Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 17:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏହା କଲା ଉତ୍ତାରେ, ଆମ୍ଭେ ଯେଉଁ ବ୍ୟକ୍ତିକୁ ମନୋନୀତ କରିବା, ତାହାର ଯଷ୍ଟି ପୁଷ୍ପିତ ହେବ; ତହିଁରେ ଇସ୍ରାଏଲ-ସନ୍ତାନଗଣ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ବଚସା କରନ୍ତି, ସେହି ବଚସା ଆମ୍ଭେ ଆପଣା ନିକଟରୁ ନିବୃତ୍ତ କରାଇବା।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ଏହା କଲା ଉତ୍ତାରେ, ଆମ୍ଭେ ଯେଉଁ ବ୍ୟକ୍ତିକି ମନୋନୀତ କରିବା, ତାହାର ଯଷ୍ଟି ପୁଷ୍ପିତ ହେବ; ତହିଁରେ ଇସ୍ରାଏଲ-ସନ୍ତାନଗଣ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ବଚସା କରନ୍ତି, ସେହି ବଚସା ଆମ୍ଭେ ଆପଣା ନିକଟରୁ ନିବୃତ୍ତ କରାଇବା।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ଏହା କଲା ଉତ୍ତାରେ, ଆମ୍ଭେ ଯେଉଁ ବ୍ୟକ୍ତିକୁ ମନୋନୀତ କରିବା, ତାହାର ଯଷ୍ଟି ପୁଷ୍ପିତ ହେବ; ତହିଁରେ ଇସ୍ରାଏଲ ସନ୍ତାନଗଣ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ବଚସା କରନ୍ତି, ସେହି ବଚସା ଆମ୍ଭେ ଆପଣା ନିକଟରୁ ନିବୃତ୍ତ କରାଇବା।”

Faic an caibideil Dèan lethbhreac

ପବିତ୍ର ବାଇବଲ

5 ଏହା କଲା ପରେ ଆମ୍ଭେ ଯେଉଁ ଲୋକଙ୍କୁ ଯାଜକରୂପେ ମନୋନୀତ କରିବା ତାହାର ଆଶାବାଡ଼ି ପଲ୍ଲବିତ ହେବ। ଆଉ ଇସ୍ରାଏଲ ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅଭିଯୋଗ କରୁଛନ୍ତି, ସେଥିରୁ ସେମାନେ ନିବୃତ୍ତ ରହିବେ।”

Faic an caibideil Dèan lethbhreac




ଗଣନା ପୁସ୍ତକ 17:5
21 Iomraidhean Croise  

ମାତ୍ର ସେ ବଳବାନ ହୁଅନ୍ତେ, ତାଙ୍କର ଅନ୍ତଃକରଣ ଉଦ୍ଧତ ହେଲା, ତହୁଁ ସେ ଦୁରାଚରଣ କରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ; କାରଣ ସେ ଧୂପବେଦିରେ ଧୂପ ଜ୍ୱଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।


ଏମାନେ ବଂଶାବଳୀ କ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀ-ପତ୍ର ଅନ୍ୱେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ଏମାନେ ଅଶୁଚି ଗଣିତ ହୋଇ ଯାଜକ ପଦଚ୍ୟୁତ ହେଲେ।


ସେ ଆପଣା ସେବକ ମୋଶାଙ୍କୁ ଓ ଆପଣା ମନୋନୀତ ହାରୋଣଙ୍କୁ ପଠାଇଲେ।


ପୁଣି, ପ୍ରାତଃକାଳରେ ସଦାପ୍ରଭୁଙ୍କର ମହିମା ଦେଖିବ; ଯେହେତୁ ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭମାନଙ୍କ ବଚସା ସେ ଶୁଣନ୍ତି; ଆମ୍ଭେମାନେ କିଏ ଯେ, ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ବଚସା କର?”


