Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 19:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ଯେକେହି ମେଲା କ୍ଷେତ୍ରରେ ଖଡ୍ଗହତ କିମ୍ବା ମୃତ ଦେହ କିମ୍ବା ମନୁଷ୍ୟର ଅସ୍ଥି କିମ୍ବା କବର ଛୁଏଁ, ସେ ସାତ ଦିନ ଅଶୁଚି ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ପୁଣି ଯେକେହି ମେଲା କ୍ଷେତ୍ରରେ ଖଡ୍ଟ-ହତ କି ମୃତ ଦେହ କି ମନୁଷ୍ୟର ଅସ୍ଥି କି କବର ଛୁଏଁ, ସେ ସାତ ଦିନ ଅଶୁଚି ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

16 ପୁଣି, ଯେକେହି ମେଲା କ୍ଷେତ୍ରରେ ଖଡ୍ଗହତ କିମ୍ବା ମୃତ ଦେହ କିମ୍ବା ମନୁଷ୍ୟର ଅସ୍ଥି କିମ୍ବା କବର ଛୁଏଁ, ସେ ସାତ ଦିନ ଅଶୁଚି ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ

16 ପୁଣି କେହି ଯଦି ଖୋଲା କ୍ଷେତ୍ରରେ ଯୁଦ୍ଧରେ ନିହତ ମୃତ ଦେହ, ମନୁଷ୍ୟ ଅସ୍ଥି କିମ୍ବା କବର ଛୁଏଁ, ତେବେ ସେ ସାତ ଦିନ ଯାଏ ଅଶୁଚି ରହିବ।

Faic an caibideil Dèan lethbhreac




ଗଣନା ପୁସ୍ତକ 19:16
12 Iomraidhean Croise  

ତୁମ୍ଭେମାନେ ପ୍ରସ୍ଥାନ କର, ପ୍ରସ୍ଥାନ କର, ସେହି ସ୍ଥାନରୁ ବାହାରି ଯାଅ, କୌଣସି ଅଶୁଚି ବସ୍ତୁ ଛୁଅଁ ନାହିଁ; ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ; ହେ ସଦାପ୍ରଭୁଙ୍କର ପାତ୍ରବାହକଗଣ, ତୁମ୍ଭେମାନେ ଶୁଚି ହୁଅ।


ଯାଜକ ଶୁଚି ହେଲା ଉତ୍ତାରେ ତାହା ପାଇଁ ସାତ ଦିନ ଗଣିତ ହେବ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣର ପୁତ୍ର ଯାଜକଗଣଙ୍କୁ କୁହ, ଆପଣା ଲୋକମାନଙ୍କ ମଧ୍ୟରୁ ମୃତ କୌଣସି ଲୋକ ସକାଶୁ ସେମାନଙ୍କର କେହି ଆପଣାକୁ ଅଶୁଚି କରିବ ନାହିଁ।


ପୁଣି, ଯେକେହି କୌଣସି ମନୁଷ୍ୟର ଶବ ଛୁଏଁ, ସେ ସାତ ଦିନ ଅଶୁଚି ହେବ।


ଆଉ ପ୍ରତ୍ୟେକ ମେଲା ପାତ୍ର, ଯହିଁରେ ଢାଙ୍କୁଣୀ ବନ୍ଧା ନ ଥାଏ, ତାହା ଅଶୁଚି ହେବ।


ଆଉ ତୁମ୍ଭେମାନେ ସାତ ଦିନ ଛାଉଣିର ବାହାରେ ଛାଉଣି ସ୍ଥାପନ କରିବ; ତୁମ୍ଭେମାନେ ଯେତେ ଲୋକ ମନୁଷ୍ୟର ହତ୍ୟା କରିଅଛ ଓ ହତ ଲୋକଙ୍କୁ ସ୍ପର୍ଶ କରିଅଛ, ସମସ୍ତେ ତୃତୀୟ ଦିନରେ, ସପ୍ତମ ଦିନରେ ଆପଣାମାନଙ୍କୁ ଓ ଆପଣା ଆପଣା ବନ୍ଦୀମାନଙ୍କୁ ପାପରୁ ପରିଷ୍କାର କର।


“ପ୍ରତ୍ୟେକ କୁଷ୍ଠୀକୁ ଓ ପ୍ରତ୍ୟେକ ପ୍ରମେହୀକୁ ଓ ଶବ ଛୁଇଁ ଅଶୁଚି ହେବା ପ୍ରତ୍ୟେକ ପ୍ରାଣୀକୁ ଛାଉଣିରୁ ବାହାର କରିବା ପାଇଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ।


ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ଥିବା ସମସ୍ତ ଦିନ କୌଣସି ଶବ ନିକଟକୁ ଯିବ ନାହିଁ।


ମାତ୍ର କେତେକ ଲୋକ ମନୁଷ୍ୟର ଶବ ସ୍ପର୍ଶ କରି ଅଶୁଚି ହେବାରୁ ସେହି ଦିନ ସେମାନେ ନିସ୍ତାର ପର୍ବ ପାଳନ କରି ପାରିଲେ ନାହିଁ; ଏନିମନ୍ତେ ସେମାନେ ସେହି ଦିନ ମୋଶା ଓ ହାରୋଣଙ୍କ ନିକଟକୁ ଆସିଲେ।


ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଧଳା ରଙ୍ଗର ସମାଧି ସରୂପ। ତାହା ବାହାରେ ସୁନ୍ଦର ଦେଖାଯାଏ, କିନ୍ତୁ ଭିତରେ ମୃତମାନଙ୍କ ଅସ୍ଥି ଓ ସର୍ବ ପ୍ରକାର ଅଶୁଚିତାରେ ପରିପୂର୍ଣ୍ଣ;


ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ଦେଖାଯାଉ ନ ଥିବା କବର ତୁଲ୍ୟ; ତାହା ଉପରେ ଚାଲୁଥିବା ଲୋକମାନେ ତାହା ସମାଧି ବୋଲି ଜାଣନ୍ତି ନାହିଁ।”


Lean sinn:

Sanasan


Sanasan