Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 16:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଇସ୍ରାଏଲଙ୍କର ପରମେଶ୍ୱର ଯେ ତୁମ୍ଭମାନଙ୍କୁ ଇସ୍ରାଏଲ-ମଣ୍ଡଳୀରୁ ପୃଥକ କରି ସଦାପ୍ରଭୁଙ୍କ ଆବାସର ସେବା କରିବା ନିମନ୍ତେ ଓ ମଣ୍ଡଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ନିମନ୍ତେ ଆପଣାର ନିକଟବର୍ତ୍ତୀ କରିଅଛନ୍ତି,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ଇସ୍ରାଏଲଙ୍କର ପରମେଶ୍ଵର ଯେ ତୁମ୍ଭମାନଙ୍କୁ ଇସ୍ରାଏଲ-ମଣ୍ତଳୀରୁ ପୃଥକ କରି ସଦାପ୍ରଭୁଙ୍କ ଆବାସର ସେବା କରିବା ନିମନ୍ତେ ଓ ମଣ୍ତଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ନିମନ୍ତେ ଆପଣାର ନିକଟବର୍ତ୍ତୀ କରି ଅଛନ୍ତି,

Faic an caibideil Dèan lethbhreac

ଓଡିଆ ବାଇବେଲ

9 ଇସ୍ରାଏଲଙ୍କର ପରମେଶ୍ୱର ଯେ ତୁମ୍ଭମାନଙ୍କୁ ଇସ୍ରାଏଲ-ମଣ୍ଡଳୀରୁ ପୃଥକ୍ କରି ସଦାପ୍ରଭୁଙ୍କ ଆବାସର ସେବା କରିବା ନିମନ୍ତେ ଓ ମଣ୍ଡଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ନିମନ୍ତେ ଆପଣାର ନିକଟବର୍ତ୍ତୀ କରି ଅଛନ୍ତି,

Faic an caibideil Dèan lethbhreac

ପବିତ୍ର ବାଇବଲ

9 ଇସ୍ରାଏଲର ପରମେଶ୍ୱର ତୁମ୍ଭମାନଙ୍କୁ ଇସ୍ରାଏଲ ମଣ୍ତଳୀରୁ ପୃଥକ୍ କରି ସଦାପ୍ରଭୁଙ୍କ ପବିତ୍ର ତମ୍ବୁ ନିମନ୍ତେ ନିୟୋଜିତ କରିଛନ୍ତି ଓ ତୁମ୍ଭମାନଙ୍କ ମଣ୍ତଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ପାଇଁ ଆପଣା ନିକଟବର୍ତ୍ତୀ କରିଛନ୍ତି। ଏହା ତୁମ୍ଭମାନଙ୍କ ପାଇଁ ଯଥେଷ୍ଟ ନୁହଁ କି?

Faic an caibideil Dèan lethbhreac




ଗଣନା ପୁସ୍ତକ 16:9
20 Iomraidhean Croise  

ତହିଁରେ ସେ କହିଲା, “ତୁମ୍ଭେ ମୋʼ ସ୍ୱାମୀକୁ ହରଣ କରିଅଛ, ଏ କି ଅଳ୍ପ ବିଷୟ? ତୁମ୍ଭେ ମୋʼ ପୁତ୍ରର ଦୂଦାଫଳ ମଧ୍ୟ କି ହରଣ କରିବ?” ତେବେ ରାହେଲ କହିଲା, “ତୁମ୍ଭର ପୁତ୍ରର ଦୂଦାଫଳ ପରିବର୍ତ୍ତରେ ସେ ଆଜି ରାତ୍ର ତୁମ୍ଭ ସଙ୍ଗେ ଶୟନ କରିବେ।”


ତଥାପି, ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭ ଦୃଷ୍ଟିରେ ଏହା ହିଁ କ୍ଷୁଦ୍ର ବିଷୟ ହେଲା; ଏହେତୁ ତୁମ୍ଭେ ଆପଣା ଦାସର ବଂଶ ବିଷୟରେ ଆଗତ ଦୀର୍ଘକାଳର କଥା ମଧ୍ୟ କହିଅଛ; ହେ ପ୍ରଭୋ ସଦାପ୍ରଭୋ, ଏହା କʼଣ ମନୁଷ୍ୟର ବ୍ୟବସ୍ଥା?


ପୁଣି, ଯେଉଁ ଲେବୀୟମାନେ ସମଗ୍ର ଇସ୍ରାଏଲକୁ ଶିକ୍ଷା ଦେଲେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହୋଇଥିଲେ, ସେମାନଙ୍କୁ ସେ କହିଲେ, “ଇସ୍ରାଏଲର ରାଜା ଦାଉଦଙ୍କର ପୁତ୍ର ଶଲୋମନଙ୍କର ନିର୍ମିତ ଗୃହ ମଧ୍ୟରେ ପବିତ୍ର ସିନ୍ଦୁକ ରଖ; ତୁମ୍ଭମାନଙ୍କ ସ୍କନ୍ଧରେ ଆଉ ଭାର ରହିବ ନାହିଁ; ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଓ ତାହାଙ୍କ ଲୋକ ଇସ୍ରାଏଲର ସେବା କର।


