Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 17:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିଉତ୍ତାରେ ଆରଦିନ ମୋଶା ସାକ୍ଷ୍ୟ-ତମ୍ବୁରେ ପ୍ରବେଶ କଲେ; ଆଉ ଦେଖ, ଲେବୀ ଗୃହ ନିମନ୍ତେ ଥିବା ହାରୋଣଙ୍କର ଯଷ୍ଟି ଅଙ୍କୁରିତ ହୋଇଅଛି, ପୁଣି, ଅଙ୍କୁର ବାହାର ହେଲା, ପୁଷ୍ପ ଫୁଟିଲା ଓ ପକ୍ୱ ବାଦାମ ଫଳିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ଏଥି ଉତ୍ତାରେ ଆର ଦିନ ମୋଶା ସାକ୍ଷ୍ୟତମ୍ଵୁରେ ପ୍ରବେଶ କଲେ; ଆଉ ଦେଖ, ଲେବୀ ଗୃହ ନିମନ୍ତେ ଥିବା ହାରୋଣଙ୍କର ଯଷ୍ଟି ଅଙ୍କୁରିତ ହୋଇଅଛି, ପୁଣି ଅଙ୍କୁର ବାହାର ହେଲା, ପୁଷ୍ପ ଫୁଟିଲା ଓ ପକ୍ଵ ବାଦାମ ଫଳିଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

8 ଏଥିଉତ୍ତାରେ ଆର ଦିନ ମୋଶା ସାକ୍ଷ୍ୟତମ୍ବୁରେ ପ୍ରବେଶ କଲେ; ଆଉ ଦେଖ, ଲେବୀ ଗୃହ ନିମନ୍ତେ ଥିବା ହାରୋଣଙ୍କର ଯଷ୍ଟି ଅଙ୍କୁରିତ ହୋଇଅଛି, ପୁଣି, ଅଙ୍କୁର ବାହାର ହେଲା, ପୁଷ୍ପ ଫୁଟିଲା ଓ ପକ୍ୱ ବାଦାମ ଫଳିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

8 ଏହା ପରେ ଆରଦିନ ମୋଶା ସାକ୍ଷ୍ୟ ତମ୍ବୁରେ ପ୍ରବେଶ କରି ସାକ୍ଷ୍ୟ ସିନ୍ଦୁକ ଦେଖିଲେ, ଲେବୀ ଗୃହ ନିମନ୍ତେ ଥିବା ହାରୋଣଙ୍କ ଆଶାବାଡ଼ି ଅଙ୍କୁରିତ ହୋଇଅଛି, ପୁଣି ଏହି ଅଙ୍କୁର ବାହାର ହେଲା। ଫୁଲ ଫୁଟିଲା ଓ ପକ୍ୱ ବାଦାମ ଫଳିଲା।

Faic an caibideil Dèan lethbhreac




ଗଣନା ପୁସ୍ତକ 17:8
13 Iomraidhean Croise  

ସେହି ଦ୍ରାକ୍ଷାଲତାରେ ତିନି ଶାଖା ଥିଲା, ପୁଣି, ତାହା ପଲ୍ଲବିତ ହୁଅନ୍ତେ, ତହିଁରେ ଫୁଲ ଫୁଟିଲା, ଆଉ ସକଳ ପେଣ୍ଡାରେ ପେନ୍ଥା ପେନ୍ଥା ଅଙ୍ଗୁର ପାଚିଲା।


ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ; ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର।


ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ। ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋʼ ତୁଣ୍ଡକୁ ସ୍ୱାଦ ଲାଗିଲା।


ସେହି ଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ୱିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ।


ତହିଁରେ ଆମ୍ଭେ ସଦାପ୍ରଭୁ ଯେ ଉଚ୍ଚ ବୃକ୍ଷକୁ ନୀଚ କରିଅଛୁ ଓ ନୀଚ ବୃକ୍ଷକୁ ଉଚ୍ଚ କରିଅଛୁ, ସତେଜ ବୃକ୍ଷକୁ ଶୁଷ୍କ କରିଅଛୁ ଓ ଶୁଷ୍କ ବୃକ୍ଷକୁ ସତେଜ କରିଅଛୁ, ଏହା କ୍ଷେତ୍ରସ୍ଥ ଯାବତୀୟ ବୃକ୍ଷ ଜାଣିବେ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ସିଦ୍ଧ କରିଅଛୁ।”


