Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 16:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତାହା ବ୍ୟତୀତ ତୁମ୍ଭେ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଆମ୍ଭମାନଙ୍କୁ ଆଣି ନାହଁ, କିଅବା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ରର ଅଧିକାର ଆମ୍ଭମାନଙ୍କୁ ଦେଇ ନାହିଁ; ତୁମ୍ଭେ କି ଏହି ସମସ୍ତ ଲୋକଙ୍କର ଆଖି ଉପାଡ଼ି ପକାଇବ? ଆମ୍ଭେମାନେ ଯିବା ନାହିଁ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

14 ତାହା ଛଡ଼ା ତୁମ୍ଭେ ଦୁଗ୍ଧମଧୁପ୍ରବାହୀ ଦେଶକୁ ଆମ୍ଭମାନଙ୍କୁ ଆଣି ନାହଁ, କିଅବା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ରର ଅଧିକାର ଆମ୍ଭମାନଙ୍କୁ ଦେଇ ନାହିଁ; ତୁମ୍ଭେ କି ଏସମସ୍ତ ଲୋକଙ୍କର ଆକ୍ଷି ଉପାଡ଼ି ପକାଇବ? ଆମ୍ଭେମାନେ ଯିବା ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

14 ତାହା ବ୍ୟତୀତ ତୁମ୍ଭେ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଆମ୍ଭମାନଙ୍କୁ ଆଣି ନାହଁ, କିଅବା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ରର ଅଧିକାର ଆମ୍ଭମାନଙ୍କୁ ଦେଇ ନାହିଁ; ତୁମ୍ଭେ କି ଏହି ସମସ୍ତ ଲୋକଙ୍କର ଆଖି ଉପାଡ଼ି ପକାଇବ ? ଆମ୍ଭେମାନେ ଯିବା ନାହିଁ।”

Faic an caibideil Dèan lethbhreac

ପବିତ୍ର ବାଇବଲ

14 ଆମ୍ଭେ କାହିଁକି ତୁମ୍ଭକୁ ମାନିବୁ? ତୁମ୍ଭେତ ଆମ୍ଭମାନଙ୍କୁ ଦୁ‌ଗ୍‌ଧମଧୁପ୍ରବାହୀ ଦେଶକୁ ଆଣି ନାହଁ, ତୁମ୍ଭେ ତ ଆମ୍ଭମାନଙ୍କୁ ଏକ ଉର୍ବର ଅଞ୍ଚଳକୁ ଆଣି ନାହିଁ, ଯେଉଁଠାରେ ଆମ୍ଭେମାନେ ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର‌ର ଅଧିକାର ପାଇବୁ। ତୁମ୍ଭେ ଏହି ମନୁଷ୍ୟମାନଙ୍କୁ ଠକିବ କି? ନା ଆମ୍ଭେମାନେ ଯାଉ ନାହୁଁ।”

Faic an caibideil Dèan lethbhreac




ଗଣନା ପୁସ୍ତକ 16:14
12 Iomraidhean Croise  

ଆଉ କେହି ଯଦି ଅନ୍ୟର କ୍ଷେତ୍ରରେ କି ଦ୍ରାକ୍ଷାକ୍ଷେତ୍ରରେ ଗୋରୁ ଚରାଏ, କିଅବା ଆପଣା ପଶୁକୁ ଛାଡ଼ିଦେଲେ ଯଦି ସେ ଅନ୍ୟର କ୍ଷେତ୍ରରେ ଚରେ, ତେବେ ସେ ଲୋକ ତହିଁର ପରିବର୍ତ୍ତେ ତାହାକୁ ଆପଣା କ୍ଷେତ୍ରର ଉତ୍ତମ ଶସ୍ୟ ଅବା ଆପଣା ଦ୍ରାକ୍ଷାକ୍ଷେତ୍ରର ଉତ୍ତମ ଫଳ ଦେବ।


ଆଉ ତୁମ୍ଭେ ଆପଣା ଭୂମିରେ ଛଅ ବର୍ଷ ପର୍ଯ୍ୟନ୍ତ ବୀଜ ବପନ କରିବ ଓ ତହିଁରୁ ଉତ୍ପନ୍ନ ଶସ୍ୟାଦି ସଂଗ୍ରହ କରିବ।


