Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 20:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଅର୍ଥାତ୍‍, କିପରି ଆମ୍ଭମାନଙ୍କର ପୂର୍ବପୁରୁଷମାନେ ମିସରକୁ ଗଲେ ଓ ମିସରରେ ଦୀର୍ଘ କାଳ ବାସ କଲେ ଆଉ ମିସରୀୟମାନେ ଆମ୍ଭମାନଙ୍କ ପ୍ରତି ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି କୁବ୍ୟବହାର କଲେ, ତାହା ତୁମ୍ଭେ ଜାଣ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

15 ଅର୍ଥାତ୍, କିପରି ଆମ୍ଭମାନଙ୍କର ପୂର୍ବପୁରୁଷମାନେ ମିସରକୁ ଗଲେ ଓ ମିସରରେ ଦୀର୍ଘକାଳ ବାସ କଲେ; ଆଉ ମିସ୍ରୀୟମାନେ ଆମ୍ଭମାନଙ୍କ ପ୍ରତି ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି କୁବ୍ୟବହାର କଲେ, ତାହା ତୁମ୍ଭେ ଜାଣ।

Faic an caibideil Dèan lethbhreac

ଓଡିଆ ବାଇବେଲ

15 ଅର୍ଥାତ୍‍, କିପରି ଆମ୍ଭମାନଙ୍କର ପୂର୍ବପୁରୁଷମାନେ ମିସରକୁ ଗଲେ ଓ ମିସରରେ ଦୀର୍ଘକାଳ ବାସ କଲେ ଆଉ ମିସ୍ରୀୟମାନେ ଆମ୍ଭମାନଙ୍କ ପ୍ରତି ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି କୁବ୍ୟବହାର କଲେ, ତାହା ତୁମ୍ଭେ ଜାଣ।

Faic an caibideil Dèan lethbhreac

ପବିତ୍ର ବାଇବଲ

15 ବହୁ ବର୍ଷପୂର୍ବେ ଆମ୍ଭର ପୂର୍ବପୁରୁଷ କିପରି ମିଶରକୁ ଗଲେ ଓ ମିଶରରେ ଦୀର୍ଘକାଳ ବାସ କଲେ ଓ ମିଶରୀୟମାନେ ଆମ୍ଭମାନଙ୍କ ପ୍ରତି ଓ ଆମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଯେଉଁ କୁବ୍ୟବହାର କଲେ, ତାହା ତୁମ୍ଭେ ଜାଣ।

Faic an caibideil Dèan lethbhreac




ଗଣନା ପୁସ୍ତକ 20:15
16 Iomraidhean Croise  

ସେତେବେଳେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ସନ୍ତାନଗଣ ଚାରି ଶହ ବର୍ଷ ଅନ୍ୟ ଦେଶରେ ପ୍ରବାସୀ ହୋଇ ଦାସ୍ୟକର୍ମ କରି କ୍ଳେଶ ଭୋଗ କରିବେ; ଏହା ନିଶ୍ଚିତ ଜାଣିବ;


ଏଉତ୍ତାରେ ସେମାନେ, ଅର୍ଥାତ୍‍, ଯାକୁବ ଓ ତାଙ୍କ ସମସ୍ତ ବଂଶ, ଆପଣାମାନଙ୍କ ପଶୁଗଣ ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ମିସର ଦେଶରେ ପହଞ୍ଚିଲେ।


ଏହି ପ୍ରକାରେ ଯାକୁବ ଆପଣା ପୁତ୍ରପୌତ୍ର, ପୁତ୍ରୀ ଓ ପୌତ୍ରୀ ସମସ୍ତ ପରିବାର ନେଇ ମିସର ଦେଶକୁ ଗଲେ।


ଏଉତ୍ତାରେ ସପ୍ତମ ଦିନରେ ବାଳକ ମଲା। ମାତ୍ର ବାଳକ ଯେ ମରିଅଛି, ଏହି କଥା ଦାଉଦଙ୍କୁ ଜଣାଇବା ପାଇଁ ତାଙ୍କର ଦାସମାନେ ଭୟ କଲେ; କାରଣ ସେମାନେ କହିଲେ, “ଦେଖ, ବାଳକ ବଞ୍ଚିଥିବା ବେଳେ ଆମ୍ଭେମାନେ ବହୁତ କହିଲେ ହେଁ ସେ ଆମ୍ଭମାନଙ୍କ ରବ ଶୁଣିଲେ ନାହିଁ; ଏବେ ବାଳକ ମରିଅଛି, ଏ କଥା ତାଙ୍କୁ ଜଣାଇଲେ, ସେ ଆପଣାର କି ଅନିଷ୍ଟ ନ କରିବେ?”


