Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 18:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେମାନେ ମନୁଷ୍ୟ କିମ୍ବା ପଶୁମାନଙ୍କ ମଧ୍ୟରୁ ଯେଉଁ ସମସ୍ତ ପ୍ରଥମଜାତ ଗର୍ଭର ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହି ସମସ୍ତ ତୁମ୍ଭର ହେବ; ତଥାପି ତୁମ୍ଭେ ମନୁଷ୍ୟର ପ୍ରଥମଜାତକୁ ଅବଶ୍ୟ ମୁକ୍ତ କରିବ, ପୁଣି, ତୁମ୍ଭେ ଅଶୁଚି ପଶୁର ପ୍ରଥମଜାତକୁ ମୁକ୍ତ କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

15 ସେମାନେ ମନୁଷ୍ୟ କି ପଶୁମାନଙ୍କ ମଧ୍ୟରୁ ଯେସମସ୍ତ ପ୍ରଥମଜାତ ଗର୍ଭଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେସମସ୍ତ ତୁମ୍ଭର ହେବ; ତଥାପି ତୁମ୍ଭେ ମନୁଷ୍ୟର ପ୍ରଥମଜାତକୁ ଅବଶ୍ୟ ମୁକ୍ତ କରିବ, ପୁଣି ତୁମ୍ଭେ ଅଶୁଚି ପଶୁର ପ୍ରଥମଜାତକୁ ମୁକ୍ତ କରିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

15 ସେମାନେ ମନୁଷ୍ୟ କିମ୍ବା ପଶୁମାନଙ୍କ ମଧ୍ୟରୁ ଯେଉଁ ସମସ୍ତ ପ୍ରଥମଜାତ ଗର୍ଭର ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେହି ସମସ୍ତ ତୁମ୍ଭର ହେବ; ତଥାପି ତୁମ୍ଭେ ମନୁଷ୍ୟର ପ୍ରଥମଜାତକୁ ଅବଶ୍ୟ ମୁକ୍ତ କରିବ, ପୁଣି, ତୁମ୍ଭେ ଅଶୁଚି ପଶୁର ପ୍ରଥମଜାତକୁ ମୁକ୍ତ କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

15 ସେମାନେ ମନୁଷ୍ୟ ଓ ପଶୁମାନଙ୍କର ପ୍ରଥମଜାତ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବେ। ସେମାନେ ସମସ୍ତ ତୁମ୍ଭର, ତୁମ୍ଭେ ମନୁଷ୍ୟର ପ୍ରଥମଜାତକୁ ଓ ଅଶୁଚି ପଶୁକୁ ମୁକ୍ତ କରିବା ଉଚିତ୍।

Faic an caibideil Dèan lethbhreac




ଗଣନା ପୁସ୍ତକ 18:15
12 Iomraidhean Croise  

ତାହାସବୁ ଯାଜକମାନେ ଆପଣା ଆପଣା ପରିଚିତ ଲୋକମାନଙ୍କଠାରୁ ଆପଣାମାନଙ୍କ ପାଇଁ ଗ୍ରହଣ କରନ୍ତୁ; ପୁଣି ସେହି ଗୃହର ଯେକୌଣସି ସ୍ଥାନ ଭଗ୍ନ ଦେଖାଯାଏ, ତାହାସବୁ ସେମାନେ ପୁନଃନିର୍ମାଣ କରନ୍ତୁ।”


ପୁଣି, ଆମ୍ଭମାନଙ୍କ ଚକଟା ମଇଦାର ପ୍ରାଥମାଂଶ ଓ ଆମ୍ଭମାନଙ୍କ ଉତ୍ତୋଳନୀୟ ଉପହାର ଓ ସର୍ବପ୍ରକାର ବୃକ୍ଷର ଫଳ, ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର କୋଠରିକୁ ଆଣିବା ପାଇଁ, ଆଉ ଭୂମିଜାତ ଦ୍ରବ୍ୟର ଦଶମାଂଶ ଲେବୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ; କାରଣ ସେହି ଲେବୀୟମାନେ ଆମ୍ଭମାନଙ୍କ ସକଳ କୃଷି-ନଗରରେ ଦଶମାଂଶ ଆଦାୟ କରନ୍ତି।