ମାତ୍ର ସପ୍ତମ ବର୍ଷରେ ତାକୁ ବିଶ୍ରାମ ଦେବ ଓ ପଡ଼ିଆ ରଖିବ; ତହିଁରେ ତୁମ୍ଭର ଦରିଦ୍ରମାନେ ଖାଇବାକୁ ପାଇବେ; ସେମାନେ ଯାହା ଅବଶିଷ୍ଟ ରଖିବେ, ତାହା ବନ ପଶୁମାନେ ଖାଇବେ। ପୁଣି, ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଓ ଜୀତବୃକ୍ଷ ପ୍ରତି ମଧ୍ୟ ସେହିରୂପ କରିବ।


ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ମିସରର କ୍ଳେଶରୁ ଉଦ୍ଧାର କରି କିଣାନୀୟମାନଙ୍କ, ହିତ୍ତୀୟମାନଙ୍କ, ଇମୋରୀୟମାନଙ୍କ, ପରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ନେଇଯିବୁ ବୋଲି କହିଅଛୁ।’


ଏହେତୁ ମିସରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥାʼନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବାକୁ ଓହ୍ଲାଇ ଆସିଲୁ।


ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କରିବ; ଆଉ, ଆମ୍ଭେ ଅଧିକାର ନିମନ୍ତେ ତୁମ୍ଭମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବା; ଯେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ କରିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


ପୁଣି, ସେମାନେ ବର୍ଣ୍ଣନା କରି ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭେମାନେ ସେଠାକୁ ଯାଇଥିଲୁ; ଆଉ ତାହା ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ ଓ ଏହା ତହିଁର ଫଳ।


ଯଦି ସଦାପ୍ରଭୁ ଆମ୍ଭମାନଙ୍କଠାରେ ସନ୍ତୁଷ୍ଟ ହୁଅନ୍ତି, ତେବେ ସେ ଆମ୍ଭମାନଙ୍କୁ ସେହି ଦେଶକୁ ନେବେ ଓ ତାହା ଆମ୍ଭମାନଙ୍କୁ ଦେବେ; ସେହି ଦେଶ ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ।


ଆଉ ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲ, କି ଏହି କଦର୍ଯ୍ୟ ସ୍ଥାନକୁ ଆଣିବାକୁ? ଏ ତ ଶସ୍ୟ କି ଡିମ୍ବିରି କି ଦ୍ରାକ୍ଷା କି ଡାଳିମ୍ବର ସ୍ଥାନ ନୁହେଁ; କିଅବା ଏଠାରେ ପିଇବାକୁ ଜଳ ନାହିଁ।”


ଏଥିଉତ୍ତାରେ ପଲେଷ୍ଟୀୟମାନେ ତାହାକୁ ଧରି ତାହାର ଚକ୍ଷୁ ଉପାଡ଼ି ପକାଇଲେ; ପୁଣି ତାହାକୁ ଘସାକୁ ଆଣି ଦୁଇ ପିତ୍ତଳ ବେଡ଼ିରେ ତାହାକୁ ବାନ୍ଧିଲେ; ଆଉ ସେ କାରାଗାରରେ ଚକି ପେଷିଲା।


ତହୁଁ ଅମ୍ମୋନୀୟ ନାହଶ୍‍ ସେମାନଙ୍କୁ ଉତ୍ତର କଲା, “ତୁମ୍ଭ ସମସ୍ତଙ୍କର ଦକ୍ଷିଣ ଚକ୍ଷୁ ଉପୁଡ଼ାଗଲେ ମୁଁ ତୁମ୍ଭମାନଙ୍କ ସହିତ ନିୟମ ସ୍ଥିର କରିବି; ଆଉ ମୁଁ ତଦ୍ଦ୍ୱାରା ସମସ୍ତ ଇସ୍ରାଏଲ ଉପରେ ଅପମାନ ଥୋଇବି।”


Lean sinn:

Sanasan


Sanasan