Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 16:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 “ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଉଠିଯାଅ, ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା; ଏଥିରେ ସେମାନେ ମୁହଁ ମାଡ଼ି ପଡ଼ିଲେ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

45 ତୁମ୍ଭେମାନେ ଏହି ମଣ୍ତଳୀ ମଧ୍ୟରୁ ଉଠିଯାଅ, ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା; ଏଥିରେ ସେମାନେ ମୁହଁମାଡ଼ି ପଡ଼ିଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

45 “ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଉଠିଯାଅ, ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା; ଏଥିରେ ସେମାନେ ମୁହଁମାଡ଼ି ପଡ଼ିଲେ।”

Faic an caibideil Dèan lethbhreac

ପବିତ୍ର ବାଇବଲ

45 “ତୁମ୍ଭେମାନେ ଏହି ମଣ୍ତଳୀ ମଧ୍ୟରୁ ଉଠିଯାଅ, ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା।” ଏଥିରେ ମୋଶା ଓ ହାରୋଣ ମୁହଁ ମାଡ଼ି ପଡ଼ିଲେ।

Faic an caibideil Dèan lethbhreac




ଗଣନା ପୁସ୍ତକ 16:45
8 Iomraidhean Croise  

ତହୁଁ ଲୋଟ ବାହାରକୁ ଯାଇ ଆପଣା କନ୍ୟାମାନଙ୍କ ସହିତ ବିବାହ କରିବାକୁ ଉଦ୍ୟତ ଜୁଆଁଇମାନଙ୍କୁ କହିଲା, “ଉଠ, ଏଠାରୁ ବାହାର ହୁଅ, ସଦାପ୍ରଭୁ ଏହି ନଗର ଉଚ୍ଛିନ୍ନ କରିବେ,” ମାତ୍ର ଜୁଆଁଇମାନେ ତାହାକୁ ପରିହାସକ ପରି ମଣିଲେ।


ତହୁଁ ଦାଉଦ ଅନାଇ ସଦାପ୍ରଭୁଙ୍କ ଦୂତକୁ ପୃଥିବୀ ଓ ଆକାଶ ମଧ୍ୟରେ ଠିଆ ହୋଇ ଆପଣା ହସ୍ତରେ ନିଷ୍କୋଷ ଖଡ୍ଗ ଯିରୂଶାଲମ ଉପରେ ପ୍ରସାରିତ କରିଥିବାର ଦେଖିଲେ। ସେତେବେଳେ ଅଖାବସ୍ତ୍ର ପରିହିତ ଦାଉଦ ଓ ପ୍ରାଚୀନମାନେ ମୁହଁ ମାଡ଼ି ପଡ଼ିଲେ।


“ତୁମ୍ଭେ ମଣ୍ଡଳୀକୁ କୁହ, ‘ତୁମ୍ଭେମାନେ କୋରହର, ଦାଥନର ଓ ଅବୀରାମର ଆବାସ-ଚତୁର୍ଦ୍ଦିଗରୁ ଉଠିଯାଅ।’”


ତହୁଁ ସେ ମଣ୍ଡଳୀକୁ କହିଲେ, “ବିନୟ କରୁଅଛି, ତୁମ୍ଭେମାନେ ଏହି ଦୁଷ୍ଟ ଲୋକମାନଙ୍କ ତମ୍ବୁରୁ ଉଠିଯାଅ ଓ ସେମାନଙ୍କର କିଛିମାତ୍ର ସ୍ପର୍ଶ କର ନାହିଁ, ନୋହିଲେ ତୁମ୍ଭେମାନେ ସେମାନଙ୍କ ପାପସମୂହରେ ବିନଷ୍ଟ ହେବ।”


ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ଏଥିରେ ମୋଶା ଓ ହାରୋଣ ସମାଜ ସାକ୍ଷାତରୁ ସମାଗମ-ତମ୍ବୁ ଦ୍ୱାରକୁ ଯାଇ ମୁହଁ ମାଡ଼ି ପଡ଼ିଲେ; ତହୁଁ ସଦାପ୍ରଭୁଙ୍କ ପ୍ରତାପ ସେମାନଙ୍କ ପ୍ରତି ପ୍ରକାଶ ପାଇଲା।


ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଉବୁଡ଼ ହୋଇ ପ୍ରାର୍ଥନା କରୁ କରୁ କହିଲେ, “ହେ ମୋହର ପିତା, ଯଦି ହୋଇପାରେ, ତେବେ ଏହି ଦୁଃଖର ପାତ୍ର ମୋʼଠାରୁ ଦୂର ହେଉ; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା।”


Lean sinn:

Sanasan


Sanasan