ଏଥିଉତ୍ତାରେ ଯିଶୀର ଗଣ୍ଡିରୁ ଏକ ପଲ୍ଲବ ନିର୍ଗତ ହେବ ଓ ତାହାର ମୂଳରୁ ଏକ ଶାଖା ଉତ୍ପନ୍ନ ହୋଇ ଫଳ ଫଳିବ;


ପୁଣି, ଆମ୍ଭେ ଜଗତକୁ ଦୁଷ୍ଟତା ସକାଶେ ଓ ଦୁଷ୍ଟମାନଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ଆମ୍ଭେ ଅହଙ୍କାରୀମାନଙ୍କର ଦର୍ପ ନିବୃତ୍ତ କରାଇବା ଓ ଭୟଙ୍କର ଲୋକର ଗର୍ବ ଖର୍ବ କରିବା।


ଭବିଷ୍ୟତ କାଳରେ ଯାକୁବ ଚେର ବାନ୍ଧିବ; ଇସ୍ରାଏଲ ମୁକ୍ତ ଓ ପ୍ରଫୁଲ୍ଲ ହେବ ଓ ସେମାନେ ଭୂମଣ୍ଡଳକୁ ଫଳରେ ପରିପୂର୍ଣ୍ଣ କରିବେ।


ଏଥିନିମନ୍ତେ ଅଗ୍ନିର ଜିହ୍ୱା ଯେପରି ନଡ଼ା ଗ୍ରାସ କରେ ଓ ଶୁଷ୍କ ତୃଣ ଯେପରି ଅଗ୍ନିଶିଖାରେ ଭସ୍ମସାତ୍‍ ହୁଏ, ସେହିପରି ସେମାନଙ୍କର ମୂଳ ସଢ଼ିଯିବ ଓ ସେମାନଙ୍କର ପୁଷ୍ପ ଧୂଳି ପରି ଉଡ଼ିଯିବ; କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି।


ପୁଣି, ସେମାନେ ତୁମ୍ଭର ଗୃହସବୁ ଅଗ୍ନିରେ ଦଗ୍ଧ କରିବେ ଓ ଅନେକ ସ୍ତ୍ରୀଲୋକଙ୍କ ସାକ୍ଷାତରେ ତୁମ୍ଭ ଉପରେ ଦଣ୍ଡାଜ୍ଞା ସଫଳ କରିବେ; ପୁଣି, ଆମ୍ଭେ ତୁମ୍ଭକୁ ବ୍ୟଭିଚାର କ୍ରିୟାରୁ ନିବୃତ୍ତ କରାଇବା, ତୁମ୍ଭେ ମଧ୍ୟ ଆଉ ଭଡ଼ା ଦେବ ନାହିଁ।


ଏହିରୂପେ ଆମ୍ଭେ ତୁମ୍ଭର ଲମ୍ପଟାଚରଣ ଓ ମିସର ଦେଶରୁ ଶିକ୍ଷିତ ତୁମ୍ଭର ବ୍ୟଭିଚାର କ୍ରିୟା ନିବୃତ୍ତ କରାଇବା; ତହିଁରେ ତୁମ୍ଭେ ସେମାନଙ୍କ ପ୍ରତି ଆଉ ଅନାଇବ ନାହିଁ, କି ମିସରକୁ ଆଉ ସ୍ମରଣ କରିବ ନାହିଁ।


ଆମ୍ଭେ ଇସ୍ରାଏଲ ପକ୍ଷରେ କାକର ତୁଲ୍ୟ ହେବା; ସେ କଇଁଫୁଲ ତୁଲ୍ୟ ଫୁଟିବ ଓ ଲିବାନୋନର ତୁଲ୍ୟ ମୂଳ ବାନ୍ଧିବ।


ପୁଣି, ଆବାସ ଆଗକୁ ଯିବା ସମୟରେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ସମୟରେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ଡ ହେବ।


ଏଥିଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ ମନ୍ଦ କଥା କହି ବଚସାକାରୀ ଲୋକମାନଙ୍କ ତୁଲ୍ୟ ହେଲେ; ପୁଣି, ସଦାପ୍ରଭୁ ତାହା ଶୁଣନ୍ତେ, ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସେମାନଙ୍କ ମଧ୍ୟରେ ପ୍ରଜ୍ୱଳିତ ହୋଇ ଛାଉଣିର ପ୍ରାନ୍ତଭାଗ ଗ୍ରାସ କଲା।


ଏଥିପାଇଁ ସିନା ତୁମ୍ଭେ ଓ ତୁମ୍ଭର ଦଳସ୍ଥ ସମସ୍ତେ ସଦାପ୍ରଭୁଙ୍କ ବିରୁଦ୍ଧରେ ଏକମେଳି ହୋଇଅଛ; ଯେହେତୁ ହାରୋଣ କିଏ ଯେ, ତୁମ୍ଭେମାନେ ତାଙ୍କର ବିରୁଦ୍ଧରେ ବଚସା କରୁଅଛ?”