ସେତେବେଳେ ଫାରୋ ଆମ୍ଭମାନଙ୍କୁ ଯିବାକୁ ଦେବା ପାଇଁ କଠିନ ହୁଅନ୍ତେ, ସଦାପ୍ରଭୁ ମିସର ଦେଶସ୍ଥିତ ମନୁଷ୍ୟ ଓ ପଶ୍ୱାଦିର ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ବଧ କରିଥିଲେ; ଏହେତୁ ଆମ୍ଭେ ପ୍ରଥମଜାତ ପୁତ୍ରସନ୍ତାନମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁ; ମାତ୍ର ଆମ୍ଭର ପ୍ରଥମଜାତ ପୁତ୍ର ସମସ୍ତଙ୍କୁ ମୁକ୍ତ କରୁ।’


“ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ ହେଉ କି ପଶୁ ହେଉ, ଯେକେହି ପ୍ରଥମେ ଜାତ ହୁଏ, ସେହି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ୟରେ ପ୍ରତିଷ୍ଠା କର; ତାହା ଆମ୍ଭର ଅଟେ।”


ତୁମ୍ଭେ ଆପଣା ଶସ୍ୟର ପୂର୍ଣ୍ଣତାରୁ ଓ (ଫଳାଦିର) ରସରୁ ଉତ୍ସର୍ଗ କରିବାକୁ ବିଳମ୍ବ କରିବ ନାହିଁ। ତୁମ୍ଭେ ଆପଣା ପ୍ରଥମଜାତ ପୁତ୍ରମାନଙ୍କୁ ଆମ୍ଭଙ୍କୁ ଦେବ।


ମାତ୍ର ପ୍ରଥମଜାତ ଗର୍ଦ୍ଦଭ ପରିବର୍ତ୍ତରେ ତୁମ୍ଭେ ମେଷଶାବକ ଦେଇ ତାକୁ ମୁକ୍ତ କରିବ; ଯଦି ମୁକ୍ତ ନ କରିବ, ତେବେ ତାʼର ବେକ ଭାଙ୍ଗିବ। ତୁମ୍ଭର ପ୍ରଥମଜାତ ପୁତ୍ର ସକଳକୁ ତୁମ୍ଭେ ମୁକ୍ତ କରିବ। ଆଉ, କେହି ଶୂନ୍ୟ ହସ୍ତରେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବ ନାହିଁ।


ପୁଣି, ଯେଉଁମାନେ ଏକ ମାସ ବୟସ୍କ ଅବଧି ମୁକ୍ତ କରାଯିବେ, ସେହି ସମସ୍ତଙ୍କୁ ତୁମ୍ଭର ନିରୂପଣୀୟ ମୂଲ୍ୟରେ ପବିତ୍ର ସ୍ଥାନର କୋଡ଼ିଏ ଗେରା ପରିମିତ ଶେକଲ ଅନୁସାରେ ପାଞ୍ଚ ଶେକଲ ରୂପାରେ ମୁକ୍ତ କରିବ।


କାରଣ ପ୍ରଥମଜାତ ସମସ୍ତ ଆମ୍ଭର; ଯେଉଁ ଦିନ ଆମ୍ଭେ ମିସର ଦେଶରେ ପ୍ରଥମଜାତ ସକଳକୁ ଆଘାତ କଲୁ, ସେହି ଦିନ ଆମ୍ଭେ ଇସ୍ରାଏଲ ମଧ୍ୟରେ ମନୁଷ୍ୟ ଓ ପଶୁ ସମସ୍ତ ପ୍ରଥମଜାତକୁ ଆପଣା ଉଦ୍ଦେଶ୍ୟରେ ପବିତ୍ର କଲୁ; ସେମାନେ ଆମ୍ଭର; ଆମ୍ଭେ ସଦାପ୍ରଭୁ ଅଟୁ।”


ପୁଣି, ଇସ୍ରାଏଲ-ସନ୍ତାନଗଣର ପ୍ରଥମଜାତ ଲୋକମାନଙ୍କ ମଧ୍ୟରେ ଲେବୀୟମାନଙ୍କ ସଂଖ୍ୟାରୁ ଅଧିକ ଦୁଇ ଶହ ତେସ୍ତରି ଲୋକର ମୁକ୍ତି ନିମନ୍ତେ,


ତୁମ୍ଭେ ଆପଣା ଗୋରୁପଲରୁ ଓ ମେଷପଲରୁ ଉତ୍ପନ୍ନ ସମସ୍ତ ପ୍ରଥମଜାତ ପୁଂପଶୁକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବ; ତୁମ୍ଭେ ଆପଣା ଗୋରୁର ପ୍ରଥମଜାତ ଦ୍ୱାରା କୌଣସି କର୍ମ କରିବ ନାହିଁ, କିଅବା ଆପଣା ମେଷପଲର ପ୍ରଥମଜାତର ଲୋମ ଛେଦ କରିବ ନାହିଁ,


Lean sinn:

Sanasan


Sanasan