Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 18:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେମାନେ ଆପଣା ଆପଣା ଭୂମିରୁ ଉତ୍ପନ୍ନ ଯେଉଁସବୁ ପ୍ରଥମ ପକ୍ୱ ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହି ସବୁ ତୁମ୍ଭର ହେବ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

13 ସେମାନେ ଆପଣା ଆପଣା ଭୂମିରୁ ଉତ୍ପନ୍ନ ଯେସବୁ ପ୍ରଥମ ପକ୍ଵ ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେସବୁ ତୁମ୍ଭର ହେବ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

13 ସେମାନେ ଆପଣା ଆପଣା ଭୂମିରୁ ଉତ୍ପନ୍ନ ଯେଉଁ ସବୁ ପ୍ରଥମ ପକ୍ୱ ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହିସବୁ ତୁମ୍ଭର ହେବ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

13 ସେମାନେ ନିଜ ନିଜ ଭୂମିରୁ ଉତ୍ପନ୍ନ ଯେଉଁସବୁ ପ୍ରଥମ ପକ୍ୱଫଳ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି, ସେସବୁ ତୁମ୍ଭର ହେବ, ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ବିଧିସମ୍ମତ ଶୁଚି ବ୍ୟକ୍ତି ତାହା ଭୋଜନ କରିବ।

Faic an caibideil Dèan lethbhreac




ଗଣନା ପୁସ୍ତକ 18:13
13 Iomraidhean Croise  

ଏଥିଉତ୍ତାରେ ବାଲ୍‍-ଶାଲିଶାରୁ ଜଣେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ପ୍ରଥମ ଫଳର ରୁଟି, ଅର୍ଥାତ୍‍, କୋଡ଼ିଏ ଯବ ରୁଟି ଓ ନୂତନ ଶସ୍ୟର ଶିଷା ଆପଣା ଝୁଲିରେ ନେଇ ଆସିଲା। ତହିଁରେ ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ।”


ପୁଣି, ଏହି ଆଜ୍ଞା ଘୋଷିତ ହେବାକ୍ଷଣେ ଇସ୍ରାଏଲ-ସନ୍ତାନଗଣ ପ୍ରଚୁର ରୂପେ ପ୍ରଥମଜାତ ଶସ୍ୟ, ଦ୍ରାକ୍ଷାରସ, ତୈଳ, ମଧୁ ଓ କ୍ଷେତ୍ରୋତ୍ପନ୍ନ ସକଳ ଦ୍ରବ୍ୟ ଆଣିଲେ; ଆଉ ସେମାନେ ପ୍ରଚୁର ରୂପେ ସକଳ ଦ୍ରବ୍ୟର ଦଶମାଂଶ ଆଣିଲେ।


ତୁମ୍ଭେ ଆପଣା ଶସ୍ୟର ପୂର୍ଣ୍ଣତାରୁ ଓ (ଫଳାଦିର) ରସରୁ ଉତ୍ସର୍ଗ କରିବାକୁ ବିଳମ୍ବ କରିବ ନାହିଁ। ତୁମ୍ଭେ ଆପଣା ପ୍ରଥମଜାତ ପୁତ୍ରମାନଙ୍କୁ ଆମ୍ଭଙ୍କୁ ଦେବ।


ତୁମ୍ଭ ଭୂମିର ପ୍ରଥମଜାତ ଫଳ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ। ତୁମ୍ଭେ ଛାଗବତ୍ସକୁ ତାହାର ମାତୃ ଦୁଗ୍ଧରେ ପାକ କରିବ ନାହିଁ।


ତୁମ୍ଭେ ଆପଣା ଭୂମିର ପ୍ରଥମଜାତ ଫଳର ଅଗ୍ରିମାଂଶ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ। ପୁଣି, ତୁମ୍ଭେ ଛାଗର ଶାବକକୁ ତାହାର ମାତାର ଦୁଗ୍ଧରେ ପାକ କରିବ ନାହିଁ।”


ଏକ ଡାଲାରେ ଆଦ୍ୟପକ୍ୱ ଡିମ୍ବିରି ଫଳ ତୁଲ୍ୟ ଅତି ଉତ୍ତମ ଡିମ୍ବିରି ଥିଲା; ପୁଣି, ଅନ୍ୟ ଡାଲାରେ ଅତି ମନ୍ଦ ଡିମ୍ବିରି ଫଳ ଥିଲା, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ।


ପୁଣି, ସବୁ ଦ୍ରବ୍ୟର ପ୍ରଥମ ଫଳର ଅଗ୍ରିମାଂଶ ଓ ତୁମ୍ଭମାନଙ୍କର ଯାବତୀୟ ଉପହାର ମଧ୍ୟରେ ପ୍ରତ୍ୟେକ ଉପହାର ଯାଜକମାନଙ୍କର ହେବ; ମଧ୍ୟ ତୁମ୍ଭେମାନେ ଆପଣା ଆପଣା ଗୃହରେ ଆଶୀର୍ବାଦ ଅବସ୍ଥିତି କରାଇବା ପାଇଁ ଯାଜକକୁ ଆପଣା ଆପଣା ସୁଜିର ଅଗ୍ରିମାଂଶ ଦେବ।


ସଦାପ୍ରଭୁ କହନ୍ତି, ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍‍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।


ତହିଁ ଉତ୍ତାରେ ସୂର୍ଯ୍ୟ ଅସ୍ତ ହେଲେ, ସେ ଶୁଚି ହୋଇ ପବିତ୍ର ଦ୍ରବ୍ୟ ଭୋଜନ କରିବ, କାରଣ ତାହା ତାହାର ଖାଦ୍ୟ ଅଟେ।


ତୁମ୍ଭେମାନେ ଆପଣା ଆପଣା ନିବାସରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୁଟି ଆଣିବ; ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ରନ୍ଧନ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମ ଫଳ ହେବ।


ହାୟ, ମୁଁ ସନ୍ତାପର ପାତ୍ର! କାରଣ ଗ୍ରୀଷ୍ମକାଳୀନ ଫଳ ତୋଳିଲା ଉତ୍ତାରେ ଦ୍ରାକ୍ଷାଫଳ ସଂଗ୍ରହ କରିବାର ଯେପରି, ମୁଁ ସେହିପରି ହୋଇଅଛି; ଭୋଜନର ପାଇଁ ଗୋଟିଏ ଦ୍ରାକ୍ଷାପେଣ୍ଡା ନାହିଁ; ମୋର ପ୍ରାଣ ଆଦ୍ୟପକ୍ୱ ଡିମ୍ବିରି ଫଳ ଲାଳସା କରେ।


ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର, ଓ ଆପଣା ତୈଳର ଓ ଆପଣା ମେଷଲୋମର ଅଗ୍ରିମାଂଶ ତାହାକୁ ଦେବ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ଆପଣା ସେହି ଦେଶର ଭୂମିଜାତ ସମସ୍ତ ପ୍ରଥମ ଫଳରୁ କିଛି କିଛି ରଖିବ ଓ ଚାଙ୍ଗୁଡ଼ିରେ ତାହା ନେଇ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ଗମନ କରିବ।


Lean sinn:

Sanasan


Sanasan