ପୁଣି, ସେ କୋରହକୁ ଓ ତାହାର ଦଳସ୍ଥ ସମସ୍ତଙ୍କୁ କହିଲେ, “କିଏ ତାହାଙ୍କର ଲୋକ ଓ କିଏ ପବିତ୍ର, ଏହା ସଦାପ୍ରଭୁ କାଲି ଦେଖାଇବେ, ପୁଣି, ସେ ତାହାକୁ ଆପଣା ନିକଟକୁ ଆଣିବେ; ସେ ଯାହାକୁ ମନୋନୀତ କରିବେ, ତାହାକୁ ଆପଣା ନିକଟକୁ ଆଣିବେ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭ ବିରୁଦ୍ଧରେ ଏହି ବିଦ୍ରୋହୀ ସନ୍ତାନଗଣର ବଚସା ଯେପରି ନିବୃତ୍ତ ହୁଏ ଓ ସେମାନଙ୍କର ମୃତ୍ୟୁୁ ନ ହୁଏ, ଏଥିପାଇଁ ସେମାନଙ୍କ ବିରୁଦ୍ଧରେ ଚିହ୍ନ ସ୍ୱରୂପେ ରଖାଯିବା ନିମନ୍ତେ ତୁମ୍ଭେ ହାରୋଣଙ୍କ ଯଷ୍ଟି ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ରଖ।”


ଏଥିରେ ମୋଶା ଇସ୍ରାଏଲ-ସନ୍ତାନଗଣକୁ କହନ୍ତେ, ସେମାନଙ୍କର ଅଧ୍ୟକ୍ଷ ସମସ୍ତେ ଆପଣା ଆପଣା ପିତୃଗୃହ ଅନୁସାରେ ପ୍ରତ୍ୟେକ ଅଧ୍ୟକ୍ଷ ନିମନ୍ତେ ଏକ ଏକ ଯଷ୍ଟି, ଏହିରୂପେ ବାର ଯଷ୍ଟି ତାଙ୍କୁ ଦେଲେ; ପୁଣି, ହାରୋଣଙ୍କର ଯଷ୍ଟି ସେମାନଙ୍କ ଯଷ୍ଟିସକଳର ମଧ୍ୟରେ ଥିଲା।


ଏଥିଉତ୍ତାରେ ଆରଦିନ ମୋଶା ସାକ୍ଷ୍ୟ-ତମ୍ବୁରେ ପ୍ରବେଶ କଲେ; ଆଉ ଦେଖ, ଲେବୀ ଗୃହ ନିମନ୍ତେ ଥିବା ହାରୋଣଙ୍କର ଯଷ୍ଟି ଅଙ୍କୁରିତ ହୋଇଅଛି, ପୁଣି, ଅଙ୍କୁର ବାହାର ହେଲା, ପୁଷ୍ପ ଫୁଟିଲା ଓ ପକ୍ୱ ବାଦାମ ଫଳିଲା।


ଯେପରି ସେମାନଙ୍କ ମଧ୍ୟରେ କେତେକ ଲୋକ ବଚସା କରି ସଂହାରକ ଦ୍ୱାରା ବିନଷ୍ଟ ହେଲେ, ସେପରି ତୁମ୍ଭେମାନେ ବଚସା କର ନାହିଁ।


ତୁମ୍ଭେମାନେ ସେମାନଙ୍କୁ କହିବ, ‘ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ତାହା ଯର୍ଦ୍ଦନ ପାର ହେବା ସମୟରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ଏହେତୁ ଏହି ପ୍ରସ୍ତରସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଅନନ୍ତକାଳଯାଏ ସ୍ମରଣୀୟ ହେବ।’”


Lean sinn:

Sanasan


Sanasan