଦ ହୁଏ, ତେବେ ମୁଁ ଫେରିଯିବି।”


ଘରର ମୁଖ୍ୟ ଲୋକ ଉଠି ଦ୍ୱାର ବନ୍ଦ କଲା ପରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ‘ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାନ୍ତୁ,’ ଏହା କହି ଦ୍ୱାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ‘ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ।’


ଏଥିରେ ତୁମ୍ଭେମାନେ ଉତ୍ତର କରି ମୋତେ କହିଲ, “ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଅଛନ୍ତି, ଆମ୍ଭେମାନେ ତଦନୁସାରେ ଉଠିଯାଇ ଯୁଦ୍ଧ କରିବୁ।” ପୁଣି ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଯୁଦ୍ଧାସ୍ତ୍ର ବାନ୍ଧି ପର୍ବତ ଆରୋହଣ କରିବାକୁ ବ୍ୟଗ୍ର ହେଲ।


ତହୁଁ ମୁଁ ତୁମ୍ଭମାନଙ୍କୁ ସେହି କଥା କହିଲି, ପୁଣି ତୁମ୍ଭେମାନେ ଶୁଣିଲ ନାହିଁ; ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ କଲ ଓ ଦୁଃସାହସୀ ହେଲ, ଆଉ ପର୍ବତ ଦେଶକୁ ଆକ୍ରମଣ କଲ।


Lean sinn:

Sanasan


Sanasan