“ଯେଉଁ ସମୟରେ ତୁମ୍ଭେମାନେ ଏବ୍ରୀୟା ସ୍ତ୍ରୀମାନଙ୍କର ଧାତ୍ରୀ କାର୍ଯ୍ୟ କରିବ ଓ ସେମାନଙ୍କୁ ଜନ୍ମାସନରେ ଦେଖିବ; ସେସମୟରେ ଯଦି ପୁତ୍ରସନ୍ତାନ ହେବ, ତେବେ ତାକୁ ବଧ କରିବ; ଆଉ ଯଦି କନ୍ୟା ହେବ, ତେବେ ତାକୁ ଜୀବିତ ରଖିବ।”


ଏଥିଉତ୍ତାରେ ଫାରୋ ଆପଣା ସମସ୍ତ ପ୍ରଜାଙ୍କୁ ଏହି ଆଜ୍ଞା ଦେଲେ, “ତୁମ୍ଭେମାନେ ନବଜାତ ପ୍ରତ୍ୟେକ ପୁତ୍ରସନ୍ତାନକୁ ନୀଳ ନଦୀରେ ନିକ୍ଷେପ କର, ମାତ୍ର ପ୍ରତ୍ୟେକ କନ୍ୟାକୁ ଜୀବିତ ରଖ।”


ଇସ୍ରାଏଲ ବଂଶ ଚାରି ଶହ ତିରିଶ ବର୍ଷ ପର୍ଯ୍ୟନ୍ତ ମିସର ଦେଶରେ ପ୍ରବାସ କରିଥିଲେ।


ଫାରୋଙ୍କର କାର୍ଯ୍ୟଶାସକମାନେ ଇସ୍ରାଏଲ ବଂଶୀୟ ଯେଉଁ କାର୍ଯ୍ୟାଧ୍ୟକ୍ଷମାନଙ୍କୁ ରଖିଥିଲେ; ସେମାନଙ୍କୁ ପ୍ରହାର କରି କହିଲେ, “ତୁମ୍ଭେମାନେ ପୂର୍ବ ପରି ଇଟା ବନାଇବାର ନିରୂପିତ କର୍ମ କାହିଁକି ଆଜିକାଲି ସମ୍ପୂର୍ଣ୍ଣ କରୁ ନାହଁ?”


ଆମ୍ଭେମାନେ ମିସର ଦେଶରେ ବିନାମୂଲ୍ୟରେ ଯେଉଁ ମାଛ ଖାଉଥିଲୁ, ତାହା ମନରେ ପଡ଼େ; ସେ କାକୁଡ଼ି, ସେ ଖରଭୁଜ, ସେ ପରୁ, ସେ ପିଆଜ ଓ ରସୁଣ (ମନରେ ପଡ଼େ);


ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ।


ଏଥିଉତ୍ତାରେ ମୋଶା କାଦେଶରୁ ଇଦୋମୀୟ ରାଜା ନିକଟକୁ ଦୂତମାନଙ୍କ ଦ୍ୱାରା କହି ପଠାଇଲେ, ତୁମ୍ଭର ଭ୍ରାତା ଇସ୍ରାଏଲ ଏରୂପ କହଇ, “ଆମ୍ଭମାନଙ୍କ ପ୍ରତି ଯେଉଁ ସମସ୍ତ କ୍ଳେଶ ଘଟିଅଛି,


ସେହି ସମୟରେ ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କ୍ରନ୍ଦନ କରନ୍ତେ, ସେ ଆମ୍ଭମାନଙ୍କ ରବ ଶୁଣିଲେ, ପୁଣି, ଏକ ଦୂତ ପଠାଇ ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ; ଆଉ ଦେଖ, ଏବେ ଆମ୍ଭେମାନେ ତୁମ୍ଭ ଦେଶର ପ୍ରାନ୍ତସ୍ଥିତ କାଦେଶ ନଗରରେ ଅଛୁ;


ପୁଣି, ସେ ଓ ଆମ୍ଭମାନଙ୍କର ପିତୃ-ପୁରୁଷମାନେ ପ୍ରାଣତ୍ୟାଗ କଲେ,


ସେ ଆମ୍ଭମାନଙ୍କ ଜାତି ପ୍ରତି ଖଳ ବ୍ୟବହାର କଲେ, ପୁଣି, ଆମ୍ଭମାନଙ୍କ ପିତୃ-ପୁରୁଷମାନେ ଯେପରି ଆପଣା ଆପଣା ସନ୍ତାନମାନଙ୍କୁ ଜୀବିତ ନ ରହିବା ପାଇଁ ବାହାରେ ପକାଇ ଦିଅନ୍ତି, ଏଥିନିମନ୍ତେ ସେମାନଙ୍କ ପ୍ରତି ଅତ୍ୟାଚାର କଲେ।


ତହିଁରେ ମିସରୀୟ ଲୋକମାନେ ଆମ୍ଭମାନଙ୍କ ପ୍ରତି ଦୌରାତ୍ମ୍ୟ କଲେ ଓ ଆମ୍ଭମାନଙ୍କୁ କ୍ଳେଶ ଦେଇ କଠିନ ଦାସତ୍ୱ କରାଇଲେ।


Lean sinn:

Sanasan


Sanasan