Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 20:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 “ଏହା ହାରୋଣର ମୃତ୍ୟୁର ସମୟ ଅଟେ; କାରଣ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ସେ ପ୍ରବେଶ କରିବ ନାହିଁ, ଯେହେତୁ ମିରୀବାଃ ଜଳ ନିକଟରେ ତୁମ୍ଭେମାନେ ଆମ୍ଭ ଆଜ୍ଞାର ବିରୁଦ୍ଧ କର୍ମ କରିଥିଲ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

24 ହାରୋଣ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେବ; କାରଣ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ସେ ପ୍ରବେଶ କରିବ ନାହିଁ, ଯେହେତୁ ମିରୀବାଃ-ଜଳ ନିକଟରେ ତୁମ୍ଭେମାନେ ଆମ୍ଭ ଆଜ୍ଞାର ବିରୁଦ୍ଧ କର୍ମ କରିଥିଲ।

Faic an caibideil Dèan lethbhreac

ଓଡିଆ ବାଇବେଲ

24 “ଏହା ହାରୋଣର ମୃତ୍ୟୁର ସମୟ ଅଟେ; କାରଣ ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ସେ ପ୍ରବେଶ କରିବ ନାହିଁ, ଯେହେତୁ ମିରୀବାଃ-ଜଳ ନିକଟରେ ତୁମ୍ଭେମାନେ ଆମ୍ଭ ଆଜ୍ଞାର ବିରୁଦ୍ଧ କର୍ମ କରିଥିଲ।

Faic an caibideil Dèan lethbhreac

ପବିତ୍ର ବାଇବଲ

24 “ହାରୋଣର ଏହା ମୃତ୍ୟୁ ସମୟ ଓ ସେ ତା'ର ପୂର୍ବପୁରୁଷଙ୍କ ନିକଟକୁ ଯିବ। ମୁଁ ଇସ୍ରାଏଲର ଲୋକମାନଙ୍କୁ ଯେଉଁ ଦେଶ ଦେଇଅଛ, ସେହି ଦେଶରେ ସେ ପ୍ରବେଶ କରିବ ନାହିଁ। କାରଣ ତୁମ୍ଭେ ଉଭୟ ମିରୀବାଃ-ଜଳ ନିକଟରେ ମୋ’ ବିରୁଦ୍ଧରେ ବିଦ୍ରୋହ କଲ।

Faic an caibideil Dèan lethbhreac




ଗଣନା ପୁସ୍ତକ 20:24
18 Iomraidhean Croise  

ମାତ୍ର ତୁମ୍ଭେ କୁଶଳରେ ଆପଣା ପୂର୍ବପୁରୁଷମାନଙ୍କ ନିକଟକୁ ଯିବ ଓ ଉତ୍ତମ ବୃଦ୍ଧାବସ୍ଥାରେ କବରପ୍ରାପ୍ତ ହେବ।


ଇଶ୍ମାୟେଲର ଆୟୁର ପରିମାଣ ଶହେ ସଇଁତିରିଶ ବର୍ଷ ଥିଲା; ତହୁଁ ସେ ପ୍ରାଣତ୍ୟାଗ କଲା; ଆଉ ସେ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲା।


ଏଥିଉତ୍ତାରେ ଅବ୍ରହାମ ଉତ୍ତମ ବୃଦ୍ଧାବସ୍ଥାରେ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲେ; ଆଉ, ପୂର୍ବରୁ ମୃତ୍ୟୁବରଣ କରିଥିବା ଆପଣା ପୂର୍ବପୁରୁଷଗଣ ସହିତ ଜଡିତ ହେଲେ।


ଏଥିଉତ୍ତାରେ ଇସ୍‌ହାକ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କରନ୍ତେ, ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ; ପୁଣି, ତାଙ୍କର ପୁତ୍ର ଏଷୌ ଓ ଯାକୁବ ତାଙ୍କୁ କବର ଦେଲେ।


ଏଥିଉତ୍ତାରେ ଯାକୁବ ସେମାନଙ୍କୁ ଆଦେଶ ଦେଇ କହିଲେ, “ମୁଁ ଆପଣା ଲୋକଙ୍କ ସଙ୍ଗେ ସଂଗୃହୀତ ହେବାକୁ ଉଦ୍ୟତ।


ଏହିରୂପେ ଯାକୁବ ଆପଣା ପୁତ୍ରମାନଙ୍କୁ ଆଜ୍ଞା ଦେବାର ସମାପ୍ତ କଲା ଉତ୍ତାରେ ଶଯ୍ୟାରେ ଦୁଇ ପାଦ ଏକତ୍ର କରି ପ୍ରାଣତ୍ୟାଗ କଲେ ଓ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ।


ଦେଖ, ଆମ୍ଭେ ତୁମ୍ଭର ପିତୃଲୋକମାନଙ୍କ ନିକଟରେ ତୁମ୍ଭକୁ ସଂଗ୍ରହ କରିବା, ଆଉ ତୁମ୍ଭେ ଶାନ୍ତିରେ ଆପଣା କବରରେ ସଂଗୃହୀତ ହେବ, ପୁଣି ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଯେଉଁ ଯେଉଁ ଅମଙ୍ଗଳ ଘଟାଇବା, ତାହାସବୁ ତୁମ୍ଭର ଚକ୍ଷୁ ଦେଖିବ ନାହିଁ।’” ଏଥିଉତ୍ତାରେ ସେମାନେ ପୁନର୍ବାର ରାଜା ନିକଟକୁ ସମାଚାର ଆଣିଲେ।


ପୁଣି, ସେହି ସ୍ଥାନରେ ଇସ୍ରାଏଲ-ସନ୍ତାନଗଣର ବିବାଦ ସକାଶୁ ଓ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି କି ନାହିଁ, ଏହା କହି ସଦାପ୍ରଭୁଙ୍କୁ ପରୀକ୍ଷା କରିବା ସକାଶୁ ସେ ସେହି ସ୍ଥାନର ନାମ “ମଃସା ଓ ମିରୀବାଃ ରଖିଲେ।”


ପୁଣି, ହାରୋଣଠାରୁ ତାହାର ବସ୍ତ୍ର କାଢ଼ି ତାହାର ପୁତ୍ର ଇଲୀୟାସରକୁ ପିନ୍ଧାଅ; ଯେଣୁ ହାରୋଣ (ଆପଣା ଲୋକମାନଙ୍କ ନିକଟରେ) ସଂଗୃହୀତ ହେବ ଓ ସେ ସେହି ସ୍ଥାନରେ ମରିବ।”


ଆଉ ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲ, କି ଏହି କଦର୍ଯ୍ୟ ସ୍ଥାନକୁ ଆଣିବାକୁ? ଏ ତ ଶସ୍ୟ କି ଡିମ୍ବିରି କି ଦ୍ରାକ୍ଷା କି ଡାଳିମ୍ବର ସ୍ଥାନ ନୁହେଁ; କିଅବା ଏଠାରେ ପିଇବାକୁ ଜଳ ନାହିଁ।”


ତାହା ନିରୀକ୍ଷଣ କଲା ଉତ୍ତାରେ ତୁମ୍ଭ ଭ୍ରାତା ହାରୋଣ ତୁଲ୍ୟ ତୁମ୍ଭେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେବ।


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ସକାଶେ ମିଦୀୟନୀୟମାନଙ୍କୁ ପ୍ରତିଫଳ ଦିଅ; ତହିଁ ଉତ୍ତାରେ ତୁମ୍ଭେ ଆପଣା ଲୋକଙ୍କ ନିକଟରେ ସଂଗୃହୀତ ହେବ।”


ହାରୋଣ ଓ ତାଙ୍କର ପୁତ୍ରଗଣର ଆଜ୍ଞାନୁସାରେ ଗେର୍ଶୋନର ସନ୍ତାନଗଣ ଆପଣା ଆପଣା ଭାର ଓ ସେବା ସମ୍ବନ୍ଧୀୟ ସମସ୍ତ କର୍ମ କରିବେ ଆଉ ତୁମ୍ଭେମାନେ ରକ୍ଷଣୀୟ ବୋଲି ସେମାନଙ୍କ ସମସ୍ତ ଭାରରେ ସେମାନଙ୍କୁ ନିଯୁକ୍ତ କରିବ।


ଆଉ ଯେପରି ତୁମ୍ଭ ଭାଇ ହାରୋଣ ହୋର ପର୍ବତରେ ମରି ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହୋଇଥିଲା, ସେପରି ତୁମ୍ଭେ ଯେଉଁ ପର୍ବତକୁ ଯାଉଅଛ, ସେଠାରେ ମରି ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହୁଅ।


ପୁଣି, ସେ ଲେବୀ ବିଷୟରେ କହିଲେ, “ତୁମ୍ଭର ତୁମ୍ମୀମ୍‍ ଓ ଉରୀମ୍‍ ତୁମ୍ଭ ଧାର୍ମିକ ପୁରୁଷ ସହିତ ଅଛି, ତୁମ୍ଭେ ମଃସାରେ ତାହାର ପରୀକ୍ଷା କଲ, ମିରୀବାଃ ଜଳ ନିକଟରେ ତୁମ୍ଭେ ତାହା ସଙ୍ଗେ ବିରୋଧ କଲ।”


“ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ଭୟ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶ ନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି।


ପୁଣି ସେହି ପିଢ଼ିର ସମସ୍ତ ଲୋକେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେଲେ; ସେମାନଙ୍କ ପରେ ଯେଉଁ ପିଢ଼ିର ଲୋକମାନେ ସଦାପ୍ରଭୁଙ୍କୁ ଜାଣି ନ ଥିଲେ, କି ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କର କୃତ କର୍ମ ଦେଖି ନ ଥିଲେ, ଏପରି ଲୋକେ ସେମାନଙ୍କ ଉତ୍ତାରେ ଉଠିଲେ।


Lean sinn:

Sanasan


Sanasan