ମାତ୍ର କୋପରେ ସେ ଉତ୍ପାଟିତ ହେଲା, ଭୂମିରେ ନିକ୍ଷିପ୍ତ ହେଲା ଓ ପୂର୍ବୀୟ ବାୟୁ ତାହାର ଫଳ ଶୁଷ୍କ କଲା; ତାହାର ଦୃଢ଼ ଶାଖାସବୁ ଭଗ୍ନ ଓ ଶୁଷ୍କ ହେଲା; ଅଗ୍ନି ସେହି ସବୁକୁ ଗ୍ରାସ କଲା।


ଆଉ, ତାହାର ଶାଖା ଦଣ୍ଡସମୂହରୁ ଅଗ୍ନି ନିର୍ଗତ ହୋଇ ତାହାର ଫଳ ଗ୍ରାସ କରିଅଛି; ଏହେତୁ ରାଜଦଣ୍ଡ ହେବା ପାଇଁ ତାହାର ଗୋଟିଏ ଦୃଢ଼ ଶାଖା ନାହିଁ।” ଏହା ବିଳାପର ବିଷୟ ଅଟେ ଓ ବିଳାପଜନକ ହେବ।


ପୁଣି, ସେ କୋରହକୁ ଓ ତାହାର ଦଳସ୍ଥ ସମସ୍ତଙ୍କୁ କହିଲେ, “କିଏ ତାହାଙ୍କର ଲୋକ ଓ କିଏ ପବିତ୍ର, ଏହା ସଦାପ୍ରଭୁ କାଲି ଦେଖାଇବେ, ପୁଣି, ସେ ତାହାକୁ ଆପଣା ନିକଟକୁ ଆଣିବେ; ସେ ଯାହାକୁ ମନୋନୀତ କରିବେ, ତାହାକୁ ଆପଣା ନିକଟକୁ ଆଣିବେ।


ଏହା କଲା ଉତ୍ତାରେ, ଆମ୍ଭେ ଯେଉଁ ବ୍ୟକ୍ତିକୁ ମନୋନୀତ କରିବା, ତାହାର ଯଷ୍ଟି ପୁଷ୍ପିତ ହେବ; ତହିଁରେ ଇସ୍ରାଏଲ-ସନ୍ତାନଗଣ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ବଚସା କରନ୍ତି, ସେହି ବଚସା ଆମ୍ଭେ ଆପଣା ନିକଟରୁ ନିବୃତ୍ତ କରାଇବା।”


ତେବେ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ସେହି ସକଳ ଯଷ୍ଟି ବାହାର କରି ଇସ୍ରାଏଲର ସମସ୍ତ ସନ୍ତାନଗଣର ସାକ୍ଷାତକୁ ଆଣିଲେ; ପୁଣି, ସେମାନେ ତାହା ଦେଖି ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ନେଲେ।


ସେଠାରେ ସୁବର୍ଣ୍ଣର ଧୂପବେଦି ଓ ଚତୁଃପାର୍ଶ୍ୱ ସୁବର୍ଣ୍ଣ ମଣ୍ଡିତ ନିୟମ-ସିନ୍ଦୁକ ଥିଲା। ସେହି ନିୟମ-ସିନ୍ଦୁକରେ ମାନ୍ନା ରଖାଯାଇଥିବା ଗୋଟିଏ ସୁବର୍ଣ୍ଣର ପାତ୍ର, ହାରୋଣଙ୍କ ମଞ୍ଜରିତ ଯଷ୍ଟି ଓ ନିୟମର ଦୁଇ ପ୍ରସ୍ତରଫଳକ ଥିଲା,


Lean sinn:

Sanasan


Sanasan