ପୁଣି, ସେହି ଦିନରେ ଧନ ଓ ଉତ୍ତୋଳନୀୟ ଉପହାର, ପ୍ରଥମଜାତ ଫଳ ଓ ଦଶମାଂଶ, ଯାଜକ ଓ ଲେବୀୟମାନଙ୍କ ନିମନ୍ତେ ନାନା ନଗରର କ୍ଷେତ୍ରାନୁସାରେ ବ୍ୟବସ୍ଥା-ନିରୂପିତ ଅଂଶ ସଂଗ୍ରହ କରିବା ପାଇଁ କୋଠରିସବୁରେ ଲୋକମାନେ ନିଯୁକ୍ତ ହେଲେ; କାରଣ ପରିଚର୍ଯ୍ୟାକାରୀ ଯାଜକ ଓ ଲେବୀୟମାନଙ୍କ ସକାଶୁ ଯିହୁଦା ଆନନ୍ଦିତ ହୋଇଥିଲା।


ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ?


ଉତ୍ତମ ଚରାଣୀ ସ୍ଥାନରେ ଚରିବାର, ମାତ୍ର ଚରାଣୀର ଅବଶିଷ୍ଟାଂଶ ପାଦ ତଳେ ଦଳିବାର ଓ ନିର୍ମଳ ଜଳ ପାନ କରିବାର, ମାତ୍ର ତହିଁର ଅବଶିଷ୍ଟାଂଶ ଆପଣା ପାଦରେ ଗୋଳିଆ କରିବାର, ଏହା କି ତୁମ୍ଭମାନଙ୍କୁ କ୍ଷୁଦ୍ର ବିଷୟ ଦିଶୁଅଛି?


ସେମାନେ ଆମ୍ଭ ପବିତ୍ର ସ୍ଥାନରେ ପ୍ରବେଶ କରିବେ ଓ ଆମ୍ଭ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ନିମନ୍ତେ ଆମ୍ଭ ମେଜ ନିକଟକୁ ଆସିବେ, ଆଉ ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିବେ।


ମାତ୍ର ଇସ୍ରାଏଲ-ସନ୍ତାନଗଣର ମଣ୍ଡଳୀ ପ୍ରତି ଯେପରି କ୍ରୋଧ ନ ଘଟେ, ଏଥିପାଇଁ ଲେବୀୟମାନେ ସାକ୍ଷ୍ୟ-ଆବାସର ଚାରିଆଡ଼େ ଛାଉଣି ସ୍ଥାପନ କରିବେ; ପୁଣି, ଲେବୀୟମାନେ ସାକ୍ଷ୍ୟ-ଆବାସ ରକ୍ଷା କରିବେ।”


ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ।


ଆଉ ମୋଶା କୋରହକୁ କହିଲେ, “ହେ ଲେବୀର ସନ୍ତାନଗଣ, ତୁମ୍ଭେମାନେ ଟିକିଏ ଶୁଣ।


“ତୁମ୍ଭେ ଲେବୀୟ ବଂଶକୁ ଆଣି ହାରୋଣ ଯାଜକଙ୍କ ସମ୍ମୁଖରେ ଉପସ୍ଥିତ କରାଅ, ସେମାନେ ତାହାର ସେବା କରିବେ।


ଆଉ ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣର ହସ୍ତରେ ଲେବୀୟମାନଙ୍କୁ ସମର୍ପଣ କରିବ; ସେମାନେ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ତାହା ପ୍ରତି ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ,


ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର।


କିନ୍ତୁ ତୁମ୍ଭମାନଙ୍କ ଦ୍ୱାରା କିମ୍ବା କୌଣସି ଲୌକିକ ବିଚାରସଭା ଦ୍ୱାରା ବିଚାରିତ ହେବା ମୋʼ ପକ୍ଷରେ ଅତି ସାମାନ୍ୟ ବିଷୟ, ଏପରିକି ମୁଁ ନିଜେ ସୁଦ୍ଧା ନିଜର ବିଚାର କରେ ନାହିଁ।


ସେହି ସମୟରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିବା ପାଇଁ, ସଦାପ୍ରଭୁଙ୍କ ସେବାକର୍ମ ପାଇଁ ତାହାଙ୍କ ଛାମୁରେ ଠିଆ ହେବାକୁ ଓ ତାହାଙ୍କ ନାମରେ ଆଶୀର୍ବାଦ କରିବାକୁ ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ଲେବୀୟମାନଙ୍କୁ ପୃଥକ କରିଅଛନ୍ତି।


ତହିଁରେ ଶାଉଲଙ୍କର ଦାସମାନେ ଦାଉଦଙ୍କର କର୍ଣ୍ଣଗୋଚରରେ ଏହି କଥା କହିଲେ। ତହୁଁ ଦାଉଦ କହିଲେ, “ରାଜାଙ୍କର ଜୁଆଁଇ ହେବା ତୁମ୍ଭମାନଙ୍କ ଦୃଷ୍ଟିରେ କି କ୍ଷୁଦ୍ର କଥା? କାରଣ ମୁଁ ଦରିଦ୍ର ଲୋକ ଓ ଅଳ୍ପମାନ୍ୟ।”


Lean sinn:

Sanasan


Sanasan