Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 21:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେଠାରୁ ସେମାନେ (ଯାତ୍ରା କରି) ବେର (କୂପ) ନାମକ ସ୍ଥାନକୁ ଆସିଲେ। ସେହି କୂପ ବିଷୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନରେ ଲୋକମାନଙ୍କୁ ଏକତ୍ର କର, ଆମ୍ଭେ ସେମାନଙ୍କୁ ଜଳ ଦେବା।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ସେଠାରୁ ସେମାନେ (ଯାତ୍ରା କରି) ବେର (କୂପ) ନାମକ ସ୍ଥାନକୁ ଆସିଲେ। ସେହି କୂପ ବିଷୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଏହି ସ୍ଥାନରେ ଲୋକମାନଙ୍କୁ ଏକତ୍ର କର, ଆମ୍ଭେ ସେମାନଙ୍କୁ ଜଳ ଦେବା।

Faic an caibideil Dèan lethbhreac

ଓଡିଆ ବାଇବେଲ

16 ସେଠାରୁ ସେମାନେ (ଯାତ୍ରା କରି) ବେର (କୂପ) ନାମକ ସ୍ଥାନକୁ ଆସିଲେ। ସେହି କୂପ ବିଷୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନରେ ଲୋକମାନଙ୍କୁ ଏକତ୍ର କର, ଆମ୍ଭେ ସେମାନଙ୍କୁ ଜଳ ଦେବା।”

Faic an caibideil Dèan lethbhreac

ପବିତ୍ର ବାଇବଲ

16 ସେଠାରୁ ସେମାନେ ବେର ନାମକ ସ୍ଥାନକୁ ଆସିଲେ। ସେହି କୂପ ବିଷୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନରେ ଲୋକମାନଙ୍କୁ ଏକତ୍ର କର। ମୁଁ ସେମାନଙ୍କୁ ଜଳ ଦେବି।”

Faic an caibideil Dèan lethbhreac




ଗଣନା ପୁସ୍ତକ 21:16
16 Iomraidhean Croise  

ସେତେବେଳେ ପରମେଶ୍ୱର ତାହାର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଜଳ କୂପ ଦେଖିବାକୁ ପାଇ ସେଠାକୁ ଯାଇ କୁମ୍ପାରେ ଜଳ ପୂରାଇ ବାଳକକୁ ପାନ କରାଇଲା।


ଦେଖ, ଆମ୍ଭେ ହୋରେବରେ ସେହି ଶୈଳ ଉପରେ ତୁମ୍ଭ ସମ୍ମୁଖରେ ଠିଆ ହେବା; ତୁମ୍ଭେ ସେହି ଶୈଳକୁ ଆଘାତ କଲେ, ତହିଁରୁ ଜଳ ନିର୍ଗତ ହେବ, ଆଉ ଲୋକମାନେ ତାହା ପାନ କରିବେ;” ତେବେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କ ଦୃଷ୍ଟିରେ ସେହିରୂପ କଲେ।


ଏହେତୁ ତୁମ୍ଭେମାନେ ଆନନ୍ଦରେ ପରିତ୍ରାଣର କୂପସମୂହରୁ ଜଳ କାଢ଼ିବ।


କାରଣ ମୋୟାବର ଚତୁର୍ଦ୍ଦିଗସ୍ଥ ସୀମାକୁ କ୍ରନ୍ଦନର ଶବ୍ଦ ଯାଇଅଛି; ତହିଁର ହାହାକାର ଇଗ୍ଲୟିମ୍‍ ପର୍ଯ୍ୟନ୍ତ ଓ ତହିଁର ହାହାକାର ବେରେଲୀମ୍‍ ପର୍ଯ୍ୟନ୍ତ ଯାଇଅଛି।


କ୍ଷେତ୍ରର ପଶୁଗଣ, ଶୃଗାଳ ଓ ଓଟପକ୍ଷୀଗଣ ଆମ୍ଭର ଗୌରବ କରିବେ; କାରଣ ଆମ୍ଭେ ଆପଣା ମନୋନୀତ ଲୋକମାନଙ୍କର ପାନାର୍ଥେ ପ୍ରାନ୍ତର ମଧ୍ୟରେ ଜଳ ଓ ମରୁଭୂମିରେ ନଦ-ନଦୀ ଯୋଗାଉ;


