Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 16:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ତହୁଁ ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେବା ସମୟରେ ସେମାନେ ସମାଗମ-ତମ୍ବୁ ଆଡ଼େ ଅନାଇଲେ; ଆଉ ଦେଖ, ମେଘ ତାହା ଆଚ୍ଛାଦନ କରିଅଛି ଓ ସଦାପ୍ରଭୁଙ୍କ ପ୍ରତାପ ପ୍ରତ୍ୟକ୍ଷ ହୋଇଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

42 ତହୁଁ ସମସ୍ତ ମଣ୍ତଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେବା ବେଳେ ସେମାନେ ସମାଗମ-ତମ୍ଵୁ ଆଡ଼େ ଅନାଇଲେ; ଆଉ ଦେଖ, ମେଘ ତାହା ଆଚ୍ଛାଦନ କରିଅଛି ଓ ସଦାପ୍ରଭୁଙ୍କ ପ୍ରତାପ ପ୍ରତ୍ୟକ୍ଷ ହୋଇଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

42 ତହୁଁ ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେବା ସମୟରେ ସେମାନେ ସମାଗମ-ତମ୍ବୁ ଆଡ଼େ ଅନାଇଲେ; ଆଉ ଦେଖ, ମେଘ ତାହା ଆଚ୍ଛାଦନ କରିଅଛି ଓ ସଦାପ୍ରଭୁଙ୍କ ପ୍ରତାପ ପ୍ରତ୍ୟକ୍ଷ ହୋଇଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ

42 ଯେତେବେଳେ ଲୋକମାନେ ମୋଶା ଓ ହାରୋଣ ବିରୁଦ୍ଧରେ ଏକତ୍ରିତ ହେଲେ, ସେମାନେ ବୁଲିପଡ଼ିଲେ ଓ ସମାଗମ-ତମ୍ବୁକୁ ଦେଖିଲେ ଯେ, ତାହା ମେଘରେ ଆଚ୍ଛାଦିତ ହୋଇଥିଲା ଏବଂ ସଦାପ୍ରଭୁଙ୍କର ମହିମା ଦେଖାଯାଉଥିଲା।

Faic an caibideil Dèan lethbhreac




ଗଣନା ପୁସ୍ତକ 16:42
10 Iomraidhean Croise  

ତହିଁରେ ହାରୋଣ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏହା କହିବା ସମୟରେ ସେମାନେ ପ୍ରାନ୍ତର ଆଡ଼େ ଅନାନ୍ତେ, ଦେଖ, ମେଘସ୍ତମ୍ଭ ମଧ୍ୟରେ ସଦାପ୍ରଭୁଙ୍କର ପ୍ରତାପ ଦେଖାଗଲା।


ପୁଣି, ପ୍ରାତଃକାଳରେ ସଦାପ୍ରଭୁଙ୍କର ମହିମା ଦେଖିବ; ଯେହେତୁ ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭମାନଙ୍କ ବଚସା ସେ ଶୁଣନ୍ତି; ଆମ୍ଭେମାନେ କିଏ ଯେ, ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ବଚସା କର?”


ତହିଁରେ ସୀନୟ ପର୍ବତ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କଲା; ଆଉ ତାହା ଛଅ ଦିନ ମେଘାଚ୍ଛନ୍ନ ହୋଇ ରହିଲା; ତହିଁ ଉତ୍ତାରେ ସେ ସପ୍ତମ ଦିନ ମେଘ ମଧ୍ୟରୁ ମୋଶାଙ୍କୁ ଡାକିଲେ।


ଏଥିଉତ୍ତାରେ ମୋଶା ଓ ହାରୋଣ ସମାଗମ-ତମ୍ବୁରେ ପ୍ରବେଶ କଲେ; ପୁଣି, ବାହାରେ ଆସି ଲୋକମାନଙ୍କୁ ଆଶୀର୍ବାଦ କଲେ; ସେତେବେଳେ ସମସ୍ତ ଲୋକଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇଲା।


ମାତ୍ର ସମସ୍ତ ମଣ୍ଡଳୀ ସେମାନଙ୍କୁ ପଥରରେ ମାରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ପ୍ରତାପ ସମାଗମ-ତମ୍ବୁରେ ଇସ୍ରାଏଲର ସମସ୍ତ ସନ୍ତାନ ପ୍ରତି ପ୍ରକାଶିତ ହେଲା।


ପୁଣି, କୋରହ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେମାନଙ୍କ ପ୍ରତିକୂଳରେ ସମସ୍ତ ମଣ୍ଡଳୀକୁ ଏକତ୍ର କଲା; ସେତେବେଳେ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁଙ୍କ ପ୍ରତାପ ପ୍ରକାଶିତ ହେଲା।


ସେତେବେଳେ ମୋଶା ଓ ହାରୋଣ ସମାଗମ-ତମ୍ବୁ ସମ୍ମୁଖକୁ ଆସିଲେ।


ଆଉ ସେହି ସ୍ଥାନରେ ମଣ୍ଡଳୀ ନିମନ୍ତେ ଜଳ ନ ଥିଲା; ତହିଁରେ ଲୋକମାନେ ମୋଶାଙ୍କ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେଲେ।


ଏଥିରେ ମୋଶା ଓ ହାରୋଣ ସମାଜ ସାକ୍ଷାତରୁ ସମାଗମ-ତମ୍ବୁ ଦ୍ୱାରକୁ ଯାଇ ମୁହଁ ମାଡ଼ି ପଡ଼ିଲେ; ତହୁଁ ସଦାପ୍ରଭୁଙ୍କ ପ୍ରତାପ ସେମାନଙ୍କ ପ୍ରତି ପ୍ରକାଶ ପାଇଲା।


Lean sinn:

Sanasan


Sanasan