ସେମାନେ କ୍ଷୁଧାର୍ତ୍ତ କି ତୃଷାର୍ତ୍ତ ହେବେ ନାହିଁ; କିଅବା ଗ୍ରୀଷ୍ମ ଅଥବା ସୂର୍ଯ୍ୟତାପ ସେମାନଙ୍କୁ କାଟିବ ନାହିଁ; କାରଣ ଯେ ସେମାନଙ୍କୁ ଦୟା କରନ୍ତି, ସେ ସେମାନଙ୍କୁ ଚଳାଇବେ, ଜଳ ନିର୍ଝର ନିକଟ ଦେଇ ସେ ସେମାନଙ୍କୁ କଢ଼ାଇ ନେବେ।


“ତୁମ୍ଭେ ଯଷ୍ଟି ନିଅ, ପୁଣି, ତୁମ୍ଭେ ଓ ତୁମ୍ଭ ଭାଇ ହାରୋଣ ମଣ୍ଡଳୀକୁ ଏକତ୍ର କର, ଆଉ ତୁମ୍ଭେମାନେ ସେମାନଙ୍କ ଦୃଷ୍ଟିଗୋଚରରେ ସେହି ଶୈଳକୁ ଆପଣା ଜଳ ଦେବା ପାଇଁ ଆଜ୍ଞା ଦିଅ; ତହିଁରେ ତୁମ୍ଭେ ସେମାନଙ୍କ ନିମନ୍ତେ ଶୈଳରୁ ଜଳ ବାହାର କରି ମଣ୍ଡଳୀକୁ ଓ ସେମାନଙ୍କ ପଶୁଗଣକୁ ପାନ କରାଇବ।”


ଓ ସେମାନେ ଦୀବୋନ୍‍-ଗାଦ୍‍ରୁ ଯାତ୍ରା କରି ଅଲମୋନ-ଦିବ୍‍ଲାଥୟିମରେ ଛାଉଣି ସ୍ଥାପନ କଲେ।


ଯୀଶୁ ତାହାକୁ ଉତ୍ତର ଦେଲେ, “ଈଶ୍ବରଙ୍କ ଦାନ ଓ ମୋତେ ପିଇବାକୁ ଦିଅ ବୋଲି ଯେ ତୁମ୍ଭକୁ କହୁଅଛନ୍ତି, ସେ କିଏ, ଏହା ଯଦି ତୁମ୍ଭେ ଜାଣିଥାଆନ୍ତ, ତାହାହେଲେ ତୁମ୍ଭେ ତାହାଙ୍କୁ ମାଗିଥାଆନ୍ତ, ଆଉ ସେ ତୁମ୍ଭକୁ ଜୀବନ୍ତ ଜଳ ଦେଇଥାଆନ୍ତେ।”


କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ।”


ସେ ମୋତେ ଆହୁରି କହିଲେ, ସମସ୍ତ ସମାପ୍ତ ହୋଇଅଛି। ଆମ୍ଭେ ଆଲଫା ଏବଂ ଓମେଗା, ଆରମ୍ଭ ଓ ଶେଷ। ଯେ ତୃଷାର୍ତ୍ତ, ତାହାକୁ ଆମ୍ଭେ ଜୀବନରୂପ ନିର୍ଝରରୁ ବିନାମୂଲ୍ୟରେ ପାନ କରିବାକୁ ଦେବୁ।


ପରେ ଦୂତ ମୋତେ ଜୀବନଦାୟକ ଜଳର ଗୋଟିଏ ନଦୀ ଦେଖାଇଲେ, ତାହା ସ୍ଫଟିକ ସଦୃଶ ଉଜ୍ଜ୍ୱଳ, ପୁଣି, ଈଶ୍ବର ଓ ମେଷଶାବକଙ୍କ ସିଂହାସନରୁ ନିର୍ଗତ ହୋଇ ନଗରର ପଥ ମଧ୍ୟ ଦେଇ ପ୍ରବାହିତ ହେଉଅଛି।


ଆତ୍ମା ଓ କନ୍ୟା କହନ୍ତି, ଆସ। ପୁଣି, ଯେ ଶୁଣେ, ସେ କହୁ, ଆସ। ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନାମୂଲ୍ୟରେ ଜୀବନଦାୟକ ଜଳ ପାନ କରୁ।


ଏଉତ୍ତାରେ ଯୋଥମ୍‍ ବେଗେ ପଳାଇଲା, ପୁଣି ଆପଣା ଭାଇ ଅବୀମେଲକ୍‍ ଭୟରେ ବେରରେ ଯାଇ ବାସ କଲା।


Lean sinn:

Sanasan